Posted inଖେଳ

ପେନାଲ୍ଟି କର୍ନର: ହରମନପ୍ରୀତଙ୍କ ଶତକ ମ୍ୟାଚ

ଭୁବନେଶ୍ୱର, ୧୫।୬(କ୍ରୀଡ଼ା ପ୍ରତିନିଧି)-
କଳିଙ୍ଗ ଷ୍ଟାଡିୟମରେ ଚାଲିଥିବା ଏଫ୍‌ଆଇଏଚ୍‌୍‌ ସିରିଜ ଫାଇନାଲ୍ସ ହକି ଟୁର୍ନାମେଣ୍ଟର ଶୁକ୍ରବାର ଅନୁଷ୍ଠିତ ଜାପାନ ବିପକ୍ଷ ସେମିଫାଇନାଲରେ କ୍ୟାରିୟରର ୧୦୦ତମ ଅନ୍ତର୍ଜାତୀୟ ମ୍ୟାଚ ଖେଳିଛନ୍ତି ଭାରତର ହରମନପ୍ରୀତ ସିଂ। ଏହି ଡ୍ରାଗ୍‌ ଫ୍ଲିକର କେବଳ ଶତକ ମ୍ୟାଚ ଖେଳି ନ ଥିଲେ ଭାରତ ପକ୍ଷରୁ ଗୋଲ ସ୍କୋର କରି ନିଜର ଏହି ମାଇଲ୍‌ଖୁଣ୍ଟ ମ୍ୟାଚକୁ ସ୍ମରଣୀୟ ମଧ୍ୟ କରିଥିଲେ। ସଂଯୋଗ ବଶତଃ ଭୁବନେଶ୍ୱରରେ ଅନୁଷ୍ଠିତ ଜାପାନ ବିପକ୍ଷ ଟେଷ୍ଟ ସିରିଜରେ ହିଁ ନିଜର ଅନ୍ତର୍ଜାତୀୟ କ୍ୟାରିୟର ଆରମ୍ଭ କରିଥିଲେ ହରମନପ୍ରୀତ। ଏବେ ସେହି ଗ୍ରାଉଣ୍ଡ ଏବଂ ସେହି ପ୍ରତିଦ୍ୱନ୍ଦ୍ୱୀ ବିପକ୍ଷରେ ୧୦୦ତମ ମ୍ୟାଚ ଖେଳିଛନ୍ତି। ହରମନପ୍ରୀତଙ୍କ ଆକର୍ଷଣୀୟ ପ୍ରଦର୍ଶନ ବଳରେ ଭାରତ ୨୦୧୬ରେ ଲଣ୍ଡନରେ ଅନୁଷ୍ଠିତ ଚାମ୍ପିୟନ୍ସ ଟ୍ରଫି ହକିରେ ଐତିହାସିକ ରୌପ୍ୟ ପଦକ ହାସଲ କରିଥିଲା। ଚମତ୍କାର ଡ୍ରାଗ୍‌ ଫ୍ଲିକ୍‌ ଦକ୍ଷତା ଯୋଗୁ ହରମନପ୍ରୀତଙ୍କୁ ଟୁର୍ନାମେଣ୍ଟର ଉଦୀୟମାନ ଖେଳାଳି ପୁରସ୍କାର ମିଳିଥିଲା। ୨୦୧୬ ରିଓ ଅଲିମ୍ପିକ୍ସ ପାଇଁ ଘୋଷିତ ଭାରତୀୟ ଦଳରେ ସେ ଅନ୍ୟତମ ଯୁବ ଖେଳାଳିଭାବେ ସ୍ଥାନ ପାଇଥିଲେ। ଏହି ବର୍ଷ ଶେଷଭାଗରେ ଲକ୍ଷ୍ନୌରେ ଅନୁଷ୍ଠିତ ଭାରତର ଜୁନିୟର ବିଶ୍ୱକପ ସଫଳତାରେ ସେ ଅନ୍ୟତମ ସଫଳ ବିନ୍ଧାଣି ଥିଲେ। ଏହିଠାରୁ ଅମୃତସର ଜନ୍ମିତ ଏହି ଡିଫେଣ୍ଡର ଭାରତୀୟ ସିନିୟର ଦଳର ନିୟମିତ ସଦସ୍ୟ ରହି ଆସିଛନ୍ତି। ୨୦୧୭ ଏସିଆ କପ୍‌ରେ ସ୍ବର୍ଣ୍ଣ, ୨୦୧୮ ଏସିଆନ ଚାମ୍ପିୟନ୍ସ ଟ୍ରଫିରେ ସ୍ବର୍ଣ୍ଣ, ୨୦୧୭ରେ ଭୁବନେଶ୍ୱରରେ ଅନୁଷ୍ଠିତ ହକି ୱାଲର୍‌ଡ ଲିଗ୍‌ ଫାଇନାଲରେ ବ୍ରୋଞ୍ଜ, ୨୦୧୮ ଚାମ୍ପିୟନ୍ସ ଟ୍ରଫିରେ ରୌପ୍ୟ ଏବଂ ଗତବର୍ଷ ଅନୁଷ୍ଠିତ ଏସିଆନ ଗେମ୍ସରେ ବ୍ରୋଞ୍ଜ ପଦକ ବିଜୟୀ ଭାରତୀୟ ଦଳର ସେ ସଦସ୍ୟ ଥିଲେ। ”ଆଧୁନିକ ହକିରେ ମୁଁ କେତେକ ଶ୍ରେଷ୍ଠ ଖେଳାଳିଙ୍କ ବିପକ୍ଷରେ ଖେଳିଥିବାରୁ ନିିଜକୁ ଭାଗ୍ୟବାନ ମନେ କରୁଛି। ପ୍ରତିଦିନ କିଛିନା କିଛି ଶିଖିବାର ଅଛି। ଏଥିରେ ମୁଁ ବିଶ୍ୱାସ କରେ ଏବଂ ଭାରତ ପକ୍ଷରୁ ୧୦୦ ମ୍ୟାଚ ଖେଳିଥିବାରୁ ମୁଁ ପ୍ରକୃତରେ ଗର୍ବିତ। ଘରୋଇ ପରିବେଶରେ ଦର୍ଶକଙ୍କ ସମ୍ମୁଖରେ ଏହି ମ୍ୟାଚ ଖେଳିଥିବାରୁ ବହୁତ ଖୁସି ଲାଗୁଛି। ଏଥିପାଇଁ ମୋର ସାଥି ଖେଳାଳି ଏବଂ ପ୍ରଶଂସକଙ୍କୁ ମୁଁ ଧନ୍ୟବାଦ ଜଣାଇବାକୁ ଚାହିଁବି“ ବୋଲି ହରମନପ୍ରୀତ ନିଜ ପ୍ରତିକ୍ରୀୟାରେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ମଟନ, ଚିକେନ ସହ ହଳଦିଆ ମିଠା…, ଏହା ହେଉଛି ବୈଭବଙ୍କ ଶକ୍ତି ପଛର ରହସ୍ୟ, ୧୫ ବର୍ଷ ବୟସରେ ନେଉଛନ୍ତି…

ନୂଆଦିଲ୍ଲୀ,୧।୬: ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ତାଙ୍କର ବିସ୍ଫୋରକ ବ୍ୟାଟିଂରେ ଏକ ଆକର୍ଷଣ ସୃଷ୍ଟି କରିଛନ୍ତି। ସଚିନ ତେନ୍ଦୁଲକରଙ୍କଠାରୁ ଆରମ୍ଭ କରି ସୁନୀଲ ଗାଭାସ୍କର ପର୍ଯ୍ୟନ୍ତ, ସମସ୍ତେ…

RCBକୁ ମିଳିଲା ୨୦ କୋଟି, ହେଲେ ବୈଭବଙ୍କୁ ମିଳିଲା କେତେ? ଜାଣନ୍ତୁ…

ନୂଆଦିଲ୍ଲୀ,୧।୬: ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଫାଇନାଲରେ ଗୁଜରାଟ ଟାଇଟାନ୍ସକୁ ୫ ୱିକେଟରେ ପରାସ୍ତ କରି ଲଗାତାର ଦ୍ୱିତୀୟ ଥର ପାଇଁ IPL 2026 ଟ୍ରଫି ଜିତିଛି। ଚମତ୍କାର…

ବିଜୟର ଛକା ସହ ପ୍ରେମର ନିବେଦନ… RCBର ଟାଇଟଲ ବିଜୟ ପରେ ବିରୁୁଷ୍କାଙ୍କ ରୋମାଣ୍ଟିକ ମୁଡର ଭିଡ଼ିଓ ଭାଇରାଲ

ନୂଆଦିଲ୍ଲୀ,୧।୬: ଆଇପିଏଲ ଇତିହାସରେ RCBର ନାମ ସ୍ବର୍ଣ୍ଣାକ୍ଷରରେ ଲେଖାଯାଇଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ ଗୁଜରାଟ ଟାଇଟାନ୍ସ ମଧ୍ୟରେ ଫାଇନାଲ ମ୍ୟାଚ ଚାଲିଥିବା ସମୟରେ ଷ୍ଟାଡିୟମରେ ଥିବା…

IPL 2026 ଫାଇନାଲ ପରେ ବଡ଼ ଘଟଣା: ଖେଳାଳିମାନଙ୍କୁ ନେଇ ଯାଉଥିବା ଗୁଜରାଟ ଟାଇଟାନ୍ସ ଟିମ ବସରେ ଅଗ୍ନିକାଣ୍ଡ

ନୂଆଦିଲ୍ଲୀ,୧।୬: IPL 2026 ଫାଇନାଲ ପରେ, ଗୁଜୁରାଟ ଟାଇଟାନ୍ସର ଦଳର ବସରେ ନିଆଁ ଲାଗିଗଲା। ଦଳ ନରେନ୍ଦ୍ର ମୋଦି ଷ୍ଟାଡିୟମରୁ ହୋଟେଲକୁ ଯାଉଥିବା ସମୟରେ ଏହି ଘଟଣା…

Watch:‘କେତେ କ୍ଷୀର ପିଉଛ’, ରବି ଶାସ୍ତ୍ରୀଙ୍କ ଏମିତି ପ୍ରଶ୍ନରେ ମଜାଦାର ଉତ୍ତର ଦେଲେ ବୈଭବ ସୂର୍ଯ୍ୟବଂଶୀ, ଭିଡ଼ିଓ ହେଉଛି ଭାଇରାଲ

ନୂଆଦିଲ୍ଲୀ,୧।୬: ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଆଇପିଏଲ 2026 ଟାଇଟଲ ଜିତିଛି। ଫାଇନାଲ ମ୍ୟାଚରେ ଆରସିବି ଗୁଜରାଟ ଟାଇଟନ୍ସକୁ ୫ ୱିକେଟରେ ପରାସ୍ତ କରିଛି। ୧୫ ବର୍ଷୀୟ ବୈଭବ…

ବିସ୍ଫୋରକ ଇନିଂସ, ୬ ବଲରେ ୬ ଛକା

ନୂଆଦିଲ୍ଲୀ, ୩୧ା୫: ନେପାଳର କୁଶାଲ ଭୁର୍ତେଲ ରବିବାର ଚାଇନା ବିପକ୍ଷ ୨୦୨୬ ଏସିଆନ ଗେମ୍ସ ଟି୨୦ଆଇ କ୍ୱାଲିଫାୟର ମ୍ୟାଚ୍‌ରେ ୬ ବଲରେ ୬ ଛକା ମାରିଛନ୍ତି। ସେ…

IPL Final: ୧୫୫ ରନ୍‌ରେ ଅଟକିଲା ଗୁଜରାଟ, ଟାଇଟଲ ଲକ୍ଷ୍ୟରେ ବେଙ୍ଗାଲୁରୁ

ଅହମଦାବାଦ, ୩୧ା୫- ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୯ତମ ସଂସ୍କରଣର ଫାଇନାଲ ମ୍ୟାଚ୍‌ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆର୍‌ସିବି) ଏବଂ ଗୁଜରାଟ ଟାଇଟନ୍ସ(ଜିଟି)…

ବିଜୟ ଉତ୍ସବରେ ହିଂସା: ଜାଳି ଦେଲେ ୨୬୪ କାର, ୭୮୦ ଗିରଫ

ପ୍ୟାରିସ,୩୧ା୫: ପ୍ୟାରିସ ସେଣ୍ଟ ଜର୍ମେନ(ପିଏସ୍‌ଜି) ଲଗାତର ଦ୍ୱିତୀୟ ଥର ପାଇଁ ଚାମ୍ପିୟନ୍ସ ଲିଗ୍‌ ଟାଇଟଲ ଜିତିବା ପରେ ପ୍ରଶଂସକଙ୍କ ବିଜୟ ଉତ୍ସବରେ ହିଂସା ପରିଲକ୍ଷିତ ହୋଇଛି। ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri