Posted inଜାତୀୟ

ପୁଲ୍‌ଓ୍ବାମା ଆକ୍ରମଣ: ଜଣେ ଗିରଫ

ପୁଲ୍‌ଓ୍ବାମା,୨୯ା୨(ପି.ଟି.):ପୁଲ୍‌ଓ୍ବାମା ଆତଙ୍କବାଦୀ ଆକ୍ରମଣ ଘଟଣାରେ ଜାତୀୟ ତଦନ୍ତକାରୀ ସଂସ୍ଥା (ଏନ୍‌ଆଇଏ)କୁ ଶୁକ୍ରବାର ପ୍ରଥମ ବଡ଼ ସଫଳତା ମିଳିଛି। ଗତବର୍ଷ ଫେବୃୟାରୀ ୧୪ରେ ହୋଇଥିବା ଏହି ଆତ୍ମଘାତୀ ଆକ୍ରମଣରେ ୪୦ ସିଆର୍‌ପିଏଫ୍‌ ଯବାନ ଶହୀଦ ହୋଇଥିଲେ। ଏହି ମାମଲାରେ ଜୈଶ-ଇ-ମହମ୍ମଦ (ଜେଇଏମ୍‌)ର ଜଣେ ସମର୍ଥକ (ଓଭରଗ୍ରାଉଣ୍ଡ ଓ୍ବାର୍କର)ଙ୍କୁ ଗିରଫ କରାଯାଇଛି। ଶାକିର ବଶିର ମାଗ୍ରେ ନାମକ ଏହି ଅଭିଯୁକ୍ତଙ୍କ ଘର ପୁଲ୍‌ଓ୍ବାମା ଜିଲାର କାକପୋରା ଅନ୍ତର୍ଗତ ହାଜିବାଲରେ। ସେ ଆତ୍ମଘାତୀ ଆଦିଲ ଅହମଦ ଦର୍‌ଙ୍କୁ ଆଶ୍ରୟ ଦେବା ସହ ଅନ୍ୟାନ୍ୟ ସହାୟତା ଯୋଗାଇଦେଇଥିଲେ। ୨୦୧୮ ମଧ୍ୟଭାଗରେ ଶାକିରଙ୍କର ଆଦିଲଙ୍କ ସହ ପରିଚୟ ହୋଇଥିଲା। ପୁଲ୍‌ଓ୍ବାମା ଆକ୍ରମଣରେ ସମ୍ପୃକ୍ତ ଆତଙ୍କବାଦୀଙ୍କ ସମେତ ଅନ୍ୟମାନଙ୍କୁ ସେ ବିଭିନ୍ନ ସମୟରେ ଅସ୍ତ୍ରଶସ୍ତ୍ର, ଗୁଳିଗୋଳା, ଟଙ୍କା ଓ ବିସ୍ଫୋରକ ସାମଗ୍ରୀ ଯୋଗାଇଦେଉଥିଲେ ବୋଲି ଜେରା ବେଳେ ସ୍ବୀକାର କରିଛନ୍ତି। ସେ ପାକିସ୍ତାନୀ ଆତଙ୍କବାଦୀ ମହମ୍ମଦ ଉମର ଫାରୁକ୍‌ଙ୍କୁ ମଧ୍ୟ ନିଜ ଘରେ ଆଶ୍ରୟ ଦେବା ସହ ଆଇଇଡି ପ୍ରସ୍ତୁତିରେ ସହାୟତା କରିଥିଲେ। ଜମ୍ମୁ-ଶ୍ରୀନଗର ଜାତୀୟ ରାଜପଥରେ ସିଆର୍‌ପିଏଫ୍‌ ଗାଡ଼ି ଚଳାଚଳ ଉପରେ ନଜର ରଖି ଏ ସମ୍ପର୍କରେ ଉମର ଓ ଆଦିଲଙ୍କୁ ସୂଚନା ଦେଉଥିଲେ। ବିସ୍ଫୋରଣ ପୂର୍ବରୁ ମାରୁତି ଇକୋ କାର୍‌ରେ ଆଇଇଡି ଖଞ୍ଜିବାରେ ମଧ୍ୟ ସେ ସହାୟତା କରିଥିଲେ ବୋଲି ଜେରା ବେଳେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri