Posted inରାଜ୍ୟ

ପୂର୍ବତନ ବିଧାୟକଙ୍କ କଲେଜ ଟପ୍ପର ଛାତ୍ରୀଙ୍କୁ ସମ୍ବର୍ଦ୍ଧନା

ଭାପୁର,୬ା୭(ଡି.ଏନ୍‌.ଏ.): ଖଣ୍ଡପଡ଼ା ନିର୍ବାଚନମଣ୍ଡଳୀ ଅଧୀନ ୬ଟି କଲେଜର +୨ କଳା ପରୀକ୍ଷାରେ ଏ ବର୍ଷ ଛାତ୍ରୀମାନେ ଟପ୍ପର ହୋଇଛନ୍ତି। ପୂର୍ବତନ ବିଧାୟକ ଅନୁଭବ ପଟ୍ଟନାୟକ ଏହି ଛାତ୍ରୀମାନଙ୍କ ଘରକୁ ଯାଇ ସମ୍ବର୍ଦ୍ଧିତ କରିଛନ୍ତି। ଗତ ୫ ବର୍ଷ ହେଲା ଛାତ୍ରୀଛାତ୍ରମାନଙ୍କୁ ମାଟ୍ରିକ, +୨, +୩ ପରୀକ୍ଷାରେ ଶ୍ରେଷ୍ଠତ୍ୱ ପ୍ରଦର୍ଶନ ନେଇ ପଟ୍ଟନାୟକ ସମ୍ବର୍ଦ୍ଧନା ଦେଇ ଆସୁଛନ୍ତି। ଗୁରୁବାର ପଠାଣି ସାମନ୍ତ କଲେଜର +୨ କଳାରେ ଟପ୍ପର ହୋଇଥିବା ଛାତ୍ରୀ ପୂଜା ପରିଡ଼ାଙ୍କୁ ତାଙ୍କ ଗ୍ରାମ ଭାପୁର ବ୍ଲକ ଚକ୍ରଧରପୁର ପ୍ରସାଦଠାରେ ସେ ସମ୍ବର୍ଦ୍ଧିତ କରିଛନ୍ତି। ଗ୍ରାମର ପ୍ରଗତି ଟ୍ୟୁଟୋରିଆଲରେ ଅଧ୍ୟୟନ କରୁଥିବା ଏହି ଛାତ୍ରୀଙ୍କ ସମେତ ଅନ୍ୟ ୪ ଜଣଙ୍କୁ ମଧ୍ୟ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି। ବିଧାୟକଙ୍କ ସହ ସାମାଜିକ କର୍ମୀ ସନ୍ତୋଷ କୁମାର ତ୍ରିପାଠୀ, ଶିକ୍ଷକ ଗୌତମ ମଲିକ ଓ ସଂସ୍ଥା ପରିଚାଳକ ରଘୁ ପ୍ରଧାନ ସମ୍ବର୍ଦ୍ଧନା ସଭାରେ ଛାତ୍ରୀଛାତ୍ରୀଙ୍କ କୃତିତ୍ୱ ବିଷୟରେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ଘୋଷଣା, ଅନ୍‌ଲାଇନରେ ହେବନି…

କଟକ,୨୮।୧୨(କାର୍ତ୍ତିକ ସାହୁ): ଏଣିକି ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆର୍‌ଟିଓ)ରେ ମୋଟରଯାନ ନିୟମ ଉଲ୍ଲଂଘନରେ ଜାରି ହୋଇଥିବା ଇ-ଚାଲାଣ ବାବଦରେ ନଗଦ ଅର୍ଥ ଅଫ୍‌ଲାଇନରେ ଗ୍ରହଣ କରାଯିବ।...

ନୂଆ ଇତିହାସ ରଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ୨୮ ଡିସେମ୍ବରରେ…

ନୂଆଦିଲ୍ଲୀ, ୨୭।୨୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୮ ଡିସେମ୍ବରରେ ଭାରତୀୟ ନୌସେନାର ଏକ ପନଡୁବ୍ବୀରେ ସମୁଦ୍ର ଯାତ୍ରା କରିବେ। ଏହି ଯାତ୍ରା କର୍ନାଟକର କାରବାର...

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ବିଶ୍ୱ ରେକର୍ଡ ସୃଷ୍ଟି କଲା ଚାଇନା ଟ୍ରେନ୍‌

ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍‌ ଟ୍ରେନ୍‌ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍‌ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି....

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ଥାଇଲାଣ୍ଡ-କାମ୍ବୋଡ଼ିଆ ମଧ୍ୟରେ ବଡ଼ ଚୁକ୍ତି: ବନ୍ଦ ହେବ ଯୁଦ୍ଧ

ବ୍ୟାଙ୍କକ୍‌,୨୭ା୧୨: ଥାଇଲାଣ୍ଡ ଏବଂ କାମ୍ବୋଡ଼ିଆ ମଧ୍ୟରେ ସୀମା ବିବାଦକୁ ନେଇ ଗତ କିଛି ସପ୍ତାହ ହେଲା ସଂଘର୍ଷ ଲାଗି ରହିଛି। ଏହାକୁ ବନ୍ଦ କରିବା ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri