ପୁରୁଣା ଜିଲା ମୁଖ୍ୟ ଡାକ୍ତରଖାନା ପୂର୍ଣ୍ଣାଙ୍ଗ ସ୍ବାସ୍ଥ୍ୟସେବା: ଅଭିନବ ଶୈଳୀରେ ଦାବି ଉପସ୍ଥାପନ କଲା ବରଗଡ଼ ହସ୍ପିଟାଲ ବଞ୍ଚାଅ ଅଭିଯାନ

ବରଗଡ଼ ଅଫିସ,୨୧।୨: ବରଗଡ଼ ସହରରେ ରହିଥିବା ପୁରୁଣା ଜିଲା ମୁଖ୍ୟ ଡାକ୍ତରଖାନାରେ ପୂର୍ଣ୍ଣାଙ୍ଗ ସ୍ବାସ୍ଥ୍ୟସେବା ଯୋଗାଇଦେବା ଦାବିରେ ବରଗଡ଼ ହସ୍ପିଟାଲ ବଞ୍ଚାଅ ଅଭିଯାନ ପକ୍ଷରୁ ଶୁକ୍ରବାରରୁ ଅଭିନବ ଶୈଳୀରେ ଦାବି ଉପସ୍ଥାପନ କରାଯାଇଛି। ପୂର୍ବାହ୍ନ ପ୍ରାୟ ୧୦ଟାରୁ ଏହି ଅଭିଯାନର ସଭ୍ୟାସଭ୍ୟବୃନ୍ଦ ଡାକ୍ତରଖାନା ପରିସରରେ ହାତରେ ଝାଡୁ ଧରି ସମବେତ ହୋଇଥିଲେ। ଏହାପରେ ସେମାନେ ଡାକ୍ତରଖାନା ସଫେଇ କରିଥିଲେ। ଆସନ୍ତା ୧୫ଦିନ ଧରି ଏଠାରେ ଏଭଳି ସଫେଇ କାର୍ଯ୍ୟ ଜାରି ରଖି ମାର୍ଚ୍ଚ ୮ତାରିଖ ଆନ୍ତର୍ଜାତିକ ମହିଳା ଦିବସରେ ଜିଲାପାଳ ଅଫିସ ଆଗରେ ଏକ ବିଶାଳ ମହିଳା ସମାବେଶର ଦାବି ଉପସ୍ଥାପନ କରାଯିବ ବୋଲି ବରଗଡ଼ ହସପିଟାଲ ବଞ୍ଚାଅ ଅଭିଯାନ ନିଷ୍ପତ୍ତି ନେଇଛି।
ସୂଚନାଯୋଗ୍ୟ, କିଛିଦିନ ଧରି ସନ୍ଧ୍ୟାରେ ଏହି ଅଭିଯାନ ପକ୍ଷରୁ ମହମବତି ଶୋଭାଯାତ୍ରା ମାଧ୍ୟମରେ ଉପରୋକ୍ତ ଦାବି ଉପସ୍ଥାପନ କରାଯାଉଥିଲା। ତେବେ ଗୁରୁବାର ଏହି ଡାକ୍ତରଖାନାକୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର (ସିଏଚ୍‌ସି) ମାନ୍ୟତା ପ୍ରଦାନ ନେଇ ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇବା ପରେ ବରଗଡ଼ ହସପିଟାଲ ବଞ୍ଚାଅ ଅଭିଯାନ ମହମବତି ଶୋଭାଯାତ୍ରା ବଦଳରେ ଡାକ୍ତରଖାନା ସଫେଇ କରି ପୂର୍ଣ୍ଣାଙ୍ଗ ସ୍ବାସ୍ଥ୍ୟସେବା ଦାବି ଉପସ୍ଥାପନ କରୁଛି। ଏଥିରେ ଚାଷୀନେତା ଲିଙ୍ଗରାଜଙ୍କ ସମେତ ପବିତ୍ର ଦେହୁରୀ, ଭବାନୀ ପ୍ରସାଦ ସାହୁ, ଅସିତ ସାହୁ, ଅମିତାଭ ପାତ୍ର, ରମେଶ ପତିଙ୍କ ସମେତ ବହୁସଂଖ୍ୟକ ମହିଳା ସାମିଲ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ୟୁନୁସଙ୍କୁ କଡ଼ା ଜବାବ ଦେଲା ଭାରତ: ନେଲା ବଡ଼ ପଦକ୍ଷେପ, ବାଂଲାଦେଶରେ…

ନୂଆଦିଲ୍ଲୀ,୧୮।୧୨: କେନ୍ଦ୍ର ସରକାର ଡିସେମ୍ବର ୧୭, ୨୦୨୫ରେ ବାଂଲାଦେଶର ରାଜଧାନୀ ଢାକାରେ ଥିବା ଭାରତୀୟ ଭିସା ଆବେଦନ କେନ୍ଦ୍ର (IVAC)କୁ ବନ୍ଦ କରିବାକୁ ଏକ ନୋଟିସ...

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଆସନ୍ତା ଶିକ୍ଷାବର୍ଷରୁ ୧୦ମ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କୁ ମିଳିବ ମାଗଣା…

ବ୍ରହ୍ମପୁର,୧୮।୧୨(ସ୍ମୃତି ରଞ୍ଜନ ମହାଲିକ): ରାଜ୍ୟରେ ଶିକ୍ଷାକ୍ଷେତ୍ରର ବିକାଶ କରିବା ପାଇଁ ସରକାର ପ୍ରତିବଦ୍ଧତାର ସହ କାମ କରୁଛନ୍ତି। କେବଳ ପ୍ରାଥମିକ ଶିକ୍ଷା ପାଇଁ ଚଳିତବର୍ଷ ବଜେଟରେ...

ଏଇ ଭାରତରେ

କୃଷିକ୍ଷେତ୍ରରେ କୃଷକମାନେ ପାରମ୍ପରିକ ପଦ୍ଧତିରେ କୀଟନାଶକ ସିଞ୍ଚନ କରିବା ଯୋଗୁ ବିଭିନ୍ନ ସ୍ୱାସ୍ଥ୍ୟ ସମସ୍ୟାର ସମ୍ମୁଖୀନ ହେଉଥିବା ଦେଖାଯାଉଛି। ଏଥିରେ ଅଧିକ କୀଟନାଶକ ବ୍ୟହାର ହେଉଛି...

ବନ୍ଦେ ମାତରମ୍‌କୁ ବାରଣ କାହିଁକି

ଛିଦିନ ପୂର୍ୱରୁ ରାଜ୍ୟ ସଭାର ଏକ ନୋଟିସ ମାଧ୍ୟମରେ ରାଜ୍ୟ ସଭାରେ ବନ୍ଦେ ମାତରମ୍‌ ଓ ଜୟ ହିନ୍ଦ୍‌ ସ୍ଲୋଗାନ ଦେବା ଉପରେ ନିଷେଧାଦେଶ ଲାଗିଛି।...

ବୟସର ଅପରାହ୍ନରେ

କୁହାଯାଏ ମାତାପିତାଙ୍କ ସେବା, ଭକ୍ତି, ଶ୍ରଦ୍ଧା, ସମ୍ମାନ ଦେବତା ପୂଜା ସମ। ମାତ୍ର ବିଡମ୍ୱନା ଯେ ଆଉ ସେ ଆଦର ନାହିଁ, ଶ୍ରଦ୍ଧା ନାହିଁ, ସମ୍ମାନ...

୬ ଆହତ ଛୁଆହାତୀକୁ ଉଦ୍ଧାର କଲା ବନବିଭାଗ: କରାଯାଉଛି ଚିକିତ୍ସା

କେସିଙ୍ଗା୧୮।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବନାଞ୍ଚଳ ଅଧିନସ୍ଥ ନୂନମାଠ ଗ୍ରାମ ନିକଟରେ ଥିବା ଜଙ୍ଗଲକୁ ଖାଦ୍ୟ ଅନ୍ବେଷଣରେ ୩୫ ଟିକିଆ ହାତୀପଲ ଗତକାଲି ଗାଁ...

ଅତିଥି ଅଧ୍ୟାପିକାଙ୍କୁ ହତ୍ୟା, ପୁରୁଷ ବନ୍ଧୁ ଗିରଫ

କେନ୍ଦୁଝର,୧୮ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ/ ଦୀପକ ମିଶ୍ର): କେନ୍ଦୁଝର ଟାଉନ ଥାନା ଅନ୍ତର୍ଗତ ମାଇନିଂରୋଡ୍‌ସ୍ଥିତ ନିର୍ମଳା କନ୍‌ଭେଣ୍ଟ ସ୍କୁଲ ପାଖରେ ଏକ ଘରେ ରହୁଥିବା ଅତିଥି ଅଧ୍ୟାପିକାଙ୍କୁ...

ପ୍ରକୃତି ଉପାସକ ଆଦିବାସୀ

ପ୍ରାଚୀନ ଯୁଗରୁ ଆଦିବାସୀ ସମ୍ପ୍ରଦାୟଗୁଡ଼ିକ ସ୍ୱାଧୀନ ଭାବେ ଜୀବନଯାପନକରି ଆସୁଛନ୍ତି। ସେମାନଙ୍କୁ ଜଙ୍ଗଲୀ ଓ ଆଦିମ କୁହାଯାଇ ଗାଁ, ରାଜ୍ୟ,ସାମ୍ରାଜ୍ୟରୁ ଦୂରେଇ ରଖାଯାଇଛି। ଫଳରେ ସେମାନେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri