ବ୍ରହ୍ମପୁର ଅଫିସ,୧୭ା୮: ବଡବଜାର ଥାନା ଅନ୍ତର୍ଗତ ଲକ୍ଷ୍ମୀନୃସିଂହ ସାହିରେ ଗୋଟିଏ ଗୋଷ୍ଠୀର ମୁଖିଆ ଲବ ସେଠୀଙ୍କୁ ଗୁରୁବାର ରାତିରେ ଅନ୍ୟ ଏକ ଗୋଷ୍ଠୀର କେତେଜଣ ଆକ୍ରମଣ କରିବାକୁ ଯାଇଥିଲେ। ତେବେ ସେମାନେ ଲବଙ୍କୁ ନ ପାଇ ତାଙ୍କ ଭଉଣୀ କାମିନୀଙ୍କୁ ଖଣ୍ଡାରେ ଆକ୍ରମଣ କରିଛନ୍ତି। ଆକ୍ରମଣକାରୀ ଗୋଷ୍ଠୀର ମୁଖ୍ୟଙ୍କ ସମେତ ୬ ଜଣଙ୍କୁ ପୋଲିସ ଶୁକ୍ରବାର କାବୁ କରିଛି। ଅଭିଯୁକ୍ତମାନେ ବ୍ୟବହାର କରିଥିବା ଗାଡି ଓ ଖଣ୍ଡା ମଧ୍ୟ ଜବତ କରାଯାଇଛି। ପ୍ରକାଶ ଯେ , ସାଧାରଣ ନିର୍ବାଚନ ପୂର୍ବରୁ ଲବଙ୍କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଥିଲା। ନିକଟରେ ସେ ଜେଲରୁ ଜାମିନରେ ମୁକୁଳିଥିଲେ। ଗୁରୁବାର ଲବଙ୍କର ଆଈଙ୍କ ଦ୍ୱାଦଶହ ଭୋଜି ଥିଲା। ରାତିରେ ସେ ଘର ଦାଣ୍ଡରେ ଠିଆ ହୋଇଥିବା ବେଳେ ପୂର୍ବ ଶତ୍ରୁତାକୁ ନେଇ ଅଭିଯୁକ୍ତମାନେ ସେଠାରେ ପହଞ୍ଚି ଖଣ୍ଡା ଧରି ତାଙ୍କୁ ହାଣିବାକୁ ଗୋଡ଼ାଇଥିଲେ। ଏହି ସମୟରେ ଲବଙ୍କ ଭଉଣୀ କାମିନୀ ଭାଇକୁ ଘର ଭିତର ଦେଇ ଅନ୍ୟତ୍ର ଚାଲିଯିବାକୁ କହିଥିଲେ। ପରେ ଅଭିଯୁକ୍ତମାନେ ଘରେ ପଶି ଲବଙ୍କୁ ନ ପାଇ କମିନୀଙ୍କୁ ଖଣ୍ଡାରେ ହାଣିଥିଲେ। ଖବରପାଇ ପୋଲିସ ଘଟଣାସ୍ଥଳରର ପହଞ୍ଚି ଆହତ କାମିନୀଙ୍କୁ ଉଦ୍ଧାର କରି ବ୍ରହ୍ମପୁର ବଡ଼ ମେଡିକାଲରେ ଭର୍ତ୍ତି କରିଥିଲା। କାମିନୀଙ୍କ ଅଭିଯୋଗ କ୍ରମେ ନଂ.୧୩୩/୧୯ରେ ଏକ ମାମଲା ରୁଜୁ ହୋଇଛି। ଅଭିଯୁକ୍ତମାନଙ୍କୁ ପୋଲିସ କାବୁ କରି ଥାନାରେ ଅଟକ ରଖିଛି।
ଫୋକସରେ ପୌର -ପଞ୍ଚାୟତ ନିର୍ବାଚନ: ତାମ୍ପରାରେ ବିଜୁ ଜନତା ଦଳର ସାଙ୍ଗଠନିକ ବୈଠକ, ମିଶିକି ନେଲେ ଏହି ଶପଥ
ଛତ୍ରପୁର, ୨୩।୭ (ଦିଲ୍ଲୀପ ସାମଲ/ ଦ୍ୱାରିକାପଟ୍ଟନାୟକ): ଆଗାମୀ ପୌର ଓ ପଞ୍ଚାୟତ ନିର୍ବାଚନକୁ ସାମ୍ନାରେ ରଖି ଛତ୍ରପୁର ନିର୍ବାଚନମଣ୍ଡଳୀରେ ସଂଗଠନକୁ ଅଧିକ ସୁଦୃଢ଼ କରିବା ଲକ୍ଷ୍ୟରେ ବିଜୁ…
ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ଖୁସିଖବର: ବଢିଲା ମହଙ୍ଗା ଭତ୍ତା
ଭୁବନେଶ୍ୱର, ୨୩।୭: ରାଜ୍ୟ ସରକାରୀ କର୍ମଚାରୀଙ୍କୁ ଗୁରୁବାର ଏକ ଖୁସିଖବର ମିଳିଛି। ରାଜ୍ୟ ସରକାର ମହଙ୍ଗା ଭତ୍ତା ୫% ବୃଦ୍ଧି କରିଛନ୍ତି। ଫଳରେ ମହଙ୍ଗା ଭତ୍ତା ୨୫୭%ରୁ…
ରାଜନୀତିରେ ହଲଚଲ: ଓଡ଼ିଶାର ସାଂସଦଙ୍କ ସହ ଧର୍ମେନ୍ଦ୍ର ପ୍ରଧାନଙ୍କ ବଡ଼ ବୈଠକ, ସାମିଲ ହେଲେ…
ନୂଆଦିଲ୍ଲୀ,୨୩।୭: କକ୍ରୋଚ ଜନତା ପାର୍ଟି (CJP) ର ଜନ୍ତର-ମନ୍ତରରେ ବିରୋଧ ପ୍ରଦର୍ଶନ ଜାରି ରହିଛି। ପ୍ରଦର୍ଶନକାରୀମାନେ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ନେଇ ଲଗାତାର ଧାରଣାରେ ଅଟଳ…
ବାହାଘରରୁ ଫେରୁଥିବା ବେଳେ ବଡ଼ ଅଘଟଣ: ପୋଖରୀକୁ ଖସି ପଡିଲା କାର୍: ୫ ମୃତ
ଢେଙ୍କାନାଳ,୨୩।୭( ରତନ ନାୟାର): ଢେଙ୍କାନାଳ ଜିଲା ସଦର ଥାନା ଛାଟିଆ ନିକଟରେ ଏକ ଇନୋଭା କାର୍ ଗୁରୁବାର ଭୋର୍ ୪ଟା ସମୟରେ ଭାରସାମ୍ୟ ହରାଇ ରାସ୍ତା କଡ଼…
ଏହି ଜିଲାରେ କରୋନା ଆକ୍ରାନ୍ତ ଚିହ୍ନଟ: ସରକାର କହିଲେ…
ଭୁବନେଶ୍ୱର,୨୩ା୭(ସୁଚିସ୍ମିତା ସାହୁ): ଆନ୍ଧ୍ରପ୍ରଦେଶ ପରେ ଏବେ ଓଡ଼ିଶାରେ କରୋନା ବ୍ୟାପିବା ଆଶଙ୍କା ଦେଖାଦେଇଛି। ଗଞ୍ଜାମ ଜିଲାରେ ଜଣେ ଆକ୍ରାନ୍ତ ରହିଥିବା କୋଭିଡ୍ ଡ୍ୟାସ୍ବୋର୍ଡରେ ଦର୍ଶାଯାଇଥିବାବେଳେ ମଙ୍ଗଳବାର ଏମ୍କେସିଜି…
ଭାରତୀୟ ପାଣିପାଗ ବିଭାଗର ବଡ଼ ପୂର୍ବାନୁମାନ: ଆଗାମୀ ୨ଦିନ ପର୍ଯ୍ୟନ୍ତ…
ଭୁବନେଶ୍ୱର,୨୩ା୭ (ସୌମ୍ୟରଞ୍ଜନ ରାଉତ): ରାଜ୍ୟରେ ବର୍ଷା ପ୍ରକୋପ ଜାରି ରହିଛି। ଲଗାଣ ବର୍ଷା ଯୋଗୁ ବିଭିନ୍ନ ଅଞ୍ଚଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଥିବା ବେଳେ ଆଗାମୀ ୨ଦିନ ପର୍ଯ୍ୟନ୍ତ…
ମାଲକାନଗିରିରେ ପରୀକ୍ଷାମୂଳକ ବିମାନ ଉଡ଼ାଣ ସଫଳ
ମାଲକାନଗିର,୨୩।୭ (ଦୁର୍ଯ୍ୟୋଧନ ପାତ୍ର/ ଗୌରୀଶଙ୍କର ପଣ୍ଡା): ମାଲକାନଗିରି ଜିଲାବାସୀଙ୍କ ଦୀର୍ଘ ଦିନର ସ୍ବପ୍ନ ସାକାର ହେବାକୁ ଯାଉଛି। ଜିଲା ପ୍ରଶାସନ ଏବଂ ଓଡ଼ିଶା ସରକାରଙ୍କ ବେସାମରିକ ବିମାନ…
ଗଡ଼ଚଣ୍ଡୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଶ୍ରେଣୀଗୃହରେ ଆଣ୍ଠୁଏ ପାଣି, ଶିକ୍ଷାଦାନ ବନ୍ଦ
ହାଟଡିହୀ, ୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡା): ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ସାଙ୍ଘାତିକ ପରିସ୍ଥିତି ସୃଷ୍ଟି ହୋଇଛି। କେଉଁଠି ପୋଲ…
Archives

