Posted inଫୁରସତ

ପୃଥିବୀର ସବୁଠାରୁ ଥଣ୍ଡା ଅଞ୍ଚଳ: ମାତ୍ର ୩ ଘଣ୍ଟା ପାଇଁ ସୂର୍ଯ୍ୟ ହୁଅନ୍ତି ଦୃଶ୍ୟମାନ

ରୁଷିଆର ପୂର୍ବାଞ୍ଚଳରେ ଥିବା ସାଖା ଜିଲାର ୟାକୁଟିଆ ପୃଥିବୀର ସବୁଠାରୁ ଥଣ୍ଡା ଅଞ୍ଚଳଭାବେ ପରିଚିତି ହାସଲ କରିଛି। ଏଠାକାର ତାପମାତ୍ରା ଶୀତଦିନେ ମାଇନସ୍‌ ୫୮ ଡିଗ୍ରୀ ସେଲସିୟସ୍‌ ହୋଇଥାଏ। ଏବେ ଏଠାକାର ତାପମାତ୍ରା ମାଇନସ୍‌ ୪୪ ଡିଗ୍ରୀ ରହିଛି। ଏଠାରେ ସୂର୍ଯ୍ୟ ଶୀତଦିନରେ ମାତ୍ର ୩ ଘଣ୍ଟା ପାଇଁ ଦୃଶ୍ୟମାନ ହୋଇଥାନ୍ତି। ଅଞ୍ଚଳରେ ପ୍ରାୟ ୩ ଲକ୍ଷ ଲୋକ ବସବାସ କରନ୍ତି। ଆର୍କଟିକ୍‌ ସର୍କଲଠାରୁ ୩୫୦ କିମି ଦୂର ଏହି ଅଞ୍ଚଳର ମାଟି ତଳେ ପ୍ରଚୁର ପରିମାଣର ସୁନା, ହୀରା, କୋଇଲା ଆଦି ରହିଛି। ଏଠାରେ ସ୍କୁଲ, ହସ୍ପିଟାଲ, ପୋଷ୍ଟ ଅଫିସ୍‌, ବ୍ୟାଙ୍କ ଆଦି ରହିଛି। ଏତେ ଥଣ୍ଡାରେ ମଧ୍ୟ ପିଲା ସବୁଦିନ ସ୍କୁଲ ଯାଆନ୍ତି। ଏଠାକୁ ବୁଲିବା ପାଇଁ ପ୍ରତିବର୍ଷ ବହୁ ପର୍ଯ୍ୟଟକ ଆସିଥାନ୍ତି। ପ୍ରବଳ ଥଣ୍ଡା ଯୋଗୁ ଗାଡ଼ିର ଇଞ୍ଜିନ୍‌ ଅଏଲ୍‌ ଜମାଟ ବାନ୍ଧି ଯାଇଥାଏ। ଫଳରେ ଗିୟର ବକ୍ସ୍‌ ଥଣ୍ଡାରେ ଜମି ଯାଏ। ତେଣୁ ଏଠାରେ ପ୍ରତି ୨-୩ କିଲୋମିଟର ମଧ୍ୟରେ ହିଟିଂ ଗ୍ୟାରେଜ୍‌ ରହିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାଉଡ ସିଡିଂ ପ୍ରକୃତରେ କ’ଣ? ଯାହା କୃତ୍ରିମ ବର୍ଷା କରାଏ…

ନିକଟରେ ଦୁବାଇରେ ପ୍ରବଳ ବର୍ଷା ଯୋଗୁ ବନ୍ୟା ପରିସ୍ଥିତି ଉପୁଜିଥିଲା। ଦୁଇ ବର୍ଷରେ ଯେତିକି ବର୍ଷା ହେବା କଥା ଗୋଟିଏ ଦିନରେ ସେଠି ସେତିକି ବର୍ଷା...

ପ୍ରଥମ ରୋଜଗାର ଟଙ୍କାରେ ମା’ଙ୍କ ପାଇଁ ସମ୍ବଲପୁରୀ ଶାଢି କିଣିଥିଲି: ଡ. ଆଲୋକ ସାହୁ

ଜନ୍ମ ମୋର ଯାଜପୁରରେ ହୋଇଥିଲେ ହେଁ ବାପା ଯେହେତୁ କେନ୍ଦୁଝରରେ ଚାକିରି କରୁଥିଲେ ତେଣୁ ମୋ ସ୍କୁଲ ପାଠପଢା ସେଇଠି ହିଁ ହୋଇଥିଲା। ସ୍ଥାନୀୟ ଆନନ୍ଦପୁରସ୍ଥିତ...

ଭାମା-କାମାଚିଙ୍କ ନିବିଡ଼ ବନ୍ଧୁତ୍ୱର ହୃଦୟସ୍ପର୍ଶୀ କାହାଣୀ, ୫୫ ବର୍ଷ ଧରି…

ଚେନ୍ନାଇ: ତାମିଲନାଡୁ ସରକାରଙ୍କ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ସୁପ୍ରିୟା ସାହୁ ନିଜ ଏକ୍ସ’ ଆକାଉଣ୍ଟରେ ୨ ହାତୀଙ୍କ...

ନିଜ ଛୁଆଙ୍କୁ ନିଜେ ମାରି ଖାଇଯାଏ ଠେକୁଆ? କାରଣ ଜାଣିଲେ ଆଶ୍ଚର୍ଯ୍ୟ ହେବେ

ଠେକୁଆ ଦେଖିବାକୁ ବେଶ ସୁନ୍ଦର। ଅନେକ ଏହାକୁ ଘରେ ପାଳିବାକୁ ପସନ୍ଦ କରନ୍ତି। ହେଲେ ଏହି ପଶୁ ସହିତ ଜଡ଼ିତ ଏକ ଚକିତ କଲାଭଳି କଥା...

ଶୀତଦିନେ ବି ଟକଟକ ହୋଇ ଫୁଟେ ଏହି ନଦୀର ପାଣି, ବୈଜ୍ଞାନିକ ବି ଚକିତ

ସାଧାରଣତଃ ନଦୀର ପାଣି ଥଣ୍ଡା ଥାଏ। ହେଲେ ଦୁନିଆର ଏଭଳି ଏକ ନିଆରା ନଦୀ ରହିଛି ଯାହାର ପାଣି ସର୍ବଦା ଟକଟକ୍‌ ହୋଇ ଫୁଟୁଥାଏ। କେବଳ...

ସ୍ବାସ୍ଥ୍ୟସେବାରେ ପ୍ରାଣୀ ଚିକିତ୍ସକ

ମଣିଷର ଜୀବନଧାରଣରେ ପ୍ରାଣୀ ସମ୍ପଦର ଗୁରୁତ୍ୱକୁ ଉପଲବ୍ଧି କରି ୨୦୦୧ ମସିହାଠାରୁ ସମଗ୍ର ବିଶ୍ୱରେ ପାଳିତ ହୋଇଆସୁଅଛି ”ବିଶ୍ୱ ପ୍ରାଣୀ ଚିକିତ୍ସା ଦିବସ“। ପ୍ରତିବର୍ଷ ଏପ୍ରିଲ...

ଚାକିରି ଛାଡ଼ିବା ଖୁସିରେ ଢୋଲ ବଜାଇ ମାଲିକଙ୍କ ସାମ୍ନାରେ ନାଚିଲେ କର୍ମଚାରୀ, ଚକିତ କରୁଛି Video

ଚାକିରି ଛାଡ଼ିବା ବେଳେ ଦୁଃଖ ଲାଗେ। କାରଣ କମ୍ପାନୀ ଏବଂ ସାଙ୍ଗରେ କାମ କରୁଥିବା ସହକର୍ମୀଙ୍କ ସହ ଏକପ୍ରକାର ନିବିଡ଼ତା ହୋଇଯାଇଥାଏ। ହେଲେ ସୋସିଆଲ ମିଡିଆରେ...

Video: ‘ଜୟ ଶ୍ରୀରାମ’ ନାରା ଦେଇ ଚର୍ଚ୍ଚାରେ ପାକିସ୍ତାନର ପ୍ରଥମ ହିନ୍ଦୁ ବ୍ଲଗର୍‌, ଭାବବିହ୍ବଳ କରୁଛି…

ଆଜିକାଲି ସମୟରେ ବ୍ଲଗିଂ ଏକ ସାଧାରଣ କଥାରେ ପରିଣତ ହେଲାଣି। ଏଭଳି କରି ଭଲ ଦୁଇ ପଇସା ରୋଜଗାର ବି କରିହେଉଛି। ହେଲେ ଚ୍ୟାଲେଞ୍ଜିଂ ସମୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri