ପୂର୍ବଶତ୍ରୁତାରୁ ଯୁବକଙ୍କୁ ହତ୍ୟା ଘଟଣା: ଜେଲ ଗଲେ ମହିଳାଙ୍କ ସମେତ ୩ ଅଭିଯୁକ୍ତ

ଭଦ୍ରକ ଅଫିସ,୨।୧- ପୂର୍ବଶତ୍ରୁତାକୁ କେନ୍ଦ୍ରକରି ଗତ ବୁଧବାର ଭୋର ସମୟରେ ଭଦ୍ରକ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଜଳଙ୍ଗା ଗ୍ରାମର ସତ୍ୟବ୍ରତ ଶିଅଳ(୨୫)ଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଥିଲା। ଏହି ଘଟଣାରେ ପୋଲିସ ବୁଧବାର ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଥିଲା। ଗୁରୁବାର ଜଣେ ମହିଳାଙ୍କ ସମେତ ଦୁଇଜଣଙ୍କୁ ପୋଲିସ ଗିରଫ କରି ୩ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରିଥିଲା। ଜାମିନ୍‌ ନାମଞ୍ଜୁର ହେବାରୁ ସେମାନଙ୍କୁ ଜେଲ ହାଜତକୁ ପଠାଇ ଦିଆଯାଇଛି। ଗିରଫ ଅଭିଯୁକ୍ତମାନେ ହେଲେ ଜଳଙ୍ଗା ଗ୍ରାମର ପ୍ରଶାନ୍ତ ବେହେରା, ତାଙ୍କ ବଡ଼ଭାଇ ସୁଶାନ୍ତ ବେହେରା ଓ ସୁଶାନ୍ତଙ୍କ ସ୍ତ୍ରୀ ମିତା ବେହେରା। ଏହି ୩ ଜଣ ସତ୍ୟବ୍ରତଙ୍କୁ ହତ୍ୟା କରି ମୃତଦେହକୁ ବ୍ୟାଙ୍କ ସମ୍ମୁଖ ରାସ୍ତାକଡ଼ରେ ଫିଙ୍ଗି ଦେଇଥିଲେ ବୋଲି ଏକ ଖବରଦାତା ସମ୍ମିଳନୀରେ ପୋଲିସ ସୂଚନା ଦେଇଛି।
ପୋଲିସ ଏହି ସୂଚନା ଦେଇ କହିଛି ଯେ, ଗତ ମଙ୍ଗଳବାର ରାତିରେ ସତ୍ୟବ୍ରତ କେତେଜଣ ସାଙ୍ଗଙ୍କ ସହ ଜିରୋ ନାଇଟ୍‌ ଭୋଜି କରିଥିଲେ। ଭୋଜି ସାରି ରାତି ପ୍ରାୟ ୨ଟା ବେଳେ ଜଳଙ୍ଗା ଛକ ଦୋକାନକୁ ଶୋଇବାକୁ ଯାଉଥିବା ବେଳେ ତାଙ୍କୁ ନିଜ ଘର ଛାତ ଉପରକୁ ଡାକି ନେଇଥିଲେ ପ୍ରଶାନ୍ତ। ସେଠାରେ ସତ୍ୟବ୍ରତଙ୍କ ସହ ପ୍ରଶାନ୍ତଙ୍କ ଠେଲାପେଲା ଓ ଯୁକ୍ତିତର୍କ ହୋଇଥିଲା। ଯୁକ୍ତିତର୍କ ସମୟରେ ସତ୍ୟବ୍ରତ ଛାତ ଉପରୁ ତଳକୁ ପଡ଼ି ଯାଇଥିଲେ। ସତ୍ୟବ୍ରତ ମରିଯାଇଥିବା ଭାବି ପ୍ରଶାନ୍ତଙ୍କ ବଡ଼ଭାଇ ସୁଶାନ୍ତ ଓ ଭାଉଜ ମିତା ମିଶି ମୃତଦେହକୁ ଉଠାଇ ଆଣି ବ୍ୟାଙ୍କ ସମ୍ମୁଖ ରାସ୍ତାପାର୍ଶ୍ୱରେ ପକାଇ ଦେଇଥିଲେ ବୋଲି ପଚରାଉଚରା ବେଳେ କହିଛନ୍ତି। ଏହି ଘଟଣା ପଛରେ ଅନ୍ୟ କିଛି କାରଣ ରହିଥିବା ସନ୍ଦେହ ମଧ୍ୟ କରାଯାଉଛି। ଆବଶ୍ୟକ ପଡ଼ିଲେ ଗିରଫ ୩ ଜଣଙ୍କୁ ରିମାଣ୍ଡରେ ଆଣି ତଦନ୍ତ କରାଯିବ ବୋଲି ଅତିରିକ୍ତ ଏସ୍‌ପି କୈଳାସ ଚନ୍ଦ୍ର ପରିଡ଼ା ଓ ଏସ୍‌ଡିପିଓ ସୁନୀଲ ନନ୍ଦ ସୂଚନା ଦେଇଛନ୍ତି। ତେବେ ହତ୍ୟାକାଣ୍ଡର ପ୍ରକୃତ କାରଣ ସ୍ପଷ୍ଟ ହୋଇ ନ ଥିବା କୁହାଯାଇଛି। ଖବରଦାତା ସମ୍ମିଳନୀରେ ଅନ୍ୟମାନଙ୍କ ମଧ୍ୟରେ ଥାନାଧିକାରୀ ପ୍ରଭାଂଶୁ ମିଶ୍ର ଓ ତଦନ୍ତ ଅଧିକାରୀ ଶୋଭନ କୁମାର ସ୍ବାଇଁ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମହାକାଶରେ ମିଳିଲା ଶର୍କରା: ଖୋଲିବ ଜୀବନ ଉତ୍ପତ୍ତିର ରହସ୍ୟ

ନୂଆଦିଲ୍ଲୀ,୨୧।୭(ପି.ଟି): ମାନବ ଜୀବନର ଉତ୍ପତ୍ତିକୁ ନେଇ ଏବେ ମଧ୍ୟ ଗବେଷଣା ବନ୍ଦ ହୋଇନାହିଁ। ଜ୍ଞାନ ବିଜ୍ଞାନର କ୍ରମୋନ୍ନତି ସାଙ୍ଗକୁ ଏହି ଜୀବନ ଉତ୍ପତ୍ତିର ଗୂଢ଼ ରହସ୍ୟ ଖୋଲିବାକୁ…

‘ସେ ଦେଶ ପାଇଁ ନିଜ ଜୀବନ ଦେବେ’ – ରୋହିତ ଶର୍ମାଙ୍କ ପାଇଁ ମହମ୍ମଦ କୈଫଙ୍କ ଭାବପ୍ରବଣ Video

ନୂଆଦିଲ୍ଲୀ,୨୧।୭: ରୋହିତ ଶର୍ମାଙ୍କ ଭବିଷ୍ୟତ ସମ୍ପର୍କରେ ପ୍ରାୟତଃ ପ୍ରଶ୍ନ ଉଠିଛି। ସମ୍ପ୍ରତି ଗୁଜବ ଜୋର ଧରିଛି ଯେ ରୋହିତ ଲର୍ଡସରେ ତାଙ୍କର ଶେଷ ମ୍ୟାଚ ଖେଳିପାରନ୍ତି। ତଥାପି,…

CJPକୁ ସମର୍ଥନ କରିବାକୁ ଘରେ ମିଛ କହି ଦୂରଦୂରାନ୍ତର ଅଞ୍ଚଳରୁ ଆସିଛନ୍ତି ଅନେକ ଯୁବତୀ

ନୂଆଦିଲ୍ଲୀ,୨୧।୭: କକ୍ରୋଚ ଜନତା ପାର୍ଟି (CJP) ଦ୍ୱାରା ଆୟୋଜିତ ପ୍ରତିବାଦରେ ଅଂଶଗ୍ରହଣ କରିବା ପାଇଁ ସାରା ଦେଶରୁ ଯୁବତୀମାନେ ଦିଲ୍ଲୀରେ ପହଞ୍ଚିଥିଲେ। ସେମାନଙ୍କ ମଧ୍ୟରୁ ଅଧିକାଂଶ ନିଜ…

CJP ପ୍ରତିବାଦ ସହିତ ପାକିସ୍ତାନ କନେକ୍ସନ: ‘ସଂସଦ ମାର୍ଚ୍ଚ’ର ସ୍କ୍ରିପ୍ଟ କେଉଁଠାରେ ଲେଖାଯାଇଥିଲା? ଜାଣନ୍ତୁ…

ନୂଆଦିଲ୍ଲୀ,୨୧।୭: CJP ପ୍ରତିବାଦର ହଠାତ ବୃଦ୍ଧି ଏବଂ ଏହା ପଛରେ ସୋସିଆଲ ମିଡିଆରେ ବ୍ୟବସ୍ଥିତ କାହାଣୀ ସମ୍ପର୍କରେ ଏକ ପ୍ରମୁଖ ‘ଟୁଲକିଟ’ ଏବଂ ବିଦେଶୀ-ବିରୋଧୀ ଷଡ଼ଯନ୍ତ୍ର ଦୃଷ୍ଟିକୋଣ…

କନ୍ଧମାଳ ହଳଦୀରେ କମୁଛି କରକ୍ୟୁମିନ୍ ଉପାଦାନ, ଚାଷୀଙ୍କୁ ମିଳୁନି ଉଚିତ ମୂଲ୍ୟ

ଦାରିଙ୍ଗବାଡି,୨୧।୭(ଅରୁଣ ସାହୁ): ବିଶ୍ୱ ପ୍ରସିଦ୍ଧ କନ୍ଧମାଳ ହଳଦୀ ଏବେ ବିପଦରେ । ସମୟ ଅନୁସାରେ, ହଳଦୀର ଚାହିଦା କମିବାରେ ଲାଗୁଥିବା ବେଳେ ଚାଷୀଙ୍କୁ ଉଚିତ ଦର ମିଳୁ…

ରାସ୍ତାକଡ଼କୁ ଓଲଟିଲା ଜଗନ୍ନାଥ ଏକ୍ସପ୍ରେସ, ୨୫ ଯାତ୍ରୀ…

ପାଳଲହଡା,୨୧।୭(ଦିବ୍ୟଜ୍ୟୋତି ଦାଶ): ରାସ୍ତାକଡ଼କୁ ଓଲଟିଲା OSRTC ଜଗନ୍ନାଥ ଏକ୍ସପ୍ରେସ । ଯାତ୍ରୀଙ୍କୁ ନେଇ ଯାଉଥିବା ବେଳେ ଭାରସାମ୍ୟ ହରାଇ ରାସ୍ତାରେ ଓଲଟିପଡିଥିବା ଜଣାପଡିଛି । ଅନୁଗୁଳ ଜିଲା…

ସିକିମ ଭୂସ୍ଖଳନରେ ୭ ମୃତ, ନିର୍ମାଣାଧୀନ ସୁଡ଼ଙ୍ଗରେ ମିଥେନ ବିସ୍ଫୋରଣ, ଉଦ୍ଧାର କାର୍ଯ୍ୟ ଜାରି

ଗ୍ୟାଙ୍ଗଟକ,୨୧।୭: ଉତ୍ତର-ପୂର୍ବ ରାଜ୍ୟ ସିକିମର ଏକ ନିର୍ମାଣାଧୀନ ସୁଡଙ୍ଗରେ ସୋମବାର ଭୂସ୍ଖଳନ ହେବା ଫଳରେ ଏପର୍ଯ୍ୟନ୍ତ ୭ ଜଣଙ୍କର ମୃତ୍ୟୁ ହୋଇଛି। ବର୍ତ୍ତମାନ ଉଦ୍ଧାର କାର୍ଯ୍ୟ ଚାଲିଛି।…

ବଳାତ୍କାର ମାମଲାରେ ଗିରଫ ହେବେ IPLର ଏହି କ୍ରିକେଟର, ସଭିଏଁ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୧।୭: କଲିକତା ହାଇକୋର୍ଟ ସୋମବାର, କ୍ରିକେଟର ଅଭିଷେକ ପୋରେଲ ଏବଂ ଅନ୍ୟ ଜଣେ ଅଭିଯୁକ୍ତଙ୍କୁ ତୁରନ୍ତ ଗିରଫ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଜଣେ ଡାକ୍ତରୀ ଛାତ୍ରୀଙ୍କ ଅଭିଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri