ପୂର୍ବ ଶତ୍ରୁତା: ଯୁବକଙ୍କୁ ଗୋଡ଼ାଇ ହାଣିଲେ

ରଣପୁର,୮ା୧୧(ସ୍ବ.ପ୍ର.): ପୂର୍ବ ଶତ୍ରୁତାକୁ ନେଇ ରଣପୁର ଥାନା ରାମଚନ୍ଦ୍ରପୁର ଗାଁର ଅଶୋକ କୁମାର ସେଠୀ(୩୨)ଙ୍କୁ ବୁଧବାର ରାତିରେ ମରଣାନ୍ତକ ଆକ୍ରମଣ ହୋଇଛି। ଗ୍ରାମର ୩ ଯୁବକ ମୁହଁରେ ଗାମୁଛା ବାନ୍ଧି ଅଶୋକଙ୍କୁ ରଣପୁର-ଗୋପାଳପୁର ମୁଖ୍ୟ ରାସ୍ତାରେ ଖଣ୍ଡା ଓ ଭୁଜାଲି ସାହାଯ୍ୟରେ ଗୋଡାଇ ହାଣିଥିଲେ । ଅଶୋକ ଜୀବନ ବଞ୍ଚାଇବାକୁ ଦୌଡୁଥିବାବେଳେ ହଠାତ୍‌ ରାସ୍ତାରେ ଯାଉଥିବା ଏକ ଟ୍ରକ ଅଟକିଯିବାରୁ ଅପରାଧୀମାନେ ସ୍ଥାନଛାଡି ଫେରାର ହୋଇଯାଇଥିଲେ । ପରେ ଟ୍ରକ କର୍ମଚାରୀମାନେ ଅଶୋକଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ରଣପୁର ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ । ଅବସ୍ଥାରେ ଉନ୍ନତି ନ ଆସିବାରୁ ତାଙ୍କୁ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଛି । ଅଶୋକଙ୍କ ମା’ ଲତା ସେଠୀ ରଣପୁର ଥାନାରେ ଅଭିଯୋଗ କରିବା ପରେ ପୋଲିସ ଏକ ମାମଲା (ନଂ.୨୩୯/୧୯) ରୁଜୁ କରି ଘଟଣାର ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ୟୁକ୍ରେନ୍‌-ରୁଷିଆ ଯୁଦ୍ଧ: ୟୁକ୍ରେନ୍‌ର ଡ୍ରୋନ ଆକ୍ରମଣରେ ଜଳିଗଲା ରୁଷିଆର ବଡ଼ ଗୋଦାମ ଘର

ମସ୍କୋ,୧୬ା୮: ରୁଷିଆ ୟୁକ୍ରେନ୍‌ ଉପରେ ଜୋର୍‌ଦାର ଏୟାରଷ୍ଟ୍ରାଇକ୍‌ କରିଥିବା ବେଳେ କିଭ୍‌ ମଧ୍ୟ ଏହାର କଡ଼ା ଜବାବ ଦେଇଛି। ମସ୍କୋ ଅଞ୍ଚଳରେ ୟୁକ୍ରେନ୍‌ ଓଜନଦାର ଡ୍ରୋନ୍‌ ଯୋଗେ…

ଗାଲେ ଟେଷ୍ଟରେ ପଡିକଲଙ୍କ ଦମ୍‌ଦାର ଶତକ, ଭାରତ ୪୬୦/୯

ଗାଲେ, ୧୬ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଭାରତୀୟ ବ୍ୟାଟର ଦମ୍‌ଦାର ପ୍ରଦର୍ଶନ କରିଛନ୍ତି। ବ୍ୟାଟର ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ…

କେନାଲରେ ଫସି ରହିଥିଲା ବାର୍‌ହା, ଏମିତି ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ

ଗଞ୍ଜାମ,୧୬।୮(ବିଦ୍ୟାଧର ସାହୁ): ଗଞ୍ଜାମ ସହର ସ୍ଥିତ ପୋତାଗଡ଼ ପାର୍ଶ୍ୱରେ ଥିବା ଋଷୁକୂଲ୍ୟା ନଦୀ ଜଳରେ ବୋଟିଙ୍ଗ ପାଇଁ ନିର୍ମାଣ ହୋଇଥିବା କ୍ଷୁଦ୍ର କେନାଲରେ ଫସି ରହିଥିବା ଏକ…

Ananya Raj Death: ୩୫ ବର୍ଷରେ ଅଭିନେତ୍ରୀ ଅନନ୍ୟା ରାଜଙ୍କ ପରଲୋକ, ମାସେ ପରେ ସାମ୍ନାକୁ ଆସିଲା ଖବର

ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

UGC NET 2026: ପରୀକ୍ଷା ନେଇ ବଡ଼ ଖବର: ଏହି ୩ବିଷୟରେ ପୁନଃ ପରୀକ୍ଷା ଦେବେ ଛାତ୍ରୀଛାତ୍ର!

ନୂଆଦିଲ୍ଲୀ,୧୬।୮: UGC-NET ଜୁନ୍ ୨୦୨୬ ପରୀକ୍ଷାକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । ସୂଚନା ଅନୁସାରେ, ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) ଇଂରାଜୀ, କମର୍ସ ଏବଂ…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ: ବ୍ରହ୍ମପୁରର ନଟରାଜ ଟିମ୍‌ ଚାମ୍ପିୟନ

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri