Posted inଖେଳ

ପୂର୍ବାଞ୍ଚଳ ଟେନିସ କ୍ରିକେଟ: ଓଡ଼ିଶା ଚାମ୍ପିୟନ

ଭୁବନେଶ୍ୱର, ୧୧।୧୧(କ୍ରୀଡ଼ା ପ୍ରତିନିଧି)- ଓଡ଼ିଶା ରାଜ୍ୟ ଟେନିସ କ୍ରିକେଟ ଆସୋସିଏଶନ (ଓଏସଟିସିଏ) ଆନୁକୂଲ୍ୟରେ ପୂର୍ବାଞ୍ଚଳ ଟେନିସ କ୍ରିକେଟ ଚାମ୍ପିୟନଶିପ୍‌ର ୩ୟ ସଂସ୍କରଣ ନହରକଣ୍ଟାସ୍ଥିତ ଶ୍ରୀ ଜୟଦେବ କଲେଜ ଖେଳ ପଡ଼ିଆରେ ଅନୁଷ୍ଠିତ ହୋଇ ଯାଇଛି। ରବିବାର ଅନୁଷ୍ଠିତ ଫାଇନାଲରେ ପଶ୍ଚିମବଙ୍ଗକୁ ୬ ଉଇକେଟରେ ହରାଇ ଓଡ଼ିଶା ଚାମ୍ପିୟନ ହୋଇଛି। ଝାଡ଼ଖଣ୍ଡକୁ ତୃତୀୟ ସ୍ଥାନ ମିଳିଛି।
ଟସ୍‌ ଜିତି ଓଡ଼ିଶା ପ୍ରଥମେ ଫିଲ୍ଡିଂ କରିବାକୁ ନିଷ୍ପତ୍ତି ନେଇଥିଲା। ପଶ୍ଚିମବଙ୍ଗ ନିର୍ଦ୍ଧାରିତ ୧୫ ଓଭରରେ ୯୮ ରନ କରି ଅଲଆଉଟ ହୋଇ ଯାଇଥିଲା। ଦଳ ପକ୍ଷରୁ ରାହୁଲ ଶାହି ୨୩ ଓ ଆଶିଷ ୨୨ ରନ କରିଥିଲେ। ଓଡ଼ିଶା ପକ୍ଷରୁ ପ୍ରବୀଣ ୩ଟି ଏବଂ ସହଦେବ, ଓ ବିମଲ ୨ଟି ଲେଖାଏ ଉଇକେଟ ଅକ୍ତିଆର କରିଥିଲେ। ୯୯ ରନର ବିଜୟ ଲକ୍ଷ୍ୟ ନେଇ ପଡ଼ିଆକୁ ଓହ୍ଲାଇଥିବା ଓଡ଼ିଶା ୧୫ ଓଭରରେ ୪ ଉଇକେଟ ହରାଇ ୧୦୦ ରନ ସଂଗ୍ରହ କରି ନେଇଥିଲା। ଦଳ ପକ୍ଷରୁ ତୁଷାର ୧୯ ବଲ୍‌ରୁ ୩୭, ବିମଲ ୨୦ ବଲ୍‌ରୁ ୩୫ ରନ କରିଥିବାବେଳେ ପ୍ରତିପକ୍ଷ ଦଳର ତଲ୍‌ହା ଖାଁ ୩ଟି ଉଇକେଟ ପାଇଥିଲେ। ଓଡ଼ିଶାର ବିମଲ ମ୍ୟାନ ଅଫ ଦି ଫାଇନାଲ ଓ ତୁଷାର ଶ୍ରେଷ୍ଠ ବ୍ୟାଟ୍ସମ୍ୟାନ ବିବେଚିତ ହୋଇଥିଲେ। ପଶ୍ଚିମବଙ୍ଗର ତଲ୍‌ହା ଖାଁ ଶ୍ରେଷ୍ଠ ବୋଲର ଓ ମ୍ୟାନ ଅଫ ଦି ସିରିଜ ପୁରସ୍କାର ପାଇଥିଲେ। ହାଉସିଂ ବୋର୍ଡ ଅଧ୍ୟକ୍ଷ ପ୍ରିୟଦର୍ଶୀ ମିଶ୍ର, ଟେନିସ କ୍ରିକେଟ ଆସୋସିଏଶନ ଅଫ୍‌ ଇଣ୍ଡିଆର ପ୍ରଶାସନିକ ମୁଖ୍ୟ ଆଶିଷ କୁମାର ସିଂ, ଓସିଏ ଅମ୍ପାୟର ଚଣ୍ଡି ପ୍ରସନ୍ନ ମହାପାତ୍ର, ଶରତ ଚନ୍ଦ୍ର ସାହୁ, ବାରିଜ ରଞ୍ଜନ ମହାନ୍ତି, ସୋଭେନ୍ଦ୍ର ମହାରଣା, ପ୍ରଫେସର ଏଲ.କେ. ରାୟ, ଦକ୍ଷବ୍ରହ୍ମା ରାଉତରାୟ, ଦୀପକ ହଂସ, ଚୌଧୁରୀ ଅଶୋକ ଚନ୍ଦ୍ର, ବୁଦେଶ୍ୱର ବେହେରା, ଅଖିଳେଶ୍ୱର ତିଓ୍ବାରୀ, ବାସୁଦେବ ଓଝା, ବଦ୍ରିନାରାୟଣ ପାତ୍ର, ଶଶିକାନ୍ତ ବେଉରା, ଜଗମୋହନ ସ୍ବାଇଁ, ରିଣ୍ଟୁ ମିତ୍ର, ରାଗିଣୀ ମିତ୍ର ପ୍ରମୁଖ ଅତିଥିଭାବେ ଯୋଗଦେଇ ପୁରସ୍କାର ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?