ପେସା ହେଲା କାଳ: ଗଛରୁ ପଡ଼ି ନଡ଼ିଆ ତୋଳାଳିଙ୍କ ମୃତ୍ୟୁ

ଖୋର୍ଦ୍ଧା ଅଫିସ,୩।୧୧: ଖୋର୍ଦ୍ଧା ଜିଲା ବାଣପୁର ମଙ୍ଗରାଜପୁର ଗାଁର ଜଣେ ନଡ଼ିଆ ତୋଳାଳିଙ୍କର ରବିବାର ମୃତ୍ୟୁ ଘଟିଛି। ସେ ହେଲେ ମାନିଆ ପରିଡା(୫୨)।
ମାନିଆ ନଡ଼ିଆ ଗଛରୁ ନଡ଼ିଆ ତୋଳୁଥିବାବେଳେ ପ୍ରାୟ ୩୦ ଫୁଟ ତଳକୁ ଖସି ପଡିଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ବାଣପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ତେବେ ସେଠାରେ ଡାକ୍ତର ମୃତ ଘୋଷଣା କରିଥିଲେ । ପେସାରେ ମାନିଆ ଜଣେ ନଡିଆ ତୋଳାଳି। ଭଲ ନଡ଼ିଆ ତୋଳାଳି ଭାବେ ସେ ଅଞ୍ଚଳରେ ବେଶ୍‌ ପରିଚିତ। ବିଭିନ୍ନ ଲୋକଙ୍କର ନଡ଼ିଆ ବଗିଚାରୁ ନଡ଼ିଆ ତୋଳି ଯାହା ପାରିଶ୍ରମିକ ପାଉଥିଲେ ସେଥିରେ ସେ ପରିବାର ଗୁଜୁରାଣ ମେଣ୍ଟାଉଥିଲେ। ଏବେ ତାଙ୍କ ମୃତ୍ୟୁ ପରେ ପରିବାରକୁ ସରକାରୀ ସହାୟତା ଯୋଗାଇଦେବାକୁ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଡ୍ରାମା କଲାଣି ପାକିସ୍ତାନ, ହଠାତ ଏମିତି କରି ଚମକାଇଲେ ବୋର୍ଡ ଅଧ୍ୟକ୍ଷ

ଇସଲାମାବାଦ,୧୯।୨: ପାକିସ୍ତାନରେ ଏକ ନୂଆ ବିବାଦ ଦେଖାଦେଇଛି। ପାକିସ୍ତାନ ହକି ଦଳର ଅଧିନାୟକ ଶକିଲ ଅମ୍ମାଦ ବଟ ଅଷ୍ଟ୍ରେଲିଆ ଗସ୍ତରୁ ଫେରିବା ପରେ PHF (ପାକିସ୍ତାନ ହକି…

ଗଞ୍ଜାମ ନଗର ସଭାପତି ପରେ ଛାତ୍ର-ଯୁବ ସଭାପତିଙ୍କ ଉପରେ ସମସ୍ତଙ୍କ ନଜର, ଲବିରେ ମନୋଜ ପ୍ରଧାନ

ଗଞ୍ଜାମ,୧୯।୨(ବିଦ୍ୟାଧର ସାହୁ): ବିଜୁ ଜନତା ଦଳର ଗଞ୍ଜାମ ଏନ୍‌ଏସି ନଗର ସଭାପତି ଭାବେ ସୁଧୀର କୁମାର ପାଢ଼ୀଙ୍କ ନାଁ ଘୋଷଣା କରିଛନ୍ତି ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ।ସୁଧୀର…

ସୁଧୀରଙ୍କୁ ମନୋନୀତ କଲେ ନବୀନ

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦର ବିଜୁ ଜନତା ଦଳ ନଗର ସଭାପତି ଭାବେ ସୁଧୀର କୁମାର ପାଢ଼ୀଙ୍କୁ ଦଳ ସୁପ୍ରିମୋ ନବୀନ ପଟ୍ଟନାୟକ ମନୋନୀତ…

ଦୀପକ ହେଲେ ଦିଗପହଣ୍ଡି ନଗର କଂଗ୍ରେସ ସଭାପତି, ଛୁଟିଛି ଶୁଭେଚ୍ଛାର ସୁଅ

ଦିଗପହଣ୍ଡି,୧୯।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ୧୦ନଂ ୱାର୍ଡର କାଉନସିଲର ଦୀପକ କୁମାର ମିଶ୍ରଙ୍କୁ ନଗର କଂଗ୍ରେସ କମିଟିର ସଭାପତି ରୂପେ ନିଯୁକ୍ତ କରାଯାଇଛି।…

ନିଆଁ ଲାଗି ପଦା ହେଉଛି ଜଙ୍ଗଲ, ବେଫିକର ବନବିଭାଗ; ଫୋନ ଉଠାଉନାହାନ୍ତି ରେଞ୍ଜର, ACF 

ଭବାନୀପାଟଣା, ୧୯।୨ (ଉତ୍ତମ କୁମାର ଦାଶ)- ପରିବେଶକୁ ସନ୍ତୁଳନ ତଥା ପ୍ରଦୁଷଣରୁ ରକ୍ଷା କରିବା ପାଇଁ ସରକାର ଗ୍ରାମାଞ୍ଚଳର ଜଙ୍ଗଲଗୁଡିକର ସୁରକ୍ଷା ସହ ନୂତନ ଜଙ୍ଗଲ ସୃଷ୍ଟି…

ଚୌଦ୍ଵାର ଜେଲର ବିବାଦୀୟ ଜେଲର ସନ୍ତୋଷିନୀ ଦାଶ ସସ୍‌ପେଣ୍ଡ୍‌

କଟକ,୧୯ା୨: କର୍ତ୍ତବ୍ୟରେ ଅବହେଳା ପାଇଁ ଶେଷରେ କାର୍ଯ୍ୟାନୁଷ୍ଠାନର ଶିକାର ହୋଇଛନ୍ତି ବିବାଦୀୟ ଜେଲର ସନ୍ତୋଷିନୀ ଦାଶ। କଣ୍ଟାବାଞ୍ଜି ଉପକାରାଗାରର ଜେଲର-କମ-ସୁପରିଣ୍ଟେଣ୍ଡେଣ୍ଟ ସନ୍ତୋଷିନୀ ଦାଶଙ୍କୁ ନିଲମ୍ବନ କରାଯାଇଛି। ଚୌଦ୍ୱାରରୁ…

ଜଙ୍ଗଲରୁ ମିଳିଲା ହାତୀ ଶାବକର ମୃତଦେହ

ମୋରଡା,୧୯।୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ରେଞ୍ଜ ଅଞ୍ଚଳରୁ ବନବିଭାଗ ଗୁରୁବାର ଏକ ଶାବକ ହାତୀର ଗଳିତ ମୃତଦେହ ଜବତ କରିଛି। ହେଲେ ଶାବକ ମୃତ୍ୟୁର କାରଣ…

ନିଜ ପୁଅକୁ ତାରିକ ରହମାନଙ୍କ ପାଖକୁ ପଠାଇ ଦେଲେ ଏହି ଦେଶର ରାଷ୍ଟ୍ରପତି, କାହିଁକି ବଢିଲା ଭାରତର ଟେନସନ? ଜାଣନ୍ତୁ…

ଢାକା,୧୯।୨: ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP)ର ଅଧ୍ୟକ୍ଷ ତାରିକ ରହମାନ ପ୍ରଧାନମନ୍ତ୍ରୀ ଭାବରେ ଦାୟିତ୍ୱ ଗ୍ରହଣ କରିବାର କିଛି ସମୟ ପରେ ତୁର୍କୀ ରାଷ୍ଟ୍ରପତି ରେସେପ ତାୟିପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri