ପୂର୍ବତନ ବିଧାୟକ ଅନାମ ନାଏକଙ୍କୁ ଜେରା କରିବ ଇଡି

ଭୁବନେଶ୍ୱର, ୭ା୩ (ବ୍ୟୁରୋ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଥିବା ଭବାନୀପାଟଣାର ପୂର୍ବତନ ବିଧାୟକ ଅନାମ ନାଏକଙ୍କୁ ମନି ଲଣ୍ଡରିଂ ମାମଲାରେ ଇଡି (ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ) ଜେରା କରିବ। ଅନାମଙ୍କ ନାମରେ ସମୁଦାୟ କେତେ ଟଙ୍କାର ସମ୍ପତ୍ତି ରହିଛି, ଏଥିରୁ ସେ କେତେ ଆୟ କରିଛନ୍ତି ଏବଂ କେତେ ଆୟ ବହିର୍ଭୂତ ସେନେଇ ଖୋଳତାଡ଼ କରାଯିବ। ଏଥିଲାଗି ଇଡି ଅଫିସରେ ହାଜର ହେବା ପାଇଁ ତାଙ୍କୁ ଖୁବ୍‌ ଶୀଘ୍ର ନୋଟିସ କରାଯିବ ବୋଲି ଜଣାପଡ଼ିିଛି।  ଗତ ଜାନୟାରୀ ୧୭ତାରିଖରେ ଅନାମଙ୍କ ଭବାନୀପାଟଣା ସହରସ୍ଥ ନାକଟିଗୁଡା ବାସଭବନ, ପୁରୁଣାପଡ଼ା ଛକ ନିକଟ ନିର୍ମାଣାଧୀନ ଲଜ୍‌ ଓ ମଦନପୁର-ରାମପୁରସ୍ଥିତ ହୋଟେଲ ଉପରେ ଭିଜିଲାନ୍ସର ତିନିଟି ଟିମ୍‌ ଏକକାଳୀନ ଚଢାଉ କରିଥିଲେ। ଯାଞ୍ଚ ବେଳେ ମୋଟ୍‌ ୩କୋଟି ୪୨ ଲକ୍ଷ ୯୯ହଜାର ୪୦୨ ଟଙ୍କାର ସ୍ଥାବର ଅସ୍ଥାବର ସମ୍ପତ୍ତି ଠାବ କରାଯାଇଥିଲା। ଏତଦ୍‌ବ୍ୟତୀତ ତାଙ୍କ ଘରୁ ୮୦ ହଜାର ଟଙ୍କାର ସୁନାଗହଣା, ନଗଦ ୧୩ ହଜାର ୬୮୦ ଟଙ୍କା, ୬ ଲକ୍ଷ ୨୧ହଜାର ୩୭୭ ଟଙ୍କାର ଗୃହ ଉପକରଣ ମଧ୍ୟ ଭିଜିଲାନ୍ସ ଠାବ କରିଥିଲା। ଏହି ସମ୍ପତ୍ତିଗୁଡ଼ିକର ହିସାବ ଓ ତଦନ୍ତ ବେଳେ ୧ କୋଟି ୫୪ ଲକ୍ଷ ୧୨ହଜାର ୨୬୦ ଟଙ୍କାର ସମ୍ପତ୍ତି ଆୟ ବହିର୍ଭୂତ ବୋଲି ଭିଜିଲାନ୍ସ ଜାଣିବାକୁ ପାଇବା ପରେ ଅନାମଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ୧୯୮୫ ଜାନୁୟାରୀରେ ରାଜସ୍ବ ବିଭାଗରେ ଅନାମ କନିଷ୍ଠ କିରାଣି ଭାବେ ଯୋଗଦେଇଥିଲେ। ଚାକିରିରୁ ସ୍ବେଚ୍ଛାକୃତ ଅବସର ନେଇ ପରବର୍ତ୍ତୀ ସମୟରେ ସେ ରାଜନୀତିରେ ଯୋଗଦେଇଥିଲେ। ୨୦୧୪ରୁ ୨୦୧୯ ମସିହା ପର୍ଯ୍ୟନ୍ତ ସେ ଭବାନୀପାଟଣା ନିର୍ବାଚନ ମଣ୍ଡଳୀର ବିଧାୟକ ରହିଥିଲେ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ସେ କିଛିଦିନ ତଳେ ଜାମିନରେ ଆସି ଘରେ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଣେଶପୂଜା କମିଟିକୁ ପୋଲିସର କଡ଼ା ନିର୍ଦ୍ଦେଶ, ଡିଜେ ସାଉଣ୍ଡ, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା

ପୁରୁଷୋତ୍ତମପୁର,୮।୯(ସବିତା ମିଶ୍ର): ଆସନ୍ତା ୧୪ ତାରିଖରେ ହେବାକୁ ଥିବା ଗଣେଷପୂଜାକୁ ଶାନ୍ତିଶୃଙ୍ଖଳାର ସହ ପାଳନ କରିବାକୁ ପୁରୁଷୋତ୍ତମପୁର ପୋଲିସ ଏବଂ ପ୍ରଶାସନ ପକ୍ଷରୁ କଡ଼ା ପଦକ୍ଷେପ ନିଆଯାଇଛି।…

ଋଷିକୁଲ୍ୟା ପାଇଁ ବିପଦ ସାଜିଛି କାଶତଣ୍ଡୀ

ଧରାକୋଟ,୮ା୯ (ବିଷ୍ଣୁ କେଶରୀ ଆଚାର୍ଯ୍ୟ): କନ୍ଧମାଳ ଜିଲାର ଋଷୀମାଳ ପର୍ବତରୁ ଋଷିକୁଲ୍ୟା ନଦୀ ଜନ୍ମନେଇ ଗଞ୍ଜାମ ଜିଲାର ସୋରଡା, ଧାକୋଟ, ଆସିକା, ହିଞ୍ଜିଳି, ପୁରୁଷୋତ୍ତମପୁର ବ୍ଲକ୍‌ ପରେ…

ବାଲୁଙ୍କେଶ୍ୱର ହାଇସ୍କୁଲ ସହକାରୀ ଶିକ୍ଷକଙ୍କୁ ମରଣାନ୍ତକ ଆକ୍ରମଣ

ଖଲ୍ଲିକୋଟ, ୮/୯/୨୦୨୬ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଏନ୍‌ଏସି ଅନ୍ତର୍ଗତ ବାଲୁଙ୍କେଶ୍ୱର ହାଇସ୍କୁଲର ଜଣେ ସହକାରୀ ଶିକ୍ଷକଙ୍କୁ ସ୍କୁଲ ଗେଟ୍‌ ନିକଟରେ ମଙ୍ଗଳବାର ମରଣାନ୍ତକ ଆକ୍ରମଣ କରାଯାଇଛି।…

ଦୁର୍ଗମ ଜଙ୍ଗଲରେ ଚଢାଉ: ମଦ କାରଖାନା ଭାଙ୍ଗିଲା ଅବକାରୀ ବିଭାଗ, ୧୯ ହଜାର ଲିଟର ମଦ ପୋଚ * ୧୧ ଶହ ଲିଟର ଦେଶୀ ମଦ ଜବତ

ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ଜନଜାତି ବହୁଳ ଦାମପୁର ଗାଁ ନିକଟ ଦୁର୍ଗମ ଜଙ୍ଗଲରେ ମଙ୍ଗଳବାର ସକାଳେ ସାନଖେମୁଣ୍ଡି…

ଭ୍ରମରପୁର ସ୍କୁଲରେ ଶିକ୍ଷକ ବଦଳି ବାତିଲ ଦାବିରେ ଜେନ୍ ଆଲଫାଙ୍କ ଆନ୍ଦୋଳନ, ସ୍କୁଲ ସମ୍ମୁଖରେ ଉତ୍ତେଜନା            

ଦିଗପହଣ୍ଡି,୮|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭ୍ରମରପୁର ଗ୍ରାମ ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ଭାଗବତ ପ୍ରସାଦ ନାୟକଙ୍କୁ ଚୌଧୁରୀ ଟିକରପଡ଼ା ଗ୍ରାମ ବିଦ୍ୟାଳୟକୁ…

ଘରେ କରୁଥିଲେ କାମ: ବିଦ୍ୟୁତ୍‌ ଆଘାତରେ ଚାଲିଗଲା ଦିନ ମଜୁରିଆଙ୍କ ଜୀବନ

କୁଆଁରମୁଣ୍ଡା,୮।୯(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜଲା ବୀରମିତ୍ରପୁର ଥାନା କୁଆଁରମୁଣ୍ଡା ଫାଣ୍ଡି ଅନ୍ତର୍ଗତ ଚୁଟିଆଟୋଲି ଗ୍ରାମ ରୀତା ତିର୍କୀଙ୍କ ଘର ସେଣ୍ଟ୍ରିଂ କାମ କରୁଥିବା ବେଳେ ମଙ୍ଗଳବାର…

ବୁଧଙ୍କ ନକ୍ଷତ୍ର ପରିବର୍ତ୍ତନରେ ୩ ରାଶି ହେବେ ଭାଗ୍ୟଶାଳୀ; କ୍ୟାରିୟରରେ ବଡ଼ ଅଫର୍‌, ଘରକୁ ଆସିବ ଟଙ୍କା!

ବୈଦିକ ଜ୍ୟୋତିଷରେ ବୁଧ ଏକ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଗ୍ରହ, ଯିଏକି ପ୍ରତ୍ୟକ୍ଷ ଭାବରେ ଜୀବନକୁ ଗଭୀର ଭାବେ ପ୍ରଭାବିତ କରନ୍ତି। ଜ୍ୟୋତିଷଙ୍କ ଅନୁଯାୟୀ, ବୁଧ ଗ୍ରହ ମାନସିକ…

କମ୍‌ ବୟସରେ ଧନୀ ହୁଅନ୍ତି ଏହି ୩ ରାଶିର ଲୋକ: ମା’ ଲକ୍ଷ୍ମୀଙ୍କ ରହିଥାଏ ବିଶେଷ କୃପା, କେବେ ରହେନି ଅଭାବ!

ବୈଦିକ ଜ୍ୟୋତିଷ ଶାସ୍ତ୍ରରେ ୧୨ଟି ରାଶି ଓ ୨୭ଟି ନକ୍ଷତ୍ରର ବର୍ଣ୍ଣନା ରହିଛି। ପ୍ରତ୍ୟେକ ରାଶି ଉପରେ କୌଣସି ନା କୌଣସି ଗ୍ରହଙ୍କ ଆଧିପତ୍ୟ ରହିଥାଏ। ତେଣୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri