ପୂର୍ବତନ ବିଧାୟକଙ୍କ ପରଲୋକ

ଆସିକା,୯ା୧(ଡି.ଏନ୍‌.ଏ.): ଆସିକାର ବରିଷ୍ଠ କଂଗ୍ରେସ ନେତା, ବିଶିଷ୍ଟ ସମବାୟବିତ୍‌ ତଥା ପୂର୍ବତନ ବିଧାୟକ ରାଧାଗୋବିନ୍ଦ ସାହୁଙ୍କ (୯୩)ର ବୁଧବାର ସକାଳେ ପରଲୋକ ଘଟିଛି। ସେ ଭୁବନେଶ୍ୱର ନୟାପଲ୍ଲୀସ୍ଥିତ ନିଜ ପୁଅଙ୍କ ବାସଭବନରେ ରହୁଥିଲେ। ଗତ ସପ୍ତାହରେ ତାଙ୍କର ହୃଦ୍‌ଘାତ ହେବାରୁ ଏକ ଘରୋଇ ହସ୍ପିପିଟାଲରେ ଭର୍ତ୍ତି ହୋଇଥିଲେ। ଚିକିତ୍ସାଧୀନ ଅବସ୍ଥାରେ ବୁଧବାର ତାଙ୍କର ମୃତ୍ୟୁ ଘଟିଛି। ମୃତ୍ୟୁ ବେଳକୁ ପାଖରେ ସ୍ତ୍ରୀ, ୩ ପୁଅ ନାରାୟଣ, ଜଗନ୍ନାଥ, ରାମକୃଷ୍ଣ, ଝିଅ ଗୀତାଞ୍ଜଳି ପାଢୀ, ଜ୍ୱାଇଁ ସବ୍ୟସାଚୀ ପାଢୀ ପ୍ରମୁଖ ଉପସ୍ଥିତ ଥିଲେ ା ଅପରାହ୍ନରେ ମରଶରୀରକୁ ପୁରୀ ନିଆଯାଇ ସ୍ବର୍ଗଦ୍ୱାରଠାରେ ସତ୍କାର କରାଯାଇଛି ା
ରାଧାଗୋବିନ୍ଦ କଂଗ୍ରେସର ଜଣେ ସକ୍ରିୟ ସଦସ୍ୟ ଥିଲେ। ୧୯୮୦ରୁ ୧୯୮୫ ଏବଂ ୧୯୮୫ରୁ ୧୯୯୦ ଦୁଇଥର ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ନିର୍ବାଚନ ମଣ୍ଡଳୀରୁ ବିଧାୟକ ନିର୍ବାଚିତ ହୋଇଥିଲେ ା ଦୀର୍ଘଦିନ ଧରି ସେ ଜିଲା କଂଗ୍ରେସର ସଭାପତି ମଧ୍ୟ ରହିଥିଲେ। ଜଣେ ସମବାୟବିତ୍‌ ଭାବେ ତାଙ୍କର ଖ୍ୟାତି ରହିଥିଲା ା ପୂର୍ବରୁ ବିଭିନ୍ନ ସମୟରେ ସେ ରାଜ୍ୟ ସମବାୟ ୟୁନିଅନର ଉପସଭାପତି, ଗଞ୍ଜାମ ଜିଲା ସମବାୟ ୟୁନିଅନର ସଭାପତି ଓ ରାଜ୍ୟ ସମବାୟ ଭୂ-ଉନ୍ନୟନ ବ୍ୟାଙ୍କ, ଓଡିଶା ରାଜ୍ୟ ସମବାୟ ମାର୍କେଟିଂ ଫେଡେରେଶନର ଉପସଭାପତି ଓ ଭୂ-ଦାନ ଯଜ୍ଞ ସମିତିର ସଦସ୍ୟ ରହିଥିଲେ। ସେହିପରି ଆସିକାର ଭୂ-ଉନ୍ନୟନ ବ୍ୟାଙ୍କ, ଉତ୍କଳ ଆୟୁର୍ବେଦିକ ସମବାୟ ଫାର୍ମାସୀ ଓ ଆସିକା ଅର୍ବାନ ବ୍ୟାଙ୍କର ସଭାପତି, ଆସିକା ସମବାୟ କେନ୍ଦ୍ର ବ୍ୟାଙ୍କ ପରିଚାଳନା ପରିଷଦର ସଦସ୍ୟ ମଧ୍ୟ ରହିଥିଲେ ା ୧୯୯୫ରୁ ସେ ରାଜନୀତିରୁ ନିଜକୁ ଦୂରେଇ ରଖିଥିଲେ ା
ପୂର୍ବତନ ବିଧାୟକ ରାଧାଗୋବିନ୍ଦଙ୍କ ମୃତ୍ୟୁରେ ପୂର୍ବତନ ବାଚସ୍ପତି ଚିନ୍ତାମଣି ଦ୍ୟାନସାମନ୍ତରା ଗଭୀର ଶୋକ ପ୍ରକାଶ କରିଛନ୍ତି। ସେହିପରି ଜିଲା କଂଗ୍ରେସ ସଭାପତି ଡ଼ା. ତ୍ରିନାଥ ବେହେରା, କାର୍ଯ୍ୟକାରୀ ସଭାପତି ପୀତବାସ ପଣ୍ଡା, ବ୍ରହ୍ମପୁର ନଗର କଂଗ୍ରେସ ସଭାପତି ପ୍ରମୋଦ କୁମାର ଜେନା ଶୋକ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

ଫିଲ୍ମ ‘ମେହରମୁଣ୍ଡା’ର ରିଲିଜ ପାଇଁ ମା’ ତାରାତାରିଣୀଙ୍କ ଆଶୀର୍ବାଦ ନେଲେ ସିନେ କଳାକାର

ପୁରୁଷୋତ୍ତମପୁର,୮ା୪(ସବିତା ମିଶ୍ର): ନିଚ୍ଛକ ଓଡ଼ିଆ କାହାଣୀକୁ ନେଇ ରିଲିଜ ହେବାକୁ ଯାଉଛି ଫିଲ୍ମ ‘ମେହେରମୁଣ୍ଡା’। ମେହେରମୁଣ୍ଡା ରିଲିଜ ପୂର୍ବରୁ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ…

ଘର ଛାଡ଼ି ପଳାଇଥିଲେ ଅରକ୍ଷିତ: ଆଜି ମିଳିଲା…

ଭଞ୍ଜନଗର,୮।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ପୋଲିସ ବୁଧବାର ସକାଳେ ଜଣେ ବୃଦ୍ଧଙ୍କ ମରଶରୀର ମୁଜାଗଡ ଗ୍ରାମ ପୋଖରୀରୁ ଉଦ୍ଧାର କରିଛି। ସେ ହେଲେ ବେଲଗୁଣ୍ଠା ଥାନା ଅନ୍ତର୍ଗତ…

ସିଭିଲ ସର୍ଭିସ ଆଶାୟୀଙ୍କ ପାଇଁ ଖବର: ଗଞ୍ଜାମରେ ପ୍ରସ୍ତୁତି ଚାଲିଛି…

ଭଞ୍ଜନଗର,୮।୪(ବାବୁଲା ପ୍ରଧାନ)-ଗଞ୍ଜାମ ଲକ୍ଷ୍ୟ ନିକେତନ ପ୍ରକଳ୍ପ ମାଧ୍ୟମରେ ସିଭିଲ ସର୍ଭିସ ପରୀକ୍ଷା ପାଇଁ ଯୁବତୀଯୁବକଙ୍କୁ ତାଲିମ ଦିଆଯିବ। ତେଣୁ ଗଞ୍ଜାମ ଜିଲାପାଳ କିର୍ତ୍ତୀ ଭାସନ ଭିଙ୍କ ପ୍ରଚେଷ୍ଟାରେ…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ନିଆରା ଜନ୍ମଦିନ ପାଳନ କଲେ ସମାଜସେବୀ ସୁନିଲ

ଗଞ୍ଜାମ,୭।୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ଐତିହାସିକ ଲବଣ ସତ୍ୟାଗ୍ରହର ଅନ୍ୟତମ ପୀଠ ହୁମ୍ମାଠାରେ ଜନ କଲ୍ୟାଣ ସ୍ବେଛାସେବୀ ସଂସ୍ଥା ଓ ବଜରଙ୍ଗୀ ଦଳର ମିଳିତ ଆନୁକୁଲ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri