ପୂର୍ବତନ କେନ୍ଦ୍ରମନ୍ତ୍ରୀ ଅର୍ଜୁନ ସେଠୀଙ୍କ ପରଲୋକ

ଭଦ୍ରକ ଅଫିସ,୯।୬: ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ଭାଜପାର ବରିଷ୍ଠ ନେତା ଅର୍ଜୁନ ଚରଣ ସେଠୀଙ୍କର ସୋମବାର ପରଲୋକ ଘଟିଛି। ତାଙ୍କୁ ୭୯ବର୍ଷ ହୋଇଥିଲା। ଭୁବନେଶ୍ୱରର ଏକ ଘରୋଇ ହସ୍‌ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ରାତିରେ ତାଙ୍କର ଦେହାନ୍ତ ଘଟିଛି। ଶିକ୍ଷକତାରୁ ରାଜନୈତିକ କ୍ୟାରିୟର ଆରମ୍ଭ କରିଥିବା ଅର୍ଜୁନ ପ୍ରଥମଥର ପାଇଁ ୧୯୭୧ରେ କଂଗ୍ରେସରୁ ପ୍ରାର୍ଥୀ ହୋଇ ଲୋକସଭାକୁ ନିର୍ବାଚିତ ହୋଇଥିଲେ। ଏହାପରେ ସେ ୧୯୮୦ରେ ପୁନର୍ବାର ଏମ୍‌ପି ହୋଇଥିଲେ। ପରେ ସେ ଜନତା ଦଳରେ ଯୋଗଦେଇ ଭଣ୍ଡାରିପୋଖରୀ ବିଧାନସଭା ନିର୍ବାଚନମଣ୍ଡଳୀରୁ ବିଧାନସଭାକୁ ୧୯୯୦-୯୧ ଏବଂ ୧୯୯୫ରେ ପୁନଶ୍ଚ ନିର୍ବାଚିତ ହୋଇଥିଲେ। ତେବେ ୧୯୯୧ରେ ସେ ଭଦ୍ରକ ଲୋକସଭା ଆସନରୁ ତୃତୀୟ ଥର ପାଇଁ ନିର୍ବାଚିତ ହୋଇଥିଲେ। ଏହାପରେ ୧୯୯୮, ୧୯୯୯, ୨୦୦୪, ୨୦୦୯, ୨୦୧୪ରେ ଲଗାତର ଲୋକସଭାକୁ ଯାଇଥିଲେ। ୨୦୦୦ରୁ ୨୦୦୪ ମଧ୍ୟରେ ଅଟଳ ବିହାରୀ ବାଜପେୟୀଙ୍କ ସରକାରରେ ସେ ଜଳସମ୍ପଦ ମନ୍ତ୍ରୀ ଥିଲେ। ଏଥିସହିତ ବିଜେଡି ସଂସଦୀୟ ଦଳର ନେତା ହୋଇଥିଲେ। ହେଲେ ୨୦୧୯ରେ ବିଜେଡିରୁ ଟିକେଟ ନ ପାଇବାରୁ ସେ ଦଳ ଛାଡି ଭାଜପାରେ ଯୋଗ ଦେଇଥିଲେ। ତାଙ୍କ ପୁତ୍ର ଅଭିମନ୍ୟୁ ଭଦ୍ରକ ଲୋକସଭା ଆସନରୁ ଭାଜପା ପକ୍ଷରୁ ପ୍ରାର୍ଥୀ ହୋଇଥିଲେ।
ଅର୍ଜୁନ ୧୯୪୧ ମସିହା ସେପ୍ଟେମ୍ବର ୧୮ ତାରିଖରେ ତତ୍କାଳୀନ ବାଲେଶ୍ୱର ଜିଲା( ଏବେ ଭଦ୍ରକ) ବନ୍ତ ବ୍ଲକ ଅନ୍ତର୍ଗତ ଓଡ଼ଙ୍ଗ ଗ୍ରାମରେ ଜନ୍ମଗ୍ରହଣ କରିଥିଲେ। ତାଙ୍କର ପତ୍ନୀ ସୁଭଦ୍ରା, ୩ ପୁଅ ଓ ୨ଝିଅ ଅଛନ୍ତି। ଅର୍ଜୁନଙ୍କ ପରଲୋକରେ ବିଧାନସଭାରେ ଭାଜପା ଉପନେତା ବିଷ୍ଣୁ ଚରଣ ସେଠୀ, ଯୋଜନା ବୋର୍ଡ ଉପାଧ୍ୟକ୍ଷ ସଞ୍ଜୟ ଦାସବର୍ମାଙ୍କ ସମେତ ବିଭିନ୍ନ ରାଜନୈତିକ ଦଳର ନେତୃବୃନ୍ଦ ଗଭୀର ଶୋକ ପ୍ରକାଶ କରିଛନ୍ତି।
ମୁଖ୍ୟମନ୍ତ୍ରୀଙ୍କ ଶୋକ
ଅର୍ଜୁନଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏକ ବାର୍ତ୍ତାରେ ସେ କହିଛନ୍ତି ଯେ, ଅର୍ଜୁନ ଜଣେ ବର୍ଷୀୟାନ ରାଜନେତା ଥିଲେ। ଲୋକଙ୍କ ମଧ୍ୟରେ ତାଙ୍କର ସୁନାମ ଥିଲା। ସେ ତାଙ୍କ ଜୀବନ ଜନସାଧାରଣଙ୍କ ପାଇଁ ଉତ୍ସର୍ଗ କରିଥିଲେ। ତାଙ୍କ ବିୟୋଗରେ ଓଡ଼ିଶା ଜଣେ ଦକ୍ଷ ରାଜନେତାଙ୍କୁ ହରାଇଛି।
ଧର୍ମେନ୍ଦ୍ର ପ୍ରଧାନଙ୍କ ଶୋକ
ଅର୍ଜୁନଙ୍କ ପରଲୋକରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୋକ ପ୍ରକାଶ କରିଛନ୍ତି। ସେ କହିଛନ୍ତି ଯେ, ଓଡ଼ିଶାର ରାଜନୈତିକ ଓ ସାମାଜିକ ଜୀବନକୁ ଦୀର୍ଘବର୍ଷ ଧରି ପ୍ରଭାବିତ କରିଥିବା ଅର୍ଜୁନଙ୍କ ବିୟୋଗରେ ସେ ମର୍ମାହତ। ତାଙ୍କ ଅମର ଆତ୍ମାର ସଦ୍‌ଗତି କାମନା କରିବା ସହ ମହାପ୍ରଭୁ ଶ୍ରୀ ଜଗନ୍ନାଥ ତାଙ୍କ ପରିବାରକୁ ଧୈର୍ଯ୍ୟ ଓ ସାହସ ପ୍ରଦାନ କରନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲ ଖାଦ୍ୟରେ ଝିଟିପିଟିି: ୫ ଛାତ୍ରୀ ଅସୁସ୍ଥ

ବନ୍ଧୁଗାଁ,୧୩ା୧୨(ବେଣୁଧର ଲାବାଲା)- କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ସଦର ପଞ୍ଚାୟତ ବାଉଁଶପୁଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ହଷ୍ଟେଲରେ ଝିଟିପିଟି ପଡ଼ିଥିବା ଭାତ ଖାଇ ୫...

ମାଓବାଦୀ ବିରୋଧୀ ଅଭିଯାନ: ୯୨ କୋଟିର ସମ୍ପତ୍ତି ଜବତ

ନୂଆଦଲ୍ଲୀ,୧୩ା୧୨: ଦେଶରେ ମାଓବାଦୀ ବିରୋଧୀ ଅଭିଯାନ ବେଳେ ୯୨ କୋଟି ଟଙ୍କାର ସମ୍ପତ୍ତି ଜବତ ହୋଇଛି। ବିଭିନ୍ନ ସୁରକ୍ଷା ଏଜେନ୍ସି ମିଳିତ ଚଢ଼ାଉ ଫଳରେ ମାଓବାଦୀମାନଙ୍କ...

ମହାନଦୀ ସଙ୍କଟ: ସ୍ପଷ୍ଟୀକରଣ ମାଗିଲେ ପ୍ରସନ୍ନ ଆଚାର୍ଯ୍ୟ

ବରଗଡ଼,୧୩ା୧୨(ପ୍ରେମାନନ୍ଦ ଖମାରୀ): ମହାନଦୀ ଜଳ ବିବାଦ ତଥା ମହାନଦୀ ସଙ୍କଟକୁ ନେଇ ବିଜେଡ଼ି ପୁଣି ରାଜ୍ୟ, କେନ୍ଦ୍ର ସରକାରକୁ ଘେରିବା ଆରମ୍ଭ କରିଛି। ଓଡ଼ିଶା ଏବଂ...

ପୂର୍ବତନ ବାୟୁସେନା ଅଧିକାରୀ ଗିରଫ

ଗୁଆହାଟୀ,୧୩ା୧୨: ପାକିସ୍ତାନ ଗୁପ୍ତଚରଗିରି ନେଟ୍‌ଓ୍ବର୍କ ସହ ସମ୍ପୃକ୍ତି ଅଭିଯୋଗରେ ଭାରତୀୟ ବାୟୁସେନାର ଜଣେ ଅବସରପ୍ରାପ୍ତ ଅଫିସରଙ୍କୁ ଆସାମ ପୋଲିସ ଗିରଫ କରିଛି। ଅଭିଯୁକ୍ତ କୁଳେନ୍ଦ୍ର ଶର୍ମାଙ୍କ...

ବୃଦ୍ଧଙ୍କୁ ନଦୀପଠାରେ ହତ୍ୟା ଘଟଣା: ଜେଲ୍‌ ଗଲେ ମହିଳା ଅଭିଯୁକ୍ତ

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ନୂଆପଡ଼ା ଗ୍ରାମ ନିକଟ ବାହୁଦା ନଦୀପଠାରେ ଗ୍ରାମର ବୃଦ୍ଧ ନାରାୟଣ ପ୍ରଧାନ(୬୧)ଙ୍କୁ ହତ୍ୟା ଘଟଣାରେ ତଦନ୍ତକାରୀ...

ରିକି କେଜ୍‌ଙ୍କ ଘରୁ ଚୋରି: ଅଭିଯୁକ୍ତଙ୍କୁ ଚିହ୍ନଟ କରିବାରେ ସହାୟତା କରିବାକୁ ନିବେଦନ

ବେଙ୍ଗାଲୁରୁ,୧୩ା୧୨: ଗ୍ରାମୀ ପୁରସ୍କାର ବିଜେତା ତଥା ବିଶିଷ୍ଟ ସଙ୍ଗୀତଜ୍ଞ ରିକି କେଜ୍‌ଙ୍କ ଘରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି। ଘରୁ ଏକ ସମ୍ପ୍‌ କଭର ଚୋରି...

ବର୍ଦ୍ଧିତ ଦରମା ନେବାକୁ ମନା କଲେ ନବୀନ, ମୁଖ୍ୟମନ୍ତ୍ରୀ ଚିଠି ଲେଖି କହିଲେ ମୋ ଦରମାକୁ…

ଭୁବନେଶ୍ୱର,୧୩ା୧୨: ଏହି କିଛିଦିନ ତଳେ ମୋହନ ସରକାର ବିଧାୟକମାନଙ୍କ ଦରମା ଏବଂ ଭତ୍ତା ବଢ଼ାଇଛନ୍ତି। ବିଧାୟକଙ୍କ ଦରମା ପୂର୍ବରୁ ୧ ଲକ୍ଷ ଟଙ୍କା ଥିବାବେଳେ ସରକାର...

ହାଡ଼ଭଙ୍ଗା ଶୀତରେ ଥରୁଛି ଥୁଆମୂଳ ରାମପୁର: ନିଆଁ ଭରସାରେ ଦୁର୍ଗମବାସୀ

ଥୁଆମୂଳ ରାମପୁର,୧୩ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାରେ କିଛିଦିନ ଧରି ପାରଦ ଖସିବାରେ ଲାଗିଛି। ଦୁର୍ଗମ ଅଞ୍ଚଳ ଥୁଆମୂଳ ରାମପୁର ବ୍ଲକ ଅଞ୍ଚଳରେ ମଧ୍ୟ ପାରଦ ୫ରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri