Posted inଖେଳ

ପୂର୍ବତନ ୟୁଫା ମୁଖ୍ୟଙ୍କୁ ପଚରାଉଚରା

ପ୍ୟାରିସ,୧୮।୬(ପିଟି)- ପୂର୍ବତନ ୟୁରୋପିଆନ ଫୁଟ୍‌ବଲ ଆସୋସିଏଶନ ମୁଖ୍ୟ ମାଇକେଲ ପ୍ଲାଟିନିଙ୍କୁ ଫ୍ରାନ୍ସ ପୋଲିସ ଗିରଫ କରିବା ସହ କାତାରରେ ହେବାକୁ ଯାଉଥିବା ପରବର୍ତ୍ତୀ ଫିଫା ବିଶ୍ୱକପ୍‌ ଆୟୋଜନ ଅଧିକାର ଦେବା ନେଇ ମଙ୍ଗଳବାର ପଚରାଉଚରା କରିଛି। ପୂର୍ବତନ ଫ୍ରାନ୍ସ ଅଧିନାୟକଙ୍କୁ ପୋଲିସ ପ୍ୟାରିସର ନାନଟେରେଠାରୁ ପଚରାଉଚରା କରି ଆସୁଛି। ଏ ନେଇ ଫ୍ରେଞ୍ଚ ତଦନ୍ତକାରୀ ଓ୍ବେବସାଇଟ୍‌ ତଥା ଲେ ମୋଣ୍ଡେ ଖବରକାଗଜ ପକ୍ଷରୁ ସୂଚନା ଦିଆଯାଇଛି। ପ୍ଲାଟିନି ୨୦୦୭ରେ ୟୁଫା ସଭାପତି ପଦରେ ନିର୍ବାଚିତ ହୋଇଥିଲେ। ୨୦୧୫ ପର୍ଯ୍ୟନ୍ତ ଅଧ୍ୟକ୍ଷ ପଦରେ ଥିଲେ। ଏହାପରେ ତାଙ୍କୁ ଫିଫା ଏଥିକ୍ସ କମିଟି ୬ ବର୍ଷ ପାଇଁ ବାସନ୍ଦ କରିଥିଲା। ପରେ ବାସନ୍ଦାଦେଶ ସମୟ ୪ ବର୍ଷକୁ କମାଇ ଦିଆଯାଇଥିଲା। କିନ୍ତୁ ତଦନ୍ତକାରୀ ସଂସ୍ଥା କ୍ରୀଡ଼ାରେ ଦୁର୍ନୀତି ବିରୋଧରେ ଲଢ଼େଇ କରୁଛି। ୬୩ ବର୍ଷୀୟ ପ୍ରଶାସକଙ୍କୁ ଆଣ୍ଟି କରପ୍‌ଶନ କାର୍ଯ୍ୟାଳୟକୁ ନିଆଯାଇଛି। ଲାଞ୍ଚ ନେଇ ୨୦୨୨ ଫିଫା ବିଶ୍ୱକପ୍‌ ଆୟୋଜନ ଅଧିକାର କାତାରକୁ ପ୍ରଦାନ କରିଥିବା ପ୍ଲାଟିନିଙ୍କ ବିରୋଧରେ ଅଭିଯୋଗ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବିଜୟ ସହ ଅଭିଯାନ ଶେଷ କଲା ଆଫଗାନିସ୍ତାନ

ଚେନ୍ନାଇ,୧୯ା୨- ଇବ୍ରାହିମ ଜଦ୍ରାନଙ୍କ ଅପରାଜିତ ୯୫ ରନ୍‌ ଏବଂ ମହମ୍ମଦ ନବିଙ୍କ ଯାଦୁଗରୀ ବୋଲିଂ ବଳରେ ଗୁରୁବାର ସନ୍ଧ୍ୟାରେ ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ର ଏକ ଲିଗ୍‌ ମ୍ୟାଚ୍‌ରେ…

ଇଟାଲିକୁ ପରାସ୍ତ କରି ସୁପର-୮ରେ ପହଞ୍ଚିଲା ଓ୍ବେଷ୍ଟଇଣ୍ଡିଜ

କୋଲକାତା,୧୯ା୨: ଅଧିନାୟକ ଶାଇ ହୋପ୍‌ଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଶୃଙ୍ଖଳିତ ବୋଲିଂ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଇଟାଲିକୁ ୪୨ ରନରେ ପରାସ୍ତ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ଓପନର ଅଭିଷେକଙ୍କୁ ଏଭଳି ପରାମର୍ଶ ଦେଲେ ଗାଭାସ୍କର, ଜାଣନ୍ତୁ…

ଅହମଦାବାଦ,୧୯ା୨: ଟି୨୦ ବିଶ୍ୱକପ୍‌ରେ ସଂଘର୍ଷ କରୁଥିବା ଭାରତୀୟ ଓପନର ଅଭିଷେକ ଶର୍ମାଙ୍କୁ ବ୍ୟାଟିଂ କିମ୍ବଦନ୍ତୀ ସୁନୀଲ ଗାଭାସ୍କର ଏକ ପରାମର୍ଶ ଦେଇଛନ୍ତି। ଅଭିଷେକଙ୍କୁ ଇନିଂସ ଆରମ୍ଭରୁ ଆକ୍ରସ…

T20 World Cupରେ ଇତିହାସ ରଚିଲା ଜିମ୍ବାଓ୍ବେ, ଶ୍ରୀଲଙ୍କାକୁ ହରାଇ କଲା ମହାରେକର୍ଡ

ନୂଆଦିଲ୍ଲୀ,୧୯।୨: 2026 T20 World Cupର ୩୮ତମ ଲିଗ ମ୍ୟାଚ ଶ୍ରୀଲଙ୍କା ଏବଂ ଜିମ୍ବାୱେ ମଧ୍ୟରେ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିଲା। ଜିମ୍ବାୱେ ଏହି ମ୍ୟାଚକୁ…

ନୂଆ ଡ୍ରାମା କଲାଣି ପାକିସ୍ତାନ, ହଠାତ ଏମିତି କରି ଚମକାଇଲେ ବୋର୍ଡ ଅଧ୍ୟକ୍ଷ

ଇସଲାମାବାଦ,୧୯।୨: ପାକିସ୍ତାନରେ ଏକ ନୂଆ ବିବାଦ ଦେଖାଦେଇଛି। ପାକିସ୍ତାନ ହକି ଦଳର ଅଧିନାୟକ ଶକିଲ ଅମ୍ମାଦ ବଟ ଅଷ୍ଟ୍ରେଲିଆ ଗସ୍ତରୁ ଫେରିବା ପରେ PHF (ପାକିସ୍ତାନ ହକି…

୦,୦,୦…ରେ ଆଉଟ ହୋଇଥିବା ଅଭିଷେକ ଶର୍ମାଙ୍କୁ ମିଳିଲା ଗୁରୁ ମନ୍ତ୍ର, ଗାଭାସ୍କର କହିଲେ…

ନୂଆଦିଲ୍ଲୀ,୧୯।୨: ଅଭିଷେକ ଶର୍ମା ୨୦୨୬ ଟି୨୦ ବିଶ୍ୱକପରେ ତିନୋଟି ଇନିଂସ ଖେଳିଛନ୍ତି, କିନ୍ତୁ ସେ ତାଙ୍କର ଖାତା ଖୋଲି ନାହାଁନ୍ତି। ସେ ତିନୋଟି ମ୍ୟାଚରେ ଶୂନ୍ୟରେ ଆଉଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri