ପୂର୍ବତନ ବରିଷ୍ଠ ପ୍ରଶାସକ ତଥା କଟକ ଜିଲାପାଳଙ୍କ ପିତାଙ୍କ ଦେହାନ୍ତ

କଟକ ଅଫିସ, ୭।୪- ପୂର୍ବତନ ବରିଷ୍ଠ ପ୍ରଶାସକ ତଥା କଟକ ଜିଲାପାଳ ଭବାନୀ ଶଙ୍କର ଚୟନୀଙ୍କ ପିତା ଦାମୋଦର ଚୟନୀଙ୍କ ମଙ୍ଗଳବାର ସକାଳେ ଦେହାନ୍ତ ହୋଇଛି। କଟକ ଜିଲାପାଳଙ୍କ ସରକାରୀ ବାସଭବନରେ ସେ ସକାଳ ୬ଟା ୫୫ ମିନିଟ ସମୟରେ ଶେଷନିଃଶ୍ବାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୯୮ ବର୍ଷ ବୟସ ହୋଇଥିଲା। ମତ୍ୟୁଶଯ୍ୟା ନିକଟରେ ପୁତ୍ର ଭବାନୀ ଶଙ୍କର ଚୟନୀ, ପତ୍ନୀ ଶ୍ରୀୟାରାଣୀ ଚୟନୀ, କନ୍ୟା ଡାକ୍ତର ନିରୂପମା ଚୟନୀ,ମନୋରମା ଚୟନୀ, ସୁଷମା ଚୟନୀ ଏବଂ ପୁତ୍ରବଧୂ ଲୀନୁ ଚୟନୀ, ନାତି ନାତୁଣୀ, ଜ୍ୱାଇଁଙ୍କ ସମେତ ପରିବାରବର୍ଗ ଏବଂ ଆତ୍ମୀୟ ସ୍ବଜନ ଉପସ୍ଥିତ ଥିଲେ।

ସ୍ବର୍ଗତ ଦାମୋଦର ଚୟନୀ ୧୯୨୨ ମସିହାରେ ଜଗତସିଂହପୁର ଜିଲା ତିର୍ତ୍ତୋଲ ବ୍ଲକ ଅନ୍ତର୍ଗତ ନରୁଆ ଗାଁରେ ଜନ୍ମଗ୍ରହଣ କରିଥିଲେ। ସେ ପୂର୍ବରୁ କଟକ ଜିଲାର ଆଠଗଡ଼ ଉପଜିଲାପାଳ ମଧ୍ୟ ଥିଲେ। ତାଙ୍କ ମୃତ୍ୟୁ ଖବର ପାଇ ଜିଲ୍ଳା ର ସମସ୍ତ ବିଭାଗୀୟ ଅଧିକାରୀ, ବୁଦ୍ଧିଜୀବୀ,ସାମାଜିକ ସଂଗଠନର କର୍ମକର୍ତ୍ତାମାନେ ଜିଲ୍ଲାପାଳଙ୍କ ବାସଭବନରେ ପହଞ୍ଚି ବର୍ତ୍ତମାନ ପରିସ୍ଥିତିରେ ସାମାଜିକ ଦୂରତା ବଜାୟ ରଖି ଶେଷ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ। ସ୍ବର୍ଗତ ଚୟନୀଙ୍କ ମରଶରୀରକୁ ଭୁବନେଶ୍ୱରସ୍ଥିତ ବାସଭବନକୁ ନିଆଯାଇ ପୁରୀ ସ୍ବର୍ଗଦ୍ୱାରଠାରେ ନିରାଡ଼ମ୍ବର ସହ ଯଥାବିଧି ଶେଷକୃତ କରାଯାଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟୁତ୍‌ ଖୁଣ୍ଟ ଉପରେ ୫ ଦିନ ହେଲା ପଡ଼ିଛି ଗଛ, ହଟାଇବାର ନାଁ ଧରୁନି ବିଭାଗ, ଆନ୍ଦୋଳନ ପାଇଁ…

ଦାରିଙ୍ଗବାଡ଼ି,୩୦ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ତିଲୋରୀ ପଞ୍ଚାୟତର ଦୁର୍ଗମ ଗ୍ରାମ ପାଙ୍ଗାଲିଠାରୁ ଗଣ୍ଡିଗୁଡ଼ାକୁ ସଂଯୋଗ କରୁଥିବା ୧୧ କେଭି ବିଦ୍ୟୁତ ଖୁଣ୍ଟ ପାଙ୍ଗାଲି ନିକଟ…

ହେଲିକପ୍ଟର ଯୋଗେ ବନ୍ୟା ସ୍ଥିତିର ସମୀକ୍ଷା କଲେ ମନ୍ତ୍ରୀ

ଭୁବନେଶ୍ୱର,୩୦।୭: ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଗୁରୁବାର ଯାଜପୁର, ଭଦ୍ରକ, ବାଲେଶ୍ୱର ଏବଂ କେନ୍ଦୁଝର ଜିଲାର ବନ୍ୟାଞ୍ଚଳ ଓ ଜଳବନ୍ଦୀ ଅଞ୍ଚଳ ଆକାଶମାର୍ଗରୁ…

ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ AAPର ବିକ୍ଷୋଭ ପ୍ରଦର୍ଶନ, ଜିଲାପାଳଙ୍କୁ ଦେଲେ ଏହି ଦାବିପତ୍ର

ଛତ୍ରପୁର,୩୦।୭(ଦିଲ୍ଲୀପ ସାମଲ/ ଦ୍ଵାରିକା ପଟନାୟକ): ଗଞ୍ଜାମ ଜିଲାପାଳଙ୍କ ଅଫିସ ଆଗରେ ଆମ ଆଦମୀ ପାର୍ଟୀର ନେତାମାନେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି । ସାନଖେମୁଣ୍ଡି ପଞ୍ଚାୟତ ସମିତି ଅନ୍ତର୍ଗତ…

୬ ମାସ ହେଲା ହୋଇନି ଛତ୍ରପୁର ପଞ୍ଚାୟତ ସମିତି ବୈଠକ, ବ୍ଲକ ଅଧ୍ୟକ୍ଷା ଜିଲାପାଳଙ୍କୁ ଭେଟି…

ଛତ୍ରପୁର,୩୦ା୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ପଞ୍ଚାୟତ ସମିତିର ବୈଠକ ତୁରନ୍ତ କରିବାକୁ ଗୁରୁବାର ବ୍ଲକ ଅଧ୍ୟକ୍ଷା କିରନ କୁମାରୀ ଦାସ ଗଞ୍ଜାମ ଜିଲାପାଳଙ୍କୁ ଭେଟି…

କାଦୁଅ ପଚପଚରେ ଖୋଲା ଜିମ୍‌ କେନ୍ଦ୍ର ନିର୍ମାଣ, ବିନା ସୂଚନାଫଳକକୁ ନେଇ ତାତିଲେ ଗ୍ରାମବାସୀ

କେସିଙ୍ଗା,୩୦ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ ତୁର୍ଳାଖମାନ ଗ୍ରାମରେ ଲୋକଙ୍କ ସ୍ବାସ୍ଥ୍ୟ ସୁଦୃଢ଼ କରିବା ପାଇଁ ଲୋକ ସଭା ଏମ୍‌ପି ସୁଜିତ କୁମାର ଏକ…

ପଞ୍ଚମ ଶ୍ରେଣୀ ଛାତ୍ରଙ୍କ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡଲ; ଗ୍ରୀନ କରିଡ଼ରରେ ୮୦ କିମି ଗଲେ, ଓଡ଼ିଶାରେ ପ୍ରଥମ

କୃଷ୍ଣପ୍ରସାଦ,୩୦।୭(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକର ପଥରକଟା ଗାଁରୁ ଏକ ଛାତିଥରା ଦୃଶ୍ୟ ସାମ୍ନାକୁ ଆସିଛି । ପ୍ରଭୁଦତ୍ତ ଜେନାଙ୍କ ପାଇଁ ସାଇକେଲ ସାଜିଲା…

ଫସଲ ବୀମା ଅଗଷ୍ଟ ୩୧ ପର୍ଯ୍ୟନ୍ତ ବୃଦ୍ଧି ଦାବି, ଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ କରି…

ଛତ୍ରପୁର,୩୦ା୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଓଡ଼ିଶା କୃଷକ ସଭା ଗଞ୍ଜାମ ଜିଲା କମିଟି ପକ୍ଷରୁ ଚାଷୀଙ୍କ ହିତ ପାଇଁ ୮ ଦଫା ଦାବି ନେଇ ଗଞ୍ଜାମ ଜିଲାପାଳଙ୍କ ଉଦ୍ଦେଶ୍ୟରେ…

ଭଞ୍ଜନଗରରେ ଖୁବ୍‌ଶୀଘ୍ର ‘ଘୁମୁସର ରେଡିଓ’, ୪୦ କିଲୋମିଟର ପରିଧିରେ ହେବ ପ୍ରସାରଣ

ଭଞ୍ଜନଗର,୩୦ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରବାସୀଙ୍କ ପାଇଁ ଖୁସି ଖବର। ସ୍ଥାନୀୟ ଅଞ୍ଚଳର ଲୋକଙ୍କ ସ୍ବର, ସମସ୍ୟା ଓ ସଂସ୍କୃତିକୁ ନେଇ ଖୁବଶୀଘ୍ର ଆରମ୍ଭ ହେବାକୁ ଯାଉଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri