Posted inଜାତୀୟ

ପୁଲଓ୍ବାମାରେ ୨ଜଣଙ୍କୁ ଅପହରଣ କଲେ ଆତଙ୍କବାଦୀ: ଜଣଙ୍କୁ ହତ୍ୟା

ଶ୍ରୀନଗର,୨୭।୮ : ଜମ୍ମୁ-କଶ୍ମୀର ପୁଲଓ୍ବାମା ଜିଲାର ତ୍ରାଲରେ ସୋମବାର ସନ୍ଧ୍ୟାରେ ୨ଜଣ ବ୍ୟକ୍ତିଙ୍କୁ ଆତଙ୍କବାଦୀ ଅପହରଣ କରନେଇଛନ୍ତି। ଅପହରଣ କରିଥିବା ୨ବ୍ୟକ୍ତିଙ୍କ ମଧ୍ୟରୁ ଜଣଙ୍କୁ ହତ୍ୟା କରାଯାଇଥିବା ଜଣାପଡ଼ଛି। ସୂଚନାଯୋଗ୍ୟ, ସୋମବାର ସନ୍ଧ୍ୟାରେ ତ୍ରାଲର ଏକ ଜଙ୍ଗଲରୁ ଗୁର୍ଜର ସମ୍ପ୍ରଦାୟର ୨ଜଣ ବ୍ୟକ୍ତିଙ୍କୁ ଆତଙ୍କବାଦୀ ଅପହରଣ କରିନେଇଥିଲେ। ଅପହୃତମାନେ ହେଲେ ରାଜୌରୀ ଜିଲାର ଅବଦ୍ଦୁଲ କାଦିର ଓ ଓ ଶ୍ରୀନଗରର ମଞ୍ଜୁର ଅହମ୍ମଦ। ଅପହରଣ ଖବର ପାଇବା ପରେ ସୁରକ୍ଷାକର୍ମୀ ସ୍ଥାନୀୟ ଅଞ୍ଚଳରେ ସର୍ଚ୍ଚ ଅପରେସନ୍‌ ଆରମ୍ଭ କରିଥିଲେ। ତେବେ ମଙ୍ଗଳବାର ସକାଳେ ଅପହୃତଙ୍କ ମଧ୍ୟରୁ ଜଣଙ୍କର ମୃତଦେହ ମିଳିଥିବା ବେଳେ ଅନ୍ୟଜଣଙ୍କୁ ଖୋଜୁଛି ପୋଲିସ। ଅନ୍ୟପଟେ ଜମ୍ମୁ-କାଶ୍ମୀରରୁ ଅନୁଚ୍ଛେଦ ୩୭୦ ହଟାଇ ଦିଆଯିବା ପରେ ଘାଟିରେ ଏହା ହେଉଛି ପ୍ରଥମ ଆତଙ୍କବାଦୀ ଆକ୍ରମଣ ଘଟଣା।


Enter your email to get our daily news in your inbox.

All Right Reserved By Dharitri.Com

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

କଟକରେ ଫୁଟିଲା ଗୁଳି, ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ

କଟକ,୧୮।୨(କାର୍ତ୍ତିକ ସାହୁ): ଭୋଜି ଚାଲିଥିଲା ବେଳେ ଗୁଳିମାଡ଼ । ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ । କଟକ ମଧୁପାଟଣା ଥାନା ନୂଆପଡ଼ା ପ୍ରେସ୍‌ କଲୋନୀରେ ଫାୟାରିଂ ହୋଇଥିବା…

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri