Posted inଖେଳ

ପୂର୍ବତନ ବେଙ୍ଗଲ ରଣ୍‌ଜୀ ଅଧିନାୟକଙ୍କ ପରଲୋକ

କୋଲକାତା, ୨୭।୬(ପି.ଟି.): ବେଙ୍ଗଲ ରଣ୍‌ଜୀ ଦଳର ପୂର୍ବତନ ଅଧିନାୟକ ଶ୍ୟାମ ସୁନ୍ଦର ମିତ୍ରଙ୍କର ଗୁରୁବାର ପରଲୋକ ଘଟିଛି। ମୃତ୍ୟୁବେଳକୁ ତାଙ୍କୁ ୮୨ ବର୍ଷ ହୋଇଥିଲା। ସେ ଦୀର୍ଘଦିନ ଧରି ହାର୍ଟଜନିତ ସମସ୍ୟା ଦେଇ ଗତି କରୁଥିଲେ। ସଲ୍ଟଲେକ୍‌ସ୍ଥିତ ଏକ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ଗୁରୁବାର ଶେଷ ନିଶ୍ୱାସ ତ୍ୟାଗ କରିଥିଲେ ବୋଲି କ୍ରିକେଟ ଆସୋସିଏଶନ ଅଫ୍‌ ବେଙ୍ଗଲ(ସିଏବି) ପକ୍ଷରୁ କୁହାଯାଇଛି। ଏସ୍‌ଏସ୍‌ ନାମରେ ବେଶ୍‌ ପରିଚିତ ଲାଭ କରିଥିବା ଶ୍ୟାମ କ୍ୟାରିୟରରେ ମୋଟ୍‌ ୫୯ ପ୍ରଥମଶ୍ରେଣୀ ମ୍ୟାଚ୍‌ ଖେଳିଥିବାବେଳେ ୫୦.୧୩ ଆଭରେଜରେ ରନ୍‌ ସଂଗ୍ରହ କରିଥିଲେ। ୧୫୫ ରନ୍‌ ତାଙ୍କ କ୍ୟାରିୟରର ଶ୍ରେଷ୍ଠ ଇନିଂସ ରହିଥିଲା। ୧୯୬୦ ଦଶକରେ କେତୋଟି ସାହସିକ ଇନିଂସ ଖେଳିଥିଲେ ମଧ୍ୟ ମିତ୍ରଙ୍କୁ କେବେ ବି ଭାରତୀୟ ଦଳ ପାଇଁ ଚୟନ କରାଯାଇ ନ ଥିଲା। ମିତ୍ର ଭାରତର ପ୍ରମୁଖ ଦଳଗୁଡ଼ିକ ବିପକ୍ଷରେ ପ୍ରଭାବୀ ପ୍ରଦର୍ଶନ କରିଥିଲେ ମଧ୍ୟ ରାଜନୀତିର ଶିକାର ହୋଇ ଜାତୀୟ ଦଳ ପକ୍ଷରୁ ଖେଳିବାରୁ ବଞ୍ଚତ୍ତ ହୋଇଥିଲେ ବୋଲି ରାଜୁ ମୁଖାର୍ଜୀ ତାଙ୍କ ପୁସ୍ତକ ‘ଇଡେନ ଗାର୍ଡେନ୍ସ: ଲିଜେଣ୍ଡ ଆଣ୍ଡ୍‌ ରୋମାନ୍ସ’ରେ ଉଲ୍ଲେଖ କରିଛନ୍ତି। ବେଙ୍ଗଲରୁ ସୃଷ୍ଟି ହୋଇଥିବା ଅଗ୍ରଣୀ କ୍ରିକେଟରଙ୍କ ମଧ୍ୟରୁ ଶ୍ୟାମ ସୁନ୍ଦର ଅନ୍ୟତମ ବୋଲି ସିଏବି ଯୁଗ୍ମ ସମ୍ପାଦକ ଅଭିଷେକ ଡାଲମିଆ ତାଙ୍କ ଶୋକବାର୍ତ୍ତାରେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିସ୍ଫୋରକ ଇନିଂସ, ୬ ବଲରେ ୬ ଛକା

ନୂଆଦିଲ୍ଲୀ, ୩୧ା୫: ନେପାଳର କୁଶାଲ ଭୁର୍ତେଲ ରବିବାର ଚାଇନା ବିପକ୍ଷ ୨୦୨୬ ଏସିଆନ ଗେମ୍ସ ଟି୨୦ଆଇ କ୍ୱାଲିଫାୟର ମ୍ୟାଚ୍‌ରେ ୬ ବଲରେ ୬ ଛକା ମାରିଛନ୍ତି। ସେ…

IPL Final: ୧୫୫ ରନ୍‌ରେ ଅଟକିଲା ଗୁଜରାଟ, ଟାଇଟଲ ଲକ୍ଷ୍ୟରେ ବେଙ୍ଗାଲୁରୁ

ଅହମଦାବାଦ, ୩୧ା୫- ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୯ତମ ସଂସ୍କରଣର ଫାଇନାଲ ମ୍ୟାଚ୍‌ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆର୍‌ସିବି) ଏବଂ ଗୁଜରାଟ ଟାଇଟନ୍ସ(ଜିଟି)…

ହରିଣ ମାରି ମାଂସ କାଟୁଥିବା ବେଳେ ମାଡ଼ି ବସିଲା ବନ ବିଭାଗ, ଧନୁ ତୀର…

ପାଟଣା/କେନ୍ଦୁଝର,୩୧।୫(ବୀର କିଶୋର ଦାଶ/ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ତଣ୍ଡୋବିଟ ଅଟେଇ ସଂରକ୍ଷିତ ବଣମହୁଲଡିହା ନିକଟରୁ ରବିବାର ସକାଳୁ ଏକ ଅଣ୍ଡିରା ହରିଣକୁ ଶିକାରୀ…

ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ; ଉଠା ଦୋକାନିଙ୍କୁ ସଚେତନ, ଭେଣ୍ଡିଂଜୋନକୁ ଯିବାକୁ ନିବେଦନ କଲେ…..

ଦାରିଙ୍ଗବାଡି,୩୧।୫(ଅରୁଣ ସାହୁ): ଓଡିଶାର କାଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେଉଛି । ଏହି ରୌଦ୍ର ତାପରୁ ସୁରକ୍ଷିତ ରହିବା ପାଇଁ ରବିବାର ସାପ୍ତାହିକ ହାଟରେ…

ବିଜୟ ଉତ୍ସବରେ ହିଂସା: ଜାଳି ଦେଲେ ୨୬୪ କାର, ୭୮୦ ଗିରଫ

ପ୍ୟାରିସ,୩୧ା୫: ପ୍ୟାରିସ ସେଣ୍ଟ ଜର୍ମେନ(ପିଏସ୍‌ଜି) ଲଗାତର ଦ୍ୱିତୀୟ ଥର ପାଇଁ ଚାମ୍ପିୟନ୍ସ ଲିଗ୍‌ ଟାଇଟଲ ଜିତିବା ପରେ ପ୍ରଶଂସକଙ୍କ ବିଜୟ ଉତ୍ସବରେ ହିଂସା ପରିଲକ୍ଷିତ ହୋଇଛି। ବିଭିନ୍ନ…

ଆମପାଣି ଘାଟିରେ ଭୟଙ୍କର ସଡକ ଦୁର୍ଘଟଣା; ଜଳିଗଲା ଟ୍ରଲର୍, କୁକୁଡା ସବୁ

କୋକସରା,୩୧।୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି – ନବରଙ୍ଗପୁର ଜିଲା ସୀମାନ୍ତ ଆମପାଣି ଘାଟିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି । ୨୬ ନମ୍ବର ଜାତୀୟ ରାଜପଥର…

ଦାଦନ ଖଟିବାକୁ ଯାଇଥିବା ଯୁବତୀଙ୍କ ସନ୍ଦେହଜନକ ମୃତ୍ୟୁ, ମୃତଦେହ ଆଣିବା ପାଇଁ ପ୍ରଶାସନକୁ ଗୁହାରି

ଗୁଣୁପୁର,୩୧।୫( ସୁଜାତା ପାଢ଼ୀ): ଆନ୍ଧ୍ରକୁ ଦାଦନ ଖଟିବାକୁ ଯାଇଥିବା ଗୁଣପୁର ବ୍ଳକ୍ ଶଗଡା ଗ୍ରାମର ଜୈନକ ଯୁବତୀ ବିଲମା ଗମାଙ୍ଗ (୨୬)ଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି…

ସିଏମ ଟ୍ରଫି ଫୁଟବଲ ପ୍ରତିଯୋଗିତା, ସୁନ୍ଦରଗଡ଼ ଯାତ୍ରା କଲେ କେନ୍ଦୁଝର ଦଳ

କେନ୍ଦୁଝର,୩୧।୫(ନରେଶ ଚନ୍ଦ୍ର ପଟ୍ଟନାୟକ): ରାଜ୍ୟ କ୍ରୀଡା ଓ ଯୁବସେବା ବିଭାଗ, ଫୁଟବଲ ଆସୋସିଏସନ ଅଫ ଓଡିଶା ଏବଂ ସୁନ୍ଦରଗଡ଼ ଜିଲା କ୍ରୀଡା ସଂସ୍ଥା ଆନୁକୂଲ୍ୟରେ ସିଏମ ଟ୍ରଫି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri