ପୂର୍ବତନ ମନ୍ତ୍ରୀ ହରପ୍ରସାଦ ମହାପାତ୍ରଙ୍କ ପରଲୋକ

ବାଲେଶ୍ୱର ଅଫିସ/ସୋର.୬ା୫(ଡି.ଏନ୍‌.ଏ): ବାଲେଶ୍ୱରର ଅନ୍ୟତମ ବିଶିଷ୍ଟ ବ୍ୟକ୍ତି ତଥା ପୂର୍ବତନ ମନ୍ତ୍ରୀ ହରପ୍ରସାଦ ମହାପାତ୍ର(୯୭)ଙ୍କର ବୁଧବାର ସହଦେବଖୁଣ୍ଟାସ୍ଥିତ ବାସଭବନରେ ପରଲୋକ ଘଟିଛି। ବାର୍ଦ୍ଧକ୍ୟ ଜନିତ ରୋଗରେ ଆକ୍ରାନ୍ତ ହୋଇ ସେ ଚିକିତ୍ସାଧୀନ ଥିଲେ। ତେବେ ତାଙ୍କ ମୃତ୍ୟୁ ଖବର ପ୍ରଚାରିତ ହେବା ପରେ ସହରର ବହୁ ବିଶିଷ୍ଟ ବ୍ୟକ୍ତି ସ୍ବର୍ଗତ ମହାପାତ୍ରଙ୍କ ବାସଭବନରେ ପହଞ୍ଚତ୍ ଅନ୍ତିମ ଦର୍ଶନ ସହ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ। ବାଲେଶ୍ୱର ଜିଲା ସୋର ବ୍ଲକ ଅଧୀନ ପାଖର ପଞ୍ଚାୟତରେ ୧୯୨୩ ରେ ସେ ଜନ୍ମ ଗ୍ରହଣ କରଥିଲେ। ୧୯୬୭ରେ ସୋର ନିର୍ବାଚନମଣ୍ଡଳୀରୁ ବିଧାନସଭାକୁ ନିର୍ବାଚିତ ହୋଇ ଆଇନ ବିଭାଗ ମନ୍ତ୍ରୀ ଭାବେ କାର୍ଯ୍ୟ କରିଥିଲେ। ୧୯୭୧ରୁ ୧୯୭୪ ପର୍ଯ୍ୟନ୍ତ ଦୈନିକ ‘ସ୍ବରାଜ୍ୟ’ର ସମ୍ପାଦକ ଭାବେ କାର୍ଯ୍ୟଭାର ତୁଲାଇଥିଲେ। ପରବର୍ତ୍ତୀ ସମୟରେ ସେ ଜନତା ପାର୍ଟିରେ ଯୋଗ ଦେଇ ୧୯୭୭ରେ ସୋର ନିର୍ବାଚନ ମଣ୍ଡଳୀରୁ ପୁନର୍ବାର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର, ହୋଲି ପୂର୍ବରୁ ବଢ଼ିପାରେ DA!

ନୂଆଦିଲ୍ଲୀ,୧୮।୨: ଚଳିତ ବର୍ଷର ହୋଲି କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଏକ ସ୍ୱତନ୍ତ୍ର ହୋଇପାରେ। ହୋଲି ଉତ୍ସବ ପୂର୍ବରୁ ସରକାର ମହଙ୍ଗା ଭତ୍ତା (DA)…

୧୭ ଜଣଙ୍କୁ ପଛରେ ପକାଇ ଉପରକୁ ଉଠିଲେ ଇଶାନ କିଷାନ

ନୂଆଦିଲ୍ଲୀ,୧୮।୨: ICC ଟି-୨୦ ରାଙ୍କିଙ୍ଗ ପ୍ରକାଶ ପାଇଛି। ଏଥିରେ ପ୍ରଭାବଶାଳୀ ପ୍ରଦର୍ଶନ କରିଥିବା ଇଶାନ କିଷାନଙ୍କ ତାଙ୍କୁ ଶ୍ରେଷ୍ଠ ୧୦ରେ ସ୍ଥାନ ମିଳିଛି। ସେ ୧୭ ବ୍ୟାଟସମ୍ୟାନଙ୍କୁ…

ନୂତନ ସରପଞ୍ଚ ଭାବେ ଦାୟିତ୍ୱ ନେଲେ ବନିତା ଶବର, ପଞ୍ଚାୟତର ଉନ୍ନତି ନିମନ୍ତେ…..

ଗୁଡାରି,୧୮।୨(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡାରି ବ୍ଲକର ଏମକେରାଇ ଗ୍ରାମପଞ୍ଚାୟତର ନୂତନ ସରପଞ୍ଚ ଭାବେ ବୁଧବାର ଦାୟିତ୍ୱ ଗ୍ରହଣ କଲେ ବନିତା ଶବର । ଗ୍ରାମପଞ୍ଚାୟତର…

ଭେଣ୍ଟିଲେଟରରେ ସଲମାନଙ୍କ ବାପା: ସ୍ବାସ୍ଥ୍ୟାବସ୍ଥାକୁ ନେଇ ଆସିଲା ବଡ଼ ଅପଡେଟ୍‌

ବଲିଉଡର ବରିଷ୍ଠ ସ୍କ୍ରିନ୍‌ରାଇଟର୍‌ ସଲିମ ଖାନ ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ତାଙ୍କ ସ୍ବାସ୍ଥ୍ୟବସ୍ଥା ଖରାପ ହେବା ପରେ ତାଙ୍କୁ ଫେବୃଆରୀ ୧୭ ସକାଳେ ହସ୍ପିଟାଲକୁ ଅଣାଯାଇଥିଲା।…

କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ଜୟରାମ ପାଙ୍ଗୀ, କହିଲେ ଏହି କାରଣ

ଭୁବନେଶ୍ବର,୧୮।୨: କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ଜୟରାମ ପାଙ୍ଗୀ । ବୁଧବାର ସେ ଇସ୍ତଫା ପତ୍ର ପିସିସି ସଭାପତି ଭକ୍ତଚରଣ ଦାସଙ୍କ ନିକଟକୁ ପଠାଇଛନ୍ତି ।…

ବାସନ ଧୋଇଲେ ପାକିସ୍ତାନ ଖେଳାଳି: ହୋଟେଲରେ ହେଲେ ହଟହଟା

ଇସଲାମାବାଦ୍‌,୧୮।୨: ପାକିସ୍ତାନ ଜାତୀୟ ହକି ଦଳର ସାମ୍ପ୍ରତିକ ଅଷ୍ଟ୍ରେଲିଆ ଗସ୍ତ ପୁଣି ଥରେ ଦେଶର କ୍ରୀଡ଼ା ପ୍ରଶାସନ ପୋଲ ଖୋଲିଛି। FIH ପ୍ରୋ ଲିଗର ଦ୍ୱିତୀୟ ପର୍ଯ୍ୟାୟକୁ…

ସ୍କୁଲ ଯାଉଥିବା ବେଳେ ମହୁମାଛି ଆକ୍ରମଣ: ୩ ଛାତ୍ରୀ ଗୁରୁତର

ଭଦ୍ରକ,୧୮।୨: ଭଦ୍ରକ ଜିଲା ଭଣ୍ଡାରୀପୋଖରୀ ଥାନା ହାଟଡିହ ନିକଟରେ ବୁଧବାର ମହୁମାଛି ଆତଙ୍କ ଦେଖାଦେଇଛି। ମହୁମାଛି ଆକ୍ରମଣରେ ୩ଜଣ ଛାତ୍ରୀ ଗୁରୁତର ହୋଇଛନ୍ତି। ଛାତ୍ରୀମାନେ ସ୍କୁଲ ଯାଉଥିବା…

ଭବାନୀପାଟଣା ସହରରେ ଫୁଟିଲା ଗୁଳି, ଠିକାଦାରଙ୍କୁ ମାରିବାକୁ ଉଦ୍ୟମ

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଜଣେ ଠିକାଦାରଙ୍କୁ ଟଙ୍କା ମାଗିବା ସହ ଜୀବନରେ ମାରିଦେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri