ପୂର୍ବତନ ବିଧାୟକ ଭରତ ପାଇକଙ୍କ ପରଲୋକ

ପାରଳାଖେମୁଣ୍ଡି,୯ା୪(ସ୍ବ.ପ୍ର.): ଗଜପତି ଜିଲା ରାମଗିରି ନିର୍ବାଚନମଣ୍ଡଳୀ (୨୦୦୯ ପୂର୍ବର)ର ପୂର୍ବତନ ବିଧାୟକ ଭରତ ପାଇକ (୬୧)ଙ୍କ ମଙ୍ଗଳବାର ପରଲୋକ ହୋଇଛି। ସେ କିଛିଦିନ ଧରି ଅସୁସ୍ଥ ଥିଲେ। ଆନ୍ଧ୍ରର ଶ୍ରୀକାକୁଲମ ଜିଲା ରେଗୁଲୁସ୍ଥିତ ଘରୋଇ ଚିକିତ୍ସାଳୟରେ ଚିକିତ୍ସା ଚାଲିଥିଲା। ମଙ୍ଗଳବାର ଘରକୁ ଫେରାଇ ଅଣାଯାଉଥିବା ବେଳେ ରାସ୍ତାରେ ତାଙ୍କର ମୃତ୍ୟୁ ଘଟିଛି। ବୁଧବାର ଗଜପତି ଜିଲା ଗୁମ୍ମା ବ୍ଲକସ୍ଥିତ କୁଜାସିଂ ଗ୍ରାମରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହୋଇଛି। ସେ ୨୦୦୪ରୁ ୨୦୦୯ ପର୍ଯ୍ୟନ୍ତ ରାମଗିରି ନିର୍ବାଚନମଣ୍ଡଳୀରୁ ଭାଜପା ପ୍ରାର୍ଥୀ ଭାବେ ବିଧାୟକ ନିର୍ବାଚିତ ହୋଇଥିଲେ। ୨୦୦୯ରେ ବ୍ରହ୍ମପୁରରୁ ଭାଜପା ଲୋକସଭା ପ୍ରାର୍ଥୀ, ୨୦୧୪ରେ ମୋହନା ନିର୍ବାଚନମଣ୍ଡଳୀରୁ ବିଧାୟକ ପ୍ରାର୍ଥୀ ହୋଇ ସେ ନିର୍ବାଚନ ହାରିଥିଲେ। ୨୦୧୯ରେ ସେ ଭାଜପା ଛାଡ଼ି ବିଜେଡିରେ ଯୋଗ ଦେଇଥିଲେ। ଛାତ୍ର ଜୀବନରୁ ରାଜନୀତି ସହ ଜଡ଼ିତ ଥିବା ପାଇକ ଶ୍ରୀକୃଷ୍ଣଚନ୍ଦ୍ର ଗଜପତି ସ୍ବୟଂଶାସିତ ମହାବିଦ୍ୟାଳୟର ଛାତ୍ର ସଂସଦ ସଭାପତି ହୋଇଥିଲେ। ଜଣେ ଦକ୍ଷ ଆଇନଜୀବୀ ଭାବେ ତାଙ୍କର ସ୍ବତନ୍ତ୍ର ପରିଚୟ ରହିଥିଲା। ଜିଲା ବିଜେଡି ସଭାପତି ପ୍ରଦୀପ ନାୟକ, ବିଜେଡି ନେତା ଅନ୍ତର୍ଯ୍ୟାମୀ ଗମାଙ୍ଗ ତାଙ୍କର ଶେଷ ଦର୍ଶନ କରି ଶୋକ ପ୍ରକାଶ କରିଛନ୍ତି। ପାରଳାଖେମୁଣ୍ଡି ବିଧାୟକ କେ. ନାରାୟଣ ରାଓ, ପୂର୍ବତନ ନଗରପାଳ ପି. କ୍ରିଷ୍ଣା ମଧ୍ୟ ଶୋକବ୍ୟକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୩ ବର୍ଷ ପୂର୍ବେ ବିବାହ କରିଥିଲେ ପୁଅ ଅକାଳରେ ଚାଲିଗଲା ଜୀବନ: ଶେଷକୁ ବାପା କରିଦେଲେ ଏମିତି କାମ …

ଦଶରଥପୁର,୨୪।୫(ସୁଶାନ୍ତ କୁମାର ବେହୁରିଆ): ରୋଜଗାରିଆ ପୁଅର ଅକାଳ ମୃତ୍ୟୁକୁ ସହ୍ୟ କରିପାରିଲେନି ବାପା। ବେକରେ ଗାମୁଛା ଭିଡ଼ି ଆତ୍ମହତ୍ୟା କରିଦେଲେ। ଏଭଳି ଦୁଃଖଦ ଘଟଣା ଯାଜପୁର ଜିଲା…

ହୁମା ଓଭରବ୍ରିଜ ନିକଟରେ ପୁଣି ଦୁର୍ଘଟଣା: ବସ ସହ ଆଇଜର ଟ୍ରକର ମୁହାଁମୁହିଁ ଧକ୍କା

ଗଞ୍ଜାମ,୨୪।୫(ଅନାଥ ତରାଇ/ବିଦ୍ୟାଧର ସାହୁ): ଆଉ କେତେ ଦୁର୍ଘଟଣା ଘଟିଲେ ଏବଂ କେତେ ଲୋକଙ୍କ ପ୍ରାଣହାନି ହେଲେ ସରକାର ଓ ଜିଲ୍ଲା ପ୍ରଶାସନର ଚେତନା ଜାଗ୍ରତ ହେବ? ଏହି…

ଏଇ ଭାରତରେ

ନିଜେ ସମସ୍ୟାରେ ଥିଲେ ବି ଅନ୍ୟଙ୍କ ମୁହଁରେ ଖୁସି ଦେଖି ସନ୍ତୋଷ ଲାଭ କରନ୍ତି ଗୁଜରାଟ କଚ୍ଛର ଆମ୍ମା(ଶ୍ରଦ୍ଧା ନାମ)। ସେ ପ୍ରଚଣ୍ଡ ଗ୍ରୀଷ୍ଣ ପ୍ରବାହରେ ପଥଚାରୀଙ୍କୁ…

କେରଳର ନୂଆ କାଣ୍ଡାରି

ଦଶନ୍ଧିବ୍ୟାପୀ ବାମପନ୍ଥୀ ଶାସନର ଅବସାନ ଘଟାଇ ଯିଏ କଂଗ୍ରେସ ପାଇଁ ଈଶ୍ୱରଙ୍କ ନିଜ ଦେଶ କୁହାଯାଉଥିବା କେରଳରେ ମଞ୍ଚ ତିଆରି କରାଇବାରେ ପ୍ରମୁଖ ଭୂମିକା ନିର୍ବାହ କଲେ,…

ନାଗରିକ ଚେତନା

ଅଷ୍ଟ୍ରେଲିଆର ପୂର୍ବତନ ଅନ୍ତର୍ଜାତୀୟ କ୍ରିକେଟର ମାଥ୍ୟୁ ହେଡେନଙ୍କୁ ସମ୍ପ୍ରତି ଖେଳ ପଡ଼ିଆରେ ଅଳିଆ ଉଠାଇ ସଫା କରୁଥିବାର ଦୃଶ୍ୟ ସାମାଜିକ ଗଣମାଧ୍ୟମରେ ଦେଖିବାକୁ ମିଳିଥିଲା। ପ୍ରଥମ ଦୃଷ୍ଟିରେ…

ଚନ୍ଦ୍ରପୃଷ୍ଠକୁ ଯାତ୍ରା ପାଇଁ ନୂଆ ଶସ୍ତା ମାର୍ଗ

ନୂଆଦିଲ୍ଲୀ,୨୪।୫: ମହାକାଶ ଗବେଷଣା କ୍ଷେତ୍ରରେ ବୈଜ୍ଞାନିକମାନଙ୍କୁ ଏକ ବଡ଼ ସଫଳତା ମିଳିଛି। ପୃଥିବୀରୁ ଚନ୍ଦ୍ରପୃଷ୍ଠକୁ ଯାତ୍ରା କରିବା ପାଇଁ ଏକ ନୂତନ ଏବଂ କମ୍‌ ଇନ୍ଧନ ଖର୍ଚ୍ଚ…

ଗରମ ସାଙ୍ଗକୁ ଦାଉ ସାଧୁଛି ଅଘୋଷିତ ବିଦ୍ୟୁତ୍‌ କାଟ

ଭୁବନେଶ୍ୱର, ୨୫।।୫ (ବନ୍ଦନା ସେଠୀ): ପ୍ରବଳ ଖରାରେ ସିଝୁଛି ପୂରା ଓଡ଼ିଶା। ଅଧିକାଂଶ ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହୁଥିବାବେଳେ ତାତି ସାଙ୍ଗକୁ ଗୁଳୁଗୁଳି ଅସ୍ତବ୍ୟସ୍ତ…

ଟ୍ୱିଶା ଶର୍ମା ମୃତ୍ୟୁ ମାମଲାରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ,୨୫ରେ …

ନୂଆଦିଲ୍ଲୀ,୨୩ା୫: ଗଣମାଧ୍ୟମ ରିପୋର୍ଟକୁ ଆଧାର କରି ସୁପ୍ରିମକୋର୍ଟ ଅଭିନେତ୍ରୀ ତଥା ମଡେଲ ଟ୍ବିଶା ଶର୍ମା ମୃତ୍ୟୁ ମାମଲାକୁ ନିଜଆଡ଼ୁ ବିଚାର ପାଇଁ ଗ୍ରହଣ କରିଛନ୍ତି। ପ୍ରଧାନ ବିଚାରପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri