Posted inଖେଳ

ପୂର୍ବତନ ପେସାଦାର ଗଲ୍ଫର ସାଣ୍ଡର୍ସଙ୍କ ପରଲୋକ

ଲସ୍‌ଏଞ୍ଜେଲ୍ସ, ୧୩।୪ (ଏଏଫ୍‌ପି): ଆମେରିକୀୟ ପେସାଦାର ଗଲ୍ଫର ଡଗ୍‌ ସାଣ୍ଡର୍ସ ୮୬ ବର୍ଷ ବୟସରେ ମୃତ୍ୟୁବରଣ କରିଛନ୍ତି। ହଷ୍ଟନ୍‌ରେ ରବିବାର ସକାଳେ ସେ ପରଲୋକ ଗମନ କରିଛନ୍ତି। ବିଶ୍ୱ ଗଲ୍ଫର ଜଣେ କିମ୍ବଦନ୍ତୀ ଖେଳାଳିଭାବେ ବିବେଚିତ ହୁଅନ୍ତି ସାଣ୍ଡର୍ସ। ପିଜିଏ ଟୁରରେ ସେ ବିଶ୍ୱର ଅନ୍ୟତମ ଶ୍ରେଷ୍ଠ ଗଲ୍ଫର ମାନ୍ୟତା ପାଇଛନ୍ତି। ସେ ୨୦ଟି ଟାଇଟଲ ହାସଲ କରିଛନ୍ତି। ସେଥିମଧ୍ୟରୁ ସେ ୧୯୫୬ରେ କାନାଡିଆନ ଓପନ୍‌ରେ ମଧ୍ୟ ଚାମ୍ପିୟନ ହେବାର ଗୌରବ ଅର୍ଜନ କରିଥିଲେ। ୪ଟି ମେଜର ଟୁର୍ନାମେଣ୍ଟରେ ସେ ରନର୍ସ ଅପ୍‌ ମଧ୍ୟ ହୋଇଥିଲେ। ଏଥିରେ ୧୯୭୦ ଓପନ ଚାମ୍ପିୟନଶିପ୍‌ ସାମିଲ ଥିଲା। କ୍ୟାରିୟରରେ ହାସଲ କରିଥିବା ଅସାଧାରଣ ସଫଳତା ପାଇଁ ତାଙ୍କୁ ‘ପିକକ୍‌ ଅଫ୍‌ ଫେୟାର ଓ୍ବେଜ୍‌’ କୁହାଯାଏ। ୧୯୫୬ରେ ସେ ପ୍ରଥମ ପିଜିଏ ଟୁର ଇଭେଣ୍ଟରେ ଚାମ୍ପିୟନ ହୋଇଥିଲେ। ବିଭିନ୍ନ ମେଜର ଟୁର୍ନାମେଣ୍ଟରେ ରନର୍ସଅପ ହୋଇ ସେ ଚର୍ଚ୍ଚିତ ହୋଇଥିଲେ। ୧୯୬୭ରେ ସେ ହଷ୍ଟନ୍‌ରେ ଥରେ ରାଇଡର କପ୍‌ ଖେଳିଥିଲେ। ସେ ଜର୍ଜିଆର ସେଡାରଟାଉନ୍‌ରେ ଜନ୍ମ ଗ୍ରହଣ କରିଥିଲେ ଓ ଫ୍ଲୋରିଡାରେ କଲେଜ ଗଲ୍ଫ ଖେଳିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାସ୍ଥ୍ୟ ପାଇଁ ୨୩ ହଜାର କୋଟି

ଭୁବନେଶ୍ୱର,୨୦।୨: ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ବିଧାନସଭାରେ ବଜେଟ ଉପସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ୩ଲକ୍ଷ ୧୦ହଜାର କୋଟି…

ଧରିତ୍ରୀ ପ୍ରଭାବ: ଖବର ପ୍ରକାଶିତ ପରେ ଗଛରୁ କଣ୍ଟା କାଢୁଛି ବନ ବିଭାଗ

ଦାରିଙ୍ଗବାଡି, ୨୦।୨(ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡି ବନାଞ୍ଚଳ ଦେଇ ଯାଇଥିବା ଗୋପାଳପୁର-ରାଇପୁର ୫୯ ନଂ ଜାତୀୟ ରାଜପଥ କଡ଼ ସମେତ ବିଭିନ୍ନ ଗାଁ ଛକ ଓ ରାସ୍ତାକଡ଼ରେ…

ବଜେଟରେ ଉପକୂଳବାସୀଙ୍କୁ ବଡ଼ ଉପହାର ଦେଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ,୨୦।୨: ଏଥର ବଜେଟରେ ଉଚ୍ଚଶିକ୍ଷା ଭିତ୍ତିଭୁମିକୁ ସଜାଡିବାକୁ ବଡ଼ ନିଷ୍ପତ୍ତି ନିଆଯାଇଛି। ଅନୁସୂଚିତ ଜାତି ଓ ଜନଜାତି ପିଲାଙ୍କ ପାଇଁ ବଡ଼ ଘୋଷଣା କରାଯାଇଥିବା ବେଳେ ଏଥିରେ…

‘ଟପଲେସ୍‌, ବ୍ରେନଲେସ ଆଣ୍ଡ ସେମଲେସ୍‌’, ଏଆଇ ସମ୍ମିଳନୀରେ କଂଗ୍ରେସର ସାର୍ଟଲେସ ପ୍ରଦର୍ଶନ ଉପରେ ଭାଜପାର ଭର୍ତ୍ସନା

ନୂଆଦିଲ୍ଲୀ,୨୦।୨: ସମ୍ବିତ ପାତ୍ର ଫେବୃଆରୀ ୨୦, ୨୦୨୬ ରେ ଏକ ସାମ୍ବାଦିକ ସମ୍ମିଳନୀରେ ଯୁବ କଂଗ୍ରେସର ସଦସ୍ୟମାନଙ୍କ ବିରୁଦ୍ଧରେ ଗମ୍ଭୀର ଅଭିଯୋଗ ଆଣିଥିଲେ। ସେ କହିଥିଲେ ଯେ…

ବଜେଟରେ ବନ୍ୟା ପରିଚାଳନାକୁ ଗୁରୁତ୍ୱ

ଭୁବନେଶ୍ୱର,୨୦।୨: ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଧାନସଭାରେ ବଜେଟ ଉପସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ୩ଲକ୍ଷ ୧୦ହଜାର କୋଟି ଟଙ୍କାର…

ବାଂଲାଦେଶର ନୂଆ ପ୍ରଧାନମନ୍ତ୍ରୀ ରହମାନ ଭାରତକୁ ନେଇ କଲେ ବଡ଼ ଘୋଷଣା, ୟୁନୁସଙ୍କୁ ଶକ୍ତ ଝଟ୍‌କା

ଢାକା,୨୦।୨: ବାଂଲାଦେଶର ନୂତନ ପ୍ରଧାନମନ୍ତ୍ରୀ ତାରିକ ରହମାନ ଭାରତ ସହିତ ସମ୍ପର୍କ ଉନ୍ନତ କରିବା ପାଇଁ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଶୁକ୍ରବାର ଦିଲ୍ଲୀରେ ଥିବା ବାଂଲାଦେଶ…

ବଡ଼ ଘୋଷଣା: ଚଳିତ ବଜେଟରେ ବାହାର ଅତିଥିଙ୍କୁ ଖୁସି କରିଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୦।୨: ଶୁକ୍ରବାର ଓଡ଼ିଶା ବିଧାନସଭାରେ ଉପସ୍ଥାପିତ ହେଉଛି ବଜେଟ ୨୦୨୬-୨୭ । ଚଳିତ ଥର ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବଜେଟ ଉପସ୍ଥାପନ କରୁଛନ୍ତି। ଗତ…

BA ପାସ୍‌ କଲେ ଝିଅଙ୍କୁ ମିଳିବ ୧ ଲକ୍ଷ ୧ ଟଙ୍କା: ବଜେଟ୍‌ରେ ମୁଖ୍ୟମନ୍ତ୍ରୀ କଲେ ଘୋଷଣା

ଭୁବନେଶ୍ୱର,୨୦।୨: ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ ୨୦୨୬-୨୭ ଆଥିକ ବର୍ଷ ପାଇଁ ବଜେଟ୍‌ ଉପସ୍ଥାପନ କରିଛନ୍ତି । ବଜେଟ୍‌ରେ ମୁଖ୍ୟମନ୍ତ୍ରୀ କନ୍ୟା ସୁମଙ୍ଗଳ ଯୋଜନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri