ପୂରଣ ହେଲା ୨ ଗ୍ରାମବାସୀଙ୍କ ସ୍ବପ୍ନ : ନିର୍ମାଣ ହେବ ଅଲିପୁର-ପାଇକାଳପୁର ରାସ୍ତା

ଖଇରା,୧୧।୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ସାରଡାଙ୍ଗ ଓ ଝିଙ୍କିରିଆ ୨ ପଞ୍ଚାୟତକୁ ସଂଯୋଗ କରୁଥିବା ଅଲିପୁର-ପାଇକାଳପୁର ରାସ୍ତା ସ୍ବାଧୀନତା ପର ଠାରୁ ଅବହେଳିତ ହୋଇ ରହିଥିଲା। ବର୍ଷା ଦିନେ ପଥରକଟା ଓ କାଂଶବାଂଶ ନଦୀର ଜଳ ଜମି ରହୁଥିବା କାରଣରୁ ଯାତାୟାତ ବନ୍ଦ ରହୁଥିଲା। ନଦୀରେ ପୋଲଟିଏ ଥିଲେ ମଧ୍ୟ ସଂଯୋଗୀକରଣ ରାସ୍ତା ନ ଥିବାରୁ ବର୍ଷାଋତୁରେ ପୋଲ କିଛି କାମରେ ଆସୁ ନ ଥିଲା। ଗ୍ରାମବାସୀ ବାରମ୍ବାର ଅଭିଯୋଗ କରି ବିଫଳ ହେବା ପରେ ଅଭିଯୋଗ କରିବା ଏକପ୍ରକାର ବନ୍ଦ କରିଦେଇଥିଲେ। ଏବେ ମହାତ୍ମା ଗାନ୍ଧୀ ଗ୍ରାମୀଣ ଜାତୀୟ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା (ଏମ୍‌ଜିଏନ୍‌ଆର୍‌୍‌ଇଜିଏସ୍‌) ରେ ଏହି ରାସ୍ତା ନିର୍ମାଣର ଫଳକ ପୋତାଯିବା ପରେ ଗ୍ରାମବାସୀଙ୍କ ମଧ୍ୟରେ ନୂଆ ଆଶା ସଞ୍ଚାର ହୋଇଛି। ବୁଧବାର ପୂର୍ବାହ୍ନରେ ୬ଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ହେବାକୁ ଥିବା ରାସ୍ତା ସରପଞ୍ଚ ହରିହର କୁଣ୍ଡୁଙ୍କ ଦ୍ୱାରା ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଥିଲା। ୱାର୍ଡସଭ୍ୟ ସୁରେନ୍ଦ୍ର ଦଳେଇ, ବିଜେଡି ନେତା ଦିଲୀପ କୁମାର ତ୍ରିପାଠୀ ଓ ଅନ୍ୟ ଗ୍ରାମବାସୀ ଶିଳାନ୍ୟାସ କାର୍ଯ୍ୟକ୍ରମରେ ଯୋଗଦେଇଥିଲେ। ମୁନା ପଣ୍ଡାଙ୍କ ଦ୍ୱାରା ଭୂମି ପୂଜନ କରାଯାଇଥିଲା। ଅଞ୍ଚଳବାସୀଙ୍କ ଆଶା ପୂରଣ ହୋଇଥିବାରୁ ସରପଞ୍ଚ କୁଣ୍ଡୁ ରାଜ୍ୟସରକାରଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମଦ ଦୋକାନକୁ ନେଇ ବଢୁଛି ଅସନ୍ତୋଷ, ଅନ୍ୟତ୍ର ସ୍ଥାନାନ୍ତର ଦାବି

କେନ୍ଦୁଝର,୧୪ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାପାଳ, ଆରକ୍ଷୀ ଅଧୀକ୍ଷକ, ଡିଏଫ୍‌ଓଙ୍କ କାର୍ଯ୍ୟାଳୟ ସମ୍ମୁଖ ଗୁରୁତ୍ୱପୂର୍ଣ୍ଣ ଟ୍ରାଫିକ ଛକରେ ଏକ ଠିପିବନ୍ଦ ମଦ ଦୋକାନ ପୁଣିଥରେ ଖୋଲିବାକୁ ନେଇ…

କନ୍ଧମାଳ ସମସ୍ୟା ନେଇ ‘ବିଚାର ମନ୍ଥନ’, ସରକାରଙ୍କ ନିକଟରେ ଦାବି ରଖିବାକୁ ନିଷ୍ପତ୍ତି

ଦାରିଙ୍ଗବାଡ଼ି, ୧୪।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ହନୁମାନ ମନ୍ଦିର ପ୍ରାଙ୍ଗଣସ୍ଥିତ ସଭାଗୃହରେ ସୋମବାର ‘ବିଚାର ମନ୍ଥନ’ ନାମରେ ଏକ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଜିଲାର…

ସ୍କୁଲ ବସ୍‌ ଧକ୍କାରେ ଚାଲିଗଲା ଜୀବନ: ଜଣେ ମୃତ, ଜଣେ ଗୁରୁତର

ବଲାଙ୍ଗୀର, ୧୪।୯ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପୁଇଁତଲା ଥାନା ଅନ୍ତର୍ଗତ କୁଲୁଥିପାଲି ଗାଁ ନିକଟ ରାସ୍ତାରେ ସୋମବାର ସକାଳେ ଏକ ସଡ଼କ ଦୁର୍ଘଟଣା ଘଟିଛି।…

୧୭ରେ ମୋଦିଙ୍କ ଜନ୍ମଦିନ, ଆଶୀର୍ବାଦର ଦୀପ ଜାଳିବାକୁ ମୁଖ୍ୟମନ୍ତ୍ରୀଙ୍କ ନିବେଦନ

ଭୁବନେଶ୍ୱର,୧୪।୯: ପ୍ରଧାନମନ୍ତ୍ରୀ ମୋଦିଙ୍କ ଜନ୍ମଦିନରେ ‘ଆଶୀର୍ବାଦର ଦୀପ’ ଜାଳିବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ଭିଡିଓ ବାର୍ତ୍ତା ମାଧ୍ୟମରେ ରାଜ୍ୟବାସୀଙ୍କୁ ନିବେଦନ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି,…

ଦିଗପହଣ୍ଡିରେ ଶ୍ରୀଗଣେଶ ପୂଜା ମହୋତ୍ସବ, ଦେବୀ ଗଙ୍ଗାଙ୍କୁ ଆବାହନ ପରେ କଳସ ଯାତ୍ରା

ଦିଗପହଣ୍ଡି,୧୪ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ବଜାର ସାହି ପୂଜା କମିଟି ପକ୍ଷରୁ ୪୬ ତମ ଶ୍ରୀ ଗଣେଶ ପୂଜା ମହୋତ୍ସବ ସୋମବାର ଠାରୁ…

ଘାଟିରେ ଓଲଟିଲା ଚାଉଳ ବୋଝେଇ ଟ୍ରକ୍‌

ପଟାଙ୍ଗି,୧୪ା୯(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ଜୋଡିମାଦଲି ଘାଟିରେ ଭାରସାମ୍ୟ ହରାଇ ଓଲଟି ପଡ଼ିଛି ଚାଉଳ ବୋଝେଇ ଟ୍ରକ୍‌ । ସୂଚନା ଅନୁସାରେ…

ବାଇକକୁ ଧକ୍କା ଦେଲା କୋଇଲା ବୋଝେଇ ଟ୍ରକ, ବାପା ଆଗରେ ଚାଲିଗଲା ମା’-ଛୁଆଙ୍କ ଜୀବନ

​ସମ୍ବଲପୁର,୧୪।୯(ପ୍ରମୋଦ ବହିଦାର): ନୂଆଁଖାଇ ପର୍ବ ପାଳନ ପାଇଁ ଖୁସି ମନରେ ଘରକୁ ଫେରୁଥିବା ଏକ ନିଷ୍ପାପ ପରିବାର ଉପରେ କାଳ ସାଜି ମାଡ଼ିଆସିଲା ଦ୍ରୁତଗାମୀ ଟ୍ରକ୍ ।…

ନେରେଡି ବ୍ୟାରେଜ ବିବାଦ: ‘ବଂଶଧାରା ବଞ୍ଚାଅ, ଓଡ଼ିଶା ବଞ୍ଚାଅ’ ଦାବିରେ ନୀରବ ସତ୍ୟାଗ୍ରହ

ଗୁଣପୁର,୧୪ା୯(ସୁଜାତା ପାଢ଼ୀ): ବଂଶଧାରା ନଦୀ ତଳମୁଣ୍ଡରେ ପ୍ରସ୍ତାବିତ ନେରେଡି ବ୍ୟାରେଜ ପାଇଁ ଓଡ଼ିଶାର ୧୦୬ ଏକର ସରକାରୀ ଜମି ଆନ୍ଧ୍ରପ୍ରଦେଶକୁ ହସ୍ତାନ୍ତର ପ୍ରସଙ୍ଗକୁ ବିରୋଧ କରି ଦଣ୍ଡକାରଣ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?