ପୂର୍ବତନ ବିଧାୟକଙ୍କୁ ବାଚସ୍ପତିଙ୍କ ଚରମବାଣୀ: ୩ ଦିନ ମଧ୍ୟରେ କ୍ୱାର୍ଟର୍ସ ଛାଡ଼

ଭୁବନେଶ୍ୱର,୨୦ା୧୦(ବ୍ୟୁରୋ): ଗତ ନିର୍ବାଚନରେ ହାରିବା ସତ୍ତ୍ୱେ ଅନେକ ପୂର୍ବତନ ବିଧାୟକ ସରକାରୀ କ୍ୱାର୍ଟର୍ସ ଛାଡୁ ନାହାନ୍ତି। ବାରମ୍ବାର ନୋଟିସ ଦେବା ପରେ ମଧ୍ୟ କୌଣସି ଫରକ ପଡୁନାହିଁ। ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ଆସନ୍ତା ୩ଦିନ ମଧ୍ୟରେ ସରକାରୀ କ୍ୱାର୍ଟର୍ସ ଛାଡିବାକୁ ପୂର୍ବତନ ବିଧାୟକମାନଙ୍କୁ ଚରମବାଣୀ ଶୁଣାଇଛନ୍ତି। କିଛିଦିନ ତଳେ ବାଚସ୍ପତି ପୂର୍ବତନ ବିଧାୟକମାନଙ୍କୁ କ୍ୱାର୍ଟର୍ସ ଛାଡିବାକୁ ନୋଟିସ ଜାରି କରିଥିଲେ। ସେହି କ୍ୱାର୍ଟର୍ସଗୁଡିକରୁ ପାଣି ଓ ବିଦ୍ୟୁତ ସଂଯୋଗ ବିଚ୍ଛିନ୍ନ କରିବାକୁ ମଧ୍ୟ ନିର୍ଦ୍ଦେଶ ଦେଇଥିଲେ। ଏହା ସତ୍ତ୍ୱେ ସେମାନଙ୍କ ମଧ୍ୟରୁ ଅନେକେ ଏ ପର୍ଯ୍ୟନ୍ତ କ୍ୱାର୍ଟର୍ସ ହସ୍ତାନ୍ତର କରିନାହାନ୍ତି।

ବିଧାୟକ କଲୋନୀରେ ବହୁତଳ ଅଟ୍ଟାଳିକା ନିର୍ମାଣ କରିବାକୁ ଉଭୟ ବିଧାୟକ ଓ ପୂର୍ବତନ ବିଧାୟକଙ୍କୁ ସରକାରୀ କ୍ୱାର୍ଟର୍ସ ଖାଲି କରିବାକୁ ବାଚସ୍ପତି ନିର୍ଦ୍ଦେଶ ଦେଇଛନ୍ତି। ବିଧାୟକମାନଙ୍କୁ ଅନ୍ୟତ୍ର କ୍ୱାର୍ଟର୍ସ ପ୍ରଦାନ କରାଯିବ। ନୋଟିସ ଦେବା ପରେ ମଧ୍ୟ କେତେ ଜଣ ପୂର୍ବତନ ବିଧାୟକ କ୍ୱାର୍ଟର୍ସ ଛାଡୁ ନାହାନ୍ତି ବୋଲି ବାଚସ୍ପତି ଗଣମାଧ୍ୟମକୁ କହିଛନ୍ତି। ବିଧାୟକ କଲୋନୀର ଅଧା କ୍ୱାର୍ଟର୍ସ ଭଙ୍ଗାଯାଇ ବହୁତଳ ଆପାର୍ଟମେଣ୍ଟ ନିର୍ମାଣ ହେବ। ୪୦୦ କୋଟି ଟଙ୍କାରେ ପ୍ରାୟ ୧୪୦ ୟୁନିଟ ତିଆରି ହେବ। ନୂଆ ଆପାର୍ଟମେଣ୍ଟ ହେବା ପରେ ବିଧାୟକମାନଙ୍କର ବାସଗୃହ ସମସ୍ୟା ଦୂର ହୋଇପାରିବ। ଆପାର୍ଟମେଣ୍ଟଗୁଡିକରେ କମ୍ୟୁନିଟି ହଲ୍‌ଠାରୁ ଆରମ୍ଭକରି କଲ୍ୟାଣମଣ୍ଡପ, ଜିମ୍‌ ଏବଂ ଅନ୍ୟାନ୍ୟ ସୁବିଧା ଉପଲବ୍ଧ ହେବ ବୋଲି ପାତ୍ର କହିଛନ୍ତି। ୨୬ ଜଣ ପୂର୍ବତନ ବିଧାୟକ ଏ ପର୍ଯ୍ୟନ୍ତ କ୍ୱାର୍ଟର୍ସ ଛାଡି ନ ଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ-ଆମେରିକା ଯୁଦ୍ଧବିରତି ଉପରେ ଆଲୋଚନା ଦୂରର କଥା: ବୈଠକ ପୂର୍ବରୁ ୨ଟି ବଡ଼ ସର୍ତ୍ତ ରଖିଦେଲେ…

ନୂଆଦିଲ୍ଲୀ,୧୧।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି ଘୋଷଣା ପରେ, ଏକ ଇରାନୀ ପ୍ରତିନିଧି ଦଳ ଶାନ୍ତି ଆଲୋଚନା ପାଇଁ ଇସଲାମାବାଦରେ ପହଞ୍ଚିଛି। ଏହି ପ୍ରତିନିଧି ଦଳ…

ଯାତ୍ରୀବାହୀ ବସ୍‌କୁ ପଛପଟୁ ପିଟିଲା ଟ୍ରକ: ବିଦ୍ୟୁତ ଟ୍ରାନ୍ସଫର୍ମରରେ ବାଜି…

ସୋହେଲା,୧୧।୪(ଅଶ୍ବିନୀ ପାତ୍ର):ବରଗଡ଼ ଜିଲା ସୋହେଲାଠାରେ ବରଗଡ଼ ରାୟପୁର ଜାତୀୟ ରାଜପଥ ରେ ଏକ ବଡ଼ ଧରଣର ସଡକ ଦୁର୍ଘଟଣା ଘଟିଯାଇଛି। ଶୁକ୍ରବାର ବିଳମ୍ବିତ ରାତିରେ ରାଉରକେଲାରୁ ରାୟପୁର…

କ୍ରୀଡ଼ା ସାମଗ୍ରୀ କିଣାରେ ଦୁର୍ନୀତି ଘଟଣା: ଅଭିଯୋଗ ପରେ ବି ହେଉନି କାର୍ଯ୍ୟାନୁଷ୍ଠାନ

ଭବାନୀପାଟଣା,୧୧ା୪(ଉତ୍ତମ କୁମାର ଦାଶ):ପୂର୍ବ ସରକାର ପ୍ରତି ବ୍ଲକକୁ କ୍ରୀଡ଼ା ସାମଗ୍ରୀ କିଣିବା ପାଇଁ ଆର୍ଥିକ ସହାୟତା ଯୋଗାଇଥିଲେ। ଗ୍ରାମାଞ୍ଚଳରେ କ୍ରୀଡ଼ା କ୍ଷେତ୍ରରେ ଆଗ୍ରହ ସୃଷ୍ଟି ଏହାର ମୂଳ…

୪୦ ଫୁଟ୍‌ ତଳକୁ ଖସିଲା OSRTC ବସ୍‌: ୨୪ଯାତ୍ରୀ ଆହତ, ଜଣେ ମୃତ

ପଟ୍ଟାଙ୍ଗି , ୧୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ସୁଙ୍କି ଘାଟିରେ OSRTC ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି । ଫଳରେ ଯାତ୍ରୀ ଆହତ…

କେମୋଥେରାପିରେ ସୀମିତ କ୍ୟାନ୍‌ସର ଚିକିତ୍ସା: ୧୩୮କୋଟିର ହସ୍ପିଟାଲରେ ମିଳୁନି ସ୍ବାସ୍ଥ୍ୟସେବା

ବରଗଡ଼,୧୧।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା କ୍ୟାନସର ରୋଗୀଙ୍କ ହବ୍‌ ପାଲଟିଛି। ଏଠାରେ କ୍ୟାନସର ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା ବଢ଼ି ଚାଲିଛି। ଅନ୍ୟପଟେ ଏଠାରେ ଥିବା କ୍ୟାନସର ହସ୍ପିଟାଲରୁ…

ଭାଉଜଙ୍କ ସହ ଶାରୀରିକ ସମ୍ପର୍କ ରଖିଥିଲେ ଦିଅର, ଗର୍ଭବତୀ ହେବାରୁ…

ପାଟଣା,୧୧ା୪(ବୀରକିଶୋର ଦାଶ):କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ପୋଲିସ ସମ୍ପର୍କୀୟ ବିଧବା ଭାଉଜଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିବା ଓ ଭାଉଜ ଗର୍ଭବତୀ ହେବା ପରେ…

ମୁଣ୍ଡିଆ ମାରିଲେ, ମନ୍ଦିରରୁ ସବୁ ଲୁଟିନେଲେ: ମାଷ୍ଟରମାଇଣ୍ଡ୍‌ ଜଣେ ମହିଳା

ଭୁବନେଶ୍ୱର,୧୧।୪(ତ୍ରିନାଥ ମହାନ୍ତି):ଗୋଟିଏ ରାତିରେ ଦୁର୍ବୃତ୍ତମାନେ ୩ ମନ୍ଦିରରେ ପଶି ପୋଛି ନେଇଛନ୍ତି ଲକ୍ଷାଧିକ ଟଙ୍କାର ସୁନା ଗହଣା ଏବଂ ଟଙ୍କା। ଚନ୍ଦ୍ରଶେଖରପୁର ଥାନା ପଟିଆ ଗଁାରେ ଥିବା…

୩୧୮ ସ୍ଥାନରେ ‘ଅଟଳ ବସ୍‌ଷ୍ଟାଣ୍ଡ’:୬ ଜିଲାରେ…

ଭୁବନେଶ୍ୱର,୧୧।୪(ରବିନାରାୟଣ ଜେନା): ରାଜ୍ୟର ୩୧୮ ବସ୍‌ଷ୍ଟାଣ୍ଡିକୁ ‘ଅଟଳ ବସ୍‌ଷ୍ଟାଣ୍ଡ’ରେ ପରିଣତ କରାଯିବ। ଏହାଦ୍ୱାରା ସମନ୍ବିତ ସାର୍ବଜନୀନ ସେବା ଲୋକଙ୍କୁ ମିଳିପାରିବ। ଏହି ଲକ୍ଷ୍ୟ ନେଇ ଶୁକ୍ରବାର ମୁଖ୍ୟମନ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri