Posted inଖେଳ

ପୂର୍ଣ୍ଣିମାଙ୍କ ଅଭିଯାନ ଆରମ୍ଭ

ଭୁବନେଶ୍ୱର, ୨୩।୪(କ୍ରୀଡ଼ା ପ୍ରତିନିଧି)- କାତାରର ଦୋହାଠାରେ ଚାଲିଥିବା ଏସିଆନ ଆଥଲେଟିକ୍ସ ଚାମ୍ପିୟନଶିପ୍‌ରେ ଓଡ଼ିଶାର ପୂର୍ଣ୍ଣିମା ହେମ୍ବ୍ରମଙ୍କ ହେପ୍‌ଟାଥଲନ ଇଭେଣ୍ଟ ଆରମ୍ଭ ହୋଇଛି। ସୋମବାର ଦ୍ୱିତୀୟ ଦିବସରେ ପ୍ରଥମେ ଅନୁଷ୍ଠିତ ୧୦୦ ମିଟର ହର୍ଡଲ୍ସରେ ପୂର୍ଣ୍ଣିମା ୧୩.୭୯ ସେକେଣ୍ଡ ସମୟ ନେଇ ନିଜ ୧ ନମ୍ବର ହିଟ୍‌ରେ ଦ୍ୱିତୀୟ ସ୍ଥାନ ଅଧିକାର କରିଛନ୍ତି। ଏଥିରୁ ତାଙ୍କୁ ୧୦୦୮ ପଏଣ୍ଟ ମିଳିଛି। ଏଥିରେ ଭାଗ ନେଇଥିବା ଭାରତର ସ୍ବପ୍ନା ବର୍ମନ ୧୪.୦୦ ସେକେଣ୍ଡ ସମୟ ନେଇ ହିଟ୍‌-୨ରେ ତୃତୀୟ ସ୍ଥାନରେ ରହିଛନ୍ତି। ଫଳରେ ସେ ୯୭୮ ପଏଣ୍ଟ ହାସଲ କରିଛନ୍ତି। ହେପ୍‌ଟାଥଲନର ଦ୍ୱିତୀୟ ଇଭେଣ୍ଟ ହାଇଜମ୍ପରେ ପୂର୍ଣ୍ଣିମା ୧.୬୮ ମିଟର କ୍ଲିୟର କରି ୬ଷ୍ଠ ସ୍ଥାନ ପାଇଛନ୍ତି। ଏଥିରୁ ସେ ୮୩୦ ପଏଣ୍ଟ ପାଇଥିବାରୁ ତାଙ୍କର ମୋଟ ପଏଣ୍ଟ ସଂଖ୍ୟା ୧୮୩୮ରେ ପହଞ୍ଚତ୍ଛି। ଏହି ଇଭେଣ୍ଟରେ କିନ୍ତୁ ସ୍ବପ୍ନା ବାଜିମାରି ୧.୮୩ ମିଟର କ୍ଲିୟନ କରିବା ସହ ପ୍ରଥମସ୍ଥାନ ଅଧିକାର କରିଛନ୍ତି। ଫଳରେ ତାଙ୍କୁ ଏଥିରୁ ୧୦୧୬ ପଏଣ୍ଟ ମିଳିଛି ଏବଂ ତାଙ୍କ ପଏଣ୍ଟ ସଂଖ୍ୟା ୧୯୯୪ ହୋଇ ଯାଇଛି। ଶଟ୍‌ପୁଟ ଇଭେଣ୍ଟରେ ପୂର୍ଣ୍ଣିମା ୧୧.୫୮ ମିଟର ସହ ୬୩୩ ପଏଣ୍ଟ ପାଇଥିବାବେଳେ ସ୍ବପ୍ନା ୧୨.୭୬ ମିଟର ସହିତ ୭୧୧ ପଏଣ୍ଟ ପାଇଛନ୍ତି। ସେହିପରି ୨୦୦ ମିଟରରେ ପୂର୍ଣ୍ଣିମା ୨୫.୫୫ ସେକେଣ୍ଡ ସମୟ ନେଇ ୮୩୭ ଓ ସ୍ବପ୍ନା ୨୫.୭୯ ସେକେଣ୍ଡ ସହ ୮୧୬ ପଏଣ୍ଟ ପାଇଛନ୍ତି। ୪ ଇଭେଣ୍ଟ ପରେ ଓଭରଅଲ୍‌ ସ୍ବପ୍ନା ୩୫୨୧ ପଏଣ୍ଟ ସହିତ ୩ୟ ଓ ପୂର୍ଣ୍ଣିମା ୩୩୦୮ ପଏଣ୍ଟ ସହ ୫ମ ସ୍ଥାନରେ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଧୋନିଙ୍କ IPL ଭବିଷ୍ୟତକୁ ନେଇ ଆସିଲା ନୂଆ ଖବର; ‘Impact Player’ ନିୟମକୁ ନେଇ ପୂର୍ବତନ ସାଥୀ ଖେଳାଳି ଦେଲେ ବଡ଼ ବୟାନ

ନୂଆଦିଲ୍ଲୀ,୩।୯: ଏମଏସ ଧୋନି ଆଇପିଏଲ 2027 ରେ ଖେଳିବେ କି ନାହିଁ ସେ ବିଷୟରେ ଏପର୍ଯ୍ୟନ୍ତ କୌଣସି ଠୋସ ସୂଚନା ନାହିଁ। 45 ବର୍ଷୀୟ ପୂର୍ବତନ ଭାରତୀୟ…

ରୋହିତ ଶର୍ମାଙ୍କ ଉପରେ ଝୁଲୁଛି ଖଣ୍ଡା: ସବୁ ନିଷ୍ପତି ନେବ BCCI

ମୁମ୍ବାଇ,୩।୯: BCCI ବୈଠକ ଆଜି ସନ୍ଧ୍ୟାରେ ଅନୁଷ୍ଠିତ ହେବାକୁ ଯାଉଛି । ଏଠାରେ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଆଲୋଚନା ହେବାର ସମ୍ଭାବନା ଅଛି। ଆୟରଲାଣ୍ଡ ଏବଂ…

ରୋହିତଙ୍କ ସନ୍ନ୍ୟାସକୁ ନେଇ ସାମ୍ନାକୁ ଆସିଲା ବଡ଼ ଖବର: ଚୟନକର୍ତ୍ତାମାନେ ଦେଇଥିଲେ ଏମିତି ସୂଚନା

ନୂଆଦିଲ୍ଲୀ,୩।୯: ଭାରତୀୟ କ୍ରିକେଟର ‘ହିଟ୍‌ମ୍ୟାନ’ ରୋହିତ ଶର୍ମାଙ୍କୁ ନେଇ ଏକ ବଡ଼ ଖୁଲାସା ସାମ୍ନାକୁ ଆସିଛି। ପ୍ରାୟ ଦୁଇ ମାସ ପୂର୍ବରୁ ରୋହିତଙ୍କ ସନ୍ନ୍ୟାସକୁ ନେଇ ଚର୍ଚ୍ଚା…

ବିଶ୍ୱକପ ୨୦୨୭ ପାଇଁ BCCIର ମାଷ୍ଟରପ୍ଲାନ୍‌! ବୁଝନ୍ତୁ ବଡ଼ ସମୀକରଣ

ନୂଆଦିଲ୍ଲୀ, ୩।୯: ଟିମ ଇଣ୍ଡିଆର ଆଗାମୀ ବଡ଼ ଲକ୍ଷ୍ୟ ହେଉଛି ୨୦୨୭ ଦିନିକିଆ ବିଶ୍ୱକପ ଟ୍ରଫି ଜିତିବା। ଏହି ବିଶ୍ୱକପକୁ ନଜରରେ ରଖି ଭାରତୀୟ କ୍ରିକେଟ କଣ୍ଟ୍ରୋଲ…

ସଙ୍କଟରେ ଏହି ୭ ଭାରତୀୟ ଖେଳାଳିଙ୍କ କ୍ୟାରିୟର: ଟିମ ଇଣ୍ଡିଆକୁ ଫେରିବା ରାସ୍ତା କଷ୍ଟକର, ଲିଷ୍ଟରେ ଅଛନ୍ତି…

ନୂଆଦିଲ୍ଲୀ,୩।୯: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ୩ ମ୍ୟାଚରେ ଟି-୨୦ ସିରିଜକୁ ନେଇ କ୍ରିକେଟ ମହଲରେ ଚର୍ଚ୍ଚା ଜୋର ଧରିଛି। ବିସିସିଆଇ ସେପ୍ଟେମ୍ବର ୧ରେ…

ଟଙ୍କା ନା ଫର୍ମ? କାହିଁକି ସଂନ୍ୟାସ ନେବାକୁ ଚାହୁଁନାହାନ୍ତି ରୋହିତ, ଶାମି-ଭୁବନେଶ୍ୱର; ସାମ୍ନାକୁ ଆସିଲା ଚାଞ୍ଚଲ୍ୟକର ଦାବି!

ନୂଆଦିଲ୍ଲୀ,୨।୯: ଭାରତୀୟ କ୍ରିକେଟ୍‌ର ଅଭିଜ୍ଞ ଖେଳାଳି ରୋହିତ ଶର୍ମା, ମହମ୍ମଦ ଶାମି ଓ ଭୁବନେଶ୍ୱର କୁମାରଙ୍କ କ୍ୟାରିୟର ଶେଷ ହେବାକୁ ଯାଉଛି ଏବଂ ଚୟନକର୍ତ୍ତାମାନେ ସେମାନଙ୍କଠାରୁ ଆଗକୁ…

ICCର ବଡ଼ ଘୋଷଣା; ଭାରତରେ ହେବ ପ୍ରଥମ ମହିଳା ଚାମ୍ପିଅନ୍ସ ଟ୍ରଫି! ଏହି ୨ ସହରରେ ଖେଳାଯିବ ମ୍ୟାଚ୍

ନୂଆଦିଲ୍ଲୀ,୨।୯: ମହିଳା କ୍ରିକେଟ୍‌କୁ ନେଇ ICC ବଡ଼ ଘୋଷଣା କରିଛି । ପ୍ରଥମ ମହିଳା ଚାମ୍ପିଅନ୍ସ ଟ୍ରଫିର ଆୟୋଜନ କରିବ ଭାରତ । ପୂର୍ବରୁ ଏହି ଟୁର୍ଣ୍ଣାମେଣ୍ଟ…

ଗୁରୁବାର BCCIର ବଡ଼ ବୈଠକ, ରୋହିତ ଶର୍ମାଙ୍କ ଭବିଷ୍ୟତ ଉପରେ ହେବ….

ନୂଆଦିଲ୍ଲୀ,୨।୯: ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ୍ ବୋର୍ଡ (BCCI) ଗୁରୁବାର ୩ ସେପ୍ଟେମ୍ବରରେ ମୁମ୍ବାଇ ସ୍ଥିତ ଅଫିସ୍‌ରେ ଏକ ହାଇ-ଲେଭଲ୍ ମିଟିଂ କରିବ। ଏହି ବୈଠକରେ ବୋର୍ଡର ସମସ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri