ପୂର୍ବତନ ବିଧାୟକ ବିଜୟ ନାୟକଙ୍କ ପରଲୋକ

ଏରସମା, ୨୭ା୨ (ସ୍ବ.ପ୍ର.): ଏରସମା ନିର୍ବାଚନମଣ୍ଡଳୀର ପୂର୍ବତନ କଂଗ୍ରେସ ବିଧାୟକ ବିଜୟ ନାୟକ (୭୧)ଙ୍କ ବୁଧବାର ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ପରଲୋକ ଘଟିଛି। ସେ ଦୀର୍ଘଦିନ ଧରି ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ଥିଲେ। ଏରସମା ବ୍ଲକ ଢିଙ୍କିଆ ପଞ୍ଚାୟତସ୍ଥିତ ଗୋବିନ୍ଦପୁର ଗ୍ରାମରେ ଜନ୍ମଗ୍ରହଣ କରିଥିବା ବିଜୟ ରେଭେନ୍‌ଶା କଲେଜରେ ପଢ଼ୁଥିବା ସମୟରୁ ରାଜନୀତିରେ ବେଶ୍‌ ସକ୍ରିୟ ଥିଲେ। ଏହାପରେ ସେ କଂଗ୍ରେସରେ ଯୋଗଦେବା ସହ ୧୯୯୫ରେ ଦଳୀୟ ଟିକେଟରେ ଏରସମାରୁ ପ୍ରାର୍ଥୀ ହୋଇଥିଲେ। ତତ୍କାଳୀନ ଜନତା ଦଳର ବିଧାୟକ ପ୍ରାର୍ଥୀ ବରିଷ୍ଠ ନେତା ଡ. ଦାମୋଦର ରାଉତଙ୍କୁ ହରାଇ ସେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ତାଙ୍କ ପରଲୋକ ଖବର ପ୍ରଚାରିତ ହେବା ପରେ ଏରସମା ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ପିସିସି ସଦସ୍ୟ ଧ୍ୱଜରାଜ ଖଣ୍ଡୁଆଳ, ଯୁବନେତା ନଳିନୀ ରଞ୍ଜନ ସ୍ବାଇଁ, ଏରସମା ବ୍ଲକ କଂଗ୍ରେସ ସଭାପତି ନିତ୍ୟାନନ୍ଦ ଦାସ, ଭାଜପା ରାଜ୍ୟ ଓବିସି ଯୁବମୋର୍ଚ୍ଚା ଉପସଭାପତି ନୃସିଂହ ସାହୁ, ପାରାଦୀପ-ଜଗତ୍‌ସିଂହପୁର ଶ୍ରମିକ ସଂଘ ସଭାପତି ଆଇନଜୀବୀ ଜୟନ୍ତ କୁମାର ବିଶ୍ୱାଳ, ଏରସମା ବ୍ଲକ ପୂର୍ବତନ ଅଧ୍ୟକ୍ଷ ଦେବେନ୍ଦ୍ର କିଶୋର ତ୍ରିପାଠୀ ପ୍ରମୁଖ ବିଜୟଙ୍କ କଟକସ୍ଥିତ ବାସଭବନରେ ପହଞ୍ଚତ୍ ତାଙ୍କ ଶେଷଦର୍ଶନ କରିଥିଲେ। ପୁରୀ ସ୍ବର୍ଗଦ୍ୱାରରେ ତାଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟୁଇଟ୍‌ କରି ସ୍ବର୍ଗତ ଆତ୍ମାର ସଦ୍‌ଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରକୁ ସମବେଦନା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାରାଥନ ପ୍ରଚାର କଲେ ବିଧାନସଭା ପ୍ରାର୍ଥିନୀ ଲଳିତା ନାଏକ

କେସିଙ୍ଗା,୨ା୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ୩ଟି ପଞ୍ଚାୟତରେ ଭବାନୀପାଟଣା ନିର୍ବାଚନ ମଣ୍ଡଳୀର ବିଧାୟିକା ପ୍ରାର୍ଥିନୀ ଲଳିତା ନାଏକ ଗୁରୁବାର ମାରାଥନ ପ୍ରଚାର କରିଛନ୍ତି।...

ଦେବଗଡ଼ ପ୍ରାର୍ଥୀ ବଦଳାଇଲା ବିଜେଡି, ଜାଣନ୍ତୁ କାହାକୁ ମିଳିଲା ଟିକେଟ୍‌…

ଭୁବନେଶ୍ୱର,୨।୫: ଦେବଗଡ଼ ବିଧାନସଭା ନିର୍ବାଚନ ଲାଗି ପ୍ରାର୍ଥୀ ବଦଳାଇଛି ବିଜୁ ଜନତା ଦଳ(ବିଜେଡି)। ରୋମାଞ୍ଚ ରଞ୍ଜନ ବିଶ୍ୱାଳଙ୍କୁ ଦଳ ପ୍ରାର୍ଥୀ କରିଛି। ସେ ଅରୁନ୍ଧତୀ ଦେବୀଙ୍କ...

କୋରେଇରୁ ଲଢ଼ିବେ ବବିଙ୍କ ମା’ ସନ୍ଧ୍ୟାରାଣୀ ଦାସ

ଭୁବନେଶ୍ୱର,୨।୫: ବିଜେଡି ପକ୍ଷରୁ ଏହାର ଶେଷ ତିନି ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କୋରେଇ, ଖଣ୍ଡପଡ଼ା ଏବଂ ନୀଳଗିରି ପାଇଁ...

୩ ବିଧାନସଭା ଆସନରେ ପ୍ରାର୍ଥୀ ଘୋଷଣା କଲା ବିଜେଡି, ଜାଣନ୍ତୁ କାହାକୁ କେଉଁଠୁ ମିଳିଲା ଟିକେଟ୍‌

ଭୁବନେଶ୍ୱର,୨ା୫: ଗୁରୁବାର ବିଜେଡି ତା’ର ବାକି ଥିବା ୩ ବିଧାନସଭା ଆସନ ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। କୋରେଇ, ଖଣ୍ଡପଡ଼ା ଏବଂ ନୀଳଗିରି ଆସନରେ...

ନାମାଙ୍କନପତ୍ର ଦାଖଲ କଲେ ଅପରାଜିତା

ଖୋର୍ଦ୍ଧା,୨ା୫: ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଡ଼ଙ୍ଗୀ ଗୁରୁବାର ତାଙ୍କର ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏକ ବିରାଟ ଶୋଭାଯାତ୍ରାରେ ହଜାର ହଜାର ସମର୍ଥକଙ୍କ ସହ ଆସି ଖୋର୍ଦ୍ଧା...

ନଦୀରେ ବୁଡ଼ି ଶିଶୁକନ୍ୟାଙ୍କ ଜୀବନ ଗଲା

ଯାଜପୁର,୨ା୫: ଗୁରୁବାର ମା’ଙ୍କ ସହ ନଦୀକୁ ଗାଧୋଇବାକୁ ଯାଇଥିବା ବେଳେ ପାଣିରେ ବୁଡ଼ି ଜଣେ ଶିଶୁକନ୍ୟାଙ୍କ ଜୀବନ ଯାଇଛି। ଏପରି ଦୁଃଖଦ ଘଟଣା ଘଟିଛି ଯାଜପୁର...

ନାମାଙ୍କନ ଦାଖଲ ବେଳେ ଅପରାଜିତା-ମନ୍ମଥଙ୍କ ସମର୍ଥକ ମୁହାଁମୁହିଁ

ଖୋର୍ଦ୍ଧା,୨ା୫: ଗୁରୁବାର ନାମାଙ୍କନପତ୍ର ଦାଖଲ ବେଳେ ଖୋର୍ଦ୍ଧା ଜିଲାପାଳଙ୍କ କାର୍ଯ୍ୟାଳୟରେ ମୁହାଁମୁହିଁ ହୋଇଛନ୍ତି ଏମ୍‌ପି ତଥା ଭାଜପା ଲୋକ ସଭା ପ୍ରାର୍ଥିନୀ ଅପରାଜିତା ଷଡ଼ଙ୍ଗୀ ଏବଂ...

ପୁଣି ଏକ ମାଈ ହାତୀର ଜୀବନ ଗଲା

କେନ୍ଦୁଝର,୨ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ରେଞ୍ଜ ବସନ୍ତପୁର ଗ୍ରାମ ନିକଟରେ ଗୁରୁବାର ଏକ ହାତୀର ମୃତଦେହ ବନ ବିଭାଗ ଉଦ୍ଧାର କରିଛି। ପ୍ରସବ ବେଦନା ଯୋଗୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri