ପୁଲ୍‌ଓ୍ବାମା ଶହୀଦଙ୍କ ଝିଅଙ୍କୁୁ ପୋଷ୍ୟ ସନ୍ତାନ ଭାବେ ଗ୍ରହଣ କଲେ ଜିଲାପାଳ

ଦେଶର ସୁରକ୍ଷା ଦାୟିତ୍ୱରେ ଥିବା ଯବାନମାନେ ପ୍ରତିକୂଳ ପରିସ୍ଥିତିରେ ଥାଇ ସୁଦ୍ଧା ଜନସାଧାରଣଙ୍କ ସେବା କରିବାକୁ ଭୁଲନ୍ତି ନାହିଁ। ହେଲେ ଜଣେ ଯବାନ ଶହୀଦ ହେବା ପରେ, ପରିବାର ଉପରେ ବିପଦ ମାଡ଼ିଆସେ। ଏହାକୁ ଦୃଷ୍ଟିରେ ରଖି ବର୍ତ୍ତମାନ ସମୟରେ ଯବାନମାନଙ୍କ ପରିବାରର ସୁରକ୍ଷା ଲାଗି ଅନେକ କାର୍ଯ୍ୟକ୍ରମ ହାତକୁ ନିଆଯାଉଛି। ଏତଦ୍‌ବ୍ୟତୀତ କଳାକାର, ଖେଳାଳିମାନେ ମଧ୍ୟ ଶହୀଦଙ୍କ ପରିବାରକୁ ସହାୟତାର ହାତ ବଢ଼ାଉଛନ୍ତି। ତେବେ ବିହାର ଶେଖପୁରା ଜିଲାର ଜିଲାପାଳ ପୁଲ୍‌ଓ୍ବାମା ଶହୀଦଙ୍କ ପିଲାଙ୍କ ଲାଳନପାଳନ ଖର୍ଚ୍ଚ ତୁଲାଇବେ ବୋଲି ଘୋଷଣା କରି ଚର୍ଚ୍ଚାକୁ ଆସିଛନ୍ତି। ସେ ହେଲେ ଇନାୟତ ଖାନ। ପ୍ରଥମେ ସେ ଜଣେ ଇଞ୍ଜିନିୟର ଥିବା ବେଳେ ୨୦୧୧ ମସିହାରେ ସିଭିଲ ସେବା ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ବିହାରର ଉକ୍ତ ଜିଲାରେ ଜିଲାପାଳ ଭାବେ ଯୋଗ ଦେଇଥିଲେ। ଇନାୟତ ଜଣେ ଅନୁଶାସିତ ଅଫିସର ଭାବେ ସରକାରୀ ବ୍ୟବସ୍ଥାକୁ ସୁଧାରିବାକୁ ଅନେକ କାମ କରିଆସୁଛନ୍ତି। ଏଥିସହ ସେ ବିହାରର ଶହୀଦ ସିଆରପିଏଫ୍‌ ଯବାନ ରତନ କୁମାର ଠାକୁର ଏବଂ ସଞ୍ଜୟ ସିହ୍ନାଙ୍କୁ ଶ୍ରଦ୍ଧାଞ୍ଜଳି ଦେବାକୁ ଯାଇ ଉଭୟଙ୍କ ଗୋଟିଏ-ଗୋଟିଏ ଝିଅଙ୍କୁ ପୋଷ୍ୟ ସନ୍ତାନ ଭାବେ ଗ୍ରହଣ କରିଛନ୍ତି। ସେ ଆଜୀବନ ଉଭୟଙ୍କ ପାଠପଢ଼ା ଏବଂ ଅନ୍ୟାନ୍ୟ ଖର୍ଚ୍ଚ ତୁଲାଇବେ ବୋଲି କହିଛନ୍ତି। ଏହାବ୍ୟତୀତ ଇନାୟତ ସର୍ବଦା ନିଜ ଦରମାର ଦୁଇ ଦିନର ବେତନ ଉଭୟ ପରିବାରକୁ ଦେବେ ବୋଲି ଘୋଷଣା କରିଛନ୍ତି। ସେ କୁହନ୍ତି, ଯଦି ଭଗବାନ ତୁମକୁ ସକ୍ଷମ କରିଛନ୍ତି, ତେବେ ଅନ୍ୟମାନଙ୍କ କାମରେ ଆସିବା ବୋଲି ସେ ବିଶ୍ୱାସ କରନ୍ତି। ଜିଲାପାଳଙ୍କ ଏଭଳି କାର୍ଯ୍ୟକୁ ବିଭିନ୍ନ ମହଲରେ ପ୍ରଶଂସା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଏସିଏଫ ସୋମ୍ୟରଞ୍ଜନ ମୃତ୍ୟୁ ମାମଲାରେ ବଡ଼ ଟ୍ବିଷ୍ଟ, ଆତ୍ମସମର୍ପଣ କଲେ ପୂର୍ବତନ ଡିଏଫଓ

ପାରଳାଖେମୁଣ୍ଡି,୨୭।୭(ଗିରିଧାରୀ ପରିଛା): ବହୁଚର୍ଚ୍ଚିତ ଏସିଏଫ ସୋମ୍ୟରଞ୍ଜନ ମହାପାତ୍ରଙ୍କ ସନ୍ଦେହଜନକ ମୃମାମଲାରେ ତତ୍କାଳୀନ ଗଜପତି ଡିଏଫଓ ସଂଗ୍ରାମ କେଶରୀ ବେହେରା ସୋମବାର ପାରଳାଖେମୁଣ୍ଡି ଏସଡିଜେଏମ୍‌ଙ୍କ(SDJM) ଅଦାଲତରେ ଆତ୍ମସମର୍ପଣ କରିଛନ୍ତି।…

ଜଣାପଡିଲା ଭାଜପାର ଭିତିରି ଗେମ୍‌: ଇସ୍ତଫା ଦେବା ପରେ ଧର୍ମେନ୍ଦ୍ରଙ୍କୁ ମିଳିବ ଏହି ବଡ଼ ଦାୟିତ୍ୱ! ଓଡ଼ିଶାରେ…

ନୂଆଦିଲ୍ଲୀ, ୨୭॥୭: ଧର୍ମେନ୍ଦ୍ର ପ୍ରଧାନ ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ରାଷ୍ଟ୍ରପତି ତାଙ୍କ ଇସ୍ତଫାକୁ ଗ୍ରହଣ କରିଥିବା ବେଳେ ପ୍ରହ୍ଲାଦ ଜୋଶୀଙ୍କୁ ଦେଶର ନୂତନ ଶିକ୍ଷାମନ୍ତ୍ରୀ ଭାବେ…

ପୁଣି ବଡ଼ ଆନ୍ଦୋଳନ! CJP ପରେ ସଂସଦ ପଦଯାତ୍ରା ଘୋଷଣା କଲା ଏହି ଦଳ, ସରକାରଙ୍କୁ ଘାରିଲା ଭୟ

ନୂଆଦିଲ୍ଲୀ, ୨୭॥୭: ଇଥାନଲ ମିଶ୍ରିତ ପେଟ୍ରୋଲ ଅର୍ଥାତ୍‌ E20 ବିରୋଧରେ ଚାଲିଥିବା ବିରୋଧ ବର୍ତ୍ତମାନ ଏକ ନୂତନ ରାଜନୈତିକ ଏବଂ ସାମାଜିକ ଅଭିଯାନର ରୂପ ନେଉଥିବାର ଦେଖାଯାଉଛି।…

ରସଗୋଲା ଶ୍ରୀଜଗନ୍ନାଥ ସଂସ୍କୃତିର ଅନନ୍ୟ ପରିଚୟ

ଭୁବନେଶ୍ୱର,୨୭ା୭ (ସୌମ୍ୟରଞ୍ଜନ ରାଉତ): ରଥାରୂଢ଼ ଶ୍ରୀଜୀଉଙ୍କ ନୀଳାଦ୍ରି ବିଜେ ଅବସରରେ ରବିବାର ସାରା ରାଜ୍ୟରେ ଉତ୍ସାହର ସହ ପାଳନ ହେଉଛି ରସଗୋଲା ଦିବସ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଶ୍ରୀମନ୍ଦିରକୁ…

ମୁଖ ଗହ୍ବର କ୍ୟାନ୍‌ସର ପଛର କିଛି କଥା…

କଥାରେ ଅଛି-କ୍ୟାନ୍‌ସର: ନୋ ଆନ୍‌ସର। କିନ୍ତୁ ଆଜିକାଲି ଏହାକୁ ପ୍ରାରମ୍ଭିକ ପର୍ଯ୍ୟାୟରେ ନିରୂପଣ କରାଯାଇପାରୁଛି ଏବଂ ତାହାର ସଫଳ ଚିକିତ୍ସା ମଧ୍ୟ ହୋଇପାରୁଛି। କିନ୍ତୁ ଯଦି ଅବହେଳାରୁ…

ଛାତ୍ରଙ୍କୁ AK47ରେ ଫାୟାରିଂ: ପୋଲିସ ଅଧିକାରୀ ସସ୍‌ପେଣ୍ଡ

ପାଟନା,୨୭।୭: ବିହାରରେ ଛାତ୍ରଙ୍କ ଉପରକୁ ଗୁଳିଚାଳନା କରିଥିବା ଜଣେ ପୋଲିସ ଅଧିକାରୀଙ୍କୁ ସସ୍‌ପେଣ୍ଡ କରାଯାଇଛି। AK-47 ରାଇଫଲରୁ ଫାୟାରିଂ ଭିଡିଓ ଭାଇରାଲ ହେବା ପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ଡେଙ୍ଗୁ: ଅବହେଳା ହୋଇପାରେ ଘାତକ

ବର୍ଷାଦିନେ ଡେଙ୍ଗୁ ଦ୍ରୁତ ଗତିରେ ବ୍ୟାପିଥାଏ। ତେଣୁ ନିଜକୁ ସୁରକ୍ଷିତ ରଖିବା ପାଇଁ ଜନସାଧାରଣଙ୍କୁ ବିଭିନ୍ନ ଦିଗରେ ସାବଧାନତା ଅବଲମ୍ବନ କରିବା ଉଚିତ। ଏହି ରୋଗ ଏଡିସ୍‌…

ୱାଙ୍ଗଚୁକଙ୍କ ବଡ଼ ଘୋଷଣା: କହିଲେ- ଘରକୁ ଯିବା ପୂର୍ବରୁ…

ନୂଆଦିଲ୍ଲୀ, ୨୭॥୭: ପରିବେଶ କର୍ମୀ ସୋନମ ୱାଙ୍ଗଚୁକଙ୍କ ଦିଲ୍ଲୀର ଜନ୍ତର-ମନ୍ତରରେ ହୋଇଥିବା ଆନ୍ଦୋଳନରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଥିଲା। ସେ ଅନେକ ଦିନ ଧରି ଅନଶନରେ ବସିଥିଲେ। ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri