ପୂଜାରେ ସୀମିତ ରହିବ ତାରାତାରିଣୀଙ୍କ ଚୈତ୍ରଯାତ୍ରା

ଛତ୍ରପୁର/ବ୍ରହ୍ମପୁର ଅଫିସ, ୧୬ା୩(ଡି.ଏନ.ଏ.) କରୋନାର ଭୟାବହତା ନେଇ ଗଞ୍ଜାମରେ ସତର୍କତା ଅବଲମ୍ବନ ପାଇଁ ରବିବାର ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଛତ୍ରପୁରସ୍ଥିତ ସମ୍ମିଳନୀ ଗୃହରେ ଏକ ଜରୁରୀ ବୈଠକ କରିଥିଲେ। ଏବେ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା ଚାଲିଛି। ଆସନ୍ତା ମଙ୍ଗଳବାର ଦ୍ୱତୀୟ ପାଳି ା
ଏହି ଯାତ୍ରା ଉପରେ କେତେକ କଟକଣା ପ୍ରଶାସନ ପକ୍ଷରୁ ଲଗାଯାଇଛି। ପ୍ରବଳ ଜନସମାଗମକୁ ଦୃଷ୍ଟିରେ ରଖି କଡା ନିଷ୍ପତ୍ତି ନିଆଯାଇଛିି ା
ମନ୍ଦିର ଟ୍ରଷ୍ଟ, କମିଟି ସଦସ୍ୟ, ସେବାୟତ ବିଧାୟକ ଓ ବିଭିନ୍ନ ବିଭାଗ ଅଧିକାରୀମାନେ ଉପସ୍ଥିତ ଥିଲେ ା
ଚୈତ୍ର ମଙ୍ଗଳବାର ଯାତ୍ରା ବେଳେ ମୁଣ୍ଡନ ସମ୍ପୂର୍ଣ୍ଣ ଭାବେ ବନ୍ଦ କରାଯାଇଛି। ପାହାଡ ଉପରେ ଥିବା ମନ୍ଦିରକୁ ଯିବା ପାଇଁ ସ୍ବତନ୍ତ୍ର ବସ୍‌ ସେବା ଓ ଅଟୋ ବନ୍ଦ କରାଯାଇଥିବା ବୋଲି ଖବରଦାତା ସମ୍ମିଳନୀରେ ଜିଲାପାଳ ସୂଚନା ଦେଇଛନ୍ତି। ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାରେ ବାହାର ଲୋକଙ୍କୁ ସାମିଲ କରାଯିବ ନାହିଁ ା ଏପରିକି ସ୍ଥାନୀୟ ଲୋକେ ମଧ୍ୟ ନ ଯିବାକୁ ଜିଲାପାଳ ପରାମର୍ଶ ଦେଇଛନ୍ତି ା ଯେଉଁମାନେ ବିଶେଷ କାରଣ ପାଇଁ ମନ୍ଦିରକୁ ଯିବେ, ସେଠାରେ ସେମାନଙ୍କର ଦେହର ତାପମାତ୍ରା ମାପିବା ପାଇଁ ସ୍ବାସ୍ଥ୍ୟ ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି ା
ପାହାଡ ପାଦଦେଶରେ ଏବଂ ଉପରି ଭାଗରେ ହାତ ଧୋଇବାର ଆନୁଷଙ୍ଗିକ ବ୍ୟବସ୍ଥା କରିବାକୁ ଆଞ୍ଚଳିକ ପରିବହନ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଯାତ୍ରାରେ ଲୋକମାନେ ଏକତ୍ରିତ ହେବାକୁ ବାରଣ କରାଯାଇଛି। ଯାତ୍ରାର ପୂଜା ବିଧି ଯଥାରୀତି ସମ୍ପନ୍ନ ହେବ ା ସାଜସଜ୍ଜା ମଧ୍ୟ ଉଚିତ ଢଙ୍ଗରେ ପ୍ରଦର୍ଶିତ ହେବ ା କିନ୍ତୁ ଯାତ୍ରୀଙ୍କ ସମାଗମକୁ ପ୍ରଶ୍ରୟ ଦିଆଯିବ ନାହିଁ ା
ସରକାରୀ ଏବଂ ବେସରକାରୀ କଲ୍ୟାଣ ମଣ୍ଡପଗୁଡିକର ବୁକିଂ ବାତିଲ ହେବା ସହ ଭୋଜିଭାତକୁ ନିଷେଧ କରାଯାଇଛି ା ଜିଲା ପ୍ରଶାସନର ଏହି ନିଷ୍ପତ୍ତିକୁ ସେବାୟତ ବାପୁଜୀ ରଣା ସ୍ବାଗତ ଜଣାଇଥିଲେ। ଏଥିସହ ବିଧାୟିକା, ବିଧାୟକମାନେ ମଧ୍ୟ ସମର୍ଥନ ଜଣାଇଛନ୍ତି। ଗୋପାଳପୁର, ସୁନାପୁର, ବଟେଶ୍ୱର ଆଦି ସମସ୍ତ ବେଳାଭୂମିରେ ପର୍ଯ୍ୟଟକ ବୁଲିବାକୁ ବାରଣ କରାଯାଇଛି। ସୋସିଆଲ ମିଡିଆରେ ଅପପ୍ରଚାର, ଗୁଜବ,
ଗାଇଡଲାଇନ୍‌କୁ ଅବମାନନା କଲେ ଆଇନନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କହିଛନ୍ତିି ା ଦଣ୍ଡ ଯାତ୍ରାକୁ ବନ୍ଦ କରାଯାଇଥିବା ବେଳେ ବିବାହ ଓ ବ୍ରତ ଆଦି କାର୍ଯ୍ୟକ୍ରମ ଘରେ କରନ୍ତୁ ବୋଲି ଜିଲାପାଳ କହିଛନ୍ତି। ବାହାର ରାଜ୍ୟରୁ ଆସୁଥିବା ଲୋକଙ୍କ ସମ୍ପର୍କରେ ତଥ୍ୟ ସଂଗ୍ରହ କରିବାକୁ ପଞ୍ଚାୟତ ନିର୍ବାହୀ ଅଧିକାରୀ ଓ ସରପଞ୍ଚଙ୍କୁ କୁହାଯାଇଛି ା ମାସ୍କ ଅଭାବ ଦୂର ପାଇଁ ଏସଏଚ୍‌ଜିଗୁଡିକ ପ୍ରସ୍ତୁତ କରିବେ । ଏହାକୁ ୨୦ ଟଙ୍କାରେ ବିକ୍ରି କରାଯିବ ା ସେହିପରି ସିଟି ବସ୍‌ରେ ୨୦ ଟଙ୍କାରେ ସାନିଟାଇଜର ମିଳିବ ା ଏହି ବୈଠକରେ ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରା, କବିସୂର୍ଯ୍ୟନଗର ବିଧାୟିକା ଲତିକା ପ୍ରଧାନ, ଖଲ୍ଲିକୋଟ ବିଧାୟିକା ସୂର୍ଯ୍ୟମଣି ବୈଦ୍ୟ, ଗଞ୍ଜାମ ଏସ୍‌ପି ବ୍ରିଜେଶ କୁମାର ରଏ, ଅତିରିକ୍ତ ଜିଲାପାଳ କବୀନ୍ଦ୍ର କୁମାର ସାହୁ ଓ ଅମିୟ କୁମାର ସାହୁ, ବ୍ରହ୍ମପୁର ଉପଜିଲାପାଳ ସିନ୍ଧେ ଦତ୍ତାତ୍ରେୟ ଭାଉସାହେବ, ଛତ୍ରପୁର ଉପଜିଲାପାଳ ପ୍ରିୟ ରଞ୍ଜନ ପୃଷ୍ଟି, ଭଞ୍ଜନଗର ଉପଜିଲାପାଳ ରାଜେନ୍ଦ୍ର କୁମାର ମିଞ୍ଜ ପ୍ରମୁଖ ଉପସ୍ଥିତ ଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ପଦ୍ମ ଧରିଲେ ଲାଞ୍ଜିଗଡ଼ ବ୍ଲକ ଅଧ୍ୟକ୍ଷା ଓ ୬ ସମିତି ସଭ୍ୟ; ରାଜ୍ୟ ଭାଜପା କାର୍ଯ୍ୟାଳୟରେ…

ଲାଞ୍ଜିଗଡ଼,୧୯। ୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା  ଲାଞ୍ଜିଗଡ ବ୍ଲକ ଅଧ୍ୟକ୍ଷା କମଳା ପାତ୍ର ସହିତ ୬ ଜଣ ସମିତି ସଭ୍ୟ ଗୁରୁବାର ରାଜ୍ୟ ଭାଜପା କାର୍ଯ୍ୟାଳୟରେ…

ବରଗଡ଼ ସହରରେ ଚାଲିଲା ପେଟ୍ରୋଲିଂ, ସୁରକ୍ଷା ବ୍ୟବସ୍ଥା କଡାକଡି କଲା ପୋଲିସ୍

ବରଗଡ଼,୧୯।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ରେ ଆଇନ ଶୃଙ୍ଖଳା ବ୍ୟବସ୍ଥାକୁ ନେଇ ଜିଲା ପୋଲିସକୁ ସମାଲୋଚନାର ସମ୍ମୁଖୀନ ହେବାକୁ ପଡୁଛି। ତେବେ ଗୁରୁବାର ସନ୍ଧ୍ୟାରୁ ବରଗଡ଼ ପୋଲିସ ସହରରେ…

ସାନଖେମୁଣ୍ଡି ବ୍ଲକ ବିବାଦୀୟ ଏପିଓଙ୍କୁ ବଦଳି, ତୁରନ୍ତ ରିଲିଭ୍ କରାଯିବାକୁ…        

ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁଙ୍କୁ ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି ଭାସନ୍ ଛତ୍ରପୁର…

ଧରିତ୍ରୀ ପ୍ରଭାବ: କେସିଙ୍ଗା ବ୍ଲକର ୮୦୧୯ ଚାଷୀଙ୍କଠାରୁ ଉଠିଲା ୩ ଲକ୍ଷ କୁଇଣ୍ଟାଲ ଧାନ

କେସିଙ୍ଗା, ୧୯ା୨ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବିଭିନ୍ନ ମଣ୍ଡିରୁ ଧାନ ଉଠୁ ନ ଥିବା ନେଇ ଗତ ୮ତାରିଖରେ  ଧରିତ୍ରୀରେ ଖବର ପ୍ରକାଶ…

ଥୁଆମୂଳ ରାମପୁର ବ୍ଲକରେ ମାଟ୍ରିକ ପରୀକ୍ଷା ଆରମ୍ଭ: ଅନୁପସ୍ଥିତ ରହିଲେ୨୯ ପରୀକ୍ଷାର୍ଥୀ…

ଥୁଆମୂଳ ରାମପୁର, ୧୯ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ୬ଟି ପରୀକ୍ଷା କେନ୍ଦ୍ରରେ ଗୁରୁବାରଠାରୁ ଚଳିତ ବର୍ଷର ମାଟ୍ରିକ ପରୀକ୍ଷା ଶାନ୍ତିଶୃଙ୍ଖଳାର ସହ…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

ଭରସା କଲେ ନବୀନ: ସାନଖେମୁଣ୍ଡି ବ୍ଲକ ବିଜେଡ଼ି ସଭାପତି ହେଲେ…    

ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ବିଜେଡ଼ି ସଭାପତି ରୂପେ ଜିଲା ପରିଷଦ ସଦସ୍ୟ ଅମିନ ପ୍ରଧାନଙ୍କୁ ନିଯୁକ୍ତି ମିଳିଛି।ଜଣେ ଯୁବ ସଙ୍ଗଠକ ଭାବେ…

ନବୀନ ଦେଲେ ବଡ଼ ଦାୟିତ୍ୱ: ତାରକେଶ୍ୱର ବ୍ଲକ, ତାରା ପ୍ରସାଦ ହେଲେ ନଗର ବିଜେଡ଼ି ସଭାପତି

ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜେଡ଼ି ସଭାପତି ଭାବେ କେ. ତାରକେଶ୍ୱର ଦୋରାଙ୍କୁ ନିଯୁକ୍ତ କରାଯାଇଥିବା ବେଳେ ଦିଗପହଣ୍ଡି ନଗର ବିଜେଡ଼ି ସଭାପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri