ପୂର୍ବତନ ଆକାଉଣ୍ଟାଣ୍ଟ, ଇନ୍‌ଚାର୍ଜ ଗିରଫ

ଭୁବନେଶ୍ୱର, (ବ୍ୟୁରୋ)/ କାମାକ୍ଷାନଗର (ଡି.ଏନ୍‌.ଏ.) ୧୯ା୫- ନିଜ ପଦବୀର ଅପବ୍ୟବହାର କରି ବ୍ୟାଙ୍କ୍‌ରୁ ୧.୧୫ କୋଟି ଟଙ୍କା ହପଡ଼ କରିବା ଅଭିଯୋଗରେ କ୍ରାଇମବ୍ରାଞ୍ଚ ଅର୍ଥନୈତିକ ଅପରାଧ ଶାଖା(ଇଓଡବ୍ଲ୍ୟୁ) ଦୁଇ କର୍ମଚାରୀଙ୍କୁ ଗିରଫ କରିଛି। ସେମାନେ ହେଲେ ଅନୁଗୋଳ ୟୁନାଇଟେଡ୍‌ ସେଣ୍ଟ୍ରାଲ କୋଅପରେଟିଭ ବ୍ୟାଙ୍କ୍‌(ୟୁସିସି)ର ପୂର୍ବତନ ଆକାଉଣ୍ଟାଣ୍ଟ ସହଦେବ ସାହୁ ଓ ବ୍ୟାଙ୍କ୍‌ ଇନ୍‌ଚାର୍ଜ ଶାନ୍ତନୁ କୁମାର ବରାଳ। ଉଭୟଙ୍କ ଘର ଢେଙ୍କାନାଳ ଜିଲାରେ। ଶନିବାର ସକାଳୁ ଇଓଡବ୍ଲ୍ୟୁ ସେମାନଙ୍କୁ ଢେଙ୍କାନାଳରୁ ଗିରଫ କରିଥିବା ଜଣାପଡିଛି। ଗିରଫ ପରେ ଆଇପିସି ଦଫା ୪୦୯, ୪୬୭, ୪୬୮, ୪୭୧, ୪୭୭(ଏ)୧୨୦(ବି)ରେ ମାମଲା ( ନଂ.୭/୧୯) ରୁଜୁ କରି ସେମାନଙ୍କୁ କାମାକ୍ଷାନଗର ଏସ୍‌ଡିଜେଏମ୍‌ କୋର୍ଟକୁ ପଠାଇ ଦେଇଛି। ଏଥିସହ ଏହି ଠକେଇରେ ସଂପୃକ୍ତଥିବା ଅନ୍ୟ ଅଭିଯୁକ୍ତମାନଙ୍କୁ ଧରିବା ପାଇଁ ଇଓଡବ୍ଲ୍ୟୁ ତଦନ୍ତ ଜାରି ରଖିଛି। ସୂଚନା ଅନୁଯାୟୀ, ୨୦୧୫ରୁ ୨୦୧୬ ମଧ୍ୟରେ ଅନୁଗୋଳ ୟୁସିସି ବ୍ୟାଙ୍କ୍‌ରେ ଏହି ଠକେଇ ହୋଇଥିଲା। ସେହି ସମୟରେ ବ୍ୟାଙ୍କ୍‌ର ଆକାଉଣ୍ଟାଣ୍ଟ ଥିବା ସହଦେବ ସାହୁ, ଇନ୍‌ଚାର୍ଜ ଶାନ୍ତନୁ କୁମାର ବରାଳଙ୍କ ସମେତ ବ୍ୟାଙ୍କର ଆସିଷ୍ଟାଣ୍ଟ୍‌ ଓ ଦୁଇ ଜଣ କର୍ମଚାରୀ ଏହି ଠକେଇରେ ସାମିଲ ଥିଲେ। ସେମାନେ ବ୍ୟାଙ୍କ୍‌ର ୧ କୋଟି ୧୫ ଲକ୍ଷ ୧୬ ହଜାର ୩ଶହ ଟଙ୍କାକୁ ଜାଲିଆତି କରି ଭିନ୍ନ ଭିନ୍ନ ଆକାଉଣ୍ଟକୁ ଟ୍ରାନ୍ସଫର କରି ହଡ଼ପ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୬୦୦ ବର୍ଷର ଐତିହାସିକ ପରମ୍ପରା: ଗ୍ରାମର ପ୍ରତ୍ୟେକ ଘରକୁ ଯାଇ ପଣା ଗ୍ରହଣ କରନ୍ତି…

ଗଞ୍ଜାମ,୧୪।୪(ବିଦ୍ୟାଧର ସାହୁ): ଓଡ଼ିଆ ନବ ବର୍ଷ ପଣା ସଂକ୍ରାନ୍ତି (ମହା ବିଷୁବ ସଂକ୍ରାନ୍ତି) ମେରୁରେ ଗଞ୍ଜାମ ବ୍ଲକର ଶତ୍ରୁଶୋଲ ଗ୍ରାମ ନିକଟରେ ଥିବା ବାବା ମୁକ୍ତେଶରଙ୍କ ବହୁ…

ବଲାଙ୍ଗୀର ମେନ ମାର୍କେଟ ଚଳଚଞ୍ଚଳ: ହନୁମାନ ଜୟନ୍ତୀରେ…

ବଲାଙ୍ଗୀର,୧୪।୪( ସୁନିଲ କୁମାର ମହାନ୍ତି): ଆଜି ପବିତ୍ର ମହାବିଷୁବ ସଂକ୍ରାନ୍ତି ତଥା ହନୁମାନ ଜୟନ୍ତୀ । ଏହି ଅବସରରେ ବିଭିନ୍ନ ମନ୍ଦିରରେ ହନୁମାନ ଜୟନ୍ତୀ ପାଳନ କରାଯାଉଅଛି…

ମା’ ଶ୍ୟାମାକାଳୀ ମନ୍ଦିରରେ ହନୁମାନ ଜୟନ୍ତୀ: ଜୟ ଶ୍ରୀରାମ ଧ୍ୱନିରେ ଗୁଞ୍ଜରିତ ହେଲା ପରିବେଶ

ବରଗଡ଼,୧୪।୪(ପ୍ରେମାନନ୍ଦ ଖମାରୀ): ମା’ ଶ୍ୟାମାକାଳୀ ମନ୍ଦିର ପ୍ରାଙ୍ଗଣରେ ହନୁମାନ ଜୟନ୍ତୀ ଅବସରରେ ଏକ ଭବ୍ୟ ଓ ଆଧ୍ୟାତ୍ମିକ ମହାସମାରୋହର ଆୟୋଜନ କରାଯାଇଥିଲା। ଜୟ ଶ୍ରୀରାମ ଧ୍ୱନିରେ ପରିପୂର୍ଣ୍ଣ…

୨୨ ହାତ ଖାଇ ଦଣ୍ଡରୁ ଝୁଲିଲେ ପାଟୁଆ: କଣ୍ଟା ଫୁଟାଇଥିଲେ ମଧ୍ୟ ବାହାରୁ ନଥିଲା ରକ୍ତ

ସାକ୍ଷୀଗୋପାଳ,୧୪।୪(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ପୁରୀ ଜିଲା ସାକ୍ଷୀଗୋପାଳ ନିକଟବର୍ତ୍ତୀ ଭୀମପୁର ଓ ଦାଶବିଦ୍ୟାଧରପୁର ଗ୍ରମାରେ ପ୍ରସିଦ୍ଧ ଖାଇଫୋଡ ଯାତ୍ରା ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ମାନସିକ ପୂରଣ…

ନିଆଁରେ ଚାଲିଲେ ମାନସିକଧାରୀ, ଦେଖିବାକୁ ହଜାର ହଜାର ଲୋକଙ୍କ ଭିଡ଼

ରିଷିଡା୧୪।୪(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡାସ୍ଥିତ ମା’ ତାରିଣୀ ଅଷ୍ଟ ଚଣ୍ଡୀ ଶୈବ ଶକ୍ତି ପୀଠରେ ଝାମୁଯାତ୍ରା ସୋମବାର ଅନୁଷ୍ଠିତ ହୋଇଯାଇଛି। ମା’ ତାରିଣୀ…

ପଶ୍ଚିମବଙ୍ଗକୁ ଚାଲାଣ ହେଉଥିଲା କେନ୍ଦୁ ଗଣ୍ଡି କାଠ, ଖବରପାଇ ଅଚାନକ ଚଢାଉ କଲା ବନବିଭାଗ, ମିଳିଲା ଏତେ ମୂଲ୍ୟର…

ବଲାଙ୍ଗୀର,୧୪।୪ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବନ ଖଣ୍ଡ ବିଭାଗ ପକ୍ଷରୁ ସିନଖମନ ଗାଁ ନିକଟରେ ଚଢ଼ାଉ କରି ଲକ୍ଷାଧିକ ଟଙ୍କାର ମୂଲ୍ୟବାନ କେନ୍ଦୁ ଗଣ୍ଡି କାଠ…

ସରିଲା ମା’ ଦଣ୍ଡ କାଳୀଙ୍କ ୨୧ ଦିନିଆ ଯାତ୍ରା, ଅଗ୍ନି କୁଣ୍ଡରେ ଓଲଟା ଝୁଲିଲେ ପାଟ ଭୂକ୍ତା

ପୁରୁଷୋତ୍ତମପୁର,୧୪।୪(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ମା’ ଦଣ୍ଡ କାଳୀଙ୍କ ଯାତ୍ରା ମଙ୍ଗଳବାର ମେଷ ସଂକ୍ରାନ୍ତି ବା ମେରୁ ଯାତ୍ରାରେ ଉଦ୍‌ଯାପିତ ହୋଇଛି । ଏନେଇ ପୁରୁଷୋତ୍ତମପୁର…

ଗାଁ ଗାଁରେ ସଚେତନ ପାଇଁ ଅଣ୍ଟା ଭିଡ଼ିଲେ ଅଗ୍ନିଶମ କର୍ମଚାରୀ, କହିଲେ-ନିଆଁ ଲିଭାଇବା ପାଇଁ ବ୍ୟବହାର କରିବେ ଏହି ଟ୍ରିକ୍‌

ଦାରିଙ୍ଗବାଡି, ୧୪ ।୪ (ଅରୁଣ ସାହୁ ): ଜାତୀୟ ଅଗ୍ନିଶମ ସେବା ସପ୍ତାହ ଅବସରରେ ଦାରିଙ୍ଗବାଡି ଅଗ୍ନିଶମ ବିଭାଗ ପକ୍ଷରୁ ମଙ୍ଗଳବାର ଗାଁ ଗାଁରେ ସଚେତନ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri