ପୂର୍ବତଟ ରେଳପଥ ପୁରସ୍କୃତ

ଭୁବନେଶ୍ୱର୨୩-୭(ବ୍ୟୁରୋ): ନିଜ ପରିସୀମା ମଧ୍ୟରୁ ଲକ୍ଷ୍ୟ ଧାର୍ଯ୍ୟର ବହୁ ପୂର୍ବରୁ ମାନବ ବିହୀନ ରେଳ ଲେଭଲ କ୍ରସିଂ ହଟାଇବା କ୍ଷେତ୍ରରେ ପୂର୍ବତଟ ରେଳପଥ ପୁରସ୍କୃତ ହୋଇଛି। ହରିୟାଣାର ଆମ୍ବାଲାଠାରେ ଅନୁଷ୍ଠିତ ୬୪ତମ ରାଷ୍ଟ୍ରୀୟ ରେଳବାଇ ପୁରସ୍କାର ବିତରଣ ଉତ୍ସବରେ ରେଳପଥକୁ ସମ୍ମାନୀତ କରାଯାଇଛି। ରେଳବାଇରେ ଉଭୟ ରେଳ ଓ ରାସ୍ତା ବ୍ୟବହାରକାରୀଙ୍କ ନିରାପତ୍ତା ପାଇଁ ଉଲ୍ଲେଖନୀୟ ଯୋଗଦାନ ପାଇଁ କେନ୍ଦ୍ର ରେଳରାଷ୍ଟ୍ର ମନ୍ତ୍ରୀ ସୁରେଶ ଅଙ୍ଗIଡ଼ି ଓ ହରିୟାଣା ମୁଖ୍ୟମନ୍ତ୍ରୀ ଏମ୍‌.ଏଲ୍‌.ଖଟ୍ଟର ପୂର୍ବତଟ ରେଳପଥର ମହାପ୍ରବନ୍ଧକ ବିଦ୍ୟା ଭୂଷଣଙ୍କୁ ପୁରସ୍କୃତ କରିଛନ୍ତି I
ସୂଚନା ଯୋଗ୍ୟ, ୨୦୧୮ ଏପ୍ରିଲ ମାସ ପହିଲା ପର୍ଯ୍ୟନ୍ତ ପୂର୍ବତଟ ରେଳପଥରେ ୧୧୭ ଟି ମାନବ ବିହୀନ ଲେଭଲ କ୍ରସିଂ ଥିଲା I ୨୦୧୮-୧୯ ଆର୍ଥିକ ବର୍ଷ ପୂର୍ବରୁ ପୂର୍ବତଟ ରେଳପଥ ଏହାର ପରିସୀମା ମଧ୍ୟରୁ ବିଭିନ୍ନ ଉପାୟରେ ଯଥା- ରୋଡ଼ ଅଣ୍ଡର ବ୍ରିଜ ବା ଉପ ମାର୍ଗ ର୍ନିମାଣ ଦ୍ୱାରା ୧୩ଟି, ମାର୍ଗ ପରିବର୍ତ୍ତନ ମାଧ୍ୟମରେ ୭ଟି ଏବଂ ଜଗୁଆଳି ସୁବିଧା ପ୍ରଦାନ ଦ୍ୱାରା ୯୭ଟି ମାନବ ବିହୀନ ରେଳ ଲେବଲ କ୍ରସିଂ ହଟାଇଛି I ଗତ ପାଞ୍ଚବର୍ଷ ମଧ୍ୟରେ ପୂର୍ବତଟ ରେଳପଥ ଏହାର ପରିସୀମା କ୍ଷେତ୍ରରୁ ସମୁଦାୟ ୫୨୫ଟି ମାନବ ବିହୀନ ରେଳବାଇ ଲେଭଲ କ୍ରସିଂ ହାଟଇଛି। ଏଭଳି ପଦକ୍ଷେପ ଦ୍ୱାରା ରେଳ ଦୁର୍ଘଟଣା ହ୍ରାସ ହେବା ସହ ଟ୍ରେନ ଚଳାଚଳ ନିରାପଦ ହୋଇପାରିଛି। ଏବେ ଗହଳି ବା ଭିଡ ରହୁଥିବା ମାନବ ରହିତ ରେଳବାଇ ଲେଭଲ କ୍ରସିଂଠାରେ ରୋଡ଼ ଓଭର ବ୍ରିଜ (ଆର୍‌ଓବି) କିମ୍ବା ରୋଡ଼ ଅଣ୍ଡର ବ୍ରିଜ (ଆର୍‌ୟୁବି) ଉପମାର୍ଗ ର୍ନିମାଣ କରିବା ପାଇଁ ରେଳବାଇ ଧ୍ୟାନ ଦେଉଥିବା କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ହର୍ମୁଜରୁ ଭାରତୀୟ ଜାହାଜ ପାର୍‌ କଲେ ଇରାନ ମାଗିବ କେତେଟଙ୍କା? ଦିନକ ଭିତରେ କମାଇବ…

ନୂଆଦିଲ୍ଲୀ,୧୦।୪: ମଧ୍ୟପ୍ରାଚ୍ୟରେ ଶତ୍ରୁତା ବନ୍ଦ ହେବା ପରେ ମଧ୍ୟ, ହର୍ମୁଜ ପ୍ରଣାଳୀ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ସ୍ୱାଭାବିକତାକୁ ଫେରିନାହିଁ। ଏହା ତୈଳ ପାଇଁ ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପଥ…

ସାଧାରଣ ଲୋକଙ୍କ ପାଇଁ ଜରୁରୀ ଖବର, ୧୦ହଜାରରୁ ଅଧିକ ପେମେଣ୍ଟ କଲେ ହୋଇଯିବ ହୋଲ୍ଡ…

ନୂଆଦିଲ୍ଲୀ,୧୦।୪: ଡିଜିଟାଲ୍ ଯୁଗରେ ପେମେଣ୍ଟ ସହଜ ହୋଇଥିବା ହେତୁ, ଅନଲାଇନ୍ ଠକେଇ ମାମଲା ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇଛି। ଠକମାନଙ୍କଠାରୁ ଆପଣଙ୍କ କଠିନ ଅର୍ଜିତ ଟଙ୍କାକୁ…

ଚାଇନାକୁ ପାନେ ଦେବ ଭାରତ: ଇରାନ ମଡେଲ୍‌କୁ ଆପଣାଇ…

ନୂଆଦିଲ୍ଲୀ,୧୦।୪: ସୀମିତ ସମ୍ବଳ ସତ୍ତ୍ୱେ ଏକ ସଂକୀର୍ଣ୍ଣ ସମୁଦ୍ର କରିଡର (ଚୋକପଏଣ୍ଟ)କୁ କିପରି ଏକ ରଣନୈତିକ ଅସ୍ତ୍ରରେ ପରିଣତ କରାଯାଇପାରିବ ତାହା ଇରାନ ବିଶ୍ୱକୁ ଦେଖାଇଛି। ଏବେ…

ଆନନ୍ଦପୁରରେ ବଡ଼ ରାଜନୈତିକ ହଲଚଲ: ବିଜେଡିରୁ ଇସ୍ତଫା ଦେଲେ ଏହି କାଉନସିଲର

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ନଗରପାଳିକାର ଓ୍ବାର୍ଡ-୭ କାଉନସିଲର କୃଷ୍ଣ ରଣା ଶୁକ୍ରବାର ବିଜୁ ଜନତା ଦଳରୁ ପଦତ୍ୟାଗ କରିଥିବା ସୂଚନା ମିଳିଛି। ଏହି ପଦକ୍ଷେପ ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri