ପୁରୁଷୋତ୍ତମପୁର, ୧୪।୯(ଡି.ଏନ୍.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ଜାତୀୟ ଲୋକଅଦାଲତ ଶନିବାର ଅନୁଷ୍ଠିତ ହୋଇଯାଇଛି। ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ଅଦାଲତରେ ବିଚାରପତି ଅନ୍ନପୂର୍ଣ୍ଣା ଷଡ଼ଙ୍ଗୀ ବିଭିନ୍ନ ପ୍ରକାର ଫୌଜଦାରୀ, ପାରିବାରିକ, ଦେୱାନୀ, ଚେକ୍ ବାଉନ୍ସ ଓ ବ୍ୟାଙ୍କ ସମ୍ବନ୍ଧୀୟ ମାମଲାର ବିଚାର କରି ଫଇସଲା କରିଛନ୍ତି। ଏ ବାବଦରେ ୨ ଲକ୍ଷ ୭୧ ହଜାର ୭୮୪ ଟଙ୍କା ଜରିମାନା ଆଦାୟ ହୋଇଛି। ତହସିଲ କାର୍ଯାଳୟଠାରେ ତହସିଲଦାର ଅରୁଣ କୁମାର ନାୟକ ଓ ଅତିରିକ୍ତ ତହସିଲଦାର ଶୋଭନ କୁମାର ବେହେରା ଉକ୍ତ ମାମଲାର ବିଚାର କରି ଫଇସଲା କରିଛନ୍ତି। ଏ ବାବଦରେ ୫ହଜାରରୁ ଊର୍ଦ୍ଧ୍ୱ ଟଙ୍କା ରାଜସ୍ବ ଆଦାୟ ହୋଇଥିବା ତହସିଲଦାର ନାୟକ କହିଛନ୍ତି। ଲୋକ ଅଦାଲତକୁ କୋର୍ଟ କର୍ମଚାରୀ ପ୍ରଶାନ୍ତ କୁମାର ପାଢ଼ୀ, ଗଗନ ପାଣିଗ୍ରାହୀ, ମମତା ମଞ୍ଜରୀ ମହାପାତ୍ର, ମାମୁନି ବେହେରା, ରଶ୍ମୀରଞ୍ଜନ ମହାପାତ୍ର, ପ୍ରସନ୍ନ ବେହେରା ପ୍ରମୁଖ ପରିଚାଳନା କରିଥିଲେ ।
Posted inଆମ ଜିଲା ଖବର, ଗଞ୍ଜାମ View All
ରେଳ ଷ୍ଟେଶନରୁ ଶିଶୁ ଚୋରି ଘଟଣାରେ ନୂଆ ଟ୍ବିଷ୍ଟ୍: ବାପା ହିଁ ରଚିଥିଲେ ଷଡଯନ୍ତ୍ର: ଜାଣନ୍ତୁ ସମ୍ପୂର୍ଣ୍ଣ ଘଟଣା
ନିରାକାରପୁର,୯।୪(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ରେଳ ଡିଭିଜନ ଅନ୍ତର୍ଗତ ନିରାକାରପୁର ରେଳଷ୍ଟେଶନରେ ଶିଶୁ ଚୋରି ଘଟଣାରେ ନୂଆ ଟ୍ବିଷ୍ଟ୍। ଶିଶୁ ଚୋରି କାହାଣୀ ବାପା ନିଜେ ରଚିଥିବା…
ରାସ୍ତା-ଡ୍ରେନ୍ ନିର୍ମାଣ ନ ହେଲେ ଭୋଟ୍ ବର୍ଜନ ପାଇଁ ଚେତାବନୀ ଦେଲେ ଗ୍ରାମବାସୀ
କେନ୍ଦୁଝର,୯ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ପଦ୍ମପୁର ପଞ୍ଚାୟତ ବନାଯୋଡ଼ି ଗ୍ରାମର ଭୁରୁଡ଼ିସାହିରେ ରାସ୍ତା ଓ ଡ୍ରେନ ନିର୍ମାଣ ନ ହେଲେ ଗ୍ରାମବାସୀ ଆଗାମୀ…
ବିବାହ ଭୋଜିରୁ ଫେରୁଥିବାବେଳେ ଅଘଟଣ: ଜଣେ ମୃତ,୨ ଗୁରୁତର
ମୁନିଗୁଡ଼ା,୯।୪ (ନନ୍ଦ କିଶୋର ପଟ୍ଟନାୟକ): ମୁନିଗୁଡା ଥାନା ଅନ୍ତର୍ଗତ ଲିଟିଗୁଡା ଛକ ନିକଟରେ ଗୁରୁବାର ଦୁଇ ବାଇକ ମୁହାମୁହିଁ ଧକ୍କା ହୋଇଛି। ଫଳରେ ଘଟଣାସ୍ଥଳରେ ଜଣକର ମୃତ…
ବିଳମ୍ବିତ ରାତିରେ ପୂଜା ପାଆନ୍ତି ମା’ ରକ୍ଷାକାଳୀ, ୬୮ ବର୍ଷ ପୂର୍ବେ ଲୋକେ…
ମହାକାଳପଡ଼ା,୯ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ୧୯୪୯, ୫୦, ୫୧ ଓ ୫୨ ମସିହାଠାରୁ ଅନେକ ବଙ୍ଗୀୟ ଶରଣାର୍ଥୀ ପରିବାରଙ୍କୁ ଉଭୟ କେନ୍ଦ୍ର…
ଦୁର୍ବ୍ୟବହାର ଅଭିଯୋଗରେ ତାତିଲେ ଲୋକେ, ପିଇଓ-ଆରଆଇଙ୍କୁ ତାଲା ପକାଇ…
ପାଟଣା,୯।୪(ବୀର କିଶୋର ଦାଶ): କାଳବୈଶାଖି କ୍ଷତିଗ୍ରସ୍ତ ଲୋକଙ୍କୁ ପଲିଥିନ ବଣ୍ଟନରେ ଅନିୟମିତତା ଓ ହିତାଧିକାରୀଙ୍କୁ ଆରଆଇଙ୍କ ଦୁର୍ବ୍ୟବହାର ଅଭିଯୋଗ ହୋଇଛି। ତେବେ ଗୁରୁବାର ପାଟଣା ବ୍ଲକ ବଡ…
ରାସ୍ତା କାମରେ ଅନିୟମିତତା ଅଭିଯୋଗ: ସ୍ଥାୟିତ୍ୱ ନେଇ ପ୍ରଶ୍ନବାଚୀ
ଲୋଇସିଂହା,୯।୪(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ଲୋଇସିଂହା ଓ ଆଗଲପୁର ବ୍ଲକରେ ରାସ୍ତା ଓ କୋଠାବାଡି କାମ ହେଉଛି। ହେଲେ ଅଧିକାଂଶ ସମୟରେ…
କ୍ଷତିପୂରଣ ସହାୟତା ପାଇଁ ଦାବି: ଜିଲାପାଳଙ୍କୁ ଫେରାଦ ହେଲେ ଚାଷୀ
ବରଗଡ଼, ୯ା୪(ପ୍ରେମାନନ୍ଦ ଖମାରୀ):କାଳବୈଶାଖୀ ପ୍ରଭାବରେ ଗତ ସୋମବାର ଅପରାହ୍ନରେ ହୋଇଥିବା ଝଡ଼ବର୍ଷା, କରାମାଡ଼ରେ ବରଗଡ଼ ଜିଲାର ବିଭିନ୍ନ ବ୍ଲକରେ ଚାଷୀଙ୍କ ଫସଲ କ୍ଷତି ହୋଇଛି। ପ୍ରାରମ୍ଭିକ ଭାବେ…
ଦୁର୍ଘଟଣାଗ୍ରସ୍ତ ଗାଡିରୁ ଚାଉଳ ଚୋରି: ଥାନାରେ ପହଞ୍ଚିଲା ମାମଲା
ଲୋଇସିଂହା,୯।୪(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଲୋଇସିଂହା ବ୍ଲକ ଛକ ଅଞ୍ଚଳରେ ଏକ ଦୁର୍ଘଟଣାଗ୍ରସ୍ତ ବୋଲେରୋ ପିକଅପ ଗାଡିରୁ ଚାଉଳ ଚୋରି ଘଟଣା ସାମ୍ନାକୁ ଆସିଛି। ସୂଚନା…
Archives

