ପୃଥକ୍‌ ୨ ନାବାଳିକାଙ୍କୁ ଅଶ୍ଳୀଳ ଇଙ୍ଗିତ ଅଭିଯୋଗ, ଜଣେ ଅଟକ

ଭଞ୍ଜନଗର,୨୧।୯(ଡି.ଏନ.ଏ.)-ଯେତେ କଠୋର ଆଇନ ପ୍ରଣୟନ କରାଗଲେ ମଧ୍ୟ ନାବାଳିକାଙ୍କ ପ୍ରତି ଅସଦାଚରଣ ଘଟଣା ବନ୍ଦ ହେଉନହିଁ। ପୃଥକ ୨ ନାବାଳିକାଙ୍କୁ ଅଶ୍ଳୀଳ ଇଙ୍ଗିତ କରାଯାଇଥିବା ନେଇ ଶୁକ୍ରବାର ଭଞ୍ଜନଗର ଥାନାରେ ଅଭିଯୋଗ ହୋଇଛି। ନାବାଳିକାଦ୍ୱୟଙ୍କ ଅଭିଭାବକଙ୍କ ଏତଲାକୁ ଭିତ୍ତିକରି ପୋଲିସ ୨ ମାମଲା ରୁଜୁ କରିଛି। ଗୋଟିଏ ମାମଲାର ଜଣେ ଅଭିଯୁକ୍ତଙ୍କୁ ଅଟକ ରଖିଛି। ଗୋଟିଏ ଦିନରେ ୨ଟି ଏପରି ଅଭିଯୋଗକୁ ନେଇ ପୋଲିସର ମୁଣ୍ଡବ୍ୟଥା ବଢ଼ିଯାଇଛି । ପ୍ରକାଶଯେ, ଜଣେ ଅଟୋ ଚାଳକ ୫ ବର୍ଷୀୟା ଛାତ୍ରୀକୁ ବିଦ୍ୟାଳୟ ନେବା ବେଳେ କିଛିଦିନ ପୂର୍ବେ ଅଶ୍ଳୀଳ ଇଙ୍ଗିତ କରିଥିବା ଅଭିଯୋଗ ହୋଇଛି। ଏନେଇ ନାବାଳିକାଙ୍କ ପରିବାର ଲୋକେ ଘଟଣା ସମ୍ପର୍କରେ ଶୁକ୍ରବାର ସନ୍ଧ୍ୟାରେ ଥାନାରେ ଅଭିଯୋଗ କରିଛନ୍ତି । ପୋଲିସ ଏତଲା ରଖି ଘଟଣାର ତଦନ୍ତ ଚଳାଇଛି ।
ଅଭିଯୁକ୍ତ ଅଟୋ ଚାଳକ ଭଞ୍ଜନଗର ଅଟୋ ଚାଳକ ସଂଘର ସଭ୍ୟ ନୁହଁନ୍ତି। ସେହିପରି ଆଉ ଏକ ୧୧ ବର୍ଷର ନାବାଳିକାଙ୍କୁ ଅନ୍ୟ ଏକ ସ୍ଥାନରେ ଜଣେ ଅଭିଯୁକ୍ତ ଅଶ୍ଳିଳ ଇଙ୍ଗିତ ପ୍ରଦର୍ଶନ କରିଥିବା ଅଭିଯୋଗ ହୋଇଛି । ପୋଲିସ ଏକ ମାମଲା ରୁଜୁକରି ଅଭିଯୁକ୍ତଙ୍କୁ ଅଟକ ରଖିଛି। ଏନେଇ ଥାନା ଅଧିକାରୀ ସୁଦୀପ୍ତ ସାହୁଙ୍କ ସହ ଯୋଗାଯୋଗ କରିବାରୁ ସେ କିଛି କହିବାକୁ ମନା କରି ଦେଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଧାନଶିକ୍ଷକଙ୍କ ବାଇକରେ ଥିବା ମଦ ବୋତଲ ଭାଇରାଲ ପ୍ରଧନଶିକ୍ଷକ ନିଲମ୍ବିତ

ପାତ୍ରପୁର,୨୧ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ତୁରୁବୁଡି ପଞ୍ଚାୟତ ନୂଆଗଡ଼ ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ଗତ ଦୁଇ ଦିନ ହେଲା ମଧ୍ୟାହ୍ନ ଭୋଜନ ମିଳୁ…

ଗ୍ରାମ୍ୟ ରାସ୍ତା ମରାମତି ପାଇଁ ସରପଞ୍ଚଙ୍କ ଦାବି: ଜିଲାପାଳଙ୍କୁ ସ୍ମାରକପତ୍ର 

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ସରପଞ୍ଚ ମନୋରଞ୍ଜନ ଗୌଡ଼ କଇଠଖଣ୍ଡି ଏବଂ ବୋରିପଦର ଗ୍ରାମ ଖାଲଖମା ରାସ୍ତା ଗୁଡ଼ିକୁ ତୁରନ୍ତ…

ତପ୍ତପାଣି ରେ ମା ‘ କନ୍ଧୁଣୀ ଦେବୀ ଙ୍କୁ ଦର୍ଶନ କଲେ ବିଧାନସଭା ଗୃହ କମିଟି

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ରାଜ୍ୟ ବିଧାନସଭା ଗୃହ କମିଟି(ଉପସ୍ଥାପନ) ବ୍ରହ୍ମପୁର ଠାରୁ ଭାୟା ଦିଗପହଣ୍ଡି ଦେଇ ଶୁକ୍ରବାର ପୂର୍ବାହ୍ନ ପ୍ରାୟ ୧୧ ଟାରେ ଗଞ୍ଜାମ – ଗଜପତି…

କେସିଙ୍ଗା ପଞ୍ଚାୟତ ସମିତିରେ ପାନୀୟଜଳବିଦ୍ୟୁତ ଉପରେ ଗୁରୁତ୍ୱ

କେସିଙ୍ଗା, ୨୧।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ୧୧ତମ ସାଧାରଣ ବୈଠକ ଅଧ୍ୟକ୍ଷ ଚନ୍ଦନ କୁମାର ସେନାପତିଙ୍କ ସଭାପତିତ୍ୱରେ ବ୍ଲକ କାର୍ଯ୍ୟାଳୟ ସଭାଗୃହରେ…

ନୂତନ ପରିବା ବଜାର କମ୍ପ୍ଲେକ୍ସକୁ ସ୍ଥାନାନ୍ତର ପାଇଁ ତତ୍ପର ପୌରପରିଷଦ

ଛତ୍ରପୁର, ୨୧/୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଜନସାଧାରଣଙ୍କ ସୁବିଧା ପାଇଁ ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ପକ୍ଷରୁ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ନିକଟରେ ନବନିର୍ମିତ ପରିବା…

ଚାଷୀ ପଞ୍ଜୀକରଣ ସରଳୀକରଣ ଓ ସମୟସୀମା ଅବଧି ବୃଦ୍ଧି ନେଇ ଆନ୍ଦୋଳନ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଅଖିଳ ଭାରତ କୃଷକ ସଭା ଅନୁବନ୍ଧିତ ଓଡ଼ିଶା କୃଷକ ସଭା ଗଞ୍ଜାମ ଜିଲା କମିଟି ପକ୍ଷରୁ ଚାଷୀଙ୍କ ବିଭିନ୍ନ ସମସ୍ୟା ନେଇ ବିକ୍ଷୋଭ ପ୍ରଦର୍ଶନ…

ଏନସିସି ନାଭାଲ ୱିଙ୍ଗ କ୍ୟାଡେଟ ଚୟନ ଶିବିର: ଯୋଗ୍ୟ ଛାତ୍ରୀଛାତ୍ର ଚୟନ

ଭଞ୍ଜନଗର,୨୧।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଶୁକ୍ରବାର ଏନସିସି ନାଭାଲ ୱିଙ୍ଗର କ୍ୟାଡେଟ ଚୟନ ଶିବିର ଅନୁଷ୍ଠିତ ହୋଇଯାଇଛି। ଶିବିରରେ…

ଜଙ୍ଗଲକୁ କାଠ ସଂଗ୍ରହ କରିବାକୁ ଯାଇ ଆଉ ଫେରି ନ ଥିଲେ ପୂର୍ଣ୍ଣବାସୀ: ମାଟିତଳୁ ମିଳିଲା…

ସୋରଡା,୨୧।୮(ରଜନି ମହାପାତ୍ର):ଗଞ୍ଜାମ ସୋରଡା ଥାନା ସାପଡିହ ଗାଁରେ ଅଭାବନୀୟ ଘଟଣା । ଜଙ୍ଗଲରୁ ମିଳିଲା ମହିଳାଙ୍କ ମୃତଦେହ। ମାଟିତଳୁ ଉଦ୍ଧାର ହେଲା ମୃତଦେହ। ମୃତକ ହେଲେ ସାପଡିହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri