ପୂର୍ବତନ ଭୂଷଣ ସିଏମ୍‌ଡିଙ୍କ ୨୦୦ କୋଟିର ସମ୍ପତ୍ତି ଜବତ

ନୂଆଦିଲ୍ଲୀ,୧୯-୧: ଭୂଷଣ ପାଓ୍ବାର ଆଣ୍ଡ ଷ୍ଟିଲ ଲିମିଟେଡର ପୂର୍ବତନ ସିଏମ୍‌ଡି ସଞ୍ଜୟ ସିଂଘଲଙ୍କ ୨୦୦ କୋଟି ଟଙ୍କାରୁ ଉର୍ଦ୍ଧ୍ୱ ସମ୍ପତ୍ତି ଜବତ କରାଯାଇଛି। ବେଆଇନ ଅର୍ଥ କାରବାର ନିରୋଧି ଆଇନ ଅନୁସାରେ ଦିଲ୍ଲୀ ଏବଂ ଲଣ୍ଡନସ୍ଥିତ ସମ୍ପତ୍ତି ଜବତ ହୋଇଥିବା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ପକ୍ଷରୁ ସୂଚନା ରହିଛି। ଜବତ ହୋଇଥିବା ସମ୍ପତ୍ତି ମଧ୍ୟରେ ଉଭୟ ସ୍ଥାବର ଏବଂ ଅସ୍ଥାବର ସମ୍ପତ୍ତି ରହିଛି। କମ୍ପାନୀ ନାମରେ ବ୍ୟାଙ୍କରୁ ଋଣ ନେଇ ଏହାକୁ ବିଦେଶର ବିଭିନ୍ନ ସ୍ଥାନରେ ସମ୍ପତ୍ତି କିଣିବାରେ ସିଂଘଲ ବ୍ୟବହାର କରିଛନ୍ତି ବୋଲି ଅଭିଯୋଗ ଆସିଛି। ଇଡି ସିଂଘଲଙ୍କ ନାମରେ ଶୁକ୍ରବାର ଚାର୍ଜଶିଟ ଫାଇଲ କରିଛି। ଚାର୍ଜଶିଟରେ ୨୪ ଜଣଙ୍କ ନାମ ଉଲ୍ଲେଖ କରାଯାଇଛି। ଗତବର୍ଷ ଜାନୁୟାରିରେ ସିଂଘଲଙ୍କ ନାମରେ କୋର୍ଟ ପ୍ରଡକସନ ଓ୍ବାରେଣ୍ଟ ଜାରି କରିଥିଲେ।
ନଭେମ୍ବରରେ ଇଡି ତାଙ୍କୁ ଗିରଫ କରିଥିବା ବେଳେ ସେ ବର୍ତ୍ତମାନ ବିଚାର ବିଭାଗୀୟ ହାଜତରେ ଅଛନ୍ତି। ୨୦୦୭ରୁ ୨୦୧୪ ମଧ୍ୟରେ ୩୩ ବ୍ୟାଙ୍କ ଏବଂ ବିତ୍ତ ପ୍ରତିଷ୍ଠାନରୁ ଋଣ ନେଇ ଏହାକୁ ବେଆଇନ ଭାବେ ବିଭିନ୍ନ ସ୍ଥାନକୁ ଚାଲାଣ କରାଯାଇଥିବା ଇଡି କହିଛି। ଏହାକୁ ବିଭିନ୍ନ ସ୍ଥାନରେ ସମ୍ପତ୍ତି କିଣାରେ ବ୍ୟବହାର ମଧ୍ୟ କରାଯାଇଛି। ଏହି ମାମଲାରେ ଇଡି ବର୍ତ୍ତମାନ ସୁଦ୍ଧା ୪୨୨୯ କୋଟି ଟଙ୍କାର ସମ୍ପତ୍ତି ଜବତ କରିଛି। ଋଣ ଅର୍ଥକୁ ଅନ୍ୟ ଆଡେ ପଠାଇବାରେ ସିଂଘଲ ମାଷ୍ଟର ମାଇଣ୍ଡ ବୋଲି ଇଡି ପ୍ରକାଶ କରିଛି। ବିଶେଷ କରି ଭୂତ କମ୍ପାନୀଙ୍କ ଦ୍ୱାରା ଏହି ନେଣଦେଣ ହୋଇଥିବା କୁହାଯାଉଛି। କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ(ସିବିଆଇ)ର ଏଫ୍‌ଆଇଆର୍‌ ପରେ ଇଡି ଏହି ମାମଲାରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁଇ ଦିନରେ ପୋଲିସକୁ ଦ୍ୱିତୀୟ ସଫଳତା: ୭ ଲକ୍ଷ ଟଙ୍କା ଲୁଟ୍‌ ମାମଲାର ହେଲା ପର୍ଦ୍ଦାଫାଶ

ଗଜପତି,୩।୮(ଗିରିଧାରୀ ପରିଛା): ଗଜପତି ଜିଲାରେ ଟଙ୍କା ଲୁଟ୍‌ ଘଟଣାରେ ପୁଣି ଏକ ବଡ଼ ସଫଳତା ହାସଲ କରିଛି ଗାରାବନ୍ଧା ପୋଲିସ । ଦୁଇ ଦିନ ମଧ୍ୟରେ ଜିଲାରେ…

ଭତ୍ତା ପାଇଁ ହଟହଟା: ଜିଲାପାଳଙ୍କୁ ଫେରାଦ ହେଲେ ବୃଦ୍ଧାବୃଦ୍ଧ

ବରଗଡ଼,୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ବିଭିନ୍ନ ଅଞ୍ଚଳର ବୃଦ୍ଧାବୃଦ୍ଧ ଦୀର୍ଘ ମାସ ହେଲା ବାର୍ଦ୍ଧକ୍ୟ ଭତ୍ତାରୁ ବଞ୍ଚିତ ହୋଇଥିବା ଅଭିଯୋଗ ହୋଇଛି । ବ୍ୟାଙ୍କକୁ ଗଲେ କେତେବେଳେ…

‘୨୫ ଦିନ ଅନଶନ କରନ୍ତୁ, ତା’ପରେ ଇସ୍ତଫା ଦେବି’: ଗୃହମନ୍ତ୍ରୀଙ୍କ ବୟାନକୁ ନେଇ ଭାଜପା ନିଆଁ

ନୂଆଦିଲ୍ଲୀ,୩।୮: ଭାରତୀୟ ଜନତା ପାର୍ଟି (BJP) କର୍ନାଟକ ଗୃହମନ୍ତ୍ରୀ ପ୍ରିୟଙ୍କ ଖାର୍ଗେଙ୍କର ଏକ ବୟାନକୁ ଶେୟାର କରି ତାଙ୍କୁ ଟାର୍ଗେଟ କରିଛି। ଭିଡିଓରେ ପ୍ରିୟଙ୍କ ଖାର୍ଗେ କହୁଥିବାର…

ନୂଆ ଅବତାରରେ ଧୋନୀ: ଭାଇରାଲ ହେଉଛି VIDEO

ରାଞ୍ଚି,୩।୮: ପୁଣି ଚର୍ଚ୍ଚାରେ ଭାରତୀୟ କ୍ରିକେଟ୍‌ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ। ତାଙ୍କୁ ଏକ ନୂଆ ଅବତାରରେ ଦେଖାଯାଇଛି। ଧୋନୀ ଏକ ରେସଟ୍ରାକରେ ବାଇକ…

୧୫ ବର୍ଷୀୟା ଛାତ୍ରୀଙ୍କୁ ଅପହରଣ କରି ବଳାତ୍କାର ଅଭିଯୋଗ, ୪ ମାସ ପରେ ଯୁବକଙ୍କୁ ପୋଲିସ ଧରି…

ଦିଗପହଣ୍ଡି,୩।୮(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁର ୯ମ ଶ୍ରେଣୀରେ ପଢୁଥିବା ଜଣେ ୧୫ ବର୍ଷୀୟା ଛାତ୍ରୀଙ୍କୁ ଅପହରଣ କରି…

ଚା’ ପିଉଥିବା ବେଳେ ବ୍ୟକ୍ତିଙ୍କୁ ଛୁରାମାଡ଼, ଗୁରୁତର ଅବସ୍ଥାରେ ଭଦ୍ରକ ମେଡିକାଲକୁ ସ୍ଥାନାନ୍ତର

ଧାମନଗର,୩।୮(କାଳିନ୍ଦୀ ବେହେରା): ଭଦ୍ରକ ଜିଲା ଧୁଷୁରୀ ଥାନା ଅଧୀନସ୍ଥ କୋଠାର ପଞ୍ଚାୟତ ଅନ୍ତର୍ଗତ ମିର୍ଘାଟକୁଳ ଗ୍ରାମରେ ସୋମବାର ସନ୍ଧ୍ୟାରେ ଏକ ଛୁରାମାଡ଼ ଘଟଣାକୁ ନେଇ ଅଞ୍ଚଳରେ ଉତ୍ତେଜନା…

ମଙ୍ଗଳବାର ରାଷ୍ଟ୍ରପତିଙ୍କ ତପ୍ତପାଣି ଗସ୍ତ: ମା’ କନ୍ଧୁଣି ଦେବୀଙ୍କୁ କରିବେ ପୂଜାର୍ଚ୍ଚନା, ସୁରକ୍ଷା ବ୍ୟବସ୍ଥା କଡାକଡି

ଦିଗପହଣ୍ଡି,୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ – ଗଜପତି ସୀମାନ୍ତ ପ୍ରସିଦ୍ଧ ପର୍ଯ୍ୟଟନ କ୍ଷେତ୍ର ତପ୍ତପାଣିକୁ ମଙ୍ଗଳବାର ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।ରାଷ୍ଟ୍ରପତିଙ୍କ ଗ୍ରସ୍ତକୁ ଦୃଷ୍ଟିରେ ରଖି…

୧୦ ଦିନରେ ୩ ସ୍ଥାନରେ ବଡ଼ଧରଣର ଲୁଟ୍‌କୁ ନେଇ ଖେଳିଗଲା ଆତଙ୍କ: ସିସିଟିଭି ଲଗାଇବାକୁ ପରାମର୍ଶ ଦେଲେ ଏସଡିପିଓ

ଦାରିଙ୍ଗବାଡି, ୩ ।୮ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଗତ କିଛି ଦିନ ହେଲା ଲୁଟେରା ମାତିଛନ୍ତି । ୧୦ ଦିନ ମଧ୍ୟରେ ୩ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri