ପୋକତୁଙ୍ଗା ସେବା ସମବାୟ ବ୍ୟାଙ୍କରୁ ଲୁଟ୍‌: ତାଲା ତାଡ଼ି ନେଇଗଲେ ଆଇରନ ଚେଷ୍ଟ

ବନ୍ତଳା,୭।୮ (ଡି.ଏନ.ଏ.):ଅନୁଗୋଳ ଜିଲା ବନ୍ତଳା ଥାନା ପୋକତୁଙ୍ଗା ସେବା ସମବାୟ ବ୍ୟାଙ୍କରୁ ସୋମବାର ରାତିରେ ଲୁଟ୍‌ ହୋଇଛି। ଦୁର୍ବୃତ୍ତମାନେ ବ୍ୟାଙ୍କ ଗ୍ରୀଲ ତାଡି ଭିତରେ ପଶିବା ସହ ଆଇରନ ଚେଷ୍ଟ ଉଠାଇ ନେଇଛନ୍ତି। ଏଥିସହିତ ୩ଟି ଗଡରେଜ ତାଡି ଦେଇଛନ୍ତି। ଏ ନେଇ ସେବା ସମବାୟ ବ୍ୟାଙ୍କ ସମ୍ପାଦକ ସୁଜିତ କୁମାର ପ୍ରଧାନ, ସଭାପତି ଫକୀର ପ୍ରଧାନ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଅନ୍ୟପକ୍ଷରେ ଉକ୍ତ ଆଇରନ ଚେଷ୍ଟ ମାଟିଆସାହି ପଞ୍ଚାୟତ କାର୍ଯ୍ୟାଳୟ ପଛ ସୋରିଷ ପାଳ ଜଙ୍ଗଲରେ ପଡିଥିବା ଖବର ପାଇ ପୋଲିସ ତାହାକୁ ଜବତ କରିଛି। ଆଇରନ ଚେଷ୍ଟ ଖୋଲି ନ ପାରି ଦୁର୍ବୃତ୍ତମାନେ ତାହାକୁ ଫିଙ୍ଗି ଦେଇଥିବା ଜଣାପଡ଼ିଛି। ଘଟଣାସ୍ଥଳରେ ଢେଙ୍କାନାଳ ସାଇଣ୍ଟିଫିକ ଟିମ୍‌ ଆସିଷ୍ଟାଣ୍ଟ ଡାଇରେକ୍ଟର ଶ୍ୟାମାମଣି ସାହୁ, ତପନ କୁମାର ପ୍ରଧାନ, ଫିଙ୍ଗର ଏକ୍ସପର୍ଟ ସନ୍ତୋଷ ଆଚାର୍ଯ୍ୟ, ଲାବରେଟୋରି ଆସିଷ୍ଟାଣ୍ଟ ଦେବ ବାରିକ, ଅନୁଗୋଳ ଡଗ୍‌ ସ୍କ୍ବାଡ୍‌ ଇନଚାର୍ଜ ଶଶି ଭୂଷଣ ପରିଡା, ଜଗନ୍ନାଥ ବେହେରା, ଏୟୁସିସି ବ୍ୟାଙ୍କ ସୁପରଭାଇଜର ବିପିନି ବିହାରୀ ସାହୁ ପ୍ରମୁଖ ପହଞ୍ଚି ତଦନ୍ତ ଚଳାଇଛନ୍ତି।
ଘଟଣାରୁ ଜଣାପଡ଼ିଛି, ଏହି ବ୍ୟାଙ୍କ ଉପରେ ପୋକତୁଙ୍ଗା, ଧୋକୁଟା, ନନ୍ଦପୁର ଆଦି ୩ ପଞ୍ଚାୟତର ୭ ହଜାରରୁ ଊଦ୍ଧର୍‌ବ ଚାଷୀ ନିର୍ଭର କରିଥାନ୍ତି। ଗତ ଜୁନ ୩୦ରେ ଖାଲଙ୍ଗା ସେବା ସମବାୟ ବ୍ୟାଙ୍କର ଗ୍ରୀଲ, କବାଟ ତାଡି ଆଇରନ ଚେଷ୍ଟ ଲୁଟ୍‌ ହୋଇଥିବାବେଳେ ସମାନ ଶୈଳୀରେ ଏଠାରୁ ଲୁଟ୍‌ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମାଲକାନଗିରିରେ ବଢ଼ିଲା ଇଣ୍ଟରନେଟ କଟକଣା

ମାଲକାନଗିରି,୯।୧୨: ମାଲକାନଗିରି ଜିଲା କୋରୁକୋଣ୍ଡା ଥାନା ଅଧୀନ ଡୁଡ଼ାମେଟଲା ନଦୀ ନିକଟରୁ ଜଣେ ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ଜବତ ଘଟଣା ପରେ ରାଖେଲଗୁଡ଼ା ଏବଂ ଏମ୍‌ଭି...

ଆର୍‌ଡିଙ୍କ ଅଚାନକ କଲେଜ ପରିଦର୍ଶନ

ଭଞ୍ଜନଗର,୯।୧୨(ବାବୁଲା ପ୍ରଧାନ): ବ୍ରହ୍ମପୁର ଆଞ୍ଚଳିକ ଉଚ୍ଚ ଶିକ୍ଷା ନିର୍ଦ୍ଧେଶକ(ଆର୍‌ଡି) ପ୍ରଫେସର ଡ.ନାରାୟଣ ବେହେରା ମଙ୍ଗଳବାର ଅଚାନକ ଭଞ୍ଜନଗର ସହରରେ ଥିବା ୩ ପ୍ରମୁଖ କଲେଜ କବି...

୩ ଦିନ ହେଲା ଅଟକି ରହିଛି ଟ୍ରକ୍‌, ବାହାରୁଛି ପଚା ଦୁର୍ଗନ୍ଧ, ରକ୍ତ: ଅଞ୍ଚଳରେ ଚାଞ୍ଚଲ୍ୟ

ନୟାଗଡ଼,୯।୧୨(ଲୋକନାଥ ମିଶ୍ର ମିଶ୍ର): ଟ୍ରକରୁ ବାହାରୁଛି ପଚା ଦୁର୍ଗନ୍ଧ ଏବଂ ରକ୍ତ। ନୟାଗଡ଼ ବ୍ଲକ ଶାଳଭଙ୍ଗା ଜଙ୍ଗଲ ଫରେଷ୍ଟ ଟାୱାର ନିକଟରେ ଟ୍ରକଟି ଅଟକି ରହିଛି।...

ସରପଞ୍ଚଙ୍କ ଘରୁ ଲୁଟ୍‌

ନୟାଗଡ଼,୯।୧୨(ଲୋକନାଥ ମିଶ୍ର ମିଶ୍ର): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଭୋଗବାଡ଼ି ସରପଞ୍ଚ ନିିର୍ମଳା ସାହୁଙ୍କ ଘରୁ ଚୋରି ହୋଇଛି। ଦୁର୍ବୃତ୍ତମାନେ ସୋମବାର ରାତିରେ ସରପଞ୍ଚଙ୍କ ଘରେ...

ମନ୍ଦିର ନିକଟରେ କୁଟୁରାକୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ ଘଟିଗଲା…

ଭଞ୍ଜନଗର,୯।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଦୁର୍ଗାପ୍ରାସାଦ ମୁଖ୍ୟ ରାସ୍ତାର ସୋରଦେବୀ ମନ୍ଦିର ନିକଟରେ ମଙ୍ଗଳବାର ସକାଳେ ବାଇକ ଧକ୍କାରେ ଏକ କୁଟୁରା ମୃତ୍ୟୁବରଣ କରିଛି। ଏଥିରେ...

ଗୋପୀନାଥ ମନ୍ଦିରରୁ ଚୋରି: ନେଇଗଲେ ଦିଅଙ୍କ ଅଳଙ୍କାର

ଗଜପତି,୯।୧୨(ଗିରିଧାରୀ ପରିଛା): ଆନ୍ଧ୍ରପ୍ରଦେଶ କତୁରୁ ମଡ଼ଲମରେ ଥିବା ଲିହୁରୀ ଗ୍ରାମ ଗୋପୀନାଥ ମନ୍ଦିରରୁ ଚୋରି ହୋଇଛି । ଦୁର୍ବୃତ୍ତମାନେ ଦିଅଙ୍କ ଅଳଙ୍କାର ସହ ମନ୍ଦିରରେ ଲାଗିଥିବା...

ବାଇକରେ ଫେରୁଥିବାବେଳେ ପୋଲ ତଳକୁ ଖସିପଡ଼ିଲେ ୨ ଜଣ: ଆଉ ତା’ପରେ…

ଓଡଗାଁ, ୯।୧୨(ଆଦର୍ଶ କୁମାର ପଟ୍ଟନାୟକ): ନୟାଗଡ଼ ଜିଲା ଓ ଆଦର୍ଶ ଥାନା ଗିରିଡିପଲ୍ଲୀରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏଥିରେ ପଞ୍ଚାୟତ ଧଝୋଲା ଗ୍ରାମର ଫକୀର...

ପାହାଡ ପାର୍ଶ୍ୱରୁ ମୋରମ ତାଢି ନେଉଯାଉଥିଲେ, ରୋକିଲେ ଗ୍ରାମବାସୀ

ଧର୍ମଶାଳା,୯।୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ବଡ଼କାଏମା ପଞ୍ଚାୟତରେ ଥିବା ଐତିହାସିକ କାଏମା ପାହାଡ ପାର୍ଶ୍ୱରୁ ମୋରମ ତାଡ଼ି ନେଇ ଅନ୍ୟ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri