ପୂର୍ବ ଶତ୍ରୁତାରୁ ଦୋକାନୀଙ୍କୁ ହତ୍ୟା: ୩ ଗିରଫ

ଖୁଣ୍ଟୁଣୀ,୪ା୯(ଡି.ଏନ୍‌.ଏ.):ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଚୌଦ୍ୱାର ଥାନା ଅନ୍ତର୍ଗତ ମାହାଳପଡ଼ା ଗ୍ରାମର ଗୋଲକ ପ୍ରଧାନ(୪୯)ଙ୍କୁ ସଂଘବଦ୍ଧଭାବେ ପିଟିପିଟି ହତ୍ୟା କରାଯାଇଛି। ତାଙ୍କ ସ୍ତ୍ରୀ ସରସ୍ବତୀଙ୍କ ଅଭିଯୋଗକ୍ରମେ ଖୁଣ୍ଟୁଣୀ ପୋଲିସ ଏକ ହତ୍ୟା ମାମଲା (ନଂ.୧୦୧/୧୯)ରୁଜୁ କରି ମଙ୍ଗଳବାର ୩ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନେ ହେଲେ ବିରଞ୍ଚି ବାରିକ, ପରମେଶ୍ୱର ରାଉତ ଓ ଅଭିଜିତ୍‌ ମହାନ୍ତି। ଫେରାର ଥିବା ଅନ୍ୟ ୯ ଅଭିଯୁକ୍ତଙ୍କୁ ଧରିବା ପାଇଁ ବିଭିନ୍ନ ସ୍ଥାନରେ ଚଢାଉ ଜାରି ରହିଥିବା ପୋଲିସ କହିଛି। ଅନ୍ୟପକ୍ଷରେ ଏହି ଘଟଣାକୁ ନେଇ ମାହଳପଡ଼ା ଗ୍ରାମରେ ଉତ୍ତେଜନା ଲାଗି ରହିଛି। ଗୋଲକଙ୍କ ମୃତଦେହ ତାଙ୍କ ପରିବାର ଲୋକଙ୍କୁ ହସ୍ତାନ୍ତର ଓ ସମସ୍ତ ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଅଞ୍ଚଳବାସୀ କପୁରସିଂଠାରେ ୩ଘଣ୍ଟା ରାସ୍ତାରୋକୋ କରିଥିଲେ।
ସୂଚନା ଅନୁଯାୟୀ, କଖଡି ଛକ ନିକଟରେ ଗୋଲକଙ୍କ ଏକ ଦୋକାନ ରହିଛି। ଗତ ୧୫ଦିନ ତଳେ ଘଣ୍ଟିଖାଲର କେତେଜଣ ଯୁବକ ତାଙ୍କ ଦୋକାନରୁ ପାଣି ପାଉଚ କିଣିଥିଲେ। ଅଧିକା ଦାମ ନେଉଥିବା କହିବା ସହ ଗୋଲକଙ୍କ ପୁଅ ସୁନୀଲଙ୍କ ସହ ଯୁକ୍ତିତର୍କ କରି ପଳାଇଥିଲେ। ସୋମବାର ପୂର୍ବାହ୍ନ ପ୍ରାୟ ୧୦ଟାରେ ଘଣ୍ଟିଖାଲର ଏହି ଯୁବକମାନେ କଖଡି ନିକଟ ଏକ ଢାବା ଆଗରେ ଛିଡା ହୋଇଥିଲେ। ଏହି ସମୟରେ କମେଣ୍ଟ ମରାକୁ କେନ୍ଦ୍ରକରି ସୁନୀଲର ସାଙ୍ଗ ପ୍ରଦୀପଙ୍କ ସହ ଗଣ୍ଡଗୋଳ କରି ପଳାଇଥିଲେ। ଅପରାହ୍ନ ୩ଟା ରେ ଗୋଲକ ଝିଅଘର ନିଧିପୁରରୁ ଘରକୁ ଫେରୁଥିବା ବେଳେ ପୂର୍ବରୁ ଛକି ରହିଥିବା ଅଭିଯୁକ୍ତମାନେ ଛକରେ ତାଙ୍କୁ ସଂଘବଦ୍ଧଭାବେ ଆକ୍ରମଣ କରି ଫେରାର ହୋଇଯାଇଥିଲେ। ଖବରପାଇ ପରିବାର ଲୋକେ ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ମାଧବପୁରସ୍ଥିତ ଜିମସାର ମେଡିକାଲକୁ ନେଇଥିଲେ। ତାଙ୍କ ସ୍ବାସ୍ଥ୍ୟାବସ୍ଥା ସଙ୍କଟାପନ୍ନ ହେବାରୁ ଆଠଗଡ ପରେ କଟକ ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ମଙ୍ଗଳବାର ତାଙ୍କର ମୃତ୍ୟୁ ଘଟିଥିଲା। ଏହା ପରେ ଦୁଇ ଗ୍ରାମରେ ଉତ୍ତେଜନାକୁ ଦୃଷ୍ଟିରେ ରଖି ଏସପି ରାଧା ବିନୋଦ ପାଣିଗ୍ରାହୀଙ୍କ ନିର୍ଦ୍ଦେଶରେ ୩ପ୍ଲାଟୁନ ଫୋର୍ସ ମୁତୟନ କରାଯାଇଥିଲା। ଏହା ପରେ ମାହଳାପଡ଼ା ଗ୍ରାମବାସୀ ୫୫ନଂ. ଜାତୀୟ ରାଜପଥର କପୁରସିଂଠାରେ ରାସ୍ତା ଅବରୋଧ କରିଥିଲେ। ଫଳରେ ଉଭୟ ପାର୍ଶ୍ୱରୁ ଆସୁଥିବା ସମସ୍ତ ଯାନବାହନ ଅଟକି ରହିଥିଲା। ଖବରପାଇ ଘଟଣାସ୍ଥଳରେ ଚୌଦ୍ୱାର ଏସ୍‌ଡିପିଓ ପ୍ରଶାନ୍ତ କୁମାର ମଲ୍ଲ ଓ ଖୁଣ୍ଟୁଣୀ ଥାନାଧିକାରୀ ସୁଚିତ୍ର ବିର୍ଯ୍ୟ ଦାସ ପହଞ୍ଚି ଆନ୍ଦୋଳନକାରୀଙ୍କୁ ବୁଝାଶୁଝା କରିବା ପରେ ରାସ୍ତାରୋକୋ ପ୍ରତ୍ୟାହୃତ ହୋଇଥିଲା। ଏହା ପରେ ଯାନବାହନ ଚଳାଚଳ ସ୍ବାଭାବିକ ହୋଇଥିଲା। ନିଧିପୁର ଛକ ଘଟଣାସ୍ଥଳରେ ସାଇଣ୍ଟିଫିକ ଟିମ ପହଞ୍ଚି ତଦନ୍ତ ଚଳାଇଛି। ସୂଚନାଥାଉକି, ପ୍ରାୟ ୧ ମାସ ପୂର୍ବେ ଘଣ୍ଟିଖାଲର ଏକ ଢାବା ନିକଟରେ କୌଣସି କାରଣକୁ ନେଇ ମାହାଳପଡା ଓ ଘଣ୍ଟିଖାଲର ଦୁଇ ଯୁବ ଗୋଷ୍ଠୀଙ୍କ ମଧ୍ୟରେ ମାରପିଟ୍‌ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱର ୧୦ ଉତ୍ତପ୍ତ ସହର ମଧ୍ୟରେ ଓଡ଼ିଶାର ୩

ଭୁବନେଶ୍ୱର, ୧ା୫ (ଅସମାପିକା ସାହୁ):ପ୍ରବଳ ଖରାରେ ଜଳୁଛି ସାରା ଓଡ଼ିଶା। ଘରୁ ବାହାରିଲେ ତାତି ସହିତ ଝାଞ୍ଜି ପବନ ଲୋକଙ୍କୁ ଅସ୍ତବ୍ୟସ୍ତ କରୁଛି। ଗତ ୧୬ଦିନ...

‘ଧନୁ ସଂକ୍ରାନ୍ତି ପରେ ପଦ୍ମ ଫୁଟେନି’

ବରଗଡ଼,୩୦।୪(ପ୍ରେମାନନ୍ଦ ଖମାରୀ)- ସାଧାରଣ ନିର୍ବାଚନକୁ ନେଇ ଘଡ଼ିକୁ ଘୋଡ଼ା ଛୁଟୁଛି । ଏହାକୁ ନେଇ ଦଳୀୟ ନେତା, ପ୍ରାର୍ଥୀଙ୍କ ବୟାନବାଜି ସାଧାରଣରେ ଚର୍ଚ୍ଚାର ବିଷୟ ହୋଇଥିବାବେଳେ...

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୭୧ କୋଟିର ମାଲିକ

ଭୁବନେଶ୍ୱର,୩୦।୪: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ବାଚନୀ ସତ୍ୟପାଠରେ ନିଜର ସମ୍ପତ୍ତିର ତଥ୍ୟ ଦେଇଛନ୍ତି। ସେ ହେଉଛନ୍ତି ୭୧ କୋଟି ଟଙ୍କା ସମ୍ପତ୍ତିର ମାଲିକ। ତାଙ୍କ ପାଖରେ...

ବିଜେଡି ଛାଡ଼ିଲେ ଆନନ୍ଦପୁର ବିଧାୟକ ଭାଗିରଥୀ ସେଠୀ

ଆନନ୍ଦପୁର,୩୦।୪: ବିଜେଡି ଛାଡ଼ିଲେ ଆନନ୍ଦପୁର ବିଧାୟକ ଭାଗିରଥୀ ସେଠୀ। ଦଳର ପ୍ରାଥମିକ ସଦସ୍ୟ ପଦରୁ ସେ ମଙ୍ଗଳବାର ଇସ୍ତଫା ଦେଇଛନ୍ତି। ଏନେଇ ସେ ନିଜର ଇସ୍ତଫାପତ୍ର...

କାକଟପୁର ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ

ପୁରୀ,୩୦।୪: କାକଟପୁର ପାଇଁ ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ। ଦଳ କାକଟପୁରରୁ ବିଶ୍ବଭୂଷଣ ଦାସଙ୍କୁ ଟିକେଟ୍‌ ଦେଇଛି। ଭାଜପାରୁ ଟିକେଟ ନ ମିଳିବାରୁ ସେ କଂଗ୍ରେସରେ...

ହାଇକୋର୍ଟରେ କେନ୍ଦ୍ର ସରକାରଙ୍କର ୪୦ ଓକିଲ, ତଥାପି ଶୁଣାଣିରେ ଅନୁପସ୍ଥିତ

କଟକ,୩୦ା୪ (କାର୍ତ୍ତିକ ସାହୁ) ଓଡ଼ିଶା ହାଇକୋର୍ଟରେ କେନ୍ଦ୍ର ସରକାରଙ୍କ ବିରୋଧରେ ରୁଜୁ ମାମଲାର ବିଚାର ବେଳେ କେନ୍ଦ୍ର ସରକାରଙ୍କ ପକ୍ଷରୁ କେହି ସରକାରୀ ଓକିଲ ଉପସ୍ଥିତ...

୪୬ଡିଗ୍ରୀ ଉପରେ ୨ସହର, ରେକର୍ଡ ଭାଙ୍ଗିଲା ବାରିପଦା

ଭୁବନେଶ୍ୱର,୩୦।୪: ପ୍ରବଳ ଖରାରେ ଜଳୁଛି ସାରା ଓଡିଶା। ଘରୁ ବାହାରିଲେ ମୁହଁ ପୋଡି ଯାଉଛି। ମଙ୍ଗଳବାର ରାଜ୍ୟର ୨ଟି ସହର ୪୬ ଡିଗ୍ରୀ ଉପରେ ରହିଥିବାବେଳେ...

ବିଜେଡି ଛାଡ଼ିଲେ ସୁର ସେଠୀ

କାକଟପୁର,୩୦।୪: ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ କାକଟପୁର ବିଧାୟକ ସୁରେନ୍ଦ୍ର ସେଠୀ। ଦଳ ଟିକେଟ ଦେଇ ନ ଥିବାରୁ ଅସନ୍ତୁଷ୍ଟ ଥିବା ବେଳେ ମଙ୍ଗଳବାର ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri