ପୂର୍ବ ଶତ୍ରୁତାରୁ ଗୁଳିକାଣ୍ଡ: ଯୁବକ ମୃତ ଉତ୍ତ୍ୟକ୍ତ ଲୋକଙ୍କ ଥାନା ଘେରାଉ, ରାସ୍ତାରୋକୋ

 

ଭାପୁର,୨୦ା୧୦(ଡି.ଏନ.ଏ.): ନୟାଗଡ଼ ଜିଲା ଫତେଗଡ଼ ଥାନା ମଣିପୁର ଗ୍ରାମରେ ପୂର୍ବ ଶତ୍ରୁତାରୁ ଗୁଳିକାଣ୍ଡ ଘଟିଛି। ଏଥିରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଅର୍ଜୁନ ବଳିୟାରସିଂହ (୩୨)। ଶୁକ୍ରବାର ରାତିରେ ଏହି ଘଟଣା ଘଟିଥିବାବେଳେ ଶନିବାର ଏହାକୁ ନେଇ ଗ୍ରାମରେ ଉତ୍ତେଜନା ପ୍ରକାଶ ପାଇଥିଲା। ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଉତ୍ତ୍ୟକ୍ତ ଲୋକେ ମୃତଦେହ ରଖି ରାସ୍ତାରୋକୋ ସହ ଥାନା ଘେରାଉ କରିଥିଲେ। ପୋଲିସ ଉଚ୍ଚ ପଦାଧିକାରୀ ପହଞ୍ଚତ୍ ଅଭିଯୁକ୍ତଙ୍କୁ ଗିରଫ କରାଯିବାର ପ୍ରତିଶ୍ରୁତି ଦେବା ପରେ ଆନ୍ଦୋଳନ ପ୍ରତ୍ୟାହୃତ ହୋଇଥିଲା।
ଅର୍ଜୁନଙ୍କ ସ୍ତ୍ରୀ ରଶ୍ମିତା ବଳିୟାରସିଂହ ଥାନାରେ କରିଥିବା ଅଭିଯୋଗ ଅନୁଯାୟୀ, ଶୁକ୍ରବାର ସନ୍ଧ୍ୟାରେ ଅର୍ଜୁନ ଗଁାମୁଣ୍ଡ କାଚରାପାଟ ବନ୍ଧକୁ ଶୌଚ ହେବା ପାଇଁ ଯାଇଥିଲେ। ଏହି ସମୟରେ ଗ୍ରାମର ବାହାନ ଖଟେଇ, ଶଙ୍କର ଦଳେଇ, ତାପସ ଜେନା, ଅଶୋକ ଖଟେଇ, ଟୁଲୁ ଜେନା, ଜିତେନ୍ଦ୍ର ଦଳେଇ, ଧରମା ରାଉତରାୟ, ପ୍ରତାପ ଦଳେଇ ୪/୫ଟି ବାଇକ୍‌ରେ ଆସି ପ୍ରଥମେ ବୋମାମାଡ଼ କରିଥିଲେ। ପରେ ୨ ରାଉଣ୍ଡ ଫାଙ୍କା ଗୁଳିଚାଳନା କରି ଅର୍ଜୁନଙ୍କୁ ଜୋରଜବରଦସ୍ତ ବାଇକ୍‌ରେ ନେଇ ପଳାଇଥିଲେ। ବହୁ ଖୋଜାଖୋଜି ପରେ ତାଙ୍କ ମୃତଦେହ କଟକ ଜିଲା ବୈଦେଶ୍ୱର ଥାନା ମଧୁଆପଲ୍ଲୀ ଗ୍ରାମ ମୁଣ୍ଡରେ ଥିବା ଏକ ମଠ ନିକଟରୁ ମିଳିଥିଲା। ମୁଣ୍ଡରେ ଗୁଳି ବାଜିଥିବାରୁ ଉପରୋକ୍ତ ବ୍ୟକ୍ତିମାନେ ତାଙ୍କୁ ଗୁଳିକରି ହତ୍ୟା କରିଛନ୍ତି। ପୂର୍ବ ଶତ୍ରୁତାରୁ ସେମାନେ ଏହି ହତ୍ୟାକାଣ୍ଡ ଭିଆଇଥିବା ରଶ୍ମିତା ଅଭିଯୋଗରେ ଦର୍ଶାଇଛନ୍ତି। ଅଭିଯୋଗ ଆଧାରରେ ପୋଲିସ ଏକ ମାମଲା (ନଂ.୧୭୮/୧୯) ରୁଜୁକରି ଘଟଣାର ତଦନ୍ତ ଜାରି ରଖିଛି। ଶନିବାର ଖବର ପ୍ରଚାରିତ ହେବା ପରିବାରବର୍ଗ ଓ ଗ୍ରାମବାସୀ ଫତେଗଡ଼ ଥାନା ସମ୍ମୁଖରେ ମୃତଦେହ ରଖି ଫତେଗଡ଼-କଣ୍ଟିଲୋ ରାସ୍ତା ଅବରୋଧ କରିଥିଲେ। ନୟାଗଡ଼ ଜିଲା ଅତିରିକ୍ତ ଏସ୍‌ପି ଦିଲୀପ କୁମାର ସାହାଣୀ, ଖଣ୍ଡପଡ଼ା ଏସ୍‌ଡିପିଓ ଶ୍ରୀନିବାସ ମହାନ୍ତି, ଫତେଗଡ଼ ଥାନା ଆଇଆଇସି ଗିରିଜା ନନ୍ଦନ ପଟ୍ଟନାୟକ, ଖଣ୍ଡପଡ଼ା ଥାନା ଆଇଆଇସି ବିମଳ ମଲ୍ଲିକଙ୍କ ସମେତ ୩ ପ୍ଲାଟୁନ ଫୋର୍ସ ପହଞ୍ଚତ୍ ଆଇନଶୃଙ୍ଖଳା ରକ୍ଷା କରିଥିଲେ। ଅତିରିକ୍ତ ଏସ୍‌ପି ସାହାଣୀ ଉତ୍ତ୍ୟକ୍ତ ଲୋକଙ୍କ ସହ ଆଲୋଚନା ପରେ ଅଭିଯୁକ୍ତମାନଙ୍କୁ ୩ ଦିନ ମଧ୍ୟରେ ଗିରଫ କରାଯିବାକୁ ପ୍ରତିଶ୍ରୁତି ଦେବା ପରେ ରାସ୍ତାରୋକୋ ହଟିଥିଲା। ଖୋର୍ଦ୍ଧା ଜିଲା ଚିକିତ୍ସାଳୟରେ ମୃତଦେହ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି। ମୃତ ଯୁବକଙ୍କ ଏକ ୪ ବର୍ଷର ଝିଅ ଓ ୩ ବର୍ଷର ପୁଅ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୧ କେ.ଭି. ତାର ସଂସ୍ପର୍ଶରେ ଆସି ମହିଳାଙ୍କ ମୃତ୍ୟୁ ଘଟଣା: ଶକ୍ତି ସଚିବ, କଳାହାଣ୍ଡି ଜିଲାପାଳ ଓ ଏସପିଙ୍କୁ ନୋଟିସ ଜାରି କଲା ଜାତୀୟ ମାନବାଧିକାର କମିଶନ

ଥୁଆମୂଳ ରାମପୁର, ୨୪।୦୭ (ଦୁର୍ଗା କୀର୍ତ୍ତି): ବିଦ୍ୟୁତ୍ ବିଭାଗ ଓ ଟାଟା ପାୱାରର ଚରମ ଅବହେଳା ଯୋଗୁ ଝୁଲନ୍ତା ୧୧ କେ.ଭି. ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି…

ସ୍ତ୍ରୀ, ଝିଅଙ୍କୁ ନେଇ ଶ୍ୱଶୁରଘର ଯାଇଥିଲେ: ଫେରୁଥିବା ବେଳେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା: ଜଣେ ମୃତ….

ଭଞ୍ଜନଗର, ୨୪/୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ଯୋଗୀମାରି ରାସ୍ତାର ପାଣିଟାଙ୍କି ନିକଟରେ ଶୁକ୍ରବାର ସନ୍ଧ୍ୟାରେ ଦୁଇଟି ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା…

ବାହୁଡ଼ା ଯାତ୍ରା ସମୟରେ ଅଘଟଣ: ଅଣନିଶ୍ବାସୀ ହୋଇ ଜଣଙ୍କର ମୃତ୍ୟୁ, ମିଳିଛି ପରିଚୟ

ପୁରୀ,୨୪।୭: ପବିତ୍ର ବାହୁଡ଼ା ଯାତ୍ରା ଅବସରରେ ପୁରୀ ଶ୍ରୀକ୍ଷେତ୍ରରେ ଏକ ଦୁଃଖଦ ଘଟଣା ଘଟିଛି। ଅଧିକ ଭିଡ଼ ଓ ଅଣନିଶ୍ବାସୀ ହୋଇ ଜଣେ ଶ୍ରଦ୍ଧାଳୁଙ୍କର ମୃତ୍ୟୁ ଘଟିଛି।…

ବାହୁଡ଼ିଲେ ମହାବାହୁ : ଭକ୍ତିମୟ ଭବାନୀପାଟଣା ସହର

ଭବାନୀପାଟଣା,୨୪।୭:(ଉତ୍ତମ କୁମାର ଦାଶ)- ନବ ଦିନ ଯାତ୍ରା ସାରି ଆଷାଢ଼ ଶୁକ୍ଳ ପକ୍ଷ ଦଶମୀ ତିଥିରେ ବଡ଼ଭାଇ ବଳଭଦ୍ର, ଭଉଣୀ ସୁଭଦ୍ରା ଓ ଚକ୍ରରାଜ ସୁଦର୍ଶନଙ୍କୁ ସାଥିରେ…

ଗନ୍ଧର୍ବ କଳା ସମ୍ମାନ ପାଇଲେ ଗୌରୀ ଶଙ୍କର ଦୁର୍ଗା: କଳାହାଣ୍ଡି ପାଇଁ ପୁଣି ଆଣିଲେ ଗୌରବ

ଭବାନୀପାଟଣା,୨୪।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ମାଟିର ଜଣାଶୁଣା ଲୋକ ବାଦ୍ୟ କଳାକାର ତଥା ଓଡିଶା ସଙ୍ଗୀତ ନାଟକ ଏକାଡେମୀ ଯୁବ ପୁରସ୍କାର ପ୍ରାପ୍ତ ପ୍ରତିଭା ଗୌରୀ ଶଙ୍କର…

ଦିଗପହଣ୍ଡିରେ ନିଆରା ବାହୁଡ଼ା ଯାତ୍ରା: ପୁରୀ ବାହୁଡ଼ା ଯାତ୍ରାର ଦିନକ ପରେ…

ଦିଗପହଣ୍ଡି,୨୪|୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିରେ ନିଆରା ବାହୁଡ଼ା ଯାତ୍ରା ପରମ୍ପରା କେଉଁ ଆବହମାନ କାଳରୁ ଚଳିଆସିଛି। ପୁରୀ ବାହୁଡ଼ା ଯାତ୍ରାର ଦିନକ ପରେ ପବିତ୍ର…

ତିଲୋରୀରେ ନିଆରା ଢଙ୍ଗରେ ପାଳିତ ହେଲା ବାହୁଡ଼ା ଯାତ୍ରା: ଖଟୁଲିରେ ବିଜେ କଲେ…

ଦାରିଙ୍ଗବାଡି, ୨୪/୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ବିଭିନ୍ନ ସ୍ଥାନରେ ଶୁକ୍ରବାର ଶ୍ରୀଜଗନ୍ନାଥଙ୍କ ବାହୁଡ଼ା ଯାତ୍ରା ଶାନ୍ତି ଓ ଶୃଙ୍ଖଳାର ସହ ପାଳିତ ହୋଇଯାଇଛି।…

ଜମି ଦେବାକୁ କହି ୯୨ ଲକ୍ଷ ଟଙ୍କାର ଠକେଇ, ଅଭିଯୁକ୍ତ ଗିରଫ

ଭୁବନେଶ୍ୱର,୨୪।୭: ଜମି ବିକ୍ରି ନାଁରେ ୯୨ ଲକ୍ଷ ଟଙ୍କାର ଠକେଇ ଅଭିଯୋଗରେ ଲକ୍ଷ୍ମୀସାଗର ଥାନା ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ଭୁବନେଶ୍ୱରର ମେହେରପଲ୍ଲୀ ଓ ମେଣ୍ଢାଶାଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri