ପୂର୍ବ ପ୍ରେମିକ ହାର୍ଦ୍ଦିକଙ୍କ ସହ ସମ୍ପର୍କକୁ ନେଇ ଅଡ଼ୁଆରେ ଉର୍ବଶୀ, କହିଲେ ‘ମୋ ଛବିକୁ ଖରାପ କରା ନ ଯାଉ’

ମୁମ୍ବାଇ: ବଲିଉଡ ଅଭିନେତ୍ରୀଙ୍କ ସହ ଭାରତୀୟ କ୍ରିକେଟ ଖେଳାଳିଙ୍କ ନାମ ଯୋଡ଼ା ଯିବା ସାଧାରଣ କଥା। ମାତ୍ର ବେଳେବେଳେ ଏହା ଅଭିନେତ୍ରୀମାନଙ୍କ ବ୍ୟକ୍ତିଗତ ଜୀବନକୁ ପ୍ରଭାବିତ କରିଥାଏ। ଏଭଳି କିଛି ଘଟିଛି ଅଭିନେତ୍ରୀ ଉର୍ବଶୀ ରୌତେଲାଙ୍କ କ୍ଷେତ୍ରରେ। ଭାରତୀୟ କ୍ରିକେଟ ଦଳର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସହ ତାଙ୍କ ନାମକୁ ବାରମ୍ବାର ଯୋଡ଼ା ଯିବା ଯୋଗୁ ସେ ଅଡ଼ୁଆରେ ପଡ଼ିଛନ୍ତି। ୟୁଟ୍ୟୁବ୍‌ରେ ଉଭୟଙ୍କ ବିଷୟରେ ଅନେକ ମିଥ୍ୟା ଭିଡିଓ ଭାଇରାଲ ହେଉଛି। ଏହା ଦେଖିବା ପରେ ଆଶ୍ଚର୍ଯ୍ୟ ହୋଇଛନ୍ତି ଉର୍ବଶୀ। ହାର୍ଦ୍ଦିକ ଏବଂ ତାଙ୍କ ଭିତରେ ବନ୍ଧୁତା ଛଡ଼ା ଅନ୍ୟ କୌଣସି ସମ୍ପର୍କ ନାହିଁ। ତେଣୁ ଏଭଳି କିଛି କରି ତାଙ୍କ ଛବିକୁ ଖରାପ ନ କରାଯାଉ ବୋଲି ଇନ୍‌ଷ୍ଟାରେ ଭିଡିଓର ସ୍କ୍ରିନଶଟ୍‌ ଶେୟାର କରି ସେ କହିଛନ୍ତି। ତାଙ୍କର ଏକ ପରିବାର ରହିଛି। ଏସବୁକୁ ନେଇ ତାଙ୍କୁ ଜବାବ ଦେବାକୁ ପଡ଼ିଥାଏ ବୋଲି ସେ କହିଛନ୍ତି।

ତେବେ ହାର୍ଦ୍ଦିକଙ୍କ ସହ ବଲିଉଡ୍‌ର ଅନେକ ଅଭିନେତ୍ରୀଙ୍କ ନାମ ଯୋଡ଼ା ଯାଇଛି, ଯେଉଁଥିରେ ରହିଛନ୍ତି ଏଲି ଆବ୍ରାହମ୍‌, ଇଶା ଗୁପ୍ତା। ହେଲେ ଗତବର୍ଷ ହାର୍ଦ୍ଦିକ ଉର୍ବଶୀଙ୍କ ପ୍ରେମରେ ପଡ଼ିଛନ୍ତି ବୋଲି ଚର୍ଚ୍ଚା ହେଉଥିଲା। ମାତ୍ର ଏହାକୁ ଅସ୍ବୀକାର କରିଥିଲେ ଉର୍ବଶୀ। ନିକଟରେ ବିଶ୍ୱ କପ୍‌ରେ ଟିକେଟ ଯୋଗାଡ଼ କରିବାକୁ ନେଇ ଉଭୟଙ୍କ ସମ୍ପର୍କରେ ଫାଟ ସୃଷ୍ଟି ହେଉଥିବା ନେଇ ଆଲୋଚନା  ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

କଳାହାଣ୍ଡିରେ ବିଜେଡିକୁ ବଡ଼ ଝଟ୍‌କା: ପଦ୍ମ ଧରିଲେ ଜିଲା ପରିଷଦ ଅଧ୍ୟକ୍ଷଙ୍କ ସହ ଶତାଧିକ ନେତା

ଭବାନୀପାଟଣା,୨୫ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡିରେ ଦୁର୍ବଳ ହେଉଛି ବିଜୁ ଜନତା ଦଳ (ବିଜେଡି)। ଜିଲାରେ କ୍ଷମତାରୁ ଅପସାରିତ ହୋଇଥିବା ବିଜେଡିକୁ ଏକ ବଡ଼ଧରଣର ରାଜନୈତିକ ଝଟ୍‌କା ଲାଗିଛି।…

କିଏ ହେବେ ଦେଶର ନୂଆ ଶିକ୍ଷାମନ୍ତ୍ରୀ? ଧର୍ମେନ୍ଦ୍ରଙ୍କ ଇସ୍ତଫା ପରେ ମୋଦୀ କ୍ୟାବିନେରେ ହଲଚଲ, ସାମ୍ନାକୁ ଆସିଲା ବଡ଼ ନାଁ!

ନୂଆଦିଲ୍ଲୀ,୨୫।୭: ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ ଏବେ ଚର୍ଚ୍ଚା ହେଉଛି ଯେ ଦେଶର ପରବର୍ତ୍ତୀ ଶିକ୍ଷାମନ୍ତ୍ରୀ କିଏ ହେବେ। ମୋଦୀ କ୍ୟାବିନେଟ୍‌ରେ କେତେକ ନାମକୁ ନେଇ ବିଚାର-ବିମର୍ଶ…

ରାଜ୍ୟଗୋଷ୍ଠୀ କ୍ରୀଡ଼ା: ସ୍ବାନ ଜିତିଲେ ପ୍ରଥମ ସ୍ବର୍ଣ୍ଣ

ଗ୍ଲାସଗୋ,୨୫ା୭: ଇଂଲଣ୍ଡର ମାର୍କ ସ୍ବାନ ଚଳିତ ଗ୍ଲାସ୍‌ଗୋ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ପ୍ରଥମ ସ୍ବର୍ଣ୍ଣ ବିଜେତା ହୋଇଛନ୍ତି। ଲାଇଟ୍‌ଓ୍ବେଟ୍‌ ପାଓ୍ବାରଲିଫ୍ଟିଙ୍ଗ ପ୍ରତିଯୋଗିତାରେ ସେ ୨୨୨କେଜି ଉତ୍ତୋଳନ କରି ପ୍ରଥମ…

କୁଲାଡ ରଥଯାତ୍ରା: ତିନି ଠାକୁରଙ୍କ ସୁନାବେଶ: ପ୍ରଥମ ଥର ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ

ଭଞ୍ଜନଗର, ୨୫।୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ କୁଲାଡ଼ସ୍ଥିତ ଭଞ୍ଜ ରାଜବଂଶ ପକ୍ଷରୁ ପ୍ରତିଷ୍ଠିତ ଶ୍ରୀଜଗନ୍ନାଥ ମନ୍ଦିର ଏକ ଇତିହାସ ପ୍ରସିଦ୍ଧ ଧାର୍ମିକ…

ରଥ ଉପରେ ସୁନାବେଶରେ ଦର୍ଶନ ଦେଉଛନ୍ତି ଶ୍ରୀବିଗ୍ରହ

ପୁରୀ,୨୫ା୭: ଆଜି ଆଷାଢ଼ ଶୁକ୍ଳ ଏକାଦଶୀ ତିଥି। ଶ୍ରୀମନ୍ଦିର ସ୍ବତ୍ୱଲିପି ଅନୁଯାୟୀ, ତିନିରଥରେ ମହାପ୍ରଭୁଙ୍କ ସୁନାବେଶ ତଥା ରାଜରାଜେଶ୍ୱର ବେଶ ଆରମ୍ଭ ହୋଇଯାଇଛି। ରଥାରୂଢ଼ ଚତୁର୍ଦ୍ଧାବିଗ୍ରହ ମହଣ…

ଯୌତୁକ ପାଇଁ ସ୍ତ୍ରୀ ଙ୍କୁ ହତ୍ୟା ଉଦ୍ୟମ, ମୁହଁରେ ତକିଆ ଚାପିଥିବା ଅଭିଯୋଗ : ସ୍ବାମୀ ଗଲେ ଜେଲ                                        

ଦିଗପହଣ୍ଡି,୨୫|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ଖଜୁରୀପଲ୍ଲୀ ଗ୍ରାମର ପୁଷ୍ପା ସେଠୀ(୨୭) ଙ୍କୁ ଅଧିକା ଯୌତୁକ ପାଇଁ ଶାରୀରିକ ଓ ମାନସିକ…

ଗୋଟେ ପଟେ ଇସ୍ତଫା ଦେଲେ ଧର୍ମେନ୍ଦ୍ର ପ୍ରଧାନ, ଅନ୍ୟପଟେ ଭାଇରାଲ ହେଉଛି ମୋଦିଙ୍କ ପୋଷ୍ଟ

ନୂଆଦିଲ୍ଲୀ,୨୫।୭: ଧର୍ମେନ୍ଦ୍ର ପ୍ରଧାନ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ଏବଂ ଏହା ସହିତ, ‘କକ୍ରୋଚ ଜନତା ପାର୍ଟି’ – ଯାହା ଏକ ମାସରୁ ଅଧିକ…

ଆଧ୍ୟାତ୍ମିକ ପରିବେଶରେ ଥୁଆମୂଳ ରାମପୁର ବ୍ଲକରେ ବାହୁଡ଼ା ଯାତ୍ରା ସମ୍ପନ୍ନ: ଜନ୍ମବେଦୀରୁ ରତ୍ନବେଦୀକୁ ବାହୁଡ଼ିଲେ…

ଥୁଆମୂଳ ରାମପୁର,୨୫।୭ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ସଦର ମହକୁମା ସମେତ ଗୋପୀନାଥପୁର, ମହୁଲପାଟଣା, କର୍ଲାପାଟ ଓ ଗୁଣୁପୁର ଆଦି ସ୍ଥାନରେ ମହାପ୍ରଭୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri