Posted inଖେଳ

ପୂର୍ବତନ ଫୁଟ୍‌ବଲର, କୋଚ୍‌ ଶନ୍‌ମୁଗମ୍‌ଙ୍କ ପରଲୋକ

ଚେନ୍ନାଇ, ୨୪ା୫ (ପି.ଟି.)- ତାମିଲନାଡୁର ପୂର୍ବତନ ଫୁଟ୍‌ବଲ ଖେଳାଳି ଓ କୋଚ୍‌ ଆର୍‌, ଶନ୍‌ମୁଗମ୍‌ଙ୍କ ପରଲୋକ ହୋଇଯାଇଛି। ତାଙ୍କୁ ୭୭ ବର୍ଷ ହୋଇଥିଲା। ତାଙ୍କର ଦୁଇ ପୁଅ ଓ ଗୋଟିଏ ଝିଅ ଅଛନ୍ତି। ଶନ୍‌ମୁଗମ୍‌ଙ୍କ ଜନ୍ମ ବର୍ମା(ବର୍ତ୍ତମାନ ମ୍ୟାନମାର୍‌)ରେ ୧୦୪୩ରେ ହୋଇଥିଲା। ସେ ୧୯୬୬-୬୭ରେ ବର୍ମିଜ ଜୁନିୟର ଓ ସିନିୟର ନ୍ୟାଶନାଲ ଟିମ୍‌ ତରଫରୁ ପ୍ରତିନିଧିତ୍ୱ କରିଥିଲେ। ଶନ୍‌ମୁଗମ୍‌ ୧୯୬୯ରେ ଇଣ୍ଡିଆନ ରେଲଓ୍ବେ ତରଫରୁ ସନ୍ତୋଷ ଟ୍ରଫି ଖେଳିଥିଲେ। ୧୯୬୮ରେ ସେ ମୋହନବାଗାନ ଫୁଟ୍‌ବଲ ଟିମ୍‌ର ଜଣେ ସଦସ୍ୟ ଥିଲେ। ସେ ୧୯୭୮ ଓ ୯୧ରେ ଫିଫା କୋକାକୋଲା କୋଚିଂ କୋର୍ସ ଏବଂ ୧୯୯୬ରେ ଅଲିମ୍ପିକ ସଲିଡାରିଟି କୋର୍ସ କରିଥିଲେ। ଶନ୍‌ମୁଗମ୍‌ ୧୯୭୫-୭୬ରେ ନ୍ୟାଶନାଲ ଇନଷ୍ଟିଚ୍ୟୁଟ୍‌ ଅଫ୍‌ ସ୍ପୋଟର୍‌ସ ଏବଂ ୧୯୯୫ରେ ବ୍ରାଜିଲିଆନ ଫୁଟ୍‌ବଲ ଏକାଡେମୀରୁ ଫୁଟ୍‌ବଲ କୋଚିଂରେ ଡିପ୍ଲୋମା ହାସଲ କରିଥିଲେ। ସେ ସନ୍ତୋଷ ଟ୍ରଫିରେ ଆଇସିଏଫ୍‌, ତାମିଲନାଡୁ ଓ ଇଣ୍ଡିଆନ ରେଲଓ୍ବେର କୋଚ୍‌ ଭାବେ କାର୍ଯ୍ୟକରିଛନ୍ତି। ତାମିଲନାଡୁ ଓ ରେଲଓ୍ବେ ଦଳର ଚୟନକର୍ତ୍ତା ଦାୟିତ୍ୱ ତୁଲାଇଛନ୍ତି। ଶନ୍‌ମୁଗମ୍‌ ଆହୁରି ମଧ୍ୟ ଚେନ୍ନାଇରେ ଫୁଟ୍‌ବଲ କୋଚ୍‌ ଆସୋସିଏଶନର ସଭାପତି ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଦଳରେ ସ୍ପିନରଙ୍କୁ ପ୍ରାଧାନ୍ୟ

ମେଲବୋର୍ନ,୧ା୧: ଶ୍ରୀଲଙ୍କା ଏବଂ ଭାରତରେ ହେବାକୁଥିବା ଟି୨୦ କ୍ରିକେଟ ବିଶ୍ୱକପ୍‌ ପାଇଁ ଅଷ୍ଟ୍ରେଲିଆ ଚୟନକର୍ତ୍ତା ଏକ ୧୫ଜଣିଆ ଦଳ ଘୋଷଣା କରିଛନ୍ତି। ଦଳରେ ସ୍ପିନରଙ୍କୁ ପ୍ରାଧାନ୍ୟ...

ଅବସର ନେବେ ଉସମାନ ଖ୍ବାଜା? ପଞ୍ଚମ ଟେଷ୍ଟ ପୂର୍ବରୁ କରିବେ ପ୍ରେସ କନଫରେନ୍ସ

ସିଡ଼ନୀ,୧।୧: ତାଙ୍କ ଟେଷ୍ଟ ଭବିଷ୍ୟତକୁ ନେଇ କଳ୍ପନାଜଳ୍ପନା ମଧ୍ୟରେ, ଅଷ୍ଟ୍ରେଲିୟ ଓପନର ଉସମାନ ଖ୍ବାଜା ସିଡନୀ କ୍ରିକେଟ ଗ୍ରାଉଣ୍ଡରେ ପଞ୍ଚମ ଆଶେସ ଟେଷ୍ଟ ପୂର୍ବରୁ ଏକ...

ଏହିଦିନ ଫେରିବେ Shubman Gill, T-20 ବିଶ୍ୱକପରୁ ବାହାର ହେବା ପରେ ଏହି ଦଳ ବିପକ୍ଷରେ ଖେଳିବେ…

ନୂଆଦିଲ୍ଲୀ,୧।୧: ୨୦୨୬ ଟି୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ନିକଟରେ ଘୋଷଣା କରାଯାଇଥିଲା। ଖରାପ ଫର୍ମ ଏବଂ ଆଘାତ ସହିତ ସଂଘର୍ଷ କରୁଥିବା ଶୁବମନ ଗିଲଙ୍କୁ...

ନୂଆବର୍ଷରେ ଭାଇରାଲ ହେଲା ସ୍ମୃତି ମନ୍ଧାନାଙ୍କ ପୋଷ୍ଟ, ଗୋଟିଏ ଧାଡିରେ ଲେଖିଦେଲେ ମନର କଥା

ନୂଆଦିଲ୍ଲୀ,୧।୧: ଭାରତୀୟ ମହିଳା କ୍ରିକେଟ ଦଳର ତାରକା ସ୍ମୃତି ମନ୍ଧାନାଙ୍କ ପାଇଁ ୨୦୨୫ ବର୍ଷ ଏକ ରୋଲରକୋଷ୍ଟର ଯାତ୍ରାଠାରୁ କମ ନଥିଲା। କ୍ରିକେଟ କ୍ଷେତ୍ରରେ ମନ୍ଧାନା...

ଟି-୨୦ ବିଶ୍ୱକପ ପାଇଁ ଶକ୍ତିଶାଳୀ ଦଳ ଘୋଷଣା କଲା ଅଷ୍ଟ୍ରେଲିଆ: ଟିମରେ ଧୁରନ୍ଧର ଖେଳାଳିଙ୍କ ଏଣ୍ଟ୍ରି

ନୂଆଦିଲ୍ଲୀ,୧।୧: ଅଷ୍ଟ୍ରେଲିଆ ୨୦୨୬ର ଆଇସିସି ପୁରୁଷ ଟି୨୦ ବିଶ୍ୱକପ ପାଇଁ ମିଚେଲ ମାର୍ଶଙ୍କ ନେତୃତ୍ୱରେ ୧୫ ଜଣିଆ ଦଳ ଘୋଷଣା କରିଛି। ସ୍ପିନର ମାଥ୍ୟୁ କୁହନେମାନ,...

୨୦୨୬ରେ ଅବସର ନେବେ ଏହି ୫ କ୍ରିକେଟର ! ଲିଷ୍ଟରେ ଅଛି ଚକିତ କଲା ଭଳି ନାଁ

ନୂଆଦିଲ୍ଲୀ,୧।୧: ସମଗ୍ର ବିଶ୍ୱ ଏକ ନୂତନ ବର୍ଷରେ ପ୍ରବେଶ କରିବାକୁ ଯାଉଛି। ୨୦୨ ମସିହାରେ କ୍ରିକେଟ ଜଗତରେ ପ୍ରମୁଖ ଟୁର୍ନାମେଣ୍ଟ ଦେଖିବାକୁ ମିଳିଥିଲା, ଯେପରିକି ଚାମ୍ପିଅନ୍ସ...

ହାତରେ ମଦ ବୋତଲ ଧରି ବୁଲୁଛନ୍ତି ତେନ୍ଦୁଲକରଙ୍କ ଝିଅ ସାରା, ଭିଡିଓ ଭାଇରାଲ୍

ଗୋଆ,୩୧ା୧୨: କ୍ରିକେଟ୍ ଦୁନିଆର ମହାନ ଖେଳାଳି ସଚିନ ତେନ୍ଦୁଲକରଙ୍କ ଝିଅ ସାରା ତେନ୍ଦୁଲକର ଏବେ ଚର୍ଚ୍ଚାରେ। ନିକଟରେ ସାରାଙ୍କର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ୍...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri