ପୁରୁଣା ଜିଲା ମୁଖ୍ୟ ଡାକ୍ତରଖାନାରେ ପୂର୍ଣ୍ଣାଙ୍ଗ ସ୍ବାସ୍ଥ୍ୟସେବା ଦାବି: ସପ୍ତାହବ୍ୟାପୀ ଧାରଣାରେ ବସିବ ବରଗଡ଼ ଏକତା ମଞ୍ଚ

ବରଗଡ଼ ଅଫିସ,୧୭।୨: ବରଗଡ଼ ସହରରେ ରହିଥିବା ପୁରୁଣା ଜିଲା ମୁଖ୍ୟ ଡାକ୍ତରଖାନାରେ ପୂର୍ଣ୍ଣାଙ୍ଗ ସ୍ବାସ୍ଥ୍ୟସେବା ଯୋଗାଇଦେବା ଦାବିରେ ପୁଣି ଅସନ୍ତୋଷ ପରିଲକ୍ଷିତ ହୋଇଛି। ରବିବାର ସନ୍ଧ୍ୟାରେ ବରଗଡ଼ ହସ୍ପିଟାଲ ବଞ୍ଚାଅ ଅଭିଯାନ ପକ୍ଷରୁ ଏକ ମହମବତି ଶୋଭାଯାତ୍ରା ସହର ପରିକ୍ରମା କରିଥିବା ବେଳେ ସୋମବାର ପୂର୍ବାହ୍ନରେ ବରଗଡ଼ ଏକତା ମଞ୍ଚ ପକ୍ଷରୁ ପୁରୁଣା ଜିଲା ମୁଖ୍ୟ ଡାକ୍ତରଖାନା ପରିସରରେ ଏକ ସଭା ଅନୁଷ୍ଠିତ ହୋଇଛି। ଜନ ଆନ୍ଦୋଳନ ଚାପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗତ ୫ତାରିଖରୁ ସହରାଞ୍ଚଳ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅର୍ଥାତ୍‌ ଅର୍ବାନ ପିଏଚ୍‌ସି ଘୋଷଣା କରିଛନ୍ତି। ହେଲେ ଏ ପର୍ଯ୍ୟନ୍ତ ସେ ସମ୍ପର୍କିତ କୌଣସି ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇ ନ ଥିବାବେଳେ ପୂର୍ଣ୍ଣାଙ୍ଗ ସ୍ବାସ୍ଥ୍ୟସେବା ମଧ୍ୟ ଏଠାରେ ଉପଲବ୍ଧ ହୋଇପାରି ନ ଥିବା ଅଭିଯୋଗ ହୋଇଛି। ଏପରିକି ଏ ନେଇ ବାରମ୍ବାର ଜିଲା ପ୍ରଶାସନର ଦୃଷ୍ଟି ଆକର୍ଷଣ କରାଯାଇଛି। କିନ୍ତୁ କିଛି ସୁଫଳ ମିଳି ନ ଥିବା ବରଗଡ଼ ଏକତା ମଞ୍ଚ ଅଭିଯୋଗ କରିଛି। ଏହାର ପ୍ରତିବାଦରେ ଆସନ୍ତା ୧୮ତାରିଖରୁ ଏକ ସପ୍ତାହ ଧରି ପୂର୍ବାହ୍ନ ୧୦ଟାରୁ ସା ୫ଟା ପର୍ଯ୍ୟନ୍ତ ପ୍ରତିଦିନ ପୁରୁଣା ଜିଲା ମୁଖ୍ୟ ଡାକ୍ତରଖାନା ପରିସରରେ ଧାରଣା ଦିଆଯିବା ସହିତ ବରଗଡ଼ ହସପିଟାଲ ବଞ୍ଚାଅ ଅଭିଯାନରେ ମଧ୍ୟ ଏକତା ମଞ୍ଚ ସାମିଲ ହେବ ବୋଲି ସଭାରେ ନିଷ୍ପତ୍ତି ନିଆଯାଇଛି। ଏଥିରେ ଏକତା ମଞ୍ଚର ନିପନ କୁମାର ଦାଶ, ପବିତ୍ର ଦେହୁରୀ, କୃଷ୍ଣଚନ୍ଦ୍ର ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ । ସଭାସ୍ଥଳକୁ ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ବିଭୂତି ଭୂଷଣ ମେହେର ମଧ୍ୟ ପହଞ୍ଚିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଂଗ୍ରେସ କାର୍ଯ୍ୟାଳୟରେ ଧସ୍ତାଧସ୍ତି ସହ ଚାପୁଡ଼ା ମାଡ଼; ରାଗରେ ବାହାରିଗଲେ ଅଜୟ

ଲକ୍ଷ୍ନୌ,୧୧।୧୦: ରବିବାର ଉତ୍ତର ପ୍ରଦେଶ କଂଗ୍ରେସ ମୁଖ୍ୟାଳୟରେ ନବନିଯୁକ୍ତ ରାଜ୍ୟ ସଭାପତି ଆରାଧନା ମିଶ୍ର ‘ମୋନା’ଙ୍କ ଦାୟିତ୍ୱ ଗ୍ରହଣ ଉତ୍ସବ ସମୟରେ ହଟ୍ଟଗୋଳ ସୃଷ୍ଟି ହୋଇଥିଲା। ପୂର୍ବତନ…

ଡଙ୍ଗା ଓଲଟି ଚାଲିଗଲା ୧୦୦ରୁ ଅଧିକ ଜୀବନ, ୧୧୬ ନିଖୋଜ

ଜିବୁତି ସିଟି,୧୧।୧୦: ପୂର୍ବ ଆଫ୍ରିକାର ଜିବୁତି ଉପକୂଳରେ ଏକ ବଡ଼ ଡଙ୍ଗା ଦୁର୍ଘଟଣା ଘଟିଛି । ପ୍ରାୟ ୩୦୫ ଜଣ ପ୍ରବାସୀଙ୍କୁ ନେଇ ଯାଉଥିବା ଏକ ଡଙ୍ଗା…

ଦୁଇ ରାଜନୈତିକ ଗୋଷ୍ଠୀ ମୁହାଁମୁହିଁ ଆଶଙ୍କା, ବରାଳ ବାଲୁଙ୍କେଶ୍ୱର ମନ୍ଦିର ନିକଟରେ ୧୬୩ ଧାରା ଜାରି

ସାକ୍ଷୀଗୋପାଳ,୧୧ା୧୦(କିଶୋର ମହାପାତ୍ର/ପ୍ରଶାନ୍ତ ବାରିକ): ଶାସକ ଓ ବିରୋଧୀ ଦୁଇ ରାଜନୈତିକ ଗୋଷ୍ଠୀ ମୁହାଁମୁହିଁ ଆଶଙ୍କା ଥିବାରୁ ସତ୍ୟବାଦୀ ପ୍ରଶାସନ ପକ୍ଷରୁ ବରାଳ ବାଲୁଙ୍କେଶ୍ୱର ମନ୍ଦିର ନିକଟରେ ବିଏନଏସ୍‌ର…

କୁଶପଲ୍ଲୀ ଚଳଚଞ୍ଚଳ: ମା’ ଚାମୁଣ୍ଡାଙ୍କ ପୀଠରେ ଆରମ୍ଭ ହେଲା ନବରାତ୍ର ପୂଜା

ଗଞ୍ଜାମ,୧୧ା୧୦(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ୍‌ ମଲାଡ଼ ପଞ୍ଚାୟତ ଅନ୍ତର୍ଗତ କୁଶପଲ୍ଲୀସ୍ଥିତ ମା’ ଚାମୁଣ୍ଡାଙ୍କ ପୀଠରେ ଶାରଦୀୟ ଦୁର୍ଗାପୂଜା ଅବସରରେ ୯ ଦିନବ୍ୟାପୀ ନବରାତ୍ର ପୂଜା ଓ ଅଖଣ୍ଡ…

୮ ବର୍ଷ ପରେ ବି କାର୍ଯ୍ୟକ୍ଷମ ହୋଇପାରିଲାନି ଛାତ୍ରୀନିବାସ: ଭୂତକୋଠି ପାଲଟିଛି କୋଟି ଟଙ୍କାର କୋଠା

ଗୁଡ଼ାରି, ୧୦।୧୦ (ପ୍ରମୋଦ କୁମାର ପତି): ଆଦିବାସୀ ଛାତ୍ରୀମାନଙ୍କୁ ଉଚ୍ଚଶିକ୍ଷା ପ୍ରଦାନ ଓ ସେମାନଙ୍କ ଶିକ୍ଷାକୁ ପ୍ରୋତ୍ସାହନ ଦେବା ପାଇଁ ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି। ମାତ୍ର…

CM ବିଜୟଙ୍କୁ ବଡ଼ ପ୍ରତିଶ୍ରୁତି ଦେଲେ ମୋଦି, କେନ୍ଦ୍ରରୁ ଯାହା….

ଚେନ୍ନାଇ,୧୧।୧୦: ତାମିଲନାଡୁକୁ ବିକାଶର ନୂଆ ଶିଖରରେ ପହଞ୍ଚାଇବା ପାଇଁ କେନ୍ଦ୍ର ସରକାର ସମସ୍ତ ପ୍ରକାରର ସହଯୋଗ ଯୋଗାଇଦେବେ ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ରବିବାର ଚେନ୍ନାଇରେ…

‘ରକ୍ତ ଜମାଟ ବାନ୍ଧିବା ସମସ୍ୟା’: ନାନା ପାଟେକରଙ୍କ ମୃତଦେହ ବ୍ୟବଚ୍ଛେଦ ରିପୋର୍ଟରୁ ଜଣାପଡ଼ିଛି…

ମୁମ୍ବାଇ: ବିଶିଷ୍ଟ ବଲିଉଡ ଅଭିନେତା ନାନା ପାଟେକରଙ୍କର ଅକ୍ଟୋବର ୮,୨୦୨୬ ରେ ଗୋଆରେ ଦେହାନ୍ତ ହୋଇଛି। ତାଙ୍କ ମୃତ୍ୟୁ ପରେ, ଗୋଆର ପଣାଜୀ ପୋଲିସ ଏକ ଅସ୍ବାଭାବିକ…

ଖଡ଼ିଆଳ କଲେଜ ସାଇନ୍‌ ଡାଏ: ଅଧ୍ୟକ୍ଷଙ୍କ ଇସ୍ତଫା ଦାବି ନେଇ ତେଜିଲା ଛାତ୍ର ଆନ୍ଦୋଳନ

ଖଡ଼ିଆଳ,୧୧ା୧୦(ସୁଜିତ୍‌ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳ ସ୍ବୟଂଶାସିତ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ବାତିଲ ହେବା ଘଟଣାକୁ ନେଇ କ୍ୟାମ୍ପସରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?