ପୁରୁଷୋତ୍ତମ ଗମାଙ୍ଗଙ୍କ ମୃତ୍ୟୁର କ୍ରାଇମବ୍ରାଞ୍ଚ ତଦନ୍ତ କରାଯାଉ: ତାରାପ୍ରସାଦ ବାହିନୀପତି

ଗୁଣପୁର, ୩୦।୧୨(ଡି.ଏନ.ଏ)- ରାୟଗଡା ଜିଲା ପରିଷଦ ଅଧ୍ୟକ୍ଷ ପୁରୁଷୋତ୍ତମ ଗମାଙ୍ଗଙ୍କ ବାଇକ ଦୁର୍ଘଟଣାରେ ମୁତ୍ୟୁ ହୋଇଥିଲା l ଗୁଣପୁର ପୂର୍ତ୍ତବିଭାଗ ଡାକବଙ୍ଗଳାଠାରେ ସୋମବାର ଆୟୋଜିତ ଖବରଦାତା ସମ୍ମିଳନୀରେ ଏହି ଦୁର୍ଘଟଣାକୁ ନେଇ ସନ୍ଦେହ ପ୍ରକାଶ କରିଛନ୍ତି ବିଧାୟକ ତାରାପ୍ରସାଦ ବାହିନୀପତି। ଘଟଣାର ସତ୍ୟାସତ୍ୟ ଜାଣିବା ପାଇଁ କ୍ରାଇମବ୍ରାଞ୍ଚ ତଦନ୍ତ କିମ୍ବା ଉଚ୍ଚସ୍ତରୀୟ ତଦନ୍ତ କରାଯାଉ ବୋଲି ସେ ଦାବି କରିଛନ୍ତି। ୭ ଦିନ ମଧ୍ୟରେ ଘଟଣାର ତଦନ୍ତ ଆରମ୍ଭ ନ ହେଲେ ଦଳ ପକ୍ଷରୁ ଅବିଭକ୍ତ କୋରାପୁଟ ଜିଲାରେ ଆନ୍ଦୋଳନ କରାଯିବ ବୋଲି ଚେତାବନୀ ଦେଇଥିଲେ ବାହିନୀପତି। ସୂଚନାଯୋଗ୍ୟ, ଏକ ସଡ଼କ ଦୁର୍ଘଟଣାରେ ରାୟଗଡା ଜିଲା ପରିଷଦ ଅଧ୍ୟକ୍ଷ ପୁରୁଷୋତ୍ତମ ଗମାଙ୍ଗଙ୍କ ମୃତ୍ୟୁ ଘଟିଥିଲା। ଗତ ୨୪ ତାରିଖ ବିଳମ୍ବିତ ରାତିରେ ନିଜ ବାଇକରେ ରାମନାଗୁଡା ଅଭିମୁଖେ ଯାଉଥିବାବେଳେ ହଠାତ୍‌ ଭାରସାମ୍ୟ ହରାଇ ଗାଡିରୁ ତଳେ ପଡିଯାଇଥିଲେ। ଫଳରେ ତାଙ୍କର ମୃତ୍ୟୁ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ୟୁକ୍ରେନ ଉପରେ ରୁଷିଆର ବଡ଼ ଆକ୍ରମଣ; ୬୦୦ ଡ୍ରୋନ୍ ଏବଂ ୯୦ ମିସାଇଲ୍ ପ୍ରୟୋଗ, ୪ମୃତ

କିଭ,୨୪।୫: ରୁଷିଆ ୟୁକ୍ରେନର ରାଜଧାନୀ କିଭ୍ ଏବଂ ଆଖପାଖ ଅଞ୍ଚଳ ଉପରେ ଏକ ବଡ଼ ଆକ୍ରମଣ ଆରମ୍ଭ କରିଛି । ୟୁକ୍ରେନୀୟ ବାୟୁସେନା ଅନୁଯାୟୀ, ରୁଷିଆ ମୋଟ…

ରୋଗୀଙ୍କ ସହ ଦୁର୍ବ୍ୟହାର କରୁଛନ୍ତି ପାରଳାଖେମୁଣ୍ଡି ଚିକିତ୍ସାଳୟରେ ମୁତୟନ ସୁରକ୍ଷାକର୍ମୀ, ମୋବାଇଲ ନମ୍ବରରେ ୧୧ ସଂଖ୍ୟା…

ପାରଳାଖେମୁଣ୍ଡି,୨୪ା୫(ଗିରିଧାରୀ ପରିଛା): ବର୍ତ୍ତମାନ ପ୍ରବଳ ଖରା ହେଉଥିବା ବେଳେ ତାତିରୁ ତ୍ରାହି ପାଇଁ ଡହଳ ବିକଳ ହେଉଛନ୍ତି ଲୋକେ । ଏପରି ସ୍ଥଳେ ରୋଗୀଙ୍କ କଥା ଆହୁରି…

ଘୁମୁସର ବିକାଶ ପରିଷଦ ବୈଠକ, ଜିଲା ଅନ୍ଦୋଳନକୁ ତ୍ୱରାନ୍ୱିତ କରିବା….

ଭଞ୍ଜନଗର,୨୪।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରର ବରିଷ୍ଠ ଆଇନଜୀବୀ ସୋମନାଥ ନାୟକଙ୍କ ବାସଭବନରେ ରବିବାର ଘୁମୁସର ବିକାଶ ପରିଷଦର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ…

ରୋଗୀ ସ୍ଥାନାନ୍ତର ବେଳେ ଚାଲିଲାନି ଆମ୍ବୁଲାନ୍ସ, ଘରୋଇ ଗାଡ଼ିରେ ବ୍ରହ୍ମପୁର ମେଡିକାଲ ଗଲେ

ଛତ୍ରପୁର,୨୪ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଛତ୍ରପୁର ଉପଖଣ୍ଡ ସରକାରୀ ହସ୍ପିଟାଲରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି । ଜଣେ ଶିଶୁର ଅବସ୍ଥା ଗୁରୁତର ହେବାରୁ ତାଙ୍କୁ…

ପ୍ରେମ ପାଇଁ ଜୀବନ ହାରିଲେ ଯୁବକ: ଭିଡିଓ ଭାଇରାଲ

ଭୁବନେଶ୍ୱର,୨୪।୫: ମୟୂରଭଞ୍ଜ ଜିଲା ରାସଗୋବନ୍ଦପୁର ଥାନା ମାଣିନ୍ଦା ଅଞ୍ଚଳରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ପ୍ରେମ ପାଇଁ ଜଣେ ଯୁବକ ବିଷ ପିଇ ସୋସିଆଲ ମିଡିଆରେ…

ଭୋ ଭୋ ହୋଇ କାନ୍ଦି ଗଡ଼ିଲେ ମା’, ଭାଇ ଦେଲେ ମୁଖାଗ୍ନି; ପଞ୍ଚଭୂତରେ ବିଲୀନ ହେଲେ ଟ୍ବିଶା…

ଭୋପାଳ,୨୪।୫: ପଞ୍ଚଭୂତର ବିଲୀନ ହେଲେ ମଡେଲ ତଥା ଅଭିନେତ୍ରୀ ଟ୍ବିଶା ଶର୍ମା। ରବିବାର ଭୋପାଳର ଭଦଭଦା ଶ୍ମଶାନ ଘାଟରେ ତାଙ୍କର ଅନ୍ତିମ ସଂସ୍କାର ସମ୍ପନ୍ନ ହୋଇଛି। ଟ୍ବିଶାଙ୍କ…

ଯନ୍ତ୍ରୀଙ୍କ ପିସି କାରବାର ଅଭିଯୋଗ, ବିଦ୍ୟାଳୟ ରୂପାନ୍ତରୀକରଣ କରି ପାଇଁ ଥାନାର ଦ୍ୱାରସ୍ଥ ହେଲେ ଯୁବକ

ଥୁଆମୂଳ ରାମପୁର,୨୪ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ କନିଷ୍ଠ ଯନ୍ତ୍ରୀ ଓ ଅସାଧୁ ବ୍ୟକ୍ତିଙ୍କ ମଧୁଚନ୍ଦ୍ରିକା ଏବେ ଚରମ ସୀମାରେ ପହଞ୍ଚିଛି। ଆଦିବାସୀ ବହୁଳ…

ପୁଅକୁ ମେଡିକାଲ ନେବାବେଳେ ବାପାଙ୍କ କୋଳରେ ଚାଲିଗଲା ଜୀବନ, ପୂରା ଘଟଣା ଜାଣିଲେ ଆଖିରେ ଆସିଯିବ ଲୁହ

ଲକ୍ଷ୍ନୌ,୨୪ା୫: ସୋସିଆଲ ମିଡିଆରେ ଏକ ହୃଦୟ ବିଦାରକ ଭିଡିଓ ଦ୍ରୁତ ଗତିରେ ଭାଇରାଲ ହେଉଛି। ଯେଉଁଥିରେ ଦେଖାଯାଉଛି ଏକ ନିଷ୍ପାପ ଶିଶୁର ଜୀବନ କିଛି ମୁହୂର୍ତ୍ତ ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri