Posted inଖେଳ

ପୂର୍ବତନ ଫୁଟ୍‌ବଲର, କୋଚ୍‌ ଶନ୍‌ମୁଗମ୍‌ଙ୍କ ପରଲୋକ

ଚେନ୍ନାଇ, ୨୪ା୫ (ପି.ଟି.)- ତାମିଲନାଡୁର ପୂର୍ବତନ ଫୁଟ୍‌ବଲ ଖେଳାଳି ଓ କୋଚ୍‌ ଆର୍‌, ଶନ୍‌ମୁଗମ୍‌ଙ୍କ ପରଲୋକ ହୋଇଯାଇଛି। ତାଙ୍କୁ ୭୭ ବର୍ଷ ହୋଇଥିଲା। ତାଙ୍କର ଦୁଇ ପୁଅ ଓ ଗୋଟିଏ ଝିଅ ଅଛନ୍ତି। ଶନ୍‌ମୁଗମ୍‌ଙ୍କ ଜନ୍ମ ବର୍ମା(ବର୍ତ୍ତମାନ ମ୍ୟାନମାର୍‌)ରେ ୧୦୪୩ରେ ହୋଇଥିଲା। ସେ ୧୯୬୬-୬୭ରେ ବର୍ମିଜ ଜୁନିୟର ଓ ସିନିୟର ନ୍ୟାଶନାଲ ଟିମ୍‌ ତରଫରୁ ପ୍ରତିନିଧିତ୍ୱ କରିଥିଲେ। ଶନ୍‌ମୁଗମ୍‌ ୧୯୬୯ରେ ଇଣ୍ଡିଆନ ରେଲଓ୍ବେ ତରଫରୁ ସନ୍ତୋଷ ଟ୍ରଫି ଖେଳିଥିଲେ। ୧୯୬୮ରେ ସେ ମୋହନବାଗାନ ଫୁଟ୍‌ବଲ ଟିମ୍‌ର ଜଣେ ସଦସ୍ୟ ଥିଲେ। ସେ ୧୯୭୮ ଓ ୯୧ରେ ଫିଫା କୋକାକୋଲା କୋଚିଂ କୋର୍ସ ଏବଂ ୧୯୯୬ରେ ଅଲିମ୍ପିକ ସଲିଡାରିଟି କୋର୍ସ କରିଥିଲେ। ଶନ୍‌ମୁଗମ୍‌ ୧୯୭୫-୭୬ରେ ନ୍ୟାଶନାଲ ଇନଷ୍ଟିଚ୍ୟୁଟ୍‌ ଅଫ୍‌ ସ୍ପୋଟର୍‌ସ ଏବଂ ୧୯୯୫ରେ ବ୍ରାଜିଲିଆନ ଫୁଟ୍‌ବଲ ଏକାଡେମୀରୁ ଫୁଟ୍‌ବଲ କୋଚିଂରେ ଡିପ୍ଲୋମା ହାସଲ କରିଥିଲେ। ସେ ସନ୍ତୋଷ ଟ୍ରଫିରେ ଆଇସିଏଫ୍‌, ତାମିଲନାଡୁ ଓ ଇଣ୍ଡିଆନ ରେଲଓ୍ବେର କୋଚ୍‌ ଭାବେ କାର୍ଯ୍ୟକରିଛନ୍ତି। ତାମିଲନାଡୁ ଓ ରେଲଓ୍ବେ ଦଳର ଚୟନକର୍ତ୍ତା ଦାୟିତ୍ୱ ତୁଲାଇଛନ୍ତି। ଶନ୍‌ମୁଗମ୍‌ ଆହୁରି ମଧ୍ୟ ଚେନ୍ନାଇରେ ଫୁଟ୍‌ବଲ କୋଚ୍‌ ଆସୋସିଏଶନର ସଭାପତି ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ସଚିନଙ୍କ ବିଶାଳ ଟେଷ୍ଟ ରେକର୍ଡ ଭାଙ୍ଗିଲେ ଜୋ ରୁଟ୍‌, ଜାଣନ୍ତୁ…

ଏଜବାଷ୍ଟନ,୧୩ା୯: ଇଂଲଣ୍ଡର ଭେଟେରାନ ବ୍ୟାଟର ଜୋ ରୁଟ୍‌ ତାଙ୍କ କ୍ୟାରିୟରରେ ଏକ ବିରଳ ରେକର୍ଡର ଅଧିକାରୀ ହୋଇଛନ୍ତି। ସେ ୧୪୭ ବର୍ଷର ଟେଷ୍ଟ କ୍ରିକେଟ ଇତିହାସରେ ନିର୍ଦ୍ଦିଷ୍ଟ…

Video: ସତରେ ସେମାନେ ହିରୋ! ଭାରତୀୟ କ୍ରିକେଟରଙ୍କର ୮୦ ଦଶକର ଲୁକ (look) ଦେଖନ୍ତୁ, ବୈଭବଙ୍କ ଲୁକ୍ସ ତ…

ନୂଆଦିଲ୍ଲୀ,୧୩।୯: ୧୯୮୦ ଦଶକ ବହୁତ ଆଗରୁ ବିତିଯାଇଥିଲେ ମଧ୍ୟ, ଟିମ ଇଣ୍ଡିଆର ଖେଳାଳିମାନଙ୍କୁ ହଠାତ ସେହି ସମୟର ଲୁକ ବା ବେଶଭୂଷାରେ ଦେଖିବାକୁ ମିଳିଥିଲା। ଆଫଗାନିସ୍ତାନ ବିପକ୍ଷ…

ଖେଳିବେନି ବୈଭବ ସୂର୍ଯ୍ୟବଂଶୀ! ଟିମ୍‌ରେ ମିଳିଲାନି ସ୍ଥାନ, ୧୧ଜଣିଆ ଦଳ ଚୟନ କଲେ…

ନୂଆଦିଲ୍ଲୀ,୧୩।୯: ଭାରତର ପୂର୍ୱତନ କ୍ରିକେଟର ଆକାଶ ଚୋପ୍ରା ବୈଭବ ସୂର୍ଯ୍ୟବଂଶୀଙ୍କୁ ପ୍ଲେଇଂ ଇଲେଭେନରୁ ବାହାରେ ରଖିଛନ୍ତି। ଆଜି ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଭାରତ ଏବଂ ଆଫଗାନିସ୍ତାନ…

IND vs AFG T20: କିଭଳି ରହିବ ଭାରତର ପ୍ଲେଇଂ-11? ବୈଭବଙ୍କୁ ମିଳିବନି ସୁଯୋଗ !

ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ଆରମ୍ଭ ଆଜିଠୁ ଆରମ୍ଭ ହେଉଛି ୩ ଟିକିଆ ଟ୍ବେଣ୍ଟି ଟ୍ବେଣ୍ଟି ସିରିଜ୍‌ । ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ସନ୍ଧ୍ୟା ୭ଟା…

ମହିଳା ଏସିଆ କପ୍‌: ଫାଇନାଲରେ ଭାରତ-ଶ୍ରୀଲଙ୍କା ମହାମୁକାବିଲା, ଟାଇଟଲ ପାଇଁ କିଏ ଫେଭରାଇଟ୍‌ ଜାଣନ୍ତୁ…

ଦୁବାଇ,୧୨ା୯: ମହିଳା ଟି୨୦ ଏସିଆ କପ୍‌ କ୍ରିକେଟ ଟୁର୍ନାମେଣ୍ଟର ଫାଇନାଲ ମ୍ୟାଚ୍‌ ରବିବାର ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯିବ। ୭ ଥରର ବିଜେତା ଭାରତ ଟୁର୍ନାମେଣ୍ଟ…

ମହମ୍ମଦ ସିରାଜ ଅଧିନାୟକ ଭାବେ ମନୋନୀତ; ଭାରତ-ଆଫଗାନିସ୍ତାନ ସିରିଜ ପୂର୍ବରୁ ମିଳିଲା ଭଲ ଖବର

ନୂଆଦଲ୍ଲୀ,୧୨।୯: ଭାରତୀୟ ଦଳ ଆସନ୍ତାକାଲି, ଅର୍ଥାତ ସେପ୍ଟେମ୍ବର ୧୩ରୁ ଆଫଗାନିସ୍ତାନ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳିବାକୁ ଯାଉଛି। ଏହି ସମୟରେ ଦଳର ଷ୍ଟାର୍‌…

ମୁଁ ଆତ୍ମହତ୍ୟା କରିଦେବି… ମୋତେ କ୍ଷମା କରିଦିଅ ବାପା: ଭାବପ୍ରବଣ ହୋଇ ଏମିତି କାହିଁକି କହିଲେ ୱୁଶୁ ଖେଳାଳି

ନୂଆଦିଲ୍ଲୀ,୧୨।୯: ଏସୀୟ କ୍ରୀଡ଼ାରେ ଭାରତର ପ୍ରତିନିଧିତ୍ୱ କରିବାର ସ୍ବପ୍ନ ଭାଙ୍ଗିଯିବା ପରେ ଭାରତୀୟ ୱୁଶୁ (Wushu) ଖେଳାଳି ଦିବ୍ୟାଂଶୀ ଚୌଧୁରୀଙ୍କ ଏକ ଅତ୍ୟନ୍ତ ଭାବପ୍ରବଣ ଭିଡିଓ ସାମ୍ନାକୁ…

ବୈଭବଙ୍କୁ ନେଇ ବଡ଼ ଭବିଷ୍ୟବାଣୀ କଲେ ଇଶାନ କିଶନ: କହିଲେ-ଆଗକୁ ସମ୍ଭାଳିବେ…ନିଆଁ ପରି ବ୍ୟାପିଗଲା ଏହି କଥା

ନୂଆଦିଲ୍ଲୀ,୧୨।୯: : ଖୁବ କମ୍‌ ବୟସରେ କ୍ରିକେଟ ଜଗତରେ ନିଜର ଅଲଗା ପରିଚୟ ସୃଷ୍ଟି କରିଥିବା ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏବେ ତାଙ୍କ ବ୍ୟାଟିଂ ସହ କ୍ୟାପ୍ଟେନ୍ସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?