ପେଣ୍ଠକଟାର ସ୍ବଚ୍ଛତା ଉପରେ ଜିଲାପାଳଙ୍କ ଗୁରୁତ୍ୱ

ପୁରୀ ଅଫିସ, ୮ା୮:  ବାତ୍ୟା ଫନୀରେ ପୁରୀ ସହରସ୍ଥ ବସ୍ତିଗୁଡ଼ିକ ମଧ୍ୟରୁ ସମୁଦ୍ର ଉପକୂଳ ପେଣ୍ଠକଟା ବସ୍ତି ଅଧିକ କ୍ଷତିଗ୍ରସ୍ତ ହୋଇଥିଲା। ଏଠାରେ ବ୍ୟାପକ ସଂଖ୍ୟାରେ ଘର ଭାଙ୍ଗିଥିଲା। ତେଣୁ ଏହି ଅଞ୍ଚଳର ସ୍ବଚ୍ଛତା ଓ ପରିମଳ ଉପରେ ଗୁରୁତ୍ୱ ଦେଇଛି ଜିଲା ପ୍ରଶାସନ। ପେଣ୍ଠକଟା ଅଞ୍ଚଳରୁ ଆବର୍ଜନା ହଟାଇବା ସହ ଶୌଚାଳୟ ନିର୍ମାଣ ସଂକ୍ରାନ୍ତରେ ଜିଲାପାଳ ବଲୱନ୍ତ ସିଂ ଗୁରୁବାର ପେଣ୍ଠକଟା ବାସିନ୍ଦାଙ୍କ ସହ ଆଲୋଚନା କରିଛନ୍ତି। ଏ ନେଇ ଟାଉନ ହଲ୍‌ ପରିସରରେ ଏକ ସ୍ବତନ୍ତ୍ର ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ପ୍ରଶାସନିକ ଅଧିକାରୀ ଏବଂ ପେଣ୍ଠକଟା ବାସିନ୍ଦା ଯୋଗଦେଇଥିଲେ।
ପେଣ୍ଠକଟା ଅଞ୍ଚଳର ପ୍ରତି ଗଳିରୁ ଆବର୍ଜନା ହଟାଇବା ପାଇଁ ପୁରୀ ପୌର ସଂସ୍ଥାକୁ ସହଯୋଗ କରିବା ଲାଗି ବସ୍ତିବାସିନ୍ଦାଙ୍କୁ ଜିଲାପାଳ ପରାମର୍ଶ ଦେଇଛନ୍ତି। ଏଥିପାଇଁ ବସ୍ତିବାସିନ୍ଦାଙ୍କ ମଧ୍ୟରେ ସଚେତନତା ସୃଷ୍ଟି ନିମନ୍ତେ ଜିଲାପାଳ ଗୁରୁତ୍ୱାରୋପ କରିଛନ୍ତି। ପେଣ୍ଠକଟାର ୪ଟି ୱାର୍ଡ ପାଇଁ ଏକ କମିଟି ଗଠନ କରାଯାଇଛି। ଏହି କମିଟିରେ କେ. ରାଜୁ, ଜି. ନାଗେଶ୍ୱର ରାଓ, ଜେ. ଚିନ୍ମୟୀ, ଜି. ଏରମା, ଆପଲା ରାଜୁ, କେ. ବାବୁ ରାଓ, ବି. କୋଦମା, ଚିନ୍ନାମା ଏବଂ ବାବୁଲା ପ୍ରସାଦ ପ୍ରମୁଖ ସଦସ୍ୟ ଅଛନ୍ତି। ଏହି କମିଟି ଆବଶ୍ୟକ ବେଳେ ପୁରୀ ପୌରସଂସ୍ଥାର ନିର୍ବାହୀ ଅଧିକାରୀ କିମ୍ବା ଜିଲାପାଳଙ୍କ ସହ ଆଲୋଚନା କରିବ। କମିଟିର ସଭ୍ୟମାନେ ପ୍ରତ୍ୟେକ ଗଳିରେ ବାସିନ୍ଦାଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିବେ। ପ୍ରଥମ ୧ ମାସ ପର୍ଯ୍ୟନ୍ତ ପ୍ରତ୍ୟେକ ଘରୁ ଆବର୍ଜନା ସଂଗ୍ରହ ପାଇଁ ପୌରସଂସ୍ଥା ପକ୍ଷରୁ ପଦକ୍ଷେପ ଗ୍ରହଣ କରାଯାଇଛି। ଆସନ୍ତା ୧୫ଦିନ ମଧ୍ୟରେ ଆବର୍ଜନା ସଂଗ୍ରହ ଦିଗରେ ବଡ଼ଧରଣର ପରିବର୍ତ୍ତନ ଅଣାଯିବ। ଏପରି କି ପେଣ୍ଠକଟା ଅଞ୍ଚଳରେ ଥିବା ପ୍ରାୟ ୫ହଜାର ବାସଗୃହ ପାଇଁ ଶୌଚାଳୟ ନିର୍ମାଣ ସଂକ୍ରାନ୍ତରେ ତଥ୍ୟ ସଂଗ୍ରହ କରାଯିବ। ୭ଦିନ ମଧ୍ୟରେ ଏହି ରିପୋର୍ଟ ଦିଆଯିବ। ଆସନ୍ତା ଗାନ୍ଧୀ ଜୟନ୍ତୀ ସୁଦ୍ଧା ଶୌଚାଳୟ ନିର୍ମାଣ କାର୍ଯ୍ୟ ସମ୍ପୂର୍ଣ୍ଣ କରାଯିବ ବୋଲି ଜିଲାପାଳ କହିଛନ୍ତି। ଏତଦ୍‌ବ୍ୟତୀତ ବେଳାଭୂମି ସୌନ୍ଦର୍ଯ୍ୟ ବୃଦ୍ଧି ପାଇଁ ସହଯୋଗ କରିବାକୁ ପେଣ୍ଠକଟାବାସୀ ପ୍ରତିଶ୍ରୁତି ଦେଇଛନ୍ତି। ପ୍ଲାଷ୍ଟିକ କିମ୍ବା ପଲିଥିନ ସାମଗ୍ରୀ ପରିବର୍ତ୍ତେ ପରିବେଶ ଉପଯୋଗୀ ସାମଗ୍ରୀ ବ୍ୟବହାର କରିବାକୁ ଜିଲାପାଳ ପରାମର୍ଶ ଦେଇଛନ୍ତି। ଏହି ବୈଠକରେ ପୁରୀ ପୌରସଂସ୍ଥାର ନିର୍ବାହୀ ଅଧିକାରୀ ବିଜୟ କୁମାର ଦାଶ, ଡେପୁଟି କଲେକ୍ଟର ପ୍ରଶାନ୍ତ କୁମାର ଜେନା ପ୍ରମୁଖ ଉପସ୍ଥିତ ଥିଲେ। ଉଲ୍ଲେଖଯୋଗ୍ୟ, ସମୁଦ୍ର କଡ଼ରେ ଅବସ୍ଥିତ ପେଣ୍ଠକଟା ଅଞ୍ଚଳକୁ ପରିଷ୍କାର ରଖିବା ଲାଗି ପେଣ୍ଠକଟା ବେଳାଭୂମିକୁ ସଫେଇ କରାଯାଉଛି। ଗୁରୁବାର ପୁରୀ ପୌରସଂସ୍ଥା, ଜାଗୃତି ଏବଂ ପେଣ୍ଠକଟା ଅଞ୍ଚଳବାସୀଙ୍କ ପକ୍ଷରୁ ବେଳାଭୂମି ସଫେଇ କରାଯାଇଥିଲା। ବୁଧବାର ସ୍ବେଚ୍ଛାସେବୀ ସଙ୍ଗଠନ ‘ହୋପ୍‌ ଇଜ୍‌ ଲାଇଫ୍‌’ ପକ୍ଷରୁ ବେଳାଭୂମି ସଫେଇ କରାଯାଇଥିଲା। ଏଣିକି ବେଳାଭୂମିରେ କୌଣସି ପ୍ରକାର ଆବର୍ଜନା ନ ପକାଇବାକୁ ଅଞ୍ଚଳବାସୀଙ୍କୁ ସଚେତନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କୁ ଏମ୍‌ପି ପଚାରିଲେ ଏମିତି କଥା: ହସି ହସି ପ୍ରଧାନମନ୍ତ୍ରୀ ଖୋଲିଦେଲେ…

ନୂଆଦିଲ୍ଲୀ,୧୯।୧୨: ସଂସଦର ଶୀତକାଳୀନ ଅଧିବେଶନ ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ ରହିବା ପରେ ଲୋକ ସଭା ବାଚସ୍ପତି ଓମ ବିର୍ଲା ସଂସଦ ଭବନରେ ଥିବା ତାଙ୍କ...

ଧାନ ଚୋରି ରୋକିବାକୁ ସୀମା ସିଲ୍‌, ଏସ୍‌ପିଙ୍କୁ ଚିଠି ଲେଖି ଜିଲାପାଳ କହିଲେ…

ବାରିପଦା,୧୯ା୧୨: ଧାନ ଚୋରି ରୋକିବାକୁ ମୟୂରଭଞ୍ଜ ସୀମାରେ ଚେକ ପୋଷ୍ଟ କରାଯିବ। ଏଠାରେ ଚେକ୍‌ ପୋଷ୍ଟ ଲଗାଇବାକୁ ଏସ୍‌ପିଙ୍କୁ ଚିଠି ଲେଖିଛନ୍ତି ଜିଲାପାଳ। ଉକ୍ତ ଚିଠିରେ...

ଭାରତର ନିଦ ହଜାଇଲା ଚାଇନା: ଶେଷରେ ବନ୍ଧୁତା ପଡ଼ିଲା ଭାରୀ

ଓ୍ବାଶିଂଟନ୍‌,୧୯।୧୨: ଆମେରିକା ଦ୍ୱାରା ଭାରତ ଉପରେ ଉଚ୍ଚ ଶୁଳ୍କ ଲାଗୁ କରାଯିବା ପରେ ସରକାର ରପ୍ତାନିକାରୀଙ୍କ ପାଇଁ ବିକଳ୍ପ ବଜାର ଖୋଜିବାର ରଣନୀତି ଗ୍ରହଣ କରିଥିଲେ।...

ରାସ୍ତା ପାର୍ଶ୍ୱରେ ମେଡ଼ିସିନ ପଡିବା ଘଟଣା: ସସ୍‌ପେଣ୍ଡ ହେଲେ ୨ ଏଏନଏମ

ବାଲେଶ୍ୱର, ୧୯।୧୨: ( ବାଞ୍ଛାନିଧି ଦେ): ରାସ୍ତା ପାର୍ଶ୍ୱରେ ସରକାରୀ ଔଷଧ ପଡ଼ିଥିବା ଘଟଣାରେ କାର୍ଯ୍ୟାନୁଷ୍ଠାନ ନେଲେ ବାଲେଶ୍ୱର ସିଡିଏମଓ ଡା.ପ୍ରଭାତ କୁମାର ବେହେରା। ନିଲମ୍ବିତ...

ଟି-୨୦ ବିଶ୍ୱକପ ପାଇଁ ଏହି ଦିନ ଘୋଷଣା ହେବ ଟିମ ଇଣ୍ଡିଆ, ସମ୍ଭାବ୍ୟ ତାଲିକାରେ ଏମାନେ…

ନୂଆଦିଲ୍ଲୀ,୧୯।୧୨: ଆସନ୍ତା ବର୍ଷ ଫେବୃଆରୀରେ ଭାରତ ଏବଂ ଶ୍ରୀଲଙ୍କାରେ ICC ପୁରୁଷ ଟି-୨୦ ବିଶ୍ୱକପ ୨୦୨୬ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି। ଟିମ ଇଣ୍ଡିଆ କେବେ ଏବଂ...

କେଦାରନାଥ ଧାମରେ ଏ କଣ, ଡିସେମ୍ବର ମାସରେ ଦେଖାଯାଉନି….

ନୂଆଦିଲ୍ଲୀ,୧୯ା୧୨: ଡିସେମ୍ବର ମାସର ଅଧା ବିତିଯାଇଥିଲେ ମଧ୍ୟ ବାବା କେଦାରନାଥ ଧାମରେ ଏବେ ବି ତୁଷାରମୁକ୍ତ ଅଛି। ଏହି ସମୟ ମଧ୍ୟରେ କେଦାରନାଥ ଧାମ ସାଧାରଣତଃ...

ତହସିଲଦାରଙ୍କୁ ମିଳିଲା ପୁରୁଣା ଜମି କାଗଜପତ୍ର ମ୍ୟୁଟେସନ୍ କ୍ଷମତା; SOP ଜାରି କଲା ରାଜସ୍ୱ ବିଭାଗ

ଭୁବନେଶ୍ୱର,୧୯ା୧୨: ଜମିଜମା ସମ୍ବନ୍ଧୀୟ ଦୀର୍ଘ ଦିନର ମାମଲାକୁ ହ୍ରାସ କରିବା ପାଇଁ ଓଡ଼ିଶା ରାଜସ୍ୱ ବିଭାଗ ଏକ ବଡ଼ ପ୍ରଶାସନିକ ସଂସ୍କାର ଆଣିଛି। ପୁରୁଣା ପଞ୍ଜୀକୃତ...

ମେଧାବୃଦ୍ଧି ଯୋଜନାରେ ଛାତ୍ରବୃଦ୍ଧି ହାସଲ କରିବା ୧୪୯ ଛାତ୍ରୀଛାତ୍ରଙ୍କୁ ପଡିଲା ମହଙ୍ଗା, ମିଥ୍ୟା ଜାତିଗତ ପ୍ରମାଣପତ୍ର ଦେଇ…

ଖୋର୍ଦ୍ଧା,୧୯।୧୨ (ପ୍ରଭାତ ପାଣିଗ୍ରାହୀ): ମିଥ୍ୟା ଆୟ ପ୍ରମାଣ ପତ୍ର ଏବଂ ଜାଲ ଜାତି ପ୍ରମାଣ ପତ୍ର ଦେଇ ଛାତ୍ରୀ ଛାତ୍ର ବୃତ୍ତି ଅର୍ଥ ହଡପ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri