ପୁରୁଣା ବନ୍ଧୁଙ୍କୁ ଭେଟିଲେ ରାଷ୍ଟ୍ରପତି

ଭୁବନେଶ୍ୱର, ୯ା୧୨(ବ୍ୟୁରୋ): ଉତ୍କଳ ବିଶ୍ୱବିଦ୍ୟାଳୟରେ ରବିବାର ପ୍ଲାଟିନମ୍‌ ଜୁବିଲିର ଉଦ୍‌ଯାପନୀ ସମାରୋହ ଅନୁଷ୍ଠିତ ହୋଇଯାଇଛି। ଉତ୍ସବରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ମୁଖ୍ୟଅତିଥି ଭାବେ ଯୋଗଦେଇଥିଲେ। କାର୍ଯ୍ୟକ୍ରମ ଶେଷ ହେବା ପରେ ରାଷ୍ଟ୍ରପତି ତାଙ୍କର ପୁରୁଣା ବନ୍ଧୁ ତଥା ପୂର୍ବତନ ରାଜ୍ୟ ସଭା ସଦସ୍ୟ ବୀରଭଦ୍ର ସିଂଙ୍କୁ ଭେଟିଥିଲେ। ଦୀର୍ଘ ୧୨ ବର୍ଷ ପରେ ଦୁଇ ବନ୍ଧୁଙ୍କ ସାକ୍ଷାତ୍‌ ହୋଇଥିଲା। ପ୍ଲାଟିନମ୍‌ ଜୁବିଲି ସମାରୋହର ସଭା ସ୍ଥଳରେ ରାଷ୍ଟ୍ରପତି ବନ୍ଧୁ ବୀରଭଦ୍ରଙ୍କୁ ଡାକି ସାକ୍ଷାତ୍‌ କରିଥିଲେ। ଏହାସହ ରାଷ୍ଟ୍ରପତି ଭବନ ଆସିବା ଲାଗି ବୀରଭଦ୍ରଙ୍କୁ ନିମନ୍ତ୍ରଣ କରିଥିଲେ ଏବଂ ଫଟୋ ମଧ୍ୟ ଉଠାଇଥିଲେ। ଅନ୍ୟପକ୍ଷରେ ରାଷ୍ଟ୍ରପତିଙ୍କ ନିମନ୍ତ୍ରଣ ରକ୍ଷା କରି ରାଷ୍ଟ୍ରପତି ଭବନକୁ ନିଶ୍ଚୟ ଯିବି ବୋଲି ବୀରଭଦ୍ର କହିଛନ୍ତି।
ସୂଚନାଯୋଗ୍ୟ, ୨୦୦୧ରୁ ୨୦୦୬ ପର୍ଯ୍ୟନ୍ତ କୋବି ଏବଂ ବୀରଭଦ୍ର ସିଂ ରାଜ୍ୟ ସଭାରେ ସଦସ୍ୟ ଥିଲେ। ଏହାପରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ବିହାରର ରାଜ୍ୟପାଳ ଭାବେ ଦାୟିତ୍ୱ ଗ୍ରହଣ କରିଥିଲେ। ୨୦୧୭ରୁ ସେ ଦେଶର ରାଷ୍ଟ୍ରପତିଭାବେ ଦାୟିତ୍ୱ ତୁଲାଉଛନ୍ତି। ବୀରଭଦ୍ର ସିଂ ୧୯୬୫ରୁ ୧୯୬୭ ଯାଏ ଉତ୍କଳ ବିଶ୍ୱବିଦ୍ୟାଳୟରେ ଅଧ୍ୟୟନ କରୁଥିଲେ। ଆଜି ପୁରାତନ ଛାତ୍ର ଭାବେ ସେ କାର୍ଯ୍ୟକ୍ରମରେ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜେଲରେ ୨ ବିରୋଧୀ ଗୋଷ୍ଠୀ ମଧ୍ୟରେ ସଂଘର୍ଷ: ୨୫ ମୃତ

କଲମ୍ବୋ,୬ା୭(ପି.ଟି.):ଶ୍ରୀଲଙ୍କାର ପଶ୍ଚିମ ଉପକୂଳ ସହର ନେଗୋମ୍ବୋରସ୍ଥିତ ଏକ ଜେଲରେ ସଂଘର୍ଷ ଘଟି ୨୫ ଜଣଙ୍କ ମୃତ୍ୟୁ ଘଟିଥିବା କର୍ତ୍ତୃପକ୍ଷ ସୋମବାର କହିଛନ୍ତି। ସାମର୍ଥ୍ୟଠାରୁ ଅଧିକ ବନ୍ଦୀ ରହିଥିବା…

ଇନ୍ଦ୍ରାବତୀ ଜଳ ଭଣ୍ଡାରରୁ ମିଳିଲା ୨୭ କେଜିର ଭାକୁର

ଭବାନୀପାଟଣା,୬।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଇନ୍ଦ୍ରାବତୀ ବତୀ ଜଳ ଭଣ୍ଡାର କେବଳ ଜଳସେଚନ କି ବିଦ୍ୟୁତ ଉତ୍ପାଦନ ପାଇଁ ନୁହେଁ ବରଂ ମାଛ ଉତ୍ପାଦନ ପାଇଁ…

ଯୁବକଙ୍କୁ ଆକ୍ରମଣ ମାମଲା: ଜେଲ୍‌ ଗଲେ ଅଭିଯୁକ୍ତ

ରିଷିଡା,୬।୭(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ରିଷିଡା ଫାଣ୍ଡି ଅଧୀନ ବଡଡୁଙ୍ଗୁରୀଗୁଡା ଗ୍ରାମରେ ରବିବାର ଅପରାହ୍ନରେ ଘଟିଥିବା ଏକ ମରଣାନ୍ତକ ଆକ୍ରମଣ ଘଟଣାରେ ଜଣେ ଯୁବକଙ୍କୁ ପୋଲିସ…

ପ୍ରଦୂଷଣ ନିୟନ୍ତ୍ରଣ ଆଇନ ଅବମାନନା: ସିଲ ହେଲା ୩ ହୋଟେଲ, କଲ୍ୟାଣ ମଣ୍ଡପ

ବରଗଡ଼,୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ରହିଥିବା ବିଭିନ୍ନ ହୋଟେଲ, କଲ୍ୟାଣ ମଣ୍ଡପ ଗୁଡ଼ିକ ସହରକୁ ପ୍ରଦୂଷଣ କରୁଥିବା ଅଭିଯୋଗ ହୋଇଛି। ଏପରିକି ସେମାନେ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର…

ବାହାଘରକୁ ଭଙ୍ଗା ପୋଲ ଅଡ଼ୁଆ: ବହୁଛି ୭ ଫୁଟ ପାଣି

ଭେଡେନ,୬।୭(ହୃଷୀକେଶ ଖମାରୀ): ବରଗଡ଼ ଜିଲାରେ ବର୍ଷା ଥମିବାର ନାଁ ନେଉ ନାହିଁ। ଅଧିକରୁ ଅଧିକ ବର୍ଷା ହେଉଥିବା ଯୋଗୁ ବିଭିନ୍ନ ନଦୀ, ନାଳର ଜଳସ୍ରୋତ ବୃଦ୍ଧି ପାଇଛି।…

ସମୁଦ୍ରଜଳରେ ଲୀନ ହୋଇଯିବ ତାମ୍ପରା ହ୍ରଦ: ଛତ୍ରପୁର ସହରକୁ ଘାରିବ ବିପଦ

ଛତ୍ରପୁର,୬।୭(ଦିଲ୍ଲୀପ ସାମଲ): ବଙ୍ଗୋପସାଗର ଗଞ୍ଜାମ ଜିଲାର ବିଭିନ୍ନ କୂଳକୁ ଅତିକ୍ରମ କରିବା ଘଟଣା ଗଣମାଧ୍ୟମରେ ଚର୍ଚ୍ଚା ଜୋର୍‌ ଧରିଛି। ଆଉ ଅନ୍ୟପଟେ ଛତ୍ରପୁର ପୌରପରିଷଦର ଜୀବନରକ୍ଷା କରୁଥିବା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ସୁନାମ: ହଠାତ୍‌ ଘଟିଗଲା…

ଦିଗପହଣ୍ଡି,୬।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡି ଗ୍ରାମର ଶ୍ରୀ ରଘୁନାଥ ମନ୍ଦିର ନିକଟସ୍ଥ ଏକ ପୋଖରୀରେ ବୁଡି ଜଣେ ବୃଦ୍ଧଙ୍କ…

ଲଭ-ସେକ୍ସ-ଧୋକା: ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୬।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁର ଜଣେ ଯୁବତୀଙ୍କୁ ଭଲ ପାଇ ବିବାହ କରିବା ପରେ ପ୍ରତାରଣା କରାଯାଇଥିବା ଅଭିଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri