Posted inଖେଳ

ପୃଥ୍ବୀଙ୍କ ଦ୍ୱିଶତକ

ବଦୋଦରା,୧୧।୧୨- ଭାରତୀୟ ଦଳ ପାଇଁ ଟେଷ୍ଟ ଖେଳିସାରିଥିବା ପୃଥ୍ବୀ ଶ’ ସମ୍ପୂର୍ଣ୍ଣ ଷ୍ଟାଇଲରେ ଘରୋଇ କ୍ରିକେଟକୁ ପ୍ରତ୍ୟାବର୍ତ୍ତନ କରିଛନ୍ତି। ଏଠାରେ ବରୋଦା ବିପକ୍ଷରେ ଚାଲିଥିବା ରଣଜୀ ମ୍ୟାଚ୍‌ର ଦ୍ୱିତୀୟ ଇନିଂସରେ ପୃଥ୍ବୀ ବିସ୍ଫୋରକ ଦ୍ୱିଶତକ ହାସଲ କରିଛନ୍ତି। ମାତ୍ର ୧୭୯ ବଲ ଖେଳି ସେ ୨୦୨ ରନ୍‌ର ଇନିଂସ ଖେଳିଛନ୍ତି। ତାଙ୍କ ଇନିଂସରେ ୧୯ ଚୌକା ଓ ୭ ଛକା ସାମିଲ ଥିଲା। ଏହା ତାଙ୍କ ପ୍ରଥମ ଶ୍ରେଣୀ କ୍ୟାରିୟରର ପ୍ରଥମ ଦ୍ୱିଶତକ। ମ୍ୟାଚ୍‌ର ପ୍ରଥମ ଇନିଂସରେ ମଧ୍ୟ ଡାହାଣ ହାତୀ ବ୍ୟାଟ୍ସaମ୍ୟାନ ବିସ୍ଫୋରକ ବ୍ୟାଟିଂ କରିଥିଲେ। ୬୧ବଲରେ ୧୨ ଚୌକା ଓ ଏକ ଛକା ସହାୟତାରେ ୬୬ ରନ୍‌ର ଇନିଂସ ଖେଳିଥିଲେ। ମ୍ୟାଚ୍‌ ୩ୟ ଦିନ ଚା’ ପାନ ବିରତି ସୁଦ୍ଧା ମୁମ୍ବାଇ ଦ୍ୱିତୀୟ ଇନିଂସରେ ୪ ଉଇକେଟ ହରାଇ ୪୦୯ ରନ୍‌ କରିଛି। ପ୍ରଥମ ଇନିଂସରେ ମୁମ୍ବାଇ ୪୩୧ ରନ୍‌ କରିଥିବାବେଳେ ଘରୋଇ ବରୋଦା ୩୦୭ ରନ୍‌ କରି ଅଲଆଉଟ୍‌ ହୋଇଯାଇଥିଲା। ପ୍ରଥମ ଇନିଂସରେ ୧୨୪ ରନ୍‌ରେ ଅଗ୍ରଣୀ ହାସଲ କରିଥିବା ମୁମ୍ବାଇ ଏବେ ୫୩୩ ରନ୍‌ରେ ଆଗରେ ରହିଛି। ଉଲ୍ଲେଖଥାଉ କି, ପୃଥ୍ବୀ ଡୋପ ଟେଷ୍ଟରେ ବିଫଳ ହୋଇ ବିସିସିଆଇ ଦ୍ୱାରା ୮ ମାସ ପାଇଁ ବାସନ୍ଦ ହୋଇଥିଲେ। ବାସନ୍ଦାଦେଶ ଶେଷ କରିବା ପରେ ସେ ମୁମ୍ବାଇ ପାଇଁ ସୟଦ ମୁସ୍ତାକ ଅଲି ଟୁର୍ନାମେଣ୍ଟରେ ଅନ୍ତିମ ଦୁଇ ଲିଗ୍‌ ମ୍ୟାଚ୍‌ ଖେଳିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri