ପୂର୍ବତନ ମନ୍ତ୍ରୀଙ୍କ ବିରୋଧରେ ଜମି ହଡ଼ପ ଅଭିଯୋଗ

ଭୁବନେଶ୍ୱର,୨୬ା୧୧(ବ୍ୟୁରୋ) : ପୂର୍ବତନ ମନ୍ତ୍ରୀ ତଥା ପିପିଲି ବିଧାୟକ ପ୍ରଦୀପ ମହାରଥୀ ୧୦୦ କୋଟି ଟଙ୍କାରୁ ଊର୍ଦ୍ଧ୍ୱ ମୂଲ୍ୟର ସରକାରୀ ଜମିକୁ ହଡ଼ପ କରିଥିବା ଭାଜପା ପକ୍ଷରୁ ଅଭିଯୋଗ କରାଯାଇଛି। ଭାଜପା ରାଜ୍ୟ କାର୍ଯ୍ୟାଳୟଠାରେ ସୋମବାର ଆୟୋଜିତ ଖବରଦାତା ସମ୍ମିଳନୀରେ ଦଳର ମୁଖପାତ୍ର ଗୋଲକ ମହାପାତ୍ର କହିଛନ୍ତି ଯେ, ଓଡ଼ିଶା ସରକାରଙ୍କର ପୂର୍ବତନ କ୍ୟାବିନେଟ୍‌ ମନ୍ତ୍ରୀ ମହାରଥୀ ସର୍ବସାଧାରଣ ସମ୍ପତ୍ତି, ଜଳସେଚିତ କେନାଲ ଜମି, ଗୋଚର, ଚକନାଳୀ, ଚକ ରାସ୍ତା, ରିଜର୍ଭଜଙ୍ଗଲ, ଅନାବାଦି, ଚକ ରାସ୍ତା ଆଦିକୁ ନିଜ ହୁଙ୍କେଇପୁର ଫାର୍ମ୍‌ ହାଉସ୍‌ରେ ମିଶାଇ ଜବରଦଖଲ କରଛନ୍ତି। ହୁଙ୍କେଇପୁର ଫାର୍ମ୍‌ ହାଉସ୍‌ ନିକଟବର୍ତ୍ତୀ ମୌଜା ପୋଡ଼ାଗୁଣ ଓ ପାଣିଦୋଳ ଗ୍ରାମର ବିଭିନ୍ନ ସରକାରୀ ପ୍ଲଟ୍‌କୁ ତାଙ୍କ ଫାର୍ମ ହାଉସରେ ମିଶାଇ ଦେଇ ଭୋଗ ଦଖଲ କରୁଛନ୍ତି। ମହାରଥୀଙ୍କ ବେଆଇନ ଜମି ଜବରଦଖଲ ବିରୋଧରେ ପୂର୍ବତନ ବିଧାୟକ ଯୁଧିଷ୍ଠିର ସାମନ୍ତରାୟ କେସ ନଂ ୭୬୭୧ / ୨୦୧୫ରେ ଓଡ଼ିଶା ହାଇକୋର୍ଟରେ ମକଦ୍ଦମା କରିଥିଲେ। ମାନ୍ୟବର ହାଇକୋର୍ଟ ୨୩ା୦୨ା୨୦୧୬ରେ ନିର୍ଦ୍ଦେଶ ଦେଇଥିଲେ ଯେ, ଦରଖାସ୍ତକାରୀ ଏ ସଂକ୍ରାନ୍ତରେ ଜିଲାପାଳଙ୍କ ନିକଟରେ ଦରଖାସ୍ତ କରିବେ ଏବଂ ଜିଲାପାଳ ଦୁଇ ମାସ ଭିତରେ ନିଷ୍ପତ୍ତି ନେବେ। ତେଣୁ ଜିଲାପାଳ ଆଜି ପର୍ଯ୍ୟନ୍ତ କୌଣସି ନିଷ୍ପତ୍ତି ନେଇ ନାହାନ୍ତି କାହିଁକି। ଏପରିକି ପରବର୍ତ୍ତୀ ସମୟରେ ମହାରଥୀ ଏବଂ ସାମନ୍ତରାୟଙ୍କୁ ସଚିବାଳୟରେ ଏକାଠି ଦେଖିବାକୁ ମିଳିଥିଲା। ରାଜନୈତିକ ଫାଇଦା ପାଇଁ ଉଭୟ ପରସ୍ପରର ସହଯୋଗୀ ପାଲଟିଥିଲେ, ଏହି ଜମି ହଡ଼ପ ମାମଲାରେ ଯୁଧିଷ୍ଠିରଙ୍କ ଭୂମିକା ସନ୍ଦେହଜନକ। ତେଣୁ ଉଭୟଙ୍କ ବିରୁଦ୍ଧରେ ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ ହେଉ ବୋଲି ଗୋଲକ କହିଛନ୍ତି। ହେଲେ ଯୁଧିଷ୍ଠିର ସାମନ୍ତରାୟ ଏହିସବୁ ଅଭିଯୋଗକୁ ପୁରୁଣା ଅଭିଯୋଗ କହି ଏଡ଼ାଇ ଦେଇଛନ୍ତି। ଅପରପକ୍ଷରେ ଏହି ଅଭିଯୋଗ ଉପରେ ବିଧାୟକ ମହାରଥୀଙ୍କ ପ୍ରତିକ୍ରିୟା ମିଳିପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଆସୁଛନ୍ତି ଓଏସସିପିସିଆର୍‌ ସଭ୍ୟା, ଛତୁଆ କେନ୍ଦ୍ରରେ ତଦନ୍ତ କରିବ ଶିଶୁ ସୁରକ୍ଷା ଆୟୋଗ

ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ):  ଓଡ଼ିଶା ରାଜ୍ୟ ଶିଶୁ ସୁରକ୍ଷା ଅଧିକାର ଆୟୋଗ (ଓଏସସିପିସିଆର୍‌) ସଭ୍ୟା କଳ୍ପନା ଲେଙ୍କା ସୋମବାର ବରଗଡ଼ ଗସ୍ତରେ ଆସୁଥିବା ସୂଚନା ମିଳିଛି । ସେ…

ରାଜପଥରେ ଲୁଟ୍‌ପାଟ୍‌: ଡ୍ରାଇଭରଙ୍କଠାରୁ ଲୁଟି ବନ୍ଧାହେଲେ ୩ ଅଭିଯୁକ୍ତ

ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ): ଲୁହାପାତ୍ର(ଆଇରନ୍‌ ଭେସେଲ୍‌) ବୋଝେଇ କରି ଏକ ଗାଡ଼ି ରାୟପୁରରୁ ଅନୁଗୁଳ ଅଭିମୁଖେ ଯାଉଥିଲା । ଶନିବାର ରାତିରେ ୫୩ନମ୍ବର ଜାତୀୟ ରାଜପଥର ବରଗଡ଼ ଗ୍ରାମାଞ୍ଚଳ…

ବିସ୍ଫୋରକ ଇନିଂସ, ୬ ବଲରେ ୬ ଛକା

ନୂଆଦିଲ୍ଲୀ, ୩୧ା୫: ନେପାଳର କୁଶାଲ ଭୁର୍ତେଲ ରବିବାର ଚାଇନା ବିପକ୍ଷ ୨୦୨୬ ଏସିଆନ ଗେମ୍ସ ଟି୨୦ଆଇ କ୍ୱାଲିଫାୟର ମ୍ୟାଚ୍‌ରେ ୬ ବଲରେ ୬ ଛକା ମାରିଛନ୍ତି। ସେ…

IPL Final: ୧୫୫ ରନ୍‌ରେ ଅଟକିଲା ଗୁଜରାଟ, ଟାଇଟଲ ଲକ୍ଷ୍ୟରେ ବେଙ୍ଗାଲୁରୁ

ଅହମଦାବାଦ, ୩୧ା୫- ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୯ତମ ସଂସ୍କରଣର ଫାଇନାଲ ମ୍ୟାଚ୍‌ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆର୍‌ସିବି) ଏବଂ ଗୁଜରାଟ ଟାଇଟନ୍ସ(ଜିଟି)…

ହରିଣ ମାରି ମାଂସ କାଟୁଥିବା ବେଳେ ମାଡ଼ି ବସିଲା ବନ ବିଭାଗ, ଧନୁ ତୀର…

ପାଟଣା/କେନ୍ଦୁଝର,୩୧।୫(ବୀର କିଶୋର ଦାଶ/ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ତଣ୍ଡୋବିଟ ଅଟେଇ ସଂରକ୍ଷିତ ବଣମହୁଲଡିହା ନିକଟରୁ ରବିବାର ସକାଳୁ ଏକ ଅଣ୍ଡିରା ହରିଣକୁ ଶିକାରୀ…

ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ; ଉଠା ଦୋକାନିଙ୍କୁ ସଚେତନ, ଭେଣ୍ଡିଂଜୋନକୁ ଯିବାକୁ ନିବେଦନ କଲେ…..

ଦାରିଙ୍ଗବାଡି,୩୧।୫(ଅରୁଣ ସାହୁ): ଓଡିଶାର କାଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେଉଛି । ଏହି ରୌଦ୍ର ତାପରୁ ସୁରକ୍ଷିତ ରହିବା ପାଇଁ ରବିବାର ସାପ୍ତାହିକ ହାଟରେ…

ବିଜୟ ଉତ୍ସବରେ ହିଂସା: ଜାଳି ଦେଲେ ୨୬୪ କାର, ୭୮୦ ଗିରଫ

ପ୍ୟାରିସ,୩୧ା୫: ପ୍ୟାରିସ ସେଣ୍ଟ ଜର୍ମେନ(ପିଏସ୍‌ଜି) ଲଗାତର ଦ୍ୱିତୀୟ ଥର ପାଇଁ ଚାମ୍ପିୟନ୍ସ ଲିଗ୍‌ ଟାଇଟଲ ଜିତିବା ପରେ ପ୍ରଶଂସକଙ୍କ ବିଜୟ ଉତ୍ସବରେ ହିଂସା ପରିଲକ୍ଷିତ ହୋଇଛି। ବିଭିନ୍ନ…

ଆମପାଣି ଘାଟିରେ ଭୟଙ୍କର ସଡକ ଦୁର୍ଘଟଣା; ଜଳିଗଲା ଟ୍ରଲର୍, କୁକୁଡା ସବୁ

କୋକସରା,୩୧।୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି – ନବରଙ୍ଗପୁର ଜିଲା ସୀମାନ୍ତ ଆମପାଣି ଘାଟିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି । ୨୬ ନମ୍ବର ଜାତୀୟ ରାଜପଥର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri