ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଭୁଜାଲି ମାଡ଼: ଜଣେ ଅଟକ

ଯୋଡ଼ା,୬।୩(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡ଼ା ସହରର ବାଚୁ ହଣ୍ଟିଠାରେ ଶୁକ୍ରବାର ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଦୁଇ ଜଣ ବ୍ୟକ୍ତିଙ୍କୁ ଭୁଜାଲି ଓ ଠେଙ୍ଗାରେ ମରଣାନ୍ତକ ଆକ୍ରମଣ ହୋଇଛି ।
ସୂଚନାଯୋଗ୍ୟ, ଅପରାହ୍ନରେ ଯୋଡ଼ା ସହରର ବାଚୁ ହଟିଂଠାରେ ରହୁଥିବା ଚତୁର୍ଭୁଜ ନାଏକଙ୍କୁ ଉକ୍ତ ହଟିଂର ଦୁଇଜଣ ଯୁବକ ଠେଙ୍ଗାରେ ମାଡ଼ ମାରି ରକ୍ତାକ୍ତ କରିଦେଇଥିଲେ। ପରେ ଆକ୍ରମଣକାରୀ ନିକଟରେ ରହୁଥିବା ନରସିଂ ମୁଣ୍ଡାଙ୍କ ଘରକୁ ଯାଇ ସେ ଶୋଇଥିବା ଅବସ୍ଥାରେ ତାଙ୍କ ପେଟରେ ଭୁଜାଲି ଭୁସି ଦେଇଥିଲେ । ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଜଣଙ୍କୁ କାବୁ କରି ଥିବା ବେଳେ ଅନ୍ୟ ଜଣେ ଆକ୍ରମଣକାରୀ ସେଠାରୁ ଫେରାର ହୋଇଯାଇଥିଲେ। ପୋଲିସ ଆହତଦ୍ୱୟଙ୍କୁ ଟାଟାଷ୍ଟିଲ ଡାକ୍ତରଖାନାକୁ ପଠାଇଥିଲା। ମାତ୍ର ନରସିଂଙ୍କ ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ କେନ୍ଦୁଝର ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିବା ଖବର ମିଳିଛି । ଏ ନେଇ ପୋଲିସ କାବୁ କରିଥିବା ଆକ୍ରମଣକାରୀ ଯୁବକଙ୍କୁ ଥାନାରେ ଅଟକ ରଖି ତଦନ୍ତ ଜାରି ରଖିଛି । ଏହି ଘଟଣା ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଘଟିଥିବା ପୋଲିସ ପ୍ରାଥମିକ ତଦନ୍ତରୁ ଜାଣିବାକୁ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜିପିଏଲ୍‌ଏଫ୍‌,ସିଆର୍‌ପି ନିଯୁକ୍ତିରେ ଅନିୟମିତତା ଅଭିଯୋଗ: ଗୋଟିଏ ଏସ୍‌ଏଚ୍‌ଜିର ୨ ସଦସ୍ୟାଙ୍କୁ ନିଯୁକ୍ତି ନେଇ ଉଠିଲା ପ୍ରଶ୍ନ

ଲୋଇସିଂହା,୨୫।୮(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ନଅଗାଁ(ଖ) ପଞ୍ଚାୟତରେ ଜିପିଏଲ୍‌ଏଫ୍‌ ଓ ସିଆର୍‌ପି ମେମ୍ବର ନିଯୁକ୍ତିରେ ଅନିୟମିତତା ହୋଇଥିବା ନେଇ ଅଭିଯୋଗ ହୋଇଛି। ଏନେଇ ନଅଗାଁ(ଖ) ଗ୍ରାମର…

ବଢ଼ିଲା କଣ୍ଠଶିଳ୍ପୀ ସୌରିନ୍ ଭଟ୍ଟଙ୍କ ଅଡୁଆ, ହାଇକୋର୍ଟ ଦେଲେ ଏହି ନିର୍ଦ୍ଦେଶ

କଟକ,୨୫।୮(ପ୍ରଭୁକଲ୍ୟାଣ ପାଲ୍): କଣ୍ଠଶିଳ୍ପୀ ସୌରିନ୍ ଭଟ୍ଟଙ୍କ ପାଇଁ ବଢ଼ିଲା ଅଡୁଆ । ନିମ୍ନ ଅଦାଲତରେ ବାରମ୍ବାର ସମୟ ନେଇ ହାଜର ନହେବାରୁ ହାଇକୋର୍ଟ ବିରକ୍ତ ପ୍ରକାଶ କରି…

ମଣିଷ ମସ୍ତିଷ୍କ କୋଷରେ ଚାଲିବ ସୁପର କମ୍ପ୍ୟୁଟର: ତିଆରିହେଲା ବିଶ୍ୱର ପ୍ରଥମ ‘ଜୀବନ୍ତ ସୁପର କମ୍ପ୍ୟୁଟର’

ସିଙ୍ଗାପୁର,୨୫ା୮:କମ୍ପ୍ୟୁଟର ଏବଂ କୃତ୍ରିମ ବୁଦ୍ଧିମତ୍ତା (ଏଆଇ) କ୍ଷେତ୍ରରେ ବିଜ୍ଞାନ ପ୍ରକୃତରେ ଏକ ଚମତ୍କାର କରି ଦେଖାଇଛି। ଏଣିକି କେବଳ ସିଲିକନ୍‌ ଚିପ୍‌ ନୁହେଁ, ବରଂ ମଣିଷ ମସ୍ତିଷ୍କର…

ଗୋରଙ୍କ ବୟାନକୁ ନେଇ ହଇଚଇ, ମୋଦି-ଟ୍ରମ୍ପ୍‌ ପ୍ରେସ୍‌ମିଟ୍‌ରେ ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ ନ ରଖିବାକୁ ଭାରତ…

ନୂଆଦିଲ୍ଲୀ,୨୫ା୮: ଫ୍ରାନ୍ସରେ ଜି୭ ସମିଟ୍‌ ଅବସରରେ ଗତ ଜୁନ୍‌ ୧୭ରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବୈଠକ ହୋଇଥିଲା। ଏହା ପରେ…

ଚିନି ଦର ବଢ଼ିବା ଭିତରେ ସରକାର ନେଲେ ବଡ଼ ନିଷ୍ପତ୍ତି, ୨ ମାସ ଭିତରେ…

ନୂଆଦିଲ୍ଲୀ,୨୫ା୮: ଦେଶରେ ଚିନିର ବଢ଼ୁଥିବା ଦର ଉପରେ ଲଗାମ ଲଗାଇବାକୁ କେନ୍ଦ୍ର ସରକାର ଆମଦାନୀ ସମ୍ପର୍କିତ ନିୟମକୁ ଆହୁରି କଡ଼ା କରିଛନ୍ତି । ଏବେ ଟାରିଫ୍ ରେଟ୍…

ମୌଳିକ ସୁବିଧା ଅପହଞ୍ଚ ଗାଁ କମାରଖୋଲ: କୂଅ-ଝରଣା ପାଣି ଉପରେ ନିର୍ଭର

ନୂଆପଡ଼ା,୨୫ା୮ (ମକାରୁ ବେମାଲ):ସ୍ବାଧୀନତାର ଦୀର୍ଘବର୍ଷ ପରେ ମଧ୍ୟ ନୂଆପଡ଼ା ଜିଲା ବୋଡେନ ବ୍ଲକ ଖଇରା ପଞ୍ଚାୟତ କମାରଖୋଲ ଗାଁରେ ମୌଳିକ ସୁବିଧା ଅପହଞ୍ଚ ହୋଇରହିଛି। ଗାଁରେ ୨୦…

ପଶ୍ଚିମବଙ୍ଗ ରାଜନୀତିରେ ହଇଚଇ: ମମତାଙ୍କୁ ଧମକ ଦେଲେ ମୁଖ୍ୟମନ୍ତ୍ରୀ! ଘରୁ ବାହାରିବାକୁ….

କୋଲକାତା,୨୫ା୮: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଶୁଭେନ୍ଦୁ ଅଧିକାରୀଙ୍କୁ ଟାର୍ଗେଟ କରିଛନ୍ତି । ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ଏକ ଭିଡିଓ ସେୟାର କରି ଶୁଭେନ୍ଦୁ…

ଗରିମା କନକ୍ଲେଭ୍‌, ଛତ୍ରପୁର ପୌରପରିଷଦକୁ ରାଜ୍ୟସ୍ତରୀୟ ସମ୍ମାନ

ଛତ୍ରପୁର,୨୫।୮( ଦିଲ୍ଲୀପ ସାମଲ): ଓଡ଼ିଶା ସରକାରଙ୍କ ‘ଗରିମା ଯୋଜନା’ର ସଫଳ ରୂପାୟନ ପାଇଁ ଛତ୍ରପୁର ପୌରପରିଷଦକୁ ରାଜ୍ୟସ୍ତରୀୟ ସମ୍ମାନ ପ୍ରଦାନ କରାଯାଇଛି । ଭୁବନେଶ୍ୱରସ୍ଥିତ ଲୋକସେବା ଭବନଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri