ପୂର୍ବତନ ବିଧାୟକ ଦୈତାରି ବେହେରାଙ୍କ ପରଲୋକ: ଚିକିତ୍ସା ଅବହେଳା ଅଭିଯୋଗ ଆଣିଲେ ପୁଅ

ଗଞ୍ଜାମ,୪ା୧(ଡି.ଏନ.ଏ.)- ଛତ୍ରପୁରର ପୂର୍ବତନ ବିଧାୟକ ଦୈତାରି ବେହେରାଙ୍କର ୮୪ ବର୍ଷରେ ଗୁରୁବାର ରାତିରେ ବ୍ରହ୍ମପୁର ବଡ ମେଡିକାଲରେ ପରଲୋକ ଘଟିଛି। ଚିକିତ୍ସା ଅବହେଳାରୁ ବାପାଙ୍କ ମୃତ୍ୟୁ ଘଟିଥିବା ସାନପୁଅ ଶିଶିର ଅଭିଯୋଗ କରିଛନ୍ତି। ଅବସ୍ଥା ସଙ୍କଟାପନ୍ନ ଥିଲେ ମଧ୍ୟ ଆଇସିୟୁରେ ବେଡ୍‌ ନ ଥିବା କହି ବିଳମ୍ବ କରିବାରୁ ମୃତ୍ୟୁ ଘଟିଥିବା ସେ କହିଛନ୍ତି। ତେବେ ମେଡିକାଲ ପକ୍ଷରୁ ଏହାକୁ ଅସ୍ବୀକାର କରାଯାଇଛି।
ଦୈତାରି ୧୯୭୩ ରୁ ୧୯୭୭ ଓ ୧୯୯୫ରୁ ୨୦୦୦ ପର୍ଯ୍ୟନ୍ତ କଂଗ୍ରେସରୁ ଜିତି ବିଧାନସଭାକୁ ଯାଇଥିଲେ। ୧୯୬୪ ମସିହାରୁ ସେ ରାଜନୈତିକ କ୍ୟାରିୟର ଆରମ୍ଭ କରିଥିବାବେଳେ ପ୍ରଥମେ ସରପଞ୍ଚ ଏବଂ ୨ଥର ଗଞ୍ଜାମ ପଞ୍ଚାୟତ ସମିତି ଅଧ୍ୟକ୍ଷ ହୋଇଥିଲେ। ତାଙ୍କ ସମୟରେ ଛତ୍ରପୁର ନିର୍ବାଚନମଣ୍ଡଳୀର ବହୁ ଉନ୍ନୟନମୂଳକ କାର୍ଯ୍ୟ ହୋଇଛି। ଗୁରୁବାର ସନ୍ଧ୍ୟା ପ୍ରାୟ ୭ଟାରେ ସେ ଅସୁସ୍ଥ ହୋଇପଡିବାରୁ ପରିବାର ଲୋକେ ତୁରନ୍ତ ବ୍ରହ୍ମପୁର ବଡ଼ ମେଡିକାଲକୁ ନେଇଥିଲେ। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ରାତି ପ୍ରାୟ ୧୧ଟା ୧୫ରେ ତାଙ୍କର ପରଲୋକ ହୋଇଥିଲା।
ଶୁକ୍ରବାର ମୃତଦେହ ନିଜ ଗ୍ରାମ ଗଞ୍ଜାମ ବ୍ଲକ ସୁବଳୟାରେ ପହଞ୍ଚତ୍ବା ପରେ ବହୁ ଲୋକ ଶେଷ ଦର୍ଶନ କରିଥିଲେ। ମୃତଦେହକୁ ଶୋଭାଯାତ୍ରାରେ ସହର ପରିକ୍ରମା କରାଯାଇ ଗ୍ରାମ ଶ୍ମଶାନରେ ଶେଷକୃତ୍ୟ ସମ୍ପନ୍ନ କରାଯାଇଥିଲା। ବଡପୁଅ ପରେଶ ମୁଖାଗ୍ନି ଦେଇଥିଲେ। ବିଡିଓ ଜ୍ୟୋତି ଶଙ୍କର ରାଏ, ପୂର୍ବତନ ବିଧାୟକ ଅଶୋକ ଚୌଧୁରୀ, ଏନ୍‌. ନାରାୟଣ ରେଡ୍ଡୀ, ବ୍ଲକ ଅଧ୍ୟକ୍ଷ ପ୍ରଶାନ୍ତ କୁମାର ନାୟକ, ବିଜେଡି ନେତା ସୁଧୀର ପାଢ଼ୀ, ଭାଜପା ନଗର ସଭାପତି ସୁଦାମ ଜେନା, ପୂର୍ବତନ କାଉନସିଲର ଦଣ୍ଡପାଣି ପରିଡ଼ା, ଗ୍ରାସୀମ ଡିଜିଏମ ରବୀନ୍ଦ୍ର କୁମାର ମାହାନ୍ତି, ସିପିଏମର ଦିଲୀପ ଛଟରାୟ ପ୍ରମୁଖ ଶେଷ ଦର୍ଶନ କରିବା ସହ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ। ପୂର୍ବତନ ଉପବାଚସ୍ପତି ରାମଚନ୍ଦ୍ର ପଣ୍ଡା ଓ ପୂର୍ବତନ ଗଞ୍ଜାମ ବ୍ଲକ ଅଧ୍ୟକ୍ଷ ସୁରଥ ପ୍ରଧାନ ଶୋକ ପ୍ରକାଶ କରିଛନ୍ତି।
ଚିକିତ୍ସା ଅବହେଳା ଅଭିଯୋଗ ନେଇ ଏମ୍‌କେସିଜି ମେଡିକାଲ ଅଧ୍ୟକ୍ଷ ପ୍ରଫେସର ସନ୍ତୋଷ କୁମାର ମିଶ୍ରଙ୍କ ସହ ଯୋଗାଯୋଗ କରିବାରୁ ସେ କହିଛନ୍ତି ପୂର୍ବତନ ବିଧାୟକଙ୍କୁ ଗୁରୁତର ଅବସ୍ଥାରେ ମେଡିକାଲକୁ ଅଣାଯାଇଥିଲା। ମେଡିସିନ ବିଭାଗ ଆଇସିୟୁ ଖାଲି ନ ଥିବାରୁ ଗାଇନିକ୍‌ ଓ୍ବାର୍ଡ ଆଇସିୟୁକୁ ନେବାବେଳେ ତାଙ୍କର ମୃତ୍ୟୁ ଘଟିଥିଲା। ଚିକିତ୍ସାରେ କୌଣସି ଅବହେଳା କରାଯାଇ ନ ଥିବା ଅଧ୍ୟକ୍ଷ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ଛତ୍ରପୁରରେ ୯୧ତମ ପୋଲିିସ ପ୍ରତିଷ୍ଠା ଦିବସ ପାଳିତ: ଗଞ୍ଜାମ ପୋଲିସର ସଫଳତାକୁ ଏସ୍‌ପିଙ୍କ ପ୍ରଶଂସା, ପୁରସ୍କୃତ ହେଲେ…

ଛତ୍ରପୁର,୧।୪(ଦିଲ୍ଲୀପ ସାମଲ): ଛତ୍ରପୁର ପୋଲିସ ପଡ଼ିଆଠାରେ ବୁଧବାର ୯୧ତମ ପୋଲିସ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଗଞ୍ଜାମ ଜିଲା ଏସ୍‌ପି  ଶୁଭେନ୍ଦୁ କୁମାର ପାତ୍ର…

ଚଣ୍ଡିପଦର ରୁଟରେ ଚାଲୁଥିବା ବସକୁ ନେଇ ଚିନ୍ତାରେ ସଂଘ, ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ

ପୁରଷୋତ୍ତମପୁର,୧।୪(ସବିତା ମିଶ୍ର): ଗଞ୍ଜମ ଜିଲା ପୁରୁଷୋତ୍ତମପୁର ମା କନକେଶ୍ବରୀ ଘରୋଇ ବସମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ଯରେ…

ଘୁମୁସରରୁ ଆରମ୍ଭ ହୋଇଥିଲା ପ୍ରଥମ ଆନ୍ଦୋଳନ, ଓଡ଼ିଆ ଭାଷା ଆନ୍ଦୋଳନରୁ ହିଁ…

ଭଞ୍ଜନଗର,୧ା୪(ବାବୁଲା ପ୍ରଧାନ): ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନ ଉପରେ ବୁଧବାର ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ସହରରେ ଅନେକ କାର୍ଯ୍ୟକ୍ରମ ହୋଇଥିଲା। ସକାଳେ ଉପଜିଲାପାଳ ଉମାଶଙ୍କର ବେହେରା,…

ଉତ୍କଳ ଦିବସରେ ମହାପୁରୁଷଙ୍କୁ ପୁଷ୍ପମାଲ୍ୟ : ମନେ ପକାଇଲେ ନେତା ଓ ପ୍ରଶାସନ

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ): ସମଗ୍ର ରାଜ୍ୟରେ ଏପ୍ରିଲ ୧ରେ ଉତ୍କଳ ଦିବସ ପାଳନ କରାଯାଇଥିବା ବେଳେ ଗଞ୍ଜାମ ସହରରେ ମଧ୍ୟ ତାହା ପାଳନ ହୋଇଛି । ବିଡ଼ିଓ ଅଚ୍ୟୁତାନନ୍ଦ…

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri