ପୃଥିବୀରେ ୨ କୋଟି ୩୦ଲକ୍ଷରୁ ଅଧିକ ବାଳିକା ବଧୂ: ୟୁନିସେଫ୍‌ ରିପୋର୍ଟ

ନ୍ୟୁୟର୍କ,୮।୬: ପୃଥିବୀରେ ଶିଶୁ କନ୍ୟା ଏବେ ମଧ୍ୟ ଅବହେଳିତ। ନାନା ପ୍ରକାର ସତେଚନତା କାର୍ଯ୍ୟକ୍ରମ ପରେ ବି ବିଭିନ୍ନ ରାଷ୍ଟ୍ରରେ ବାଳିକାଙ୍କୁ ବିବାହଯୋଗ୍ୟା ବୟସ ପୂର୍ବରୁ ଦାମ୍ପତ୍ୟ ଜୀବନର ବେଡିରେ ବାନ୍ଧି ଦିଆଯାଉଛି। ଏଥି ପାଇଁ ସାମାଜିକ ବ୍ୟବସ୍ଥା ତଥା ମାତାପିତା ହିଁ ଦାୟୀ ବୋଲି ୟୁନିସେଫ୍‌ ପକ୍ଷରୁ ପ୍ରକାଶିତ ଏକ ରିପୋର୍ଟରେ ଦର୍ଶାଯାଇଛି। ପୃଥିବୀର ବିଭିନ୍ନ ଦେଶରେ ଏବେ ୨ କୋଟି ୩୦ ଲକ୍ଷରୁ ଅଧିକ ବାଳିକା ବଧୂ ରହିଛନ୍ତି। ୮୨ଟି ଦେଶରୁ ସଂଗୃହୀତ ତଥ୍ୟ ଆଧାରରେ ଏହି ରିପୋର୍ଟ ପ୍ରସ୍ତୁତ ହୋଇଛି। ଏସବୁ ମଧ୍ୟରେ ସବ୍‌ ସାହାରା, ଆଫ୍ରିକା, ଲାଟିନ୍‌ ଆମେରିକା, କାରିବିୟନ୍‌, ଦକ୍ଷିଣ ଏସିଆ, ପୂର୍ବ ଏସିଆ ତଥା ପାସିଫିକ୍‌ ଅଞ୍ଚଳର ଦେଶ ସମୂହ ରହିଛନ୍ତି। ସେଥିମଧ୍ୟରୁ ସେଣ୍ଟ୍ରାଲ ଆଫ୍ରିକାନ୍‌ ରିପବ୍ଲିକ୍‌ରେ ସର୍ବାଧିକ ଏଭଳି ଘଟଣା ଘଟୁଛି। ଏଠାରେ ୨୮ ପ୍ରତିଶତ ବାଳିକାବଧୂ ରହିଛନ୍ତି। ଏସବୁ ଅଞ୍ଚଳରେ ୧୫ ବର୍ଷରୁ କମ୍‌ ବୟସ୍କା ବାଳିକାଙ୍କୁ ବିବାହ କରି ଦିଆଯାଉଛି। ଏହାଦ୍ୱାରା ବାଳିକାଙ୍କ ପାଠପଢ଼ାରେ ବାଧା ସୃଷ୍ଟି ହେବା ସହିତ ସେମାନଙ୍କ ପିଲାଦିନ ସଂସାର ଜଞ୍ଜାଳରେ ହଜି ଯାଉଛି। ମୁଖ୍ୟତଃ ସମାଜର ଗରିବ ଲୋକଙ୍କ କ୍ଷେତ୍ରରେ ଏଭଳି ଅଧିକ ଘଟୁଥିବା ରିପୋର୍ଟରେ ଦର୍ଶାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

VIDEO:ଷ୍ଟେଟ ଅଫ୍ ହର୍ମୁଜରେ ଇରାନର ବଡ଼ ଆକ୍ରମଣ, F-୧୫ ଫାଇଟର ଜେଟକୁ ଖସାଇ ଦେଇଥିବା ଦାବି

ନୂଆଦିଲ୍ଲୀ,୨୨।୩: ଇରାନ ପୁଣିଥରେ ଇସ୍ରାଏଲ ଏବଂ ଆମେରିକାକୁ ଏକ ବଡ଼ ଝଟକା ଦେଇଛି । ଏକ ଇରାନୀ କ୍ଷେପଣାସ୍ତ୍ର ହର୍ମୁଜ୍ ଷ୍ଟ୍ରେଟରେ ଶତ୍ରୁପକ୍ଷର ଏକ F-୧୫ ଲଢ଼ୁଆ…

ଇରାନ ସହ ଯୁଦ୍ଧ ମଧ୍ୟରେ ବଡ଼ ବୟାନ ଦେଲେ ଟ୍ରମ୍ପ! ଜାଣନ୍ତୁ ତେହରାନକୁ ନେଇ କ’ଣ କହିଲେ

ଓ୍ବାଶିଂଟନ,୨୨।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋସିଆଲ ମିଡିଆ ପ୍ଲାଟଫର୍ମ ଟ୍ରୁଥ ସୋସିଆଲରେ ଏକ ପୋଷ୍ଟରେ ଦେଶ ସମ୍ପର୍କରେ ଏକ…

ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ, ବଡ଼ ଘୋଷଣା କରି…..

ଭୁବନେଶ୍ବର,୨୨।୩: ରାଜ୍ୟ ସ୍ତରୀୟ ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଲୋକସେବା ଭବନ କନଭେନଶନ ସେଣ୍ଟର ଠାରେ…

Israel US Iran War: କାତାରରେ କ୍ରାଶ ହେଲା ହେଲିକପ୍ଟର, ୬ ମୃତ

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ, ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ମଧ୍ୟରେ ଏକ କାତାରର ମିଲିଟ୍ରି ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ରବିବାର ଦିନ କାତାର ସରକାର ନିଶ୍ଚିତ…

ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ଆକ୍ସନରେ ମୋଦି!

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ବିଶ୍ୱବ୍ୟାପୀ ଚିନ୍ତାକୁ ବୃଦ୍ଧି କରିଛି। ଗତ ୨୩ ଦିନ ଧରି ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଶତ୍ରୁତା ଲାଗି ରହିଛି।…

କ୍ୟୁବାରେ ଘୋଟିଗଲା ଘନ ଅନ୍ଧାର, ଦେଶବ୍ୟାପୀ ବ୍ଲାକ ଆଉଟ, ଏଥିପାଇଁ ଟ୍ରମ୍ପ ଦାୟୀ?

ହାଭାନା,୨୨।୩: ଶନିବାର ଦିନ, କ୍ୟୁବାର ସମ୍ପୂର୍ଣ୍ଣ ବିଦ୍ୟୁତ ଗ୍ରୀଡ ପୁଣି ଥରେ ଭାଙ୍ଗି ପଡ଼ିଲା, ଯାହା ଫଳରେ ସାରା ଦେଶରେ ପ୍ରାୟ ୧୧ ନିୟୁତ ଲୋକ ଅନ୍ଧାରରେ…

ଆରବ ସାଗରରେ ପରମାଣୁ ବୁଡ଼ାଜାହାଜ ମୁତୟନ କଲା ବ୍ରିଟେନ, ସାରା ବିଶ୍ୱର ବଢିଲା ଚିନ୍ତା!

ଲଣ୍ଡନ,୨୨।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ତିନି ସପ୍ତାହ ଧରି ସଂଘର୍ଷ ଜାରି ରହିଛି। ପ୍ରତିଶୋଧ ସ୍ବରୂପ, ଇରାନ ମଧ୍ୟପ୍ରାଚ୍ୟର ଦେଶଗୁଡ଼ିକୁ, ବିଶେଷକରି ୟୁଏଇକୁ ଟାର୍ଗେଟ…

ବିପଦରେ ଲଣ୍ଡନ, ପ୍ୟାରିସ, ବର୍ଲିନ: ଚେତାଇଲା IDF, ଘନ ଘନ ମିସାଇଲ ମାଡ଼ରେ… 

ଜେରୁଜେଲାମ,୨୨।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଥିବା ବେଳେ ଇସ୍ରାଏଲ ପ୍ରତିରକ୍ଷା ବାହିନୀ (IDF) ଇରାନର ବଢୁଥିବା ସାମରିକ ଶକ୍ତିକୁ ନେଇ ଏକ ଚାଞ୍ଚଲ୍ୟକର ତଥ୍ୟ ପ୍ରକାଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri