ପେଟ୍ରୋଲ ପମ୍ପରେ ଡକାୟତି ଯୋଜନା ପଣ୍ଡ: ପାଟ୍ରୋଲିଂ ବେଳେ ପୋଲିସ ହାତରେ ଧରାପଡ଼ିଲେ, ୬ ଗିରଫ; ବୋମା, ଖଣ୍ଡା ଜବତ

ବ୍ରହ୍ମପୁର ଅଫିସ,୨୧।୫: ବଡ଼ବଜାର ପୋଲିସ ଏକ ଡକାୟତ ଗ୍ୟାଙ୍ଗକୁ କାବୁ କରିଛି। ଥାନାଧିକାରୀ ପ୍ରଶାନ୍ତ ଭୂପତି ଏବଂ ତାଙ୍କ ଟିମ୍‌ ସୋମବାର ରାତ୍ରିକାଳୀନ ପାଟ୍ରୋଲିଂ କରୁଥିବା ବେଳେ ଶ୍ରୀକ୍ଷେତ୍ର ବିହାରରେ ବିଭିନ୍ନ ପ୍ରକାର ମାରଣାସ୍ତ୍ର ସହ ଏକତ୍ରିତ ହୋଇଥିବା ୬ ଜଣିଆ ଡକାୟତ ଗ୍ୟାଙ୍ଗ୍‌କୁ ଧରିବାରେ ସଫଳ ହୋଇଛନ୍ତି। ସେମାନେ ହେଲେ ଗୋଶାଣିନୂଆଗାଁ ରାଜୀବନଗରର ଅଜୁ ସାହୁ (୩୨), କଳୁଆ ସାହିର ମନୋଜ ସାମନ୍ତରା (୩୦), ଲାଞ୍ଜିପଲ୍ଲୀ ଢିପ ସାହିର ଶିବ ଘଣ୍ଟ(୨୨), ଅକ୍ଷୟ ନାୟକ (୨୩), କଳୁଆ ବାଉରୀ ସାହିର ଜଗନ୍ନାଥ ଦାସ (୨୮) ଓ ଲାଞ୍ଜିପଲ୍ଲୀର ଦୀପକ ଚୌହାନ (୨୨)। ଘଟଣାସ୍ଥଳରୁ ପୋଲିସ ୨ଟି ଖଣ୍ଡା, ୪ଟି ବୋମା ଜବତ କରିଥିବା କହିଛି। ଶ୍ରୀକ୍ଷେତ୍ରବିହାର ନିକଟରେ ଥିବା ଏକ ପେଟ୍ରୋଲ ପମ୍ପରେ ସେମାନେ ଡକାୟତି କରିବା ପାଇଁ ଯୋଜନା କରୁଥିଲେ ବୋଲି ପୋଲିସକୁ ଜେରା ବେଳେ କହିଥିବା ନେଇ ଥାନାଧିକାରୀ ଭୂପତି ସୂଚନା ଦେଇଛନ୍ତି । ସେମାନଙ୍କ ବିରୋଧରେ ମାମଲା (ନଂ-୮୪/୧୯)ରୁଜୁ କରାଯାଇଥିବା ବେଳେ ମଙ୍ଗଳବାର କୋର୍ଟ ଚାଲାଣ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଜାତୀୟ ସମ୍ମିଳନୀରେ ଯୋଗ ଦେବେ ଆଇନଜୀବୀ ହରପ୍ରସାଦ

ଦିଗପହଣ୍ଡି,୧୫ା୨(ଅଶେଷ ନାଥ ମିଶ୍ର): ଭାରତୀୟ ସାଂସ୍କୃତିକ ସହଯୋଗ ଓ ମୈତ୍ରୀ ସମିତି (ଇସକଫ)ର ଜାତୀୟ ସମ୍ମିଳନୀରେ ଯୋଗଦେବାକୁ ଆଇନଜୀବୀ ହରପ୍ରସାଦ ରଥ ତାମିଲନାଡୁ ଗସ୍ତ କରିବେ ବୋଲି…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

ଜାଗରରେ ବଡ଼ ଅଘଟଣ: ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର

ଖଲ୍ଲିକୋଟ,୧୫।୨(ପ୍ରଶାନ୍ତ କୁମାର ମିଶ୍ର): ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର । ମୃତକ ହେଲେ ଖଲ୍ଲିକୋଟ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ଦଶମ ଶ୍ରେଣୀ ଛାତ୍ର…

ମହାଶିବରାତ୍ରି: ଵାଲୀ ଲୋକନାଥ-ଝାଡ଼େଶ୍ୱର ଓ ବଟେଶ୍ୱର ଶୈବପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ଗଞ୍ଜାମ,୧୫ା୨(ବିଦ୍ୟାଧର ସାହୁ ): ସମଗ୍ର ରାଜ୍ୟରେ ମହା ଶିବରାତ୍ରି ଜାଗର ଯାତ୍ରା ପାଳିତ ହେଉଥିବା ବେଳେ ଗଞ୍ଜାମରେ ମଧ୍ୟ ଏହି ଜାଗର ଯାତ୍ରା ମହା ଆଡମ୍ବରରେ ପାଳିତ…

ଗଞ୍ଜାମ ଉତ୍ସବମୁଖର: ଶିବାଳୟରେ ଭକ୍ତଙ୍କ ପ୍ରବଳ ଭିଡ଼

ଗଞ୍ଜାମ,୧୫ା୨(ଅନାଥ ତରାଇ): ପବିତ୍ର ମହାଶିବରାତ୍ରି ଅବସରରେ ରବିବାର ଗଞ୍ଜାମ ସହର ଉତ୍ସବମୁଖର ହୋଇଉଠିଛି। ସ୍ଥାନୀୟ ପ୍ରସିଦ୍ଧ ଖଣ୍ଡେଶ୍ୱର ମନ୍ଦିରରେ ଭୋର୍‌ ସମୟରୁ ଶତାଧିକ ଶ୍ରଦ୍ଧାଳୁଙ୍କ ଭିଡ଼ ଦେଖିବାକୁ…

ରାଜ୍ୟର ସର୍ବୋଚ୍ଚ ଶିବ ପ୍ରତିମୂର୍ତ୍ତି: ବେଲେଶ୍ୱର ପୀଠରେ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁ…

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଆଜି ହେଉଛି ମହାଶିବରାତ୍ରି ପର୍ବ। ତେଣୁ ରବିବାର ଭଞ୍ଜନଗର ଅଞ୍ଚଳର ସମସ୍ତ ଶୈବ ପୀଠରେ ଭଗବାନ ଶିବଠାକୁରଙ୍କ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁଙ୍କ…

ଚୋର ସନ୍ଦେହ: ଯୁବକଙ୍କୁ ପିଟି ହତ୍ୟା

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାର୍ଦ୍ଦୁଳ ଗ୍ରାମରେ ଶୁକ୍ରବାର ବିଳମ୍ୱିତ ରାତିରେ ଏକ ଅମାନବୀୟ ଘଟଣା ଘଟିଛି। ଚୋର ସନ୍ଦେହରେ ଗ୍ରାମର କେତେଜଣ ଲୋକ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri