Posted inଜାତୀୟ

ପୁଲ୍‌ଓ୍ବାମାରେ ପୁଣି ଆତଙ୍କବାଦୀ ଆକ୍ରମଣ

ଶ୍ରୀନଗର,୧୮ା୬(ଆଇଏଏନ୍‌ଏସ୍‌): ଜମ୍ମୁ-କଶ୍ମୀରର ପୁଲ୍‌ଓ୍ବାମା ଜିଲାରେ ଆତଙ୍କବାଦୀମାନେ ପୁଣି ଥରେ ସୁରକ୍ଷା କର୍ମୀଙ୍କୁ ଆକ୍ରମଣ କରିଛନ୍ତି। ସେମାନଙ୍କ ଆକ୍ରମଣରେ ୪ ଜଣ ଯବାନ ଆହତ ହୋଇଛନ୍ତି। ସୋମବାର ୪୪ ରାଷ୍ଟ୍ରୀୟ ରାଇଫଲ୍ସର ଗାଡ଼ିଗୁଡିକୁ ଆତଙ୍କବାଦୀମାନେ ଟାର୍ଗେଟ କରି ଆଇଇଡି (ଉନ୍ନତ ମାନର ବିସ୍ଫୋରକ)ରେ ଆକ୍ରମଣ କରିଥିଲେ। ଅରିହାଲ-ଲସିପୋରା ରାସ୍ତା ଦେଇ ଯବାନମାନଙ୍କ ଯାନ ଯାଉଥିବାବେଳେ ଅରିହାଲ ଗ୍ରାମ ନିକଟରେ ଆଇଇଡି ବିସ୍ଫୋରଣ ହୋଇଥିଲା ବୋଲି ପୋଲିସ କହିଛି। ବିସ୍ଫୋରଣରେ ସେନାର ବୁଲେଟ ଓ ଲ୍ୟାଣ୍ଡମାଇନ୍‌ ନିରୋଧୀ କାସ୍‌ପର ଯାନ କ୍ଷତିଗ୍ରସ୍ତ ହୋଇଛି। ଏହା ପରେ ସୁରକ୍ଷା ବଳ ଓ ଆତଙ୍କବାଦୀଙ୍କ ମଧ୍ୟରେ ଦୀର୍ଘ ସମୟ ଧରି ଗୁଳି ବିନିମୟ ହୋଇଥିଲା। ଲ୍ୟାଣ୍ଡମାଇନ ଆକ୍ରମଣରୁ ଅନ୍ୟ ଗାଡ଼ିଗୁଡିକୁ ସୁରକ୍ଷା ଦେବା ଲାଗି କାସ୍‌ପର ଯାନ ଆଗରେ ଯାଇଥାଏ। ତେବେ ବିସ୍ଫୋରକ ଏତେ ଶକ୍ତିଶାଳୀ ଥିଲା ଯେ ତାହା କାସ୍‌ପର ଯାନକୁ ମଧ୍ୟ କ୍ଷତିଗ୍ରସ୍ତ କରିଦେଇଛି। ସେନା ଉକ୍ତ ଅଞ୍ଚଳକୁ ଘେରାବନ୍ଦୀ କରିଛି। ଗତ ଫେବୃୟାରୀ ୧୪ରେ ସିଆରପିଏଫର ଏକ ବସ୍‌କୁ ଆତଙ୍କବାଦୀ ଆତ୍ମଘାତୀ ବିସ୍ଫୋରରଣରେ ଉଡାଇ ଦେଇଥିଲେ। ଏଥିରେ ୪୦ରୁ ଊର୍ଦ୍ଧ୍ୱ ଯବାନ ଶହୀଦ ହୋଇଥିଲେ। ଉକ୍ତ ଆକ୍ରମଣସ୍ଥଳଠାରୁ ୨୭ କିଲୋମିଟର ଦୂରରେ ସୋମବାର ବିସ୍ଫୋରଣ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

କନ୍ୟା ସନ୍ତାନ ପ୍ରସବ କଲେ ନାବାଳିକା, ଧରାପଡ଼ିଲେ ଅଭିଯୁକ୍ତ

ଛେଣ୍ଡିପଦା,୧୮।୬(ଅଜିତ ଧଳ): ଅନୁଗୋଳ ଜିଲା ଜରପଡା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜିଲା ମୁଖ୍ୟ ଚିକିତ୍ସାଳୟରେ ଜଣେ ୧୬ ବର୍ଷୀୟା ଆଦିବାସୀ ନାବାଳିକା…

ଘୁଞ୍ଚିଲା ଆର୍‌ଆଇ ପରୀକ୍ଷା, କାହିଁକି ଜାଣନ୍ତୁ…

ଭୁବନେଶ୍ୱର,୧୮।୬: OSSSC ପକ୍ଷରୁ ଆୟୋଜିତ ହେବାକୁ ଥିବା ଆର୍‌ଆଇ ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଛି। ଆସନ୍ତା ୨୦ ତାରିଖରେ ହେବାକୁ ଥିବା ପରୀକ୍ଷା ୨୮ ତାରିଖରେ ହେବ ବୋଲି…

ଫ୍ରାନ୍ସରେ ମୋଦିଙ୍କ ବଡ଼ ବୟାନ, କହିଲେ ଫ୍ରାନ୍ସରେ ମୋଟ ଯେତିକି ଘର ଅଛି ଆମେ ୧୨ ବର୍ଷରେ ସେତିକି ଘର ନିର୍ମାଣ କରିଦେଇଛୁ

ପ୍ୟାରିସ,୧୬।୮: ଗୁରୁବାର (୧୮ ଜୁନ, ୨୦୨୬) ଦିନ ପ୍ୟାରିସରେ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମନ୍ତବ୍ୟ ଦେଇଥିଲେ ଯେ ପ୍ୟାରିସ ହେଉଛି ରଙ୍ଗର…

ହକି ତାରକା ମନପ୍ରୀତଙ୍କ ରେକର୍ଡ, ଫିଟନେସ ପାଇଁ କୋହଲିଙ୍କୁ ଦେଲେ ଶ୍ରେୟ

ନୂଆଦିଲ୍ଲୀ, ୧୮।୬: ଭାରତୀୟ ହକି ତାରକା ମନପ୍ରୀତ ସିଂ ନିକଟରେ ଭାରତ ପକ୍ଷରୁ ସର୍ବାଧିକ ୪୧୩ ମ୍ୟାଚ ଖେଳିବାର ରେକର୍ଡ ଅର୍ଜନ କରିଛନ୍ତି। ମନପ୍ରୀତ ପୂର୍ବତନ ଅଧିନାୟକ…

ସାରା ବିଶ୍ୱକୁ ଆଶ୍ୱସ୍ତି, ଶେଷ ହେଲା ଯୁଦ୍ଧ! ଫ୍ରାନ୍ସର ଭର୍ସେଲ୍ସ ପ୍ୟାଲେସରେ ଶାନ୍ତି ଚୁକ୍ତି ସ୍ବାକ୍ଷର କଲେ ଟ୍ରମ୍ପ

ପ୍ୟାରିସ,୧୬।୮: ଫରାସୀ ରାଜଧାନୀ ପ୍ୟାରିସରୁ ପ୍ରାୟ 20 କିଲୋମିଟର ଦକ୍ଷିଣ-ପଶ୍ଚିମରେ ଅବସ୍ଥିତ, ଭର୍ସେଲ୍ସ ପ୍ରାସାଦ ଯୁଦ୍ଧ ପରେ ଶାନ୍ତି ଚୁକ୍ତିନାମା ପାଇଁ ଏକ ସ୍ଥାନ ଭାବରେ ବିଶ୍ୱବ୍ୟାପୀ…

ଛାତ୍ରଛାତ୍ରୀଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଖବର: କଟକ ଜିଲାରେ କାଲିଠୁ ସକାଳୁଆ ସ୍କୁଲ

କଟକ,୧୮ା୬(କାର୍ତ୍ତିକ ସାହୁ): ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି କଟକ ଜିଲାରେ ସମସ୍ତ ପ୍ରକାର ସ୍କୁଲକୁ ଜୁନ୍‌ ୧୯ ତାରିଖରୁ ୨୫ ତାରିଖ ଯାଏ ଚାଲିବାକୁ ନିର୍ଦ୍ଦେଶାନାମା ଜାରି କରାଯାଇଛି।…

ପ୍ରଶାସନିକସ୍ତରରେ ବଡ଼ ଅଦଳବଦଳ: ଦୁଇ ବରିଷ୍ଠ IAS ଅଧିକାରୀଙ୍କୁ ମିଳିଲା ନୂଆ ଦାୟିତ୍ୱ

ଭୁବନେଶ୍ୱର,୧୮।୬: ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ଗୁରୁତ୍ୱପୂର୍ଣ୍ଣ ଅଦଳବଦଳ କରାଯାଇଛି। ସରକାରଙ୍କ ପକ୍ଷରୁ ଦୁଇ ଜଣ ବରିଷ୍ଠ ଆଇଏଏସ (IAS) ଅଧିକାରୀଙ୍କୁ ନୂଆ ତଥା ଅତିରିକ୍ତ ଦାୟିତ୍ୱ…

ଭାଜପା ସହ ବଡ଼ ଗେମ ଖେଳିଦେଲେ ଡିକେ ଶିବକୁମାର! କ୍ରସ-ଭୋଟିଂ କରି ୫ ଆସନ ହାସଲ କଲେ

ବେଙ୍ଗାଲୁରୁ,୧୮।୬: ଡି.କେ. ଶିବକୁମାର କର୍ନାଟକର ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମ ନିର୍ବାଚନୀ ପ୍ରତିଯୋଗିତାରେ, ଗୁରୁବାର (ଜୁନ ୧୮, ୨୦୨୬) ଶାସକ କଂଗ୍ରେସ ଦଳ ସାତଟି ବିଧାନସଭା ପରିଷଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri