ବ୍ରହ୍ମପୁର ଅଫିସ,୧୭ା୫- ବଡବଜାର ଥାନା ପାଣ୍ଡବନଗରର ଟୁଟୁ ହାତୀ (୩୫)ଙ୍କୁ ଗୁରୁବାର ରାତି ପ୍ରାୟ ୯ଟାବେଳେ ଦୁର୍ବୃତ୍ତମାନେ ଖଣ୍ଡାରେ ଆକ୍ରମଣ କରିଛନ୍ତି। ଗୁରୁତର ଅବସ୍ଥାରେ ତାଙ୍କୁ ଏମ୍କେସିଜି ମେଡିକାଲରେ ଭର୍ତ୍ତି କରାଯାଇଛି। ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ତଦନ୍ତ ଚଳାଇଛି। ପୂର୍ବ ଶତ୍ରୁତାରୁ ଟୁଟୁଙ୍କୁ ଆକ୍ରମଣ କରାଯାଇଥିବା ପୋଲିସ ସନ୍ଦେହ କରୁଛି। ଗୁରୁବାର ରାତି ପ୍ରାୟ ୯ଟାବେଳେ ଗୌଡସାହିରେ ଟୁଟୁ ଆଡ୍ଡା ଜମାଇଥିବାବେଳେ ତାଙ୍କୁ ଦୁର୍ବୃତ୍ତମାନେ ଆକ୍ରମଣ କରିଥିଲେ। ସେଠାରେ ବସି ସେ ଅଞ୍ଚଳର ଝିଅବୋହୂଙ୍କୁ କମେଣ୍ଟ କରୁଥିବା ଓ ସାହି ଲୋକଙ୍କୁ ଧମକଚମକ ଦେଉଥିବା ପୋଲିସ ଅନୁସନ୍ଧାନବେଳେ ଜାଣିବାକୁ ପାଇଛି। ଅଭିଯୁକ୍ତଙ୍କୁ ଧରିବାକୁ ପୋଲିସ ବିଭିନ୍ନ ସ୍ଥାନରେ ଚଢାଉ ଜାରି ରଖିଥିବା ବଡବଜାର ଥାନା ଅଧିକାରୀ ପ୍ରଶାନ୍ତ ଭୂପତି ସୂଚନା ଦେଇଛନ୍ତି।
ହାଇଜମ୍ପରେ ସ୍ବର୍ଣ୍ଣପଦକ ଜିତିଲେ ରୁକ୍ମିଣୀ: ଛୁଟୁଛି ଶୁଭେଚ୍ଛାର ସୁଅ
ଭଞ୍ଜନଗର,୬।୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ ବାହାଡ଼ାପଦର ଉଚ୍ଚ ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ରୀ ରୁକ୍ମିଣୀ ବିଷୋୟୀ ରାଜ୍ୟସ୍ତରୀୟ ହାଇଜମ୍ପ ପ୍ରତିଯୋଗିତାରେ ସ୍ବର୍ଣ୍ଣପଦକ…
ମୋବାଇଲ୍ଠାରୁ ଦୂରେଇ ରହିବାକୁ ଛାତ୍ରୀଛାତ୍ରଙ୍କୁ ପରାମର୍ଶ ଦେଲେ ସିଦ୍ଧାନ୍ତ ମହାପାତ୍ର
ଦିଗପହଣ୍ଡି, ୫।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଡିଗ୍ରୀ କଲେଜ ପରିସରରେ ସେବା ସଂକଳ୍ପ ଅଭିଯାନ ଆନୁକୂଲ୍ୟରେ ଯୁକ୍ତ ୩ ଛାତ୍ରୀଛାତ୍ରଙ୍କୁ ନେଇ…
ଗାଁରେ ଚାଲିଥିଲା ଜୁଆ ଖେଳ: ମାଡ଼ିବସିଲା ପୋଲିସ, ଆଉ ତା’ପରେ…
ଦିଗପହଣ୍ଡି,୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗାଁରେ ଜୁଆ ଖେଳ ଚାଲିଥିଲା। ଖବର ପାଇ ଦିଗପହଣ୍ଡି ପୋଲିସର ଏକ ଟିମ୍ ଚଢ଼ାଉ କରି…
ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ
ଦିଗପହଣ୍ଡି,୫|୧୦(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଟିଗୁଡ଼ା ଗ୍ରାମର ନବୀନ ମହାଙ୍କୁଡ଼ ଙ୍କୁ ଗ୍ରାମର ଗୋପୀନାଥ ଡାକୁଆ ରବିବାର ଅପରାହ୍ନ ପ୍ରାୟ ସାଢେ ୪ ଟାରେ…
ଦକ୍ଷିଣପୁର ଗାଁ ପୋଖରୀରେ ୪ କୁମ୍ଭୀର: ଲୋକେ ଆତଙ୍କିତ
ଦିଗପହଣ୍ଡି,୫|୧୦(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଗୋକର୍ଣ୍ଣପୁର ପଞ୍ଚାୟତ ଦକ୍ଷିଣପୁର ଗାଁ ଦାନ୍ତା ପୋଖରୀ(ବନ୍ଧ) ରେ ୪ ଟି କୁମ୍ଭୀର ଥିବା ଲୋକେ ଦେଖିବା ପରେ…
ପୋଖରୀରୁ ମାଛ ଚୋରି ଉଦ୍ୟମ: ଧରାପଡ଼ିବାରୁ ତେଣ୍ଟାରେ ଭୁଷି ହତ୍ୟା ଉଦ୍ୟମ, ଅଭିଯୁକ୍ତ ଗଲେ ଜେଲ
ଦିଗପହଣ୍ଡି, ୫/୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ ଅନ୍ତର୍ଗତ ସିନ୍ଧୁଖାଳି ଗ୍ରାମ ନିକଟସ୍ଥ ପୋଖରୀରୁ ମାଛ ଚୋରି ଉଦ୍ୟମକୁ କେନ୍ଦ୍ର…
ହୃଦ୍ଘାତରେ ଅନିତା ଆରୁଖଙ୍କ ପରଲୋକ: ଖେଳିଗଲା ଶୋକର ଛାୟା
ଭଞ୍ଜନଗର, ୫।୧ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର୍ ଆସୋସିଏସନର ବରିଷ୍ଠ ସଦସ୍ୟ ତଥା ବରିଷ୍ଠ ବିଜେଡି ନେତା ଦିବାକର ନାୟକଙ୍କ ଧର୍ମପତ୍ନୀ ଅନିତା ଆରୁଖଙ୍କ…
ଗଞ୍ଜାମ ସହରରେ ଆଲୋକୀକରଣ ବ୍ୟବସ୍ଥା ପ୍ରହସନ! ଶୁଭାରମ୍ଭର ମାସେ ପରେ ବି ଜଳୁନି ଷ୍ଟ୍ରିଟ ଲାଇଟ
ଗଞ୍ଜାମ, ୫।୧୦ (ବିଦ୍ୟାଧର ସାହୁ): ଗଞ୍ଜାମ ସହରରେ ଆଲୋକୀକରଣ ବ୍ୟବସ୍ଥା ଏବେ ପ୍ରହସନରେ ପରିଣତ ହୋଇଛି। ଗତ ଅଗଷ୍ଟ ୩୧ ତାରିଖରେ ସହରରେ ଷ୍ଟ୍ରିଟ ଲାଇଟ ବ୍ୟବସ୍ଥାର…

