ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ଗୁଳିମାଡ଼ ଘଟଣା: ୪ ଗିରଫ, ମୁଖ୍ୟ ଅଭିଯୁକ୍ତ ଫେରାର

ବାଲେଶ୍ୱର ଅଫିସ, ୨୦।୯-ବାଲେଶ୍ୱର ଶିଳ୍ପାଞ୍ଚଳ ଥାନା ରେମୁଣା ଗୋଲେଇ ମେଡ଼ିକାଲ କଲେଜ ଛକରେ ଗତ ୧୪ ତାରିଖ ରାତି ପ୍ରାୟ ସାଢେ ୯ଟା ବେଳେ ଜଣେ ଯୁବକଙ୍କୁ ଗୁଳିମାଡ଼ ହୋଇଥିଲା। ପୂର୍ବଶତ୍ରୁତାରୁ ଏହି ଗୁଳିକାଣ୍ଡ ଘଟିଥିବା ପୋଲିସ ଜାଣିବାକୁ ପାଇଛି। ଏହି ଘଟଣାର ତଦନ୍ତ କରି ଗୁରୁବାର ପୋଲିସ ୪ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନଙ୍କ ନିକଟରୁ ଗୋଟିଏ ବନ୍ଧୁକ ସହ ୫ ଅଫୁଟା ଗୁଳି, ୫ ମୋବାଇଲ, ୩ ବାଇକ୍‌ ଓ ଧାରୁଆ ଅସ୍ତ୍ର ଜବତ କରାଯାଇଛି। ଗିରଫ ଅଭିଯୁକ୍ତମାନଙ୍କୁ କୋର୍ଟଚାଲାଣ କରାଯାଇଥିବାବେଳେ ମୁଖ୍ୟ ଅଭିଯୁକ୍ତ ଫେରାର ଥିବା ଥାନା ପରିସରରେ ଆୟୋଜିତ ଖବରଦାତା ସମ୍ମିଳନୀରେ ଏସ୍‌ଡ଼ିପିଓ ପ୍ରଭାସ ଚନ୍ଦ୍ର ପାଲ ଓ ଥାନାଧିକାରୀ ଜୟନ୍ତ ବେହେରା ସୂଚନା ଦେଇଛନ୍ତି।
ପୋଲିସ ସୂଚନା ଅନୁଯାୟୀ, ଗତ ୫ ତାରିଖରେ ରେମୁଣା ଥାନା ଜଗନ୍ନାଥପୁର ଗ୍ରାମର ସମ୍ଭବ କୁମାର ସାହୁ ଏବଂ ଚାନ୍ଦିପୁର ଥାନା ନୂଆନଈ ଗ୍ରାମର ଏସ୍‌କେ ଇସାକ ଅଲ୍ଲୀ ଜମିବାଡ଼ି ଦଲାଲି ଘଟଣାରେ ଟଙ୍କା ନେଣଦେଣକୁ ନେଇ ଗଣ୍ଡଗୋଳ ଲାଗିଥିଲେ। ଇସାକ ଅଲ୍ଲୀ ଏହାର ପ୍ରତିଶୋଧ ନେବା ପାଇଁ ୪ଜଣଙ୍କୁ ନେଇ ଏକ ଗ୍ୟାଙ୍ଗ ତିଆରି କରିଥିଲେ। ଉକ୍ତ ରାତିରେ ସମ୍ଭବ ସାଙ୍ଗମାନଙ୍କ ସହିତ ରେମୁଣା ଗୋଲେଇସ୍ଥିତ ମେଡ଼ିକାଲ କଲେଜ ଛକରେ ବସିଥିଲେ। ଏହି ସମୟରେ ୩ଟି ବାଇକ୍‌ରେ ୫ଜଣ ଯୁବକ ସେଠାରେ ପହଞ୍ଚି ଗାଳିଗୁଲଜ କରିଥିଲେ। ଏହାପରେ ମାନସିଂବଜାର ଅଞ୍ଚଳର ଦିଲୀପ ବେହେରା ସମ୍ଭବଙ୍କ ଉପରକୁ ଗୁଳି ମାରିଥିଲେ। ଗୁଳିଟି ସମ୍ଭବଙ୍କ ଡାହାଣ ହାତ କହୁଣୀରେ ବାଜିଥିଲା। ଘଟଣାସ୍ଥଳରେ ସମ୍ଭବ ରକ୍ତାକ୍ତ ଅବସ୍ଥାରେ ପଡ଼ିଯିବାରୁ ଉକ୍ତ ୫ଜଣ ଯୁବକ ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ। ସମ୍ଭବଙ୍କୁ ଆହତ ଅବସ୍ଥାରେ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇ ଚିକିତ୍ସା କରାଯାଇଥିଲା। ସମ୍ଭବଙ୍କ ପିତା ରଘୁନାଥ ସାହୁ ଶିଳ୍ପାଞ୍ଚଳ ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଏନେଇ ଥାନାରେ ଏକ ମାମଲା (ନଂ. ୧୦୭/୧୯) ରୁଜୁ କରାଯାଇ ତଦନ୍ତ ଆରମ୍ଭ ହୋଇଥିଲା। ଏହି ଘଟଣାରେ ଚାନ୍ଦିପୁର ଥାନା ନୂଆନଈ ଗ୍ରାମର ଏସ୍‌କେ ଇସାକ ଅଲ୍ଲୀଙ୍କୁ ଗିରଫ କରିବା ସହ ତାଙ୍କଠାରୁ ପଲସର ବାଇକ୍‌୍‌ (ନଂ. ଓଡ଼ି୦୧ବି-୯୦୮୭), ୨ଟି ମୋବାଇଲ ଜବତ କରାଯାଇଛି। ଟାଉନ ଥାନା ଗୋପାଳଗାଁ ଅଞ୍ଚଳର ସିଦ୍ଧାର୍ଥ ଶଙ୍କର ବାଗଙ୍କଠାରୁ ଏକ ଧାରୁଆ ଅସ୍ତ୍ର, ସିଡି ଡିଲକ୍ସ ବାଇକ୍‌ (ନଂ. ଓଡ଼ି୦୧-୭୩୧୭), ଗୋଟିଏ ମୋବାଇଲ ଓ ଶିଳ୍ପାଞ୍ଚଳ ଥାନା ନୂଆଗାଁ ଅଞ୍ଚଳର ରାଜେନ୍ଦ୍ର ପ୍ରଧାନଙ୍କଠାରୁ ଗୋଟିଏ ଦେଶୀ ବନ୍ଧୁକ, ୫ଟି ଗୁଳି, ଗୋଟିଏ ମୋବାଇଲ ଜବତ କରାଯାଇଛି। ସେହିପରି ଚାନ୍ଦିପୁର ଥାନା ରଣସାହି ଅଞ୍ଚଳର ସର୍ବେଶ୍ୱର ମଲ୍ଲିକଙ୍କଠାରୁ ଏକ ୟାମାହା ବାଇକ୍‌ (ନଂ. ଓଡ଼ି-୦୧ଡବ୍ଲ୍ୟୁ-୬୧୧୧୦) ଓ ଗୋଟିଏ ମୋବାଇଲ ଜବତ କରାଯାଇଛି। ମୁଖ୍ୟ ଅଭିଯୁକ୍ତଙ୍କୁ ଖୁବ୍‌ଶୀଘ୍ର ଗିରଫ କରାଯିବ ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?